< Genesis 46 >
1 And Israel journeys, and all that he has, and comes to Beer-Sheba, and sacrifices sacrifices to the God of his father Isaac;
ଏଥିଉତ୍ତାରେ ଇସ୍ରାଏଲ ଆପଣା ସର୍ବସ୍ୱ ଘେନି ଯାତ୍ରା କଲେ, ପୁଣି, ବେର୍ଶେବାରେ ଓହ୍ଲାଇ ସେଠାରେ ଆପଣା ପିତା ଇସ୍ହାକଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।
2 and God speaks to Israel in visions of the night and says, “Jacob, Jacob”; and he says, “Here I [am].”
ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
3 And He says, “I [am] God, God of your father, do not be afraid of going down to Egypt, for I set you there for a great nation;
ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।
4 I go down with you to Egypt, and I also certainly bring you up, and Joseph puts his hand on your eyes.”
ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।”
5 And Jacob rises from Beer-Sheba, and the sons of Israel carry away their father Jacob, and their infants, and their wives, in the wagons which Pharaoh has sent to carry him,
ଏଥିଉତ୍ତାରେ ଯାକୁବ ବେର୍ଶେବାଠାରୁ ଯାତ୍ରା କଲେ; ପୁଣି, ତାଙ୍କୁ ନେବା ନିମନ୍ତେ ଫାରୋ ଯେଉଁ ଶଗଡ଼ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇଗଲେ।
6 and they take their livestock, and their goods which they have acquired in the land of Canaan, and come into Egypt—Jacob, and all his seed with him,
ଏଉତ୍ତାରେ ସେମାନେ, ଅର୍ଥାତ୍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ।
7 his sons, and his sons’ sons with him, his daughters, and his sons’ daughters, indeed, all his seed he brought with him into Egypt.
ଏହି ପ୍ରକାରେ ଯାକୁବ ଆପଣା ପୁତ୍ରପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ।
8 And these [are] the names of the sons of Israel who are coming into Egypt: Jacob and his sons, Jacob’s firstborn, Reuben.
ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍।
9 And sons of Reuben: Enoch, and Phallu, and Hezron, and Carmi.
ରୁବେନ୍ର ପୁତ୍ର ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି।
10 And sons of Simeon: Jemuel, and Jamin, and Ohad, and Jachin, and Zohar, and Shaul son of the Canaanite.
ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍, ଓହଦ୍, ଯାଖୀନ୍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ।
11 And sons of Levi: Gershon, Kohath, and Merari.
ଲେବୀର ପୁତ୍ର ଗେର୍ଶୋନ, କହାତ ଓ ମରାରି।
12 And sons of Judah: Er, and Onan, and Shelah, and Perez, and Zerah (and Er and Onan die in the land of Canaan). And sons of Perez are Hezron and Hamul.
ଯିହୁଦାର ପୁତ୍ର ଏର, ଓନନ୍, ଶେଲା, ପେରସ ଓ ସେରହ; ମାତ୍ର ଏର ଓ ଓନନ୍ କିଣାନ ଦେଶରେ ମରିଥିଲେ। ପେରସର ପୁତ୍ର ହିଷ୍ରୋଣ ଓ ହାମୂଲ।
13 And sons of Issachar: Tola, and Phuvah, and Job, and Shimron.
ଇଷାଖରର ସନ୍ତାନ ତୋଲୟ, ପୂୟ, ଯୋବ ଓ ଶିମ୍ରୋଣ।
14 And sons of Zebulun: Sered, and Elon, and Jahleel.
ସବୂଲୂନର ପୁତ୍ର ସେରଦ, ଏଲୋନ୍ ଓ ଯହଲେଲ।
15 These [are] sons of Leah whom she bore to Jacob in Padan-Aram, and his daughter Dinah; all the persons of his sons and his daughters [are] thirty-three.
ଏମାନେ ଓ କନ୍ୟା ଦୀଣା ପଦ୍ଦନ୍ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ।
16 And sons of Gad: Ziphion, and Haggi, Shuni, and Ezbon, Eri, and Arodi, and Areli.
ଗାଦ୍ର ପୁତ୍ର ସିଫୋନ୍, ହଗି, ଶୂନୀ, ଇଷବୋନ୍, ଏରି, ଅରୋଦି ଓ ଅରେଲୀ।
17 And sons of Asher: Jimnah, and Ishuah, and Isui, and Beriah, and their sister Serah. And sons of Beriah: Heber and Malchiel.
ଆଶେରର ପୁତ୍ର ଯିମ୍ନା, ଯିଶ୍ବା, ଯିଶ୍ବି, ବରୀୟ ଓ ସେମାନଙ୍କ ଭଗିନୀ ସେରହ। ପୁଣି, ବରୀୟର ପୁତ୍ର ହେବର ଓ ମଲ୍କୀୟେଲ।
18 These [are] sons of Zilpah, whom Laban gave to his daughter Leah, and she bears these to Jacob—sixteen persons.
ଲାବନ ଆପଣା କନ୍ୟା ଲେୟାକୁ ସିଳ୍ପା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା। ଏମାନେ ଷୋହଳ ଜଣ।
19 Sons of Rachel, Jacob’s wife: Joseph and Benjamin.
ପୁଣି, ଯାକୁବଙ୍କ ଭାର୍ଯ୍ୟା ରାହେଲର ପୁତ୍ର ଯୋଷେଫ ଓ ବିନ୍ୟାମୀନ୍।
20 And born to Joseph in the land of Egypt (whom Asenath daughter of Poti-Pherah, priest of On, has borne to him) [are] Manasseh and Ephraim.
ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା।
21 And sons of Benjamin: Belah, and Becher, and Ashbel, Gera, and Naaman, Ehi, and Rosh, Muppim, and Huppim, and Ard.
ପୁଣି, ବିନ୍ୟାମୀନ୍ର ସନ୍ତାନ ବେଲା, ବେଖର, ଅସ୍ବେଲ, ଗେରା, ନାମାନ୍, ଏହୀ, ରୋଶ, ମୁପ୍ପୀମ, ହୁପ୍ପୀମ୍ ଓ ଅର୍ଦ।
22 These [are] sons of Rachel, who were born to Jacob; all the persons [are] fourteen.
ଏହି ଚଉଦ ଜଣ ଯାକୁବଙ୍କଠାରୁ ଜାତ ରାହେଲର ସନ୍ତାନ।
23 And sons of Dan: Hushim.
ଆଉ ଦାନ୍ର ପୁତ୍ର ହୂଶୀମ୍।
24 And sons of Naphtali: Jahzeel, and Guni, and Jezer, and Shillem.
ନପ୍ତାଲିର ପୁତ୍ର ଯହସୀୟେଲ, ଗୂନି, ଯେତ୍ସର ଓ ଶିଲ୍ଲେମ।
25 These [are] sons of Bilhah, whom Laban gave to his daughter Rachel; and she bears these to Jacob—all the persons [are] seven.
ଲାବନ ଆପଣା କନ୍ୟା ରାହେଲକୁ ବିଲ୍ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ।
26 All the persons who are coming to Jacob to Egypt, coming out of his thigh, apart from the wives of Jacob’s sons, all the persons [are] sixty-six.
ଯାକୁବଙ୍କ କଟିରୁ ଉତ୍ପନ୍ନ ଯେଉଁ ପ୍ରାଣୀଗଣ ତାଙ୍କ ସଙ୍ଗରେ ମିସରରେ ଉପସ୍ଥିତ ହେଲେ, ଯାକୁବଙ୍କ ପୁତ୍ରବଧୂମାନଙ୍କ ଛଡ଼ା ସେମାନେ ସର୍ବସୁଦ୍ଧା ଛଅଷଠି ପ୍ରାଣୀ ଥିଲେ।
27 And the sons of Joseph who have been born to him in Egypt [are] two persons. All the persons of the house of Jacob who are coming into Egypt [are] seventy.
ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ।
28 And Judah he has sent before him to Joseph, to direct before him to Goshen, and they come into the land of Goshen;
ଏଥିଉତ୍ତାରେ ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ।
29 and Joseph harnesses his chariot, and goes up to meet his father Israel, to Goshen, and appears to him, and falls on his neck, and weeps on his neck again;
ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ।
30 and Israel says to Joseph, “Let me die this time, after my seeing your face, for you [are] yet alive.”
ସେତେବେଳେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଏବେ ମୋହର ମରଣ ହେଉ, ମୁଁ ତୁମ୍ଭ ମୁଖ ଦେଖିଲି, ତୁମ୍ଭେ ତ ଆଜି ପର୍ଯ୍ୟନ୍ତ ବଞ୍ଚିଅଛ।”
31 And Joseph says to his brothers, and to the house of his father, “I go up, and declare to Pharaoh, and say to him, My brothers, and the house of my father who [are] in the land of Canaan have come to me;
ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, “ମୁଁ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିବି, ‘କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋʼ ନିକଟକୁ ଆସିଅଛନ୍ତି।
32 and the men [are] feeders of a flock, for they have been men of livestock; and their flock, and their herd, and all that they have, they have brought.
ସେମାନେ ପଶୁପାଳକ ଓ ପଶୁ ବ୍ୟବସାୟୀ, ଏଣୁ ସେମାନେ ଆପଣାମାନଙ୍କ ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ଆଣିଅଛନ୍ତି।’
33 And it has come to pass, when Pharaoh calls for you and has said, What [are] your works?
ତହିଁରେ ଫାରୋ ତୁମ୍ଭମାନଙ୍କୁ ଡକାଇ ‘ତୁମ୍ଭମାନଙ୍କର କେଉଁ ବ୍ୟବସାୟ?’ ଏ କଥା ଯେତେବେଳେ ପଚାରିବେ,
34 That you have said, Your servants have been men of livestock from our youth, even until now, both we and our fathers, in order that you may dwell in the land of Goshen, for the abomination of the Egyptians is everyone feeding a flock.”
ସେତେବେଳେ ତୁମ୍ଭେମାନେ କହିବ, ‘ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁ ବ୍ୟବସାୟୀ;’ ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସରୀୟମାନଙ୍କ ନିକଟରେ ଘୃଣାଯୋଗ୍ୟ ଅଟନ୍ତି।”