< Numbers 8 >

1 And the LORD spake unto Moses, saying,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 Speak unto Aaron, and say unto him, When thou lightest the lamps, the seven lamps shall give light over against the candlestick.
“ତୁମ୍ଭେ ହାରୋଣକୁ କୁହ, ‘ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।’”
3 And Aaron did so; he lighted the lamps thereof over against the candlestick, as the LORD commanded Moses.
ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ୱଳାଇଲେ।
4 And this work of the candlestick [was of] beaten gold, unto the shaft thereof, unto the flowers thereof, [was] beaten work: according unto the pattern which the LORD had shewed Moses, so he made the candlestick.
ସେହି ଦୀପବୃକ୍ଷର କର୍ମ ସ୍ୱର୍ଣ୍ଣର ପିଟାକର୍ମ ଥିଲା; ତହିଁର ଗଣ୍ଡି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ।
5 And the LORD spake unto Moses, saying,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
6 Take the Levites from among the children of Israel, and cleanse them.
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ନେଇ ଶୁଚି କର।
7 And thus shalt thou do unto them, to cleanse them: Sprinkle water of purifying upon them, and let them shave all their flesh, and let them wash their clothes, and [so] make themselves clean.
ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପବିତ୍ରୀକରଣ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ।
8 Then let them take a young bullock with his meat offering, [even] fine flour mingled with oil, and another young bullock shalt thou take for a sin offering.
ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣନ୍ତୁ, ପୁଣି, ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ।
9 And thou shalt bring the Levites before the tabernacle of the congregation: and thou shalt gather the whole assembly of the children of Israel together:
ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ବୁ ସମ୍ମୁଖରେ ଉପସ୍ଥିତ କରାଇବ; ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରିବ।
10 And thou shalt bring the Levites before the LORD: and the children of Israel shall put their hands upon the Levites:
ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ; ତହୁଁ ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କ ଉପରେ ଆପଣାମାନଙ୍କ ହସ୍ତ ରଖିବେ।
11 And Aaron shall offer the Levites before the LORD [for] an offering of the children of Israel, that they may execute the service of the LORD.
ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ।
12 And the Levites shall lay their hands upon the heads of the bullocks: and thou shalt offer the one [for] a sin offering, and the other [for] a burnt offering, unto the LORD, to make an atonement for the Levites.
ତହିଁ ଉତ୍ତାରେ ଲେବୀୟମାନେ ସେହି ଦୁଇ ଗୋବତ୍ସର ମସ୍ତକରେ ଆପଣାମାନଙ୍କ ହସ୍ତ ରଖିବେ; ତହୁଁ ତୁମ୍ଭେ ଲେବୀୟମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମାର୍ଥକ ବଳି ରୂପେ ଉତ୍ସର୍ଗ କରିବ।
13 And thou shalt set the Levites before Aaron, and before his sons, and offer them [for] an offering unto the LORD.
ପୁଣି, ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
14 Thus shalt thou separate the Levites from among the children of Israel: and the Levites shall be mine.
ଏହିରୂପେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ଲେବୀୟମାନଙ୍କୁ ପୃଥକ କରିବ; ତହିଁରେ ଲେବୀୟମାନେ ଆମ୍ଭର ହେବେ।
15 And after that shall the Levites go in to do the service of the tabernacle of the congregation: and thou shalt cleanse them, and offer them [for] an offering.
ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କରିବେ; ପୁଣି, ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ।
16 For they [are] wholly given unto me from among the children of Israel; instead of such as open every womb, [even instead of] the firstborn of all the children of Israel, have I taken them unto me.
କାରଣ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।
17 For all the firstborn of the children of Israel [are] mine, [both] man and beast: on the day that I smote every firstborn in the land of Egypt I sanctified them for myself.
ଯେହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ।
18 And I have taken the Levites for all the firstborn of the children of Israel.
ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ବଦଳେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ।
19 And I have given the Levites [as] a gift to Aaron and to his sons from among the children of Israel, to do the service of the children of Israel in the tabernacle of the congregation, and to make an atonement for the children of Israel: that there be no plague among the children of Israel, when the children of Israel come nigh unto the sanctuary.
ଆଉ ଇସ୍ରାଏଲ-ସନ୍ତାନଗଣ ପବିତ୍ର ସ୍ଥାନ ନିକଟକୁ ଆସିବା ସମୟରେ ଯେପରି ସେମାନଙ୍କ ମଧ୍ୟରେ ମହାମାରୀ ଉପସ୍ଥିତ ନ ହୁଏ, ଏଥିପାଇଁ ଆମ୍ଭେ ସମାଗମ-ତମ୍ବୁରେ ଇସ୍ରାଏଲ-ସନ୍ତାନଗଣ ବଦଳେ ସେବା ଓ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଦାନ ରୂପେ ହାରୋଣ ଓ ତାହାର ପୁତ୍ରଗଣଙ୍କୁ ଦେଲୁ।”
20 And Moses, and Aaron, and all the congregation of the children of Israel, did to the Levites according unto all that the LORD commanded Moses concerning the Levites, so did the children of Israel unto them.
ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଲେବୀୟମାନଙ୍କ ପ୍ରତି କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ପ୍ରତି କଲେ।
21 And the Levites were purified, and they washed their clothes; and Aaron offered them [as] an offering before the LORD; and Aaron made an atonement for them to cleanse them.
ପୁଣି, ଲେବୀୟମାନେ ଆପଣା ଆପଣାକୁ ପାପରୁ ପରିଷ୍କାର କଲେ ଓ ଆପଣା ଆପଣା ବସ୍ତ୍ର ଧୌତ କଲେ; ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ; ଆଉ ହାରୋଣ ସେମାନଙ୍କୁ ଶୁଚି କରିବା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।
22 And after that went the Levites in to do their service in the tabernacle of the congregation before Aaron, and before his sons: as the LORD had commanded Moses concerning the Levites, so did they unto them.
ତହିଁ ଉତ୍ତାରେ ଲେବୀୟମାନେ ହାରୋଣର ସମ୍ମୁଖରେ ଓ ତାହାର ପୁତ୍ରଗଣ ସମ୍ମୁଖରେ ଆପଣା ଆପଣା ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନଙ୍କ ପ୍ରତି କଲେ।
23 And the LORD spake unto Moses, saying,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
24 This [is it] that [belongeth] unto the Levites: from twenty and five years old and upward they shall go in to wait upon the service of the tabernacle of the congregation:
“ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ବୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ।
25 And from the age of fifty years they shall cease waiting upon the service [thereof], and shall serve no more:
ପୁଣି, ସେମାନେ ପଚାଶ ବର୍ଷ ବୟସ୍କ ହେଲେ, ସେବାକର୍ମରୁ ନିବୃତ୍ତ ହୋଇ ଆଉ ସେବା କରିବେ ନାହିଁ;
26 But shall minister with their brethren in the tabernacle of the congregation, to keep the charge, and shall do no service. Thus shalt thou do unto the Levites touching their charge.
ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ବୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ।”

< Numbers 8 >