< Proverbs 11 >

1 Balances of deceit [are] an abomination to YHWH, And a perfect weight [is] His delight.
ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।
2 Pride has come, and shame comes, And wisdom [is] with the lowly.
ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ।
3 The integrity of the upright leads them, And the perverseness of the treacherous destroys them.
ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।
4 Wealth does not profit in a day of wrath, And righteousness delivers from death.
ପରମେଶ୍ୱରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।
5 The righteousness of the perfect makes his way right, And by his wickedness the wicked fall.
ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ।
6 The righteousness of the upright delivers them, And in mischief the treacherous are captured.
ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ।
7 In the death of a wicked man, hope perishes, And the expectation of the iniquitous has been lost.
ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ବିନଷ୍ଟ ହୁଏ।
8 The righteous is drawn out from distress, And the wicked goes in instead of him.
ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁ ଆସେ।
9 A hypocrite corrupts his friend with the mouth, And the righteous are drawn out by knowledge.
ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ।
10 A city exults in the good of the righteous, And in the destruction of the wicked [is] singing.
ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ୱନି ହୁଏ।
11 By the blessing of the upright is a city exalted, And by the mouth of the wicked thrown down.
ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ।
12 Whoever is despising his neighbor lacks heart, And a man of understanding keeps silence.
ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।
13 A busybody is revealing secret counsel, And the faithful of spirit is covering the matter.
ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।
14 Without counsels a people falls, And deliverance [is] in a multitude of counselors.
ସୁପରାମର୍ଶ ଅଭାବରେ ଜାତିର ପତନ ହୁଏ, ପୁଣି, ବହୁସଂଖ୍ୟକ ପରାମର୍ଶଦାତାଙ୍କ ଉପରେ ଜାତିର ନିରାପତ୍ତା ନିର୍ଭର କରେ।
15 An evil [one] suffers when he has been guarantor [for] a stranger, And whoever hates striking hands [in agreement] is confident.
ଅଜଣା ଲୋକ ପାଇଁ ଯେ ମଧ୍ୟସ୍ଥ ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ମଧ୍ୟସ୍ଥ ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ।
16 A gracious woman retains honor, And terrible [men] retain riches.
ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି, ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି।
17 A kind man is rewarding his own soul, And the fierce is troubling his own flesh.
ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ।
18 The wicked is getting a lying wage, And whoever is sowing righteousness—a true reward.
ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି।
19 Correctly [is] righteousness for life, And whoever is pursuing evil—for his own death.
ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁୁ ଘଟାଏ।
20 The perverse of heart are an abomination to YHWH, And the perfect of the way [are] His delight.
କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର।
21 Hand to hand, the wicked is not acquitted, And the seed of the righteous has escaped.
ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ଡିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷାପ୍ରାପ୍ତ ହେବେ।
22 A ring of gold in the nose of a sow—A beautiful woman and stubborn of behavior.
ଘୁଷୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ।
23 The desire of the righteous [is] only good, The hope of the wicked [is] transgression.
ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ।
24 There is [one] who is scattering, and yet is increased, And [one] who is keeping back from uprightness, only to want.
କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି, କେହି କେହି ଉଚିତ ବ୍ୟୟ ଅସ୍ୱୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ।
25 A liberal soul is made fat, And whoever is watering, he also is watered.
ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ।
26 Whoever is withholding grain, the people execrate him, And a blessing [is] for the head of him who is selling.
ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ।
27 Whoever is earnestly seeking good Seeks a pleasing thing, And whoever is seeking evil—it meets him.
ଯେଉଁ ବ୍ୟକ୍ତି ଯତ୍ନରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ, ପୁଣି ଯେ ପରର ମନ୍ଦ କରିବାକୁ ଖୋଜେ, ତାହା ପ୍ରତି ତାହା ହିଁ ଘଟିବ।
28 Whoever is confident in his wealth falls, And as a leaf, the righteous flourish.
ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ।
29 Whoever is troubling his own house inherits wind, And the fool [is] a servant to the wise of heart.
ଆପଣା ପରିବାରକୁ ଯେ ଦୁଃଖ ଦିଏ, ସେ ବାୟୁରୂପ ଅଧିକାର ପାଏ; ପୁଣି, ଅଜ୍ଞାନ ବିଜ୍ଞ ବ୍ୟକ୍ତିର ଦାସ ହେବ।
30 The fruit of the righteous [is] a tree of life, And whoever is taking souls [is] wise.
ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ।
31 Behold, the righteous is repaid in the earth, Surely also the wicked and the sinner!
ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପାʼନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କʼଣ ତତୋଧିକ ପାଇବେ ନାହିଁ?

< Proverbs 11 >