< Isaiah 24 >

1 Behold, the Lord maketh empty the land, and layeth it waste, marreth its surface, and scattereth abroad its inhabitants.
ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି।
2 And it shall be with the people as with the priest; with the servant as with his master; with the bondwoman as with her mistress; with the buyer as with the seller; with the lender as with the borrower; with the debtor as with his creditor.
ତହିଁରେ ଯେପରି ଲୋକମାନଙ୍କର, ସେହିପରି ଯାଜକର; ଯେପରି ଦାସର, ସେହିପରି ତାହାର କର୍ତ୍ତାର; ଯେପରି ଦାସୀର, ସେହିପରି ତାହାର କର୍ତ୍ତ୍ରୀର; ଯେପରି କ୍ରୟକାରୀର, ସେହିପରି ବିକ୍ରୟକାରୀର; ଯେପରି ମହାଜନର, ସେହିପରି ଖାତକର; ଯେପରି ସୁଧଗ୍ରାହୀର, ସେହିପରି ସୁଧଦାତାର ପ୍ରତି ଘଟିବ।
3 Empty, emptied out shall be the land, and spoiled, utterly spoiled; for the Lord hath spoken this word.
ପୃଥିବୀ ସମ୍ପୂର୍ଣ୍ଣ ରୂପେ ଶୂନ୍ୟ ଓ ସମ୍ପୂର୍ଣ୍ଣ ରୂପେ ଲୁଟିତ ହେବ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।
4 The land mourneth, withereth away, the world languishes, withereth away, the high ones of the people of the land do languish.
ପୃଥିବୀ ଶୋକ କରି ନିସ୍ତେଜ ହେଉଅଛି, ଜଗତ ମ୍ଳାନ ହୋଇ ନିସ୍ତେଜ ହେଉଅଛି, ପୃଥିବୀର ଉଚ୍ଚ ଲୋକମାନେ ମ୍ଳାନ ହୁଅନ୍ତି।
5 For the land was defiled under its inhabitants; because they had transgressed the laws, neglected the statutes, broken the everlasting covenant.
ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।
6 Therefore hath the curse devoured the land, and they that dwell therein suffer for their guilt; therefore are the inhabitants of the land dried up, and but few men are left.
ଏହେତୁ ଅଭିଶାପ ପୃଥିବୀକୁ ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି।
7 The new wine mourneth, the vine languisheth, all the merry-hearted sigh.
ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି।
8 At rest is the mirth of the tambourines; ceased hath the tumult of the joyful; at rest is the mirth of the harp.
ତବଲାର ଆମୋଦ ନିବୃତ୍ତ ହେଉଅଛି, ଉଲ୍ଲାସକାରୀମାନଙ୍କର ଧ୍ୱନି ଶେଷ ହେଉଅଛି, ବୀଣାର ଆନନ୍ଦ ନିବୃତ୍ତ ହେଉଅଛି।
9 Amidst singing shall they no [more] drink wine; bitter shall be the strong drink to those that drink it.
ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ।
10 Broken down is the city of desolation; shut up is every house that none can enter.
ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି।
11 A [painful] cry for wine is in the streets; darkened is all joy; banished is the mirth of the land.
ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି।
12 Destruction is left in the city, in ruins is beaten the gate.
ନଗରରେ ଧ୍ୱଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ୱାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି।
13 For thus shall it be in the midst of the land among the nations, as [at] the shaking of an olive-tree, as [at] the gleaning of grains when the vintage is done.
କାରଣ ଯେପରି ଜୀତବୃକ୍ଷ ଝାଡ଼ିବା ବେଳେ ହୁଏ ଓ ଦ୍ରାକ୍ଷାଫଳ ସଂଗ୍ରହ ଉତ୍ତାରେ ଯେପରି ଦ୍ରାକ୍ଷା ସାଉଁଟିବାର ହୁଏ, ସେହିପରି ପୃଥିବୀସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରେ ଘଟିବ।
14 These shall lift up their voice, they shall sing; because of the majesty of the Lord, they shout aloud from the sea.
ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ୱନି କରିବେ; ସଦାପ୍ରଭୁଙ୍କର ମହିମା ସକାଶୁ ସେମାନେ ସମୁଦ୍ରରୁ ଉଚ୍ଚଧ୍ୱନି କରିବେ।
15 Therefore in the valleys honor ye the Lord; in the isles of the sea, the name of the Lord the God of Israel.
ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍‍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର।
16 From the edge of the earth have we heard songs, “Glory to the righteous.” But I said, “Evil is mine, evil is mine, woe is me! the treacherous have dealt treacherously; yea, the treacherous have dealt very treacherously.”
ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରାନ୍ତ ସୀମାରୁ ଶୁଣିଅଛୁ। ମାତ୍ର ମୁଁ କହିଲି, “ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି! ମୁଁ ସନ୍ତାପର ପାତ୍ର! ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଅଛନ୍ତି; ହଁ, ବିଶ୍ୱାସଘାତକମାନେ ଅତିଶୟ ବିଶ୍ୱାସଘାତକତା କରିଅଛନ୍ତି।”
17 Fear, and the pit, and the snare are upon thee, O inhabitant of the land.
ହେ ପୃଥିବୀନିବାସୀ ଲୋକ, ତୁମ୍ଭ ନିମନ୍ତେ ଭୟ, ଗର୍ତ୍ତ ଓ ଫାନ୍ଦ ପ୍ରସ୍ତୁତ ଅଛି।
18 And it shall come to pass, that he who fleeth from the call of the fear shall fall into the pit; and he that cometh up out of the midst of the pit shall be caught in the snare; for the windows from on high are opened, and there quaked the foundations of the earth.
ଆଉ, ଏପରି ଘଟିବ, କେହି ଯଦି ଭୟର ଶବ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ; କେହି ଗର୍ତ୍ତ ମଧ୍ୟରୁ ଉଠି ଆସିଲେ, ସେ ଫାନ୍ଦରେ ଧରାଯିବ; କାରଣ ଊର୍ଦ୍ଧ୍ୱସ୍ଥ ଝରକାସବୁ ମୁକ୍ତ ଅଛି ଓ ପୃଥିବୀର ମୂଳସବୁ କମ୍ପମାନ ହେଉଅଛି।
19 Crushed entirely is the earth, split in pieces is the earth, shaken to its centre is the earth.
ପୃଥିବୀ ନିତାନ୍ତ ବିଦୀର୍ଣ୍ଣ ହେଉଅଛି, ପୃଥିବୀ ନିତାନ୍ତ ତରଳି ଯାଇଅଛି, ପୃଥିବୀ ଅତିଶୟ ବିଚଳିତ ହୋଇଅଛି।
20 The earth reeleth to and fro like a drunkard, and vibrateth like a watch-hut; and heavily lieth upon it its transgression; and it shall fall, and not rise again.
ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ।
21 And it shall come to pass on that day, that the Lord will visit punishment on the host of heaven in heaven, and on the kings of the earth upon the earth.
ପୁଣି, ସେହି ଦିନ ସଦାପ୍ରଭୁ ଊର୍ଦ୍ଧ୍ୱରେ ଊର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ।
22 And they shall be gathered in heaps, as prisoners, in the prison, and shall be shut up in the dungeon, and thus after many days shall they be punished.
ତହିଁରେ ଯେପରି ବନ୍ଦୀମାନେ କୂପରେ ଏକତ୍ରୀକୃତ ହୁଅନ୍ତି, ସେହିପରି ସେମାନେ ଏକତ୍ରୀକୃତ ହୋଇ ବନ୍ଦୀଗୃହରେ ରୁଦ୍ଧ ହେବେ, ପୁଣି, ଅନେକ ଦିନ ଉତ୍ତାରେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରାଯିବ।
23 And the moon shall be put to the blush, and the sun be made ashamed; for the Lord of hosts will reign on mount Zion, and in Jerusalem, and before his ancients in glory.
ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।

< Isaiah 24 >