< Ecclesiastes 2 >
1 I said in my heart, "Come now, I will test you with mirth: therefore enjoy pleasure;" and look, this also was vanity.
ମୁଁ ଆପଣା ମନେ ମନେ କହିଲି, “ଆସ, ମୁଁ ଏବେ ତୁମ୍ଭକୁ ଆନନ୍ଦ ଦ୍ୱାରା ପରୀକ୍ଷା କରିବି; ଏହେତୁ ସୁଖଭୋଗ କର; ଆଉ ଦେଖ, ତାହା ମଧ୍ୟ ଅସାର।”
2 I said of laughter, "It is foolishness;" and of mirth, "What does it accomplish?"
ମୁଁ ହାସ୍ୟ ବିଷୟରେ କହିଲି, “ତାହା ପାଗଳାମି”, ଆନନ୍ଦ ବିଷୟରେ କହିଲି, “ତାହା କଅଣ କରେ?”
3 I searched in my heart how to cheer my flesh with wine, my heart yet guiding me with wisdom, and how to lay hold of folly, until I might see what it was good for the sons of men that they should do under heaven all the days of their lives.
ମୁଁ କିପରି ମଦ୍ୟପାନରେ ଶରୀରକୁ ତୁଷ୍ଟ କରିବି ଓ ଆକାଶ ତଳେ ମନୁଷ୍ୟ-ସନ୍ତାନଗଣର ଯାବଜ୍ଜୀବନ କଅଣ କରିବା ଭଲ, ଏହା ଜାଣି ପାରିବା ପର୍ଯ୍ୟନ୍ତ କିପରି ଅଜ୍ଞାନତା ଅବଲମ୍ବନ କରିବି, ଏହା ମନେ ମନେ ଅନୁସନ୍ଧାନ କଲି, ଏହି ସମୟରେ ମଧ୍ୟ ମୋହର ମନ ଜ୍ଞାନରେ ମୋତେ ପଥ ପ୍ରଦର୍ଶନ କରୁଥିଲା।
4 I made myself great works. I built myself houses. I planted myself vineyards.
ମୁଁ ଆପଣା ନିମନ୍ତେ ମହତ୍ ମହତ୍ କର୍ମ କଲି; ମୁଁ ଗୃହମାନ ନିର୍ମାଣ କଲି; ମୁଁ ଅନେକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କଲି;
5 I made myself gardens and parks, and I planted trees in them of all kinds of fruit.
ମୁଁ ଆପଣା ନିମନ୍ତେ ଉଦ୍ୟାନ ଓ ଉପବନ ପ୍ରସ୍ତୁତ କରି, ତହିଁ ମଧ୍ୟରେ ସର୍ବପ୍ରକାର ଫଳବୃକ୍ଷ ରୋପଣ କଲି;
6 I made myself pools of water, to water from it the forest where trees were reared.
ମୁଁ ବୃକ୍ଷର ଚାରା ଉତ୍ପାଦକ ବନରେ ଜଳ ସେଚନ ପାଇଁ ପୁଷ୍କରିଣୀମାନ ଖୋଳାଇଲି;
7 I bought male servants and female servants, and had servants born in my house. I also had great possessions of herds and flocks, above all who were before me in Jerusalem;
ମୁଁ ଦାସଦାସୀଗଣ କ୍ରୟ କଲି ଓ ମୋହର ଗୃହରୁ ଜାତ ଦାସଗଣ ଥିଲେ; ଆହୁରି ମୋʼ ପୂର୍ବେ ଯିରୂଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋହର ଗୋମେଷାଦି ପଶୁପଲ ଅଧିକ ଥିଲେ;
8 I also gathered silver and gold for myself, and the treasure of kings and of the provinces. I got myself male and female singers, and the delights of the sons of men—musical instruments, and that of all sorts.
ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ-ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପତ୍ନୀ ପାଇଲି।
9 So I was great, and increased more than all who were before me in Jerusalem. My wisdom also remained with me.
ଏହିରୂପେ ମୋʼ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେହି ସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋʼ ଠାରେ ରହିଲା।
10 Whatever my eyes desired, I did not keep from them. I did not withhold my heart from any joy, for my heart rejoiced because of all my labor, and this was my portion from all my labor.
ପୁଣି, ମୋʼ ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।
11 Then I looked at all the works that my hands had worked, and at the labor that I had labored to do; and look, all was vanity and a chasing after wind, and there was no profit under the sun.
ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ଯେଉଁ ପରିଶ୍ରମରେ ମୁଁ ପରିଶ୍ରାନ୍ତ ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ, ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।
12 I turned myself to consider wisdom, madness, and folly. For what can the man who comes after the king do? Just that which he has already done.
ଏଥିଉତ୍ତାରେ ମୁଁ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ଦେଖିବାକୁ ପ୍ରବୃତ୍ତ ହେଲି; କାରଣ ଯେଉଁ ଲୋକ ରାଜାଙ୍କ ପରେ ଆସେ, ସେ କଅଣ କରିବ? ଯାହା କରାଯାଇଅଛି, ତାହା ହିଁ ମାତ୍ର।
13 Then I saw that wisdom excels folly, as far as light excels darkness.
ତହୁଁ ମୁଁ ଦେଖିଲି, ଯେପରି ଅନ୍ଧକାର ଅପେକ୍ଷା ଦୀପ୍ତି ଉତ୍ତମ, ସେପରି ଅଜ୍ଞାନତା ଅପେକ୍ଷା ଜ୍ଞାନ ଉତ୍ତମ।
14 The wise man's eyes are in his head, and the fool walks in darkness—and yet I perceived that one event happens to them all.
ଜ୍ଞାନବାନର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି।
15 Then said I in my heart, "As it happens to the fool, so will it happen even to me; and why was I then more wise?" Then said I in my heart that this also is vanity.
ତହିଁରେ ମୁଁ ଆପଣା ମନେ ମନେ କହିଲି, “ମୂର୍ଖ ପ୍ରତି ଯେରୂପ ଘଟେ, ମୋʼ ପ୍ରତି ହିଁ ସେରୂପ ଘଟିବ; ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି?” ତହୁଁ ମୁଁ ମନେ ମନେ କହିଲି, ଏହା ହିଁ ଅସାର।
16 For of the wise man, even as of the fool, there is no memory for ever, seeing that in the days to come all will have been long forgotten. Indeed, the wise man must die just like the fool.
କାରଣ ଯେପରି ମୂର୍ଖର, ସେପରି ଜ୍ଞାନବାନ ଲୋକର ସ୍ମରଣ ସଦାକାଳ ନ ଥାଏ; ଯେହେତୁ ଭବିଷ୍ୟତରେ ସମସ୍ତେ ଭୁଲି ଯାଇଥିବେ। ଆହା! ମୂର୍ଖ ଯେପରି ମରେ, ଜ୍ଞାନୀ ମଧ୍ୟ ସେପରି ମରେ।
17 So I hated life, because the work that is worked under the sun was grievous to me; for all is vanity and a chasing after wind.
ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତକାର୍ଯ୍ୟ ମୋʼ ପ୍ରତି କ୍ଲେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
18 I hated all my labor in which I labored under the sun, seeing that I must leave it to the man who comes after me.
ପୁଣି, ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ମୋହର ସେହି ସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ।
19 Who knows whether he will be a wise man or a fool? Yet he will have rule over all of my labor in which I have labored, and in which I have shown myself wise under the sun. This also is vanity.
ଆଉ, ସେ ଜ୍ଞାନୀ କି ମୂର୍ଖ ହେବ, କିଏ ଜାଣେ? ତଥାପି ମୁଁ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୋଇ ଜ୍ଞାନ ପ୍ରକାଶ କଲି, ସେ ମୋହର ସେହି ସକଳ ପରିଶ୍ରମର ଫଳାଧିକାରୀ ହେବ; ଏହା ହିଁ ଅସାର।
20 Therefore I began to cause my heart to despair concerning all the labor in which I had labored under the sun.
ଏହେତୁ ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ସେହି ସମସ୍ତ ବିଷୟରେ ଆପଣା ଅନ୍ତଃକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି।
21 For there is a man whose labor is with wisdom, with knowledge, and with skillfulness; yet he shall leave it for his portion to a man who has not labored for it. This also is vanity and a great evil.
କାରଣ ଏକ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ; ତଥାପି ଯେଉଁ ବ୍ୟକ୍ତି ତହିଁରେ ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ିଯିବ। ଏହା ହିଁ ଅସାର ଓ ଅତି ମନ୍ଦ।
22 For what has a man of all his labor, and of the striving of his heart, in which he labors under the sun?
ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେଉଁ ଯେଉଁ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରାନ୍ତ ହୁଏ, ସେସବୁରୁ ସେ କʼଣ ପାଏ?
23 For all his days are sorrows, and his travail is grief; yes, even in the night his heart takes no rest. This also is vanity.
କାରଣ ତାହାର ଦିନସବୁ କେବଳ ଦୁଃଖମୟ ଓ ତାହାର କାର୍ଯ୍ୟ ମନସ୍ତାପଜନକ; ରାତ୍ରିରେ ମଧ୍ୟ ତାହାର ହୃଦୟ ବିଶ୍ରାମ ପାଏ ନାହିଁ। ଏହା ମଧ୍ୟ ଅସାର।
24 There is nothing better for a man than that he should eat and drink, and make his soul enjoy good in his labor. This also I saw, that it is from the hand of God.
ଭୋଜନ ଓ ପାନ ପୁଣି ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ। ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ୱରଙ୍କ ହସ୍ତରୁ ହୁଏ।
25 For who can eat, or who can have enjoyment, apart from him?
କାରଣ ତାହାଙ୍କ ବିନା କିଏ ଭୋଜନ କରି ପାରିବ ଅବା ସୁଖଭୋଗ କରି ପାରିବ?
26 For to the man who pleases him, God gives wisdom, knowledge, and joy; but to the sinner he gives travail, to gather and to heap up, that he may give to him who pleases God. This also is vanity and a chasing after wind.
ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।