< Proverbs 27 >

1 Boast not thyself of to morrow; for thou knowest not what a day may bring forth.
ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ।
2 Let another man praise thee, and not thine own mouth; a stranger, and not thine own lips.
ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ।
3 A stone [is] heavy, and the sand weighty; but a fool’s wrath [is] heavier than them both.
ଭାରୀ ପଥର ଓ ଗୁରୁ ବାଲି; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ।
4 Wrath [is] cruel, and anger [is] outrageous; but who [is] able to stand before envy?
କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇପାରେ?
5 Open rebuke [is] better than secret love.
ଗୁପ୍ତ ପ୍ରେମଠାରୁ ପ୍ରକାଶିତ ଅନୁଯୋଗ ଭଲ।
6 Faithful [are] the wounds of a friend; but the kisses of an enemy [are] deceitful.
ପ୍ରେମକାରୀର କ୍ଷତ ବିଶ୍ୱାସନୀୟ; ମାତ୍ର ଶତ୍ରୁର ଚୁମ୍ବନ ବହୁଳ।
7 The full soul loatheth an honeycomb; but to the hungry soul every bitter thing is sweet.
ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକୁ ତିକ୍ତ ଦ୍ରବ୍ୟସବୁ ମିଷ୍ଟ।
8 As a bird that wandereth from her nest, so [is] a man that wandereth from his place.
ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ।
9 Ointment and perfume rejoice the heart: so [doth] the sweetness of a man’s friend by hearty counsel.
ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୂପ କରେ।
10 Thine own friend, and thy father’s friend, forsake not; neither go into thy brother’s house in the day of thy calamity: [for] better [is] a neighbour [that is] near than a brother far off.
ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ।
11 My son, be wise, and make my heart glad, that I may answer him that reproacheth me.
ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋʼ ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି।
12 A prudent [man] foreseeth the evil, [and] hideth himself; [but] the simple pass on, [and] are punished.
ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ।
13 Take his garment that is surety for a stranger, and take a pledge of him for a strange woman.
ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ।
14 He that blesseth his friend with a loud voice, rising early in the morning, it shall be counted a curse to him.
ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ।
15 A continual dropping in a very rainy day and a contentious woman are alike.
ଭାରୀ ବୃଷ୍ଟି ଦିନରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି।
16 Whosoever hideth her hideth the wind, and the ointment of his right hand, [which] bewrayeth [itself].
ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ।
17 Iron sharpeneth iron; so a man sharpeneth the countenance of his friend.
ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
18 Whoso keepeth the fig tree shall eat the fruit thereof: so he that waiteth on his master shall be honoured.
ଯେକେହି ଡିମ୍ବିରିବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।
19 As in water face [answereth] to face, so the heart of man to man.
ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ।
20 Hell and destruction are never full; so the eyes of man are never satisfied. (Sheol h7585)
ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଇଚ୍ଛାସକଳ କେତେବେଳେ ତୃପ୍ତ ନୁହେଁ। (Sheol h7585)
21 [As] the fining pot for silver, and the furnace for gold; so [is] a man to his praise.
କୋୟିରେ ରୂପା, ଉହ୍ମାଇରେ ସୁନା, ପ୍ରଶଂସାରେ ମନୁଷ୍ୟ ପରୀକ୍ଷିତ ହୁଏ।
22 Though thou shouldest bray a fool in a mortar among wheat with a pestle, [yet] will not his foolishness depart from him.
ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ।
23 Be thou diligent to know the state of thy flocks, [and] look well to thy herds.
ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର।
24 For riches [are] not for ever: and doth the crown [endure] to every generation?
କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କʼଣ ପୁରୁଷାନୁକ୍ରମରେ ଥାଏ?
25 The hay appeareth, and the tender grass sheweth itself, and herbs of the mountains are gathered.
ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ।
26 The lambs [are] for thy clothing, and the goats [are] the price of the field.
ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ୱରୂପ ଅଟେ।
27 And [thou shalt have] goats’ milk enough for thy food, for the food of thy household, and [for] the maintenance for thy maidens.
ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ; ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ।

< Proverbs 27 >