< Psalms 106 >

1 Praise YAH, give thanks to YHWH, for [He is] good, for His kindness [is] for all time!
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ। ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
2 Who utters the mighty acts of YHWH? Sounds all His praise?
ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ? ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ?
3 O the blessedness of those keeping judgment, Doing righteousness at all times.
ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ।
4 Remember me, O YHWH, With the favor of Your people, Look after me in Your salvation.
ହେ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ୱ ନିଅ;
5 To look on the good of Your chosen ones, To rejoice in the joy of Your nation, To boast myself with Your inheritance.
ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, ତୁମ୍ଭ ଅଧିକାର ସହିତ ଦର୍ପ କରିବି।
6 We have sinned with our fathers, We have done perversely, we have done wickedly.
ଆମ୍ଭେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ।
7 Our fathers in Egypt, Have not considered wisely Your wonders, They have not remembered The abundance of Your kind acts, And provoke by the sea, at the Sea of Suph.
ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସାଗର ନିକଟରେ ହେଁ ବିଦ୍ରୋହାଚରଣ କଲେ।
8 And He saves them for His Name’s sake, To make His might known,
ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ।
9 And rebukes the Sea of Suph, and it is dried up, And causes them to go Through depths as a wilderness.
ଆହୁରି, ସେ ସୂଫ ସାଗରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ।
10 And He saves them from the hand Of him who is hating, And redeems them from the hand of the enemy.
ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ।
11 And waters cover their adversaries, One of them has not been left.
ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା; ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ରହିଲା ନାହିଁ।
12 And they believe in His words, they sing His praise,
ସେତେବେଳେ ତାହାଙ୍କ ଲୋକମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ; ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ।
13 They have hurried—forgotten His works, They have not waited for His counsel.
ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରିଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ;
14 And they lust greatly in a wilderness, And try God in a desert.
ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରାନ୍ତ ହେଲେ ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।
15 And He gives to them their request, And sends leanness into their soul.
ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ।
16 And they are envious of Moses in the camp, Of Aaron, YHWH’s holy one.
ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍‍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ।
17 Earth opens, and swallows up Dathan, And covers over the company of Abiram.
ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା ଓ ଅବୀରାମର ଦଳକୁ ଆଚ୍ଛାଦନ କଲା।
18 And fire burns among their company, A flame sets the wicked on fire.
ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।
19 They make a calf in Horeb, And bow themselves to a molten image,
ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ।
20 And change their glory Into the form of an ox eating herbs.
ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ୱରୂପଙ୍କୁ ପରିବର୍ତ୍ତନ କଲେ।
21 They have forgotten God their Savior, The doer of great things in Egypt,
ଯେ ମିସରରେ ବିବିଧ ମହତ କର୍ମ, ହାମ୍‍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସାଗର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;
22 Of wonderful things in the land of Ham, Of fearful things by the Sea of Suph.
ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ପାସୋରିଲେ।
23 And He commands to destroy them, Unless Moses, His chosen one, Had stood in the breach before Him, To turn back His wrath from destroying.
ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ।
24 And they kick against the desirable land, They have not given credence to His word.
ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, ସେମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ ନାହିଁ।
25 And they murmur in their tents, They have not listened to the voice of YHWH.
ମାତ୍ର ଆପଣା ଆପଣା ତମ୍ବୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।
26 And He lifts up His hand to them, To cause them to fall in a wilderness,
ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ
27 And to cause their seed to fall among nations, And to scatter them through lands.
ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବା ପାଇଁ ସେମାନଙ୍କ ପ୍ରତି ଆପଣା ହସ୍ତ ଉଠାଇଲେ।
28 And they are coupled to Ba‘al-Peor, And eat the sacrifices of the dead,
ଆହୁରି, ସେମାନେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ ଓ ମୃତମାନଙ୍କର ବଳି ଭୋଜନ କଲେ।
29 And they provoke to anger by their actions, And a plague breaks forth on them,
ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ୱାରା ତାହାଙ୍କୁ ବିରକ୍ତ କଲେ; ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା।
30 And Phinehas stands, and executes judgment, And the plague is restrained,
ସେତେବେଳେ ପୀନହସ୍‍ ଠିଆ ହୋଇ ଦଣ୍ଡାଜ୍ଞା ସାଧନ କଲା; ତହିଁରେ ମହାମାରୀ ନିବୃତ୍ତ ହେଲା।
31 And it is reckoned to him for righteousness, From generation to generation—for all time.
ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।
32 And they cause wrath by the waters of Meribah, And it is evil to Moses for their sakes,
ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ, ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା,
33 For they have provoked his spirit, And he speaks wrongfully with his lips.
ଯେହେତୁ ସେମାନେ ମୋଶାଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, ସେ ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ।
34 They have not destroyed the peoples, As YHWH had commanded to them,
ସେମାନେ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗୋଷ୍ଠୀବର୍ଗକୁ ବିନାଶ କଲେ ନାହିଁ।
35 And mix themselves among nations, and learn their works,
ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ।
36 And serve their idols, And they are for a snare to them.
ଆଉ, ସେମାନଙ୍କ ଦେବତାଗଣର ସେବା କଲେ; ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ୱରୂପ ହେଲା।
37 And they sacrifice their sons and their daughters to the demons,
ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ।
38 And they shed innocent blood—Blood of their sons and of their daughters, Whom they have sacrificed to idols of Canaan, And the land is profaned with blood.
ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍‍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା।
39 And they are defiled with their works, And commit whoredom in their habitual doings.
ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ।
40 And the anger of YHWH Is kindled against His people, And He detests His inheritance.
ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ୱଳିତ ହେଲା, ପୁଣି, ସେ ଆପଣା ଅଧିକାରକୁ ଘୃଣା କଲେ।
41 And gives them into the hand of nations, And those hating them rule over them,
ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ;
42 And their enemies oppress them, And they are humbled under their hand.
ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ, ପୁଣି, ସେମାନେ ସେମାନଙ୍କ ହସ୍ତ ତଳେ ବଶୀଭୂତ ହେଲେ।
43 He delivers them many times, And they rebel in their counsel, And they are brought low in their iniquity.
ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ।
44 And He looks on their distress When He hears their cry,
ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ।
45 And remembers His covenant for them, And is comforted, According to the abundance of His kindness.
ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।
46 And He appoints them for mercies Before all their captors.
ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେ ସେମାନଙ୍କ ମନରେ ଦୟା ଜନ୍ମାଇଲେ।
47 Save us, O our God YHWH, and gather us from the nations, To give thanks to Your Holy Name, To glory in Your praise.
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର।
48 Blessed [is] YHWH, God of Israel, From age until age. And all the people said, “Amen, praise YAH!”
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ। ପୁଣି, ସମୁଦାୟ ଲୋକ “ଆମେନ୍‍” କୁହନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

< Psalms 106 >