< Job 37 >

1 At this also my heart trembleth, and is moved upward out of its place.
ଏଥିରେ ମଧ୍ୟ ମୋହର ହୃଦୟ କମ୍ପମାନ ହେଉଅଛି ଓ ସ୍ୱ ସ୍ଥାନରୁ ଅନ୍ତରିତ ହେଉଅଛି।
2 Hear, O hear, the rattling of his thunder, and the storm's roar that goeth out of his mouth.
ତୁମ୍ଭେମାନେ ପରମେଶ୍ୱରଙ୍କ ରବର ଶବ୍ଦ ଓ ତାହାଙ୍କ ମୁଖନିର୍ଗତ ସ୍ୱର ଶୁଣ।
3 Under the whole heavens he letteth it loose, and his lightning over the ends of the earth.
ସେ ତାହା ସମୁଦାୟ ଆକାଶର ଅଧଃସ୍ଥାନକୁ ଓ ଆପଣା ବିଜୁଳିକୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପ୍ରେରଣ କରନ୍ତି।
4 Behind it roareth the thunder; he thundereth with his majestic voice; and he holdeth them not back when his voice is heard.
ତହିଁ ପଛେ ଏକ ରବ ଗର୍ଜ୍ଜନ କରଇ, ସେ ଆପଣା ମହତ୍ତ୍ୱର ରବରେ ବଜ୍ରନାଦ କରନ୍ତି ଓ ତାହାଙ୍କ ରବ ଶୁଣାଗଲା ବେଳେ ସେ ତାହାସବୁ ନିବୃତ୍ତ କରନ୍ତି ନାହିଁ।
5 God thundereth with his marvelous voice: he doth great things, which we cannot comprehend.
ପରମେଶ୍ୱର ଆପଣା ରବରେ ଆଶ୍ଚର୍ଯ୍ୟ ରୂପେ ଗର୍ଜ୍ଜନ କରନ୍ତି; ସେ ଆମ୍ଭମାନଙ୍କ ବୋଧର ଅଗମ୍ୟ ମହତ କାର୍ଯ୍ୟ କରନ୍ତି।
6 For to the snow he saith, Be thou on the earth: likewise the pouring rain, and to the pouring rains of his strength.
କାରଣ ସେ ହିମକୁ କହନ୍ତି, ତୁମ୍ଭେ ପୃଥିବୀରେ ପଡ଼; ସେ ସାମାନ୍ୟ ବୃଷ୍ଟିକୁ ଓ ଆପଣାର ପ୍ରବଳ ବୃଷ୍ଟିକୁ ସେହିପରି କହନ୍ତି।
7 He sealeth it on the hand of every man, that all men whom he hath made may know it.
ଯେପରି ତାହାଙ୍କର ସୃଷ୍ଟ ସମସ୍ତ ମନୁଷ୍ୟ ତାହା ଜାଣି ପାରିବେ, ଏଥିପାଇଁ ସେ ପ୍ରତ୍ୟେକ ମନୁଷ୍ୟର ହସ୍ତ ମୋହରାଙ୍କିତ କରନ୍ତି।
8 Then retire the beasts into [their] dens, and rest in their lairs.
ସେତେବେଳେ ପଶୁମାନେ ଆଶ୍ରୟ ସ୍ଥାନକୁ ଯାʼନ୍ତି ଓ ଆପଣା ଆପଣା ଗହ୍ୱରରେ ରହନ୍ତି।
9 Out of [his] chamber cometh the whirlwind, and out of the north, the cold.
ଦକ୍ଷିଣସ୍ଥ ମଣ୍ଡଳରୁ ବତାସ ଆସେ ଓ ଉତ୍ତରରୁ ଶୀତ ଆସେ।
10 From the breathing of God ice is given, and the broad waters become solid.
ପରମେଶ୍ୱରଙ୍କ ନିଶ୍ୱାସରେ ହିମାନୀ ଜନ୍ମେ ଓ ଜଳରାଶିର ବିସ୍ତୃତି ସଂକୀର୍ଣ୍ଣ ହୁଏ।
11 Also with moisture he loadeth the cloud; [and] he scattereth the cloud of his lightning;
ଆହୁରି, ସେ ନିବିଡ଼ ମେଘକୁ ଆର୍ଦ୍ରତାରେ ପୂର୍ଣ୍ଣ କରନ୍ତି; ସେ ଆପଣା ବିଜୁଳିର ମେଘ ବିସ୍ତାର କରନ୍ତି।
12 And it is turned round about by his guidance, to execute what he commandeth it upon the face of the world, the earth.
ଆଉ, ସେ ଯାହା କିଛି ଆଜ୍ଞା କରନ୍ତି, ତାହା ବାସଯୋଗ୍ୟ ଭୂମଣ୍ଡଳରେ ସାଧନ କରିବା ପାଇଁ ତାହାଙ୍କ ଚାଳନ ଦ୍ୱାରା ତାହା ଘୂରେ।
13 Whether it be as a chastising rod—if this be destined for his earth—or for kindness, doth he cause it to come.
ଦଣ୍ଡ ନିମନ୍ତେ, ବା ଆପଣା ଦେଶ ନିମନ୍ତେ, ଅଥବା ଦୟା ନିମନ୍ତେ ହେଉ, ସେ ତାହା ଘଟାନ୍ତି।
14 Give ear unto this, O Job: stand still, and consider well the wonders of God.
ହେ ଆୟୁବ, ଏଥିରେ କର୍ଣ୍ଣପାତ କର; ସ୍ଥିର ହୋଇ ଠିଆ ହୁଅ ଓ ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟକ୍ରିୟାସବୁ ବିବେଚନା କର।
15 Dost thou know how God hath imposed [a law] on them, and [how] he hath caused the light of his cloud to shine?
ପରମେଶ୍ୱର କିପରି ସେମାନଙ୍କ ଉପରେ ଆପଣା ଆଜ୍ଞାଭାର ଥୁଅନ୍ତି ଓ ଆପଣା ମେଘର ବିଜୁଳିକୁ ଦୀପ୍ତିମାନ କରନ୍ତି, ଏହା କି ତୁମ୍ଭେ ଜାଣ?
16 Dost thou know aught about the balancings of the clouds, the wondrous works of him who is perfect in knowledge?
ତୁମ୍ଭେ କି ମେଘମାଳର ସମତୌଲ, ପରମ ଜ୍ଞାନୀଙ୍କର ଆଶ୍ଚର୍ଯ୍ୟକ୍ରିୟାସବୁ ଜାଣ?
17 [Thou] who clothest thyself with warm garments, when He giveth the earth rest from the south wind?
ଦକ୍ଷିଣ ବାୟୁ ସକାଶୁ ପୃଥିବୀ ସ୍ତବ୍ଧ ଥିବା ବେଳେ ତୁମ୍ଭର ବସ୍ତ୍ର କିପରି ଉଷ୍ଣ ହୁଏ?
18 Hast thou with him spread out the skies, which are strong even as a molten mirror?
ତୁମ୍ଭେ କି ଛାଞ୍ଚରେ ଢଳା ଦର୍ପଣ ପରି ଦୃଢ ଆକାଶମଣ୍ଡଳକୁ ତାହାଙ୍କ ସଙ୍ଗେ ବିସ୍ତାର କରିପାର?
19 Let us know what we shall say unto him: we cannot set aught in order [before him] because of darkness.
ତାହାଙ୍କୁ କଅଣ କହିବା, ତାହା ଆମ୍ଭମାନଙ୍କୁ ଶିଖାଅ; କାରଣ ଅନ୍ଧକାର ସକାଶୁ ଆମ୍ଭେମାନେ ଆପଣା କଥା ସଜାଇ ପାରୁ ନାହୁଁ।
20 Can [all] be related of him, when I speak [ever so much]? or if a man talk [of him] even till he be swallowed up [in death]?
ମୁଁ କଥା କହିବାକୁ ଇଚ୍ଛା କରେ ବୋଲି କି ତାହାଙ୍କୁ କୁହାଯିବ? ଅବା କୌଣସି ମନୁଷ୍ୟ କି ଗ୍ରାସି ହୋଇ ଯିବାକୁ ଇଚ୍ଛା କରିବ?
21 Yet now men see not the light which is bright in the skies, when the wind hath passed along, and purified them.
ପୁଣି, ଏତେବେଳେ ଲୋକମାନେ ଆକାଶସ୍ଥ ତେଜସ୍କର ଦୀପ୍ତି ଦେଖନ୍ତି ନାହିଁ; ମାତ୍ର ବାୟୁ ବହି ତାହା ପରିଷ୍କାର କରେ।
22 The golden [light] that cometh out of the north: around God is terrible majesty.
ଉତ୍ତର ଦିଗରୁ ସୁବର୍ଣ୍ଣମୟ ଆଭା ଆସେ; ପରମେଶ୍ୱରଙ୍କଠାରେ ଭୟାନକ ମହତ୍ତ୍ୱ ଥାଏ।
23 The Almighty, whom we cannot find out, excellent in power, and in justice, and abounding in righteousness, will not afflict:
ସର୍ବଶକ୍ତିମାନ ପରମେଶ୍ୱର! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ।
24 Therefore do men fear him; he respecteth not any that are wise of heart.
ଏଣୁ ନରଗଣ ତାହାଙ୍କୁ ଭୟ କରନ୍ତି; ଯେଉଁମାନେ ଅନ୍ତଃକରଣରେ ଜ୍ଞାନୀ, ସେ ସେମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ।”

< Job 37 >