< Isaiah 19 >
1 The burden of Egypt. Behold, YHWH is riding on a swift thick cloud, And He has entered Egypt, And the idols of Egypt have been moved at His presence, And the heart of Egypt melts in its midst.
ମିସର ବିଷୟକ ଭବିଷ୍ୟତବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।
2 And I armed Egyptians against Egyptians, And they fought, each against his brother, And each against his neighbor, City against city, kingdom against kingdom.
ପୁଣି, ଆମ୍ଭେ ମିସରୀୟମାନଙ୍କୁ ମିସରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ।
3 And the spirit of Egypt has been emptied out in its midst. And I swallow up its counsel, And they have sought to the idols, And to the charmers, And to those having familiar spirits, And to the wizards.
ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।
4 And I have delivered the Egyptians Into the hand of a hard lord, And a strong king rules over them, A declaration of the Lord, YHWH of Hosts.
ଆଉ, ଆମ୍ଭେ ମିସରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁରନ୍ତ ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ଏହା ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
5 And waters have failed from the sea, And a river is desolated and dried up.
ପୁଣି, ସମୁଦ୍ର ଜଳଶୂନ୍ୟ ହେବ ଓ ନଦୀ କ୍ଷୟ ପାଇ ଶୁଷ୍କ ହେବ।
6 And they have turned away the flowings, Brooks of the bulwark have been weak and dried up, Reed and flag have withered.
ଆଉ, ନଦୀସବୁ ଦୁର୍ଗନ୍ଧ ହେବ; ମିସରର ସ୍ରୋତସବୁ ସାନ ହୋଇ ଶୁଖିଯିବ; ନଳ ଓ ଜଳଜ ତୃଣ ଶୁଷ୍କ ହୋଇଯିବ।
7 Exposed things by the brook, by the edge of the brook, And every sown thing of the brook, has withered, It has been driven away, and is not.
ନୀଳ ନଦୀ ନିକଟସ୍ଥ, ନୀଳ ନଦୀର ତୀରବର୍ତ୍ତୀ ପଡ଼ିଆସବୁ ଓ ନୀଳ ନଦୀ ନିକଟରେ ଯାହା କିଛି ବୁଣାଯାଏ, ସେହି ସବୁ ଶୁଷ୍କ ହୋଇ ଉଡ଼ିଯିବ ଓ ଆଉ ରହିବ ନାହିଁ।
8 And the fishers have lamented, And all casting a hook into the brook have mourned, And those spreading dragnets on the face of the waters have languished.
କେଉଟମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳ ନଦୀରେ ବନଶୀ ପକାନ୍ତି, ସେମାନେ ସମସ୍ତେ ଶୋକ କରିବେ, ପୁଣି, ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ।
9 And makers of fine flax have been ashamed, And weavers of networks.
ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ।
10 And its foundations have been struck, All making wages [are] afflicted in soul.
ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ଡ ଖଣ୍ଡ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକ ସମସ୍ତେ ପ୍ରାଣରେ ଦୁଃଖିତ ହେବେ।
11 Only, the princes of Zoan [are] fools, The counsel of the wise ones of the counselors of Pharaoh has become brutish. How do you say to Pharaoh, “I am a son of the wise, a son of kings of antiquity?”
ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ?
12 Where [are] they now, your wise ones? Indeed, let them now tell [it] to you, And they know what YHWH of Hosts has counseled against Egypt!
ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ।
13 Princes of Zoan have been foolish, Princes of Noph have been lifted up, And they have caused Egypt to err, The chief of her tribes.
ସୋୟନର ଅଧିପତିମାନେ ନିର୍ବୋଧ ହୋଇଅଛନ୍ତି, ନୋଫର ଅଧିପତିମାନେ ଭ୍ରାନ୍ତ ହୋଇଅଛନ୍ତି; ଯେଉଁମାନେ ମିସରୀୟ ଗୋଷ୍ଠୀବର୍ଗର କୋଣ-ପ୍ରସ୍ତର ସ୍ୱରୂପ, ସେମାନେ ମିସରକୁ ବିପଥରେ ଗମନ କରାଇଅଛନ୍ତି।
14 YHWH has mingled in her midst A spirit of perverseness, And they have caused Egypt to err in all its work, As a drunkard errs in his vomit.
ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇପଡ଼େ, ସେହିପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି।
15 And there is no work to Egypt, That head or tail, branch or reed, may do.
ପୁଣି, ମସ୍ତକ କିମ୍ବା ଲାଙ୍ଗୁଳ, କିମ୍ବା ତାଳବାହୁଙ୍ଗା କିମ୍ବା ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ।
16 In that day Egypt is like women, And it has mourned, and been afraid, Because of the waving of the hand of YHWH of Hosts, That He is waving over it.
ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।
17 And the land of Judah has been to Egypt for a cause of staggering, Everyone who mentions it, fears for himself, Because of the counsel of YHWH of Hosts, That He is counseling against it.
ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ।
18 In that day there are five cities in the land of Egypt, Speaking the lip of Canaan, And swearing to YHWH of Hosts, “The city of destruction,” is said of one.
ସେହି ଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ।
19 In that day there is an altar to YHWH In the midst of the land of Egypt, And a standing pillar to YHWH near its border,
ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ।
20 And it has been for a sign and for a testimony, To YHWH of Hosts in the land of Egypt, For they cry to YHWH from the face of oppressors, And He sends a Savior to them, Even a great one, and has delivered them.
ପୁଣି, ତାହା ମିସର ଦେଶରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଚିହ୍ନ ଓ ସାକ୍ଷୀ ସ୍ୱରୂପ ହେବ; କାରଣ ସେମାନେ ଉପଦ୍ରବୀଗଣର ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରିବେ, ତହିଁରେ ସେ ଜଣେ ତ୍ରାଣକର୍ତ୍ତା ଓ ରକ୍ଷକ ପଠାଇବେ ଓ ସେ ସେମାନଙ୍କୁ ଉଦ୍ଧାର କରିବେ।
21 And YHWH has been known to Egypt, And the Egyptians have known YHWH in that day, And done sacrifice and present, And vowed a vow to YHWH, and completed [it].
ପୁଣି, ମିସରକୁ ସଦାପ୍ରଭୁଙ୍କର ପରିଚୟ ଦିଆଯିବ ଓ ସେହି ଦିନ ମିସରୀୟମାନେ ସଦାପ୍ରଭୁଙ୍କୁ ଜାଣିବେ; ଆହୁରି, ସେମାନେ ବଳି ଓ ନୈବେଦ୍ୟ ଦେଇ ଆରାଧନା କରିବେ ଓ ସଦାପ୍ରଭୁଙ୍କ ନିକଟରେ ମାନତ କରି ତାହା ପୂର୍ଣ୍ଣ କରିବେ।
22 And YHWH has struck Egypt, striking and healing, And they have turned back to YHWH, And He has accepted their plea, And has healed them.
ପୁଣି, ସଦାପ୍ରଭୁ ମିସରକୁ ପ୍ରହାର କରିବେ, ପ୍ରହାର କରିବେ ଓ ସୁସ୍ଥ କରିବେ; ପୁଣି, ସେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସିବେ, ତହିଁରେ ସେ ସେମାନଙ୍କର ବିନତି ଗ୍ରାହ୍ୟ କରି ସେମାନଙ୍କୁ ସୁସ୍ଥ କରିବେ।
23 In that day a highway is out of Egypt to Asshur, And the Assyrians have come into Egypt, And the Egyptians into Asshur, And the Egyptians have served with the Assyrians.
ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟାତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ।
24 In that day Israel is third, With Egypt, and with Asshur, A blessing in the heart of the earth.
ସେହି ଦିନ ଇସ୍ରାଏଲ, ମିସର ଓ ଅଶୂରର ସଙ୍ଗେ ତୃତୀୟ ହୋଇ ପୃଥିବୀ ମଧ୍ୟରେ ଆଶୀର୍ବାଦର ପାତ୍ର ହେବ;
25 In that YHWH of Hosts blessed it, saying, “Blessed [is] My people—Egypt, And the work of My hands—Asshur, And My inheritance—Israel!”
କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।