< Colossians 4 >
1 Masters, give unto [your] servants that which is just and equal; knowing that ye also have a Master in heaven.
ହେ କର୍ତ୍ତାମାନେ, ସ୍ୱର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର।
2 Continue in prayer, and watch in the same with thanksgiving;
ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ;
3 Withal praying also for us, that God would open unto us a door of utterance, to speak the mystery of Christ, for which I am also in bonds:
ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ବର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ,
4 That I may make it manifest, as I ought to speak.
ତାହା ଉଚିତ୍ ମତରେ କଥା କହି ପ୍ରକାଶ କରିପାରେ।
5 Walk in wisdom toward them that are without, redeeming the time.
ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।
6 Let your speech [be] alway with grace, seasoned with salt, that ye may know how ye ought to answer every man.
ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର।
7 All my state shall Tychicus declare unto you, [who is] a beloved brother, and a faithful minister and fellowservant in the Lord:
ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଓ ସହଦାସ ଯେ ତୁଖିକ ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ;
8 Whom I have sent unto you for the same purpose, that he might know your estate, and comfort your hearts;
ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ।
9 With Onesimus, a faithful and beloved brother, who is [one] of you. They shall make known unto you all things which [are done] here.
ତାହାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ।
10 Aristarchus my fellowprisoner saluteth you, and Marcus, sister’s son to Barnabas, (touching whom ye received commandments: if he come unto you, receive him; )
ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି, ବର୍ଣ୍ଣବ୍ବାଙ୍କ କୁଟୁମ୍ବୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ବନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାହାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି,
11 And Jesus, which is called Justus, who are of the circumcision. These only [are my] fellowworkers unto the kingdom of God, which have been a comfort unto me.
ଆଉ, ଯୂସ୍ତ ନାମରେ ଖ୍ୟାତ ଯୀଶୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ସୁନ୍ନତିପ୍ରାପ୍ତ ବିଶ୍ୱାସୀମାନଙ୍କ ମଧ୍ୟରୁ କେବଳ ଏମାନେ ଈଶ୍ବରଙ୍କ ରାଜ୍ୟ ନିମନ୍ତେ ମୋହର ସହକର୍ମୀ ଏମାନେ ମୋହର ସାନ୍ତ୍ୱନାର କାରଣ ହୋଇଅଛନ୍ତି।
12 Epaphras, who is [one] of you, a servant of Christ, saluteth you, always labouring fervently for you in prayers, that ye may stand perfect and complete in all the will of God.
ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।
13 For I bear him record, that he hath a great zeal for you, and them [that are] in Laodicea, and them in Hierapolis.
କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାହାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି।
14 Luke, the beloved physician, and Demas, greet you.
ପ୍ରିୟ ବୈଦ୍ୟ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
15 Salute the brethren which are in Laodicea, and Nymphas, and the church which is in his house.
ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍ଫା ଓ ତାହାଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ।
16 And when this epistle is read among you, cause that it be read also in the church of the Laodiceans; and that ye likewise read the [epistle] from Laodicea.
ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ଡଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି, ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥିନିମନ୍ତେ ଯତ୍ନ କର।
17 And say to Archippus, Take heed to the ministry which thou hast received in the Lord, that thou fulfil it.
ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ।
18 The salutation by the hand of me Paul. Remember my bonds. Grace [be] with you. Amen.
ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।