< Genesis 22 >

1 And it came to pass after these things, that God did tempt Abraham, and he said unto him, Abraham, and he said, Behold, here am I.
ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଏଠାରେ ଅଛି।”
2 And he said: Take now thy son, thy only one, whom thou lovest, even Isaac, and get thee into the land of Moriah; and offer him there for a burnt-offering upon one of the mountains which I tell thee of.
ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍‍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍‌ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।”
3 And Abraham rose up early in the morning, and saddled his ass, and took two of his young men with him, and Isaac his son; and he clave the wood for the burnt-offering, and arose, and went unto the place of which God had told him.
ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇ ଜଣ ଦାସ ଓ ଆପଣା ପୁତ୍ର ଇସ୍‌ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ୱରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ।
4 On the third day Abraham lifted up his eyes, and saw the place afar off.
ଏଥିଉତ୍ତାରେ ତୃତୀୟ ଦିନରେ ଅବ୍ରହାମ ଅନାଇ ଦୂରରୁ ସେହି ସ୍ଥାନ ଦେଖିଲେ।
5 And Abraham said unto his young men, abide ye here with the ass, and I and the lad will go yonder, and we will worship, and then come again to you.
ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା।”
6 And Abraham took the wood for the burnt-offering, and laid it upon Isaac his son; and he took in his hand the fire and the knife; and they went both of them together.
ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍‌ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି, ଦୁହେଁ ଏକତ୍ର ଚାଲିଗଲେ।
7 And Isaac spoke unto Abraham his father, and said, My father; and he said, Here am I, my son. And he said, Behold, here is the fire and the wood; but where is the lamb for a burnt-offering?
ଆଉ ଇସ୍‌ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢାଛୁଆ କାହିଁ?”
8 And Abraham said, God will provide himself the lamb for a burnt-offering, my son; so they went both of them together.
ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ।
9 And they came to the place which God had told him of; and Abraham built there an altar, and laid the wood in order, and bound Isaac his son, and laid him on the altar above the wood.
ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍‌ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।
10 And Abraham stretched forth his hand, and took the knife to slay his son.
ଏଥିଉତ୍ତାରେ ଅବ୍ରହାମ ହସ୍ତ ବିସ୍ତାରି ପୁତ୍ରକୁ ବଧ କରିବା ନିମନ୍ତେ ଛୁରିକା ଧରିଲେ।
11 But the angel of the Lord called unto him out of heaven, and said, Abraham, Abraham; and he said, Here am I.
ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”
12 And he said, Lay not thy hand upon the lad, neither do thou the least unto him; for now I know that thou fearest God, seeing that thou hast not withheld thy son, thy only one, from me.
ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”
13 And Abraham lifted up his eyes, and looked, and behold, there was a ram that was afterward caught in a thicket by his horns; and Abraham went and took the ram, and offered him up for a burnt-offering in the stead of his son.
ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ।
14 And Abraham called the name of that place, Adonai-yireh: as it is said to this day, On the mount of the Lord it shall be seen.
ପୁଣି, ଅବ୍ରହାମ ସେହି ସ୍ଥାନର ନାମ “ଯିହୋବାଃ-ଯିରି” ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, “ପର୍ବତରେ ସଦାପ୍ରଭୁ ଯୋଗାଇବେ।”
15 And the angel of the Lord called unto Abraham the second time out of heaven,
ଆଉ ସଦାପ୍ରଭୁଙ୍କ ଦୂତ ଦ୍ୱିତୀୟ ଥର ଆକାଶରୁ ଅବ୍ରହାମଙ୍କୁ ଡାକି କହିଲେ,
16 And said, By myself have I sworn, saith the Lord, since, because thou hast done this thing, and hast not withheld thy son, thy only one:
“ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ;
17 That I will greatly bless thee, and I will exceedingly multiply thy seed as the stars of the heaven, and as the sand which is upon the seashore; and thy seed shall possess the gate of his enemies;
ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।
18 And in thy seed shall all the nations of the earth be blessed; because that thou hast obeyed my voice.
ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”
19 And Abraham returned unto his young men; and they rose up, and went together to Beer-sheba; and Abraham dwelt in Beer-sheba.
ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍‍ଶେବାକୁ ଗଲେ ଓ ଅବ୍ରହାମ ବେର୍‍ଶେବାରେ ବାସ କଲେ।
20 And it came to pass after these things, that it was told to Abraham, saying, Behold, Milcah, she also, hath born children unto Nachor thy brother;
ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି।”
21 'Uz his first born, and Buz his brother, and Kemuel the father of Aram,
ତାହାର ଜ୍ୟେଷ୍ଠ ପୁତ୍ର ଊଷ୍‍ ଓ ତାହାର ଭ୍ରାତା ବୂଷ୍‍ ଓ ଅରାମର ପିତା କମୂୟେଲ,
22 And Kesed, and Chazo, and Pildash, and Yidlaph, and Bethuel.
ପୁଣି, କେଷଦ୍‍ ଓ ହସୋ ଓ ପିଲଦଶ୍‍ ଓ ଯିଦ୍‍ଲଫ୍‍ ଓ ବଥୂୟେଲ।
23 And Bethuel begat Rebekah; these eight did Milcah bear to Nachor, Abraham's brother.
ସେହି ବଥୂୟେଲର କନ୍ୟା ରିବିକା। ମିଲ୍କା ଏହି ଆଠ ଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହୋର ନିମନ୍ତେ ଜନ୍ମ କଲା।
24 And his concubine, whose name was Reumah, she also bore Tebach, and Gacham, and Thachash, and Maachah.
ପୁଣି, ନାହୋରର ରୂମା ନାମ୍ନୀ ଉପପତ୍ନୀଠାରୁ ଟେବହ, ଗହମ୍‍, ତହଶ୍‍ ଓ ମାଖା, ଏମାନେ ଜାତ ହେଲେ।

< Genesis 22 >