< Numbers 11 >
1 The people were complaining in the ears of the LORD. When the LORD heard it, his anger was kindled; and the LORD's fire burnt among them, and consumed some of the outskirts of the camp.
ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା।
2 The people cried to Moses; and Moses prayed to the LORD, and the fire abated.
ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟରେ କ୍ରନ୍ଦନ କଲେ; ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେହି ଅଗ୍ନି ଲିଭିଗଲା।
3 The name of that place was called Taberah, because the LORD's fire burnt among them.
ତେଣୁ ସେହି ସ୍ଥାନର ନାମ ତବୀୟେରା ହେଲା, କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା।
4 The mixed multitude that was among them lusted exceedingly: and the children of Israel also wept again, and said, "Who will give us flesh to eat?
ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ-ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ?
5 We remember the fish, which we ate in Egypt for nothing; the cucumbers, and the melons, and the leeks, and the onions, and the garlic;
ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);
6 but now we have lost our appetite. There is nothing at all except this manna to look at."
ମାତ୍ର ଏବେ ଆମ୍ଭମାନଙ୍କର ପ୍ରାଣ ଶୁଷ୍କ ହେଉଅଛି; ଏଠି କିଛି ନାହିଁ; ଏହି ମାନ୍ନା ବ୍ୟତୀତ ଆଉ ଦେଖିବାକୁ କିଛି ନାହିଁ।”
7 The manna was like coriander seed, and its appearance like the appearance of bdellium.
ଆଉ ସେହି ମାନ୍ନା ଧନିଆ ପରି ଓ ତହିଁର ଦୃଶ୍ୟ ମୁକ୍ତା ସଦୃଶ।
8 The people went around, gathered it, and ground it in mills, or beat it in mortars, and boiled it in pots, and made cakes of it. Its taste was like the taste of fresh oil.
ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା।
9 When the dew fell on the camp in the night, the manna fell on it.
ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା।
10 Moses heard the people weeping throughout their families, every man at the door of his tent; and the anger of the LORD was kindled greatly; and Moses was displeased.
ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ବୁଦ୍ୱାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି, ମୋଶା ମଧ୍ୟ ଅସନ୍ତୁଷ୍ଟ ହେଲେ।
11 Moses said to the LORD, "Why have you treated with your servant so badly? Why haven't I found favor in your sight, that you lay the burden of all this people on me?
ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇ ନାହିଁ, ଯେ ତୁମ୍ଭେ ମୋʼ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?
12 Have I conceived all this people? Have I brought them forth, that you should tell me, 'Carry them in your bosom, as a nurse carries a nursing infant, to the land which you swore to their fathers?'
ମୁଁ କʼଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି? ମୁଁ କʼଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ‘ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନିଯିବା ପାଇଁ ମୋତେ କହୁଅଛ?’
13 Where could I get meat to give to all this people? For they weep to me, saying, 'Give us meat, that we may eat.'
ମୁଁ ଏହି ସମସ୍ତ ଲୋକଙ୍କୁ ଦେବା ପାଇଁ ମାଂସ କେଉଁଠାରୁ ପାଇବି? କାରଣ ସେମାନେ ମୋʼ ନିକଟରେ କାନ୍ଦି କହୁଅଛନ୍ତି, ‘ଆମ୍ଭମାନଙ୍କୁ ମାଂସ ଦିଅ,’ ଆମ୍ଭେମାନେ ଖାଇବା।
14 I am not able to bear all this people alone, because it is too heavy for me.
ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋʼ ପାଇଁ ଅସହ୍ୟ ଅଟେ।
15 If you treat me this way, please kill me right now, if I have found favor in your sight; and do not let me see my wretchedness."
ଆଉ ଯଦି ତୁମ୍ଭେ ମୋʼ ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହିକ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”
16 The LORD said to Moses, "Gather to me seventy men of the elders of Israel, whom you know to be the elders of the people, and officers over them; and bring them to the Tent of Meeting, that they may stand there with you.
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।
17 I will come down and talk with you there. I will take of the Ruach which is on you, and will put it on them; and they shall bear the burden of the people with you, that you not bear it yourself alone.
ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।
18 "Say to the people, 'Sanctify yourselves against tomorrow, and you will eat flesh; for you have wept in the ears of the LORD, saying, "Who will give us flesh to eat? For it was well with us in Egypt." Therefore the LORD will give you flesh, and you will eat.
ପୁଣି, ତୁମ୍ଭେ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ।
19 You will not eat one day, nor two days, nor five days, neither ten days, nor twenty days,
ତୁମ୍ଭେମାନେ ଦିନେ କିମ୍ବା ଦୁଇ ଦିନ କିମ୍ବା ପାଞ୍ଚ ଦିନ କିମ୍ବା ଦଶ ଦିନ କିମ୍ବା କୋଡ଼ିଏ ଦିନ ଖାଇବ, ତାହା ନୁହେଁ;
20 but a whole month, until it come out at your nostrils, and it is loathsome to you; because that you have rejected the LORD who is among you, and have wept before him, saying, "Why did we come out of Egypt?"'"
ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।’”
21 Moses said, "The people, among whom I am, are six hundred thousand men on foot; and you have said, 'I will give them flesh, that they may eat a whole month.'
ତେବେ ମୋଶା କହିଲେ, “ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ଛଅ ଲକ୍ଷ ପଦାତିକ; ତଥାପି ତୁମ୍ଭେ କହୁଅଛ, ‘ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ।’
22 Shall flocks and herds be slaughtered for them, to be sufficient for them? Shall all the fish of the sea be gathered together for them, to be sufficient for them?"
ସେମାନଙ୍କୁ ଅଣ୍ଟିବା ଭଳି କʼଣ ପଲ ପଲ ଗୋମେଷ ବଧ କରାଯିବ? ଅବା ସେମାନଙ୍କୁ ଅଣ୍ଟିବା ଭଳି ସମୁଦ୍ରର ସବୁ ମାଛ କʼଣ ଏକତ୍ର କରାଯିବ?”
23 The LORD said to Moses, "Has the LORD's hand grown short? Now you will see whether my word will happen to you or not."
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”
24 Moses went out, and told the people the words of the LORD; and he gathered seventy men of the elders of the people, and set them around the Tent.
ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି, ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ରଖିଲେ।
25 The LORD came down in the cloud, and spoke to him, and took of the Ruach that was on him, and put it on the seventy elders: and it happened that when the Ruach rested on them, they prophesied, but they did so no more.
ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।
26 But two men remained in the camp. The name of one was Eldad, and the name of the other Medad: and the Ruach rested on them; and they were of those who were written, but had not gone out to the Tent; and they prophesied in the camp.
ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍ ଓ ଅନ୍ୟର ନାମ ମେଦଦ୍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ।
27 A young man ran, and told Moses, and said, "Eldad and Medad are prophesying in the camp."
ତହୁଁ ଜଣେ ଯୁବା ଦୌଡ଼ିଯାଇ ମୋଶାଙ୍କୁ କହିଲା, “ଇଲଦଦ୍ ଓ ମେଦଦ୍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି।”
28 Joshua the son of Nun, the servant of Moses, one of his chosen men, answered, "My lord Moses, forbid them."
ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।”
29 Moses said to him, "Are you jealous for my sake? I wish that all the LORD's people were prophets, that the LORD would put his Ruach on them."
ତେବେ ମୋଶା କହିଲେ, “ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ!”
30 Moses went into the camp, he and the elders of Israel.
ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକୁ ଗମନ କଲେ।
31 A wind from the LORD went out and brought quails from the sea, and let them fall by the camp, about a day's journey on this side, and a day's journey on the other side, around the camp, and about three feet above the ground.
ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଊର୍ଦ୍ଧ୍ୱରେ ପକାଇଲା।
32 The people rose up all that day, and all the night, and all the next day, and gathered the quails. He who gathered least gathered ten homers; and they spread them all abroad for themselves around the camp.
ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ।
33 While the flesh was yet between their teeth, before it was chewed, the anger of the LORD was kindled against the people, and the LORD struck the people with a very great plague.
ମାତ୍ର ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ।
34 The name of that place was called Kibroth Hattaavah, because there they buried the people who lusted.
ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍-ହତ୍ତାବା ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ।
35 From Kibroth Hattaavah the people traveled to Hazeroth; and they stayed at Hazeroth.
ଲୋକମାନେ କିବ୍ରୋତ୍-ହତ୍ତାବାଠାରୁ ହତ୍ସେରୋତକୁ ଯାତ୍ରା କରି ସେହିଠାରେ ରହିଲେ।