< Revelation 2 >
1 "To the angel of the church in Ephesus write: "He who holds the seven stars in his right hand, he who walks among the seven golden lampstands says these things:
“ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,
2 "I know your works, and your toil and perseverance, and that you cannot tolerate those who are evil, and have tested those who call themselves apostles, and they are not, and found them false.
ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରୀକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ,
3 You have perseverance and have endured for my name's sake, and have not grown weary.
ପୁଣି, ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ ଓ କ୍ଳାନ୍ତ ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ।
4 But I have this against you, that you left your first love.
ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ତୁମ୍ଭେ ଆପଣା ଆଦ୍ୟ ପ୍ରେମ ପରିତ୍ୟାଗ କରିଅଛ।
5 Remember therefore from where you have fallen, and repent and do the first works; or else I am coming to you, and will move your lampstand out of its place, unless you repent.
ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନ-ପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନ-ପରିବର୍ତ୍ତନ ନ କର, ତେବେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ୱସ୍ଥାନରୁ ଘୁଞ୍ଚାଇଦେବୁ।
6 But this you have, that you hate the works of the Nicolaitans, which I also hate.
ହେଲେ, ତୁମ୍ଭର ଏହି ସଦ୍ଗୁଣ ଅଛି ଯେ, ଆମ୍ଭେ ନୀକଲାତୀୟମାନଙ୍କର ଯେଉଁ ସବୁ କର୍ମ ଘୃଣା କରୁ, ତୁମ୍ଭେ ମଧ୍ୟ ସେହିସବୁ ଘୃଣା କରୁଅଛ।
7 He who has an ear, let him hear what the Spirit says to the churches. To him who overcomes I will give to eat of the tree of life, which is in the Paradise of God.
ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ବରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ।”
8 "To the angel of the church in Smyrna write: "The first and the last, who was dead, and has come to life says these things:
“ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,
9 "I know your tribulation and your poverty (but you are rich), and the blasphemy of those who say they are Jews, and they are not, but are a synagogue of Satan.
ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୁଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।
10 Do not be afraid of the things which you are about to suffer. Look, the devil is about to throw some of you into prison, that you may be tested; and you will have oppression for ten days. Be faithful until death, and I will give you the crown of life.
ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
11 He who has an ear, let him hear what the Spirit says to the churches. He who overcomes won't be harmed by the second death.
ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ।”
12 "To the angel of the church in Pergamum write: "He who has the sharp two-edged sword says these things:
“ପର୍ଗମ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ଅଛି, ସେ ଏହା କହନ୍ତି,
13 "I know where you dwell, where Satan's throne is. You hold firmly to my name, and did not deny my faith even in the days of Antipas, my witness, my faithful one, who was killed among you, where Satan dwells.
ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ।
14 But I have a few things against you, because you have there some who hold the teaching of Balaam, who taught Balak to throw a stumbling block before the children of Israel, to eat things sacrificed to idols, and to commit sexual immorality.
କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ବୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।
15 So you also have some who hold to the teaching of the Nicolaitans likewise.
ସେହିପରି ମଧ୍ୟ ନୀକଲାତୀୟ ମତାବଲମ୍ବୀ କେତେକ ତୁମ୍ଭ ମଧ୍ୟରେ ଅଛନ୍ତି।
16 Repent therefore, or else I am coming to you quickly, and I will make war against them with the sword of my mouth.
ଏଣୁ ମନ-ପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ୱମୁଖନିଃସୃତ ଖଡ୍ଗ ଦ୍ୱାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ।
17 He who has an ear, let him hear what the Spirit says to the churches. To him who overcomes, to him I will give of the hidden manna, and I will give him a white stone, and on the stone a new name written, which no one knows but he who receives it.
ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ସ୍ବର୍ଗୀୟ ଭୋଜନ ଦେବୁ, ପୁଣି, ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ ଲିଖିତ ଏକ ଶ୍ୱେତ ପ୍ରସ୍ତର ତାହାକୁ ଦେବୁ।”
18 "To the angel of the church in Thyatira write: "The Son of God, who has his eyes like a flame of fire, and his feet are like burnished bronze, says these things:
“ଥୁୟାଥିରା ମଣ୍ଡଳୀର ଦୂତ ନିକଟକୁ ଲେଖ: ଈଶ୍ବରଙ୍କ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ୱଳ ପିତ୍ତଳ ତୁଲ୍ୟ, ଏବଂ ସେ ଏହା କହନ୍ତି,
19 "I know your works, your love, faith, service, patient endurance, and that your last works are more than the first.
ଆମ୍ଭେ ତୁମ୍ଭର କର୍ମ, ପ୍ରେମ, ବିଶ୍ୱାସ, ସେବା ଓ ଧୈର୍ଯ୍ୟ ଜାଣୁ, ପୁଣି, ତୁମ୍ଭର ବର୍ତ୍ତମାନ କର୍ମ ତୁମ୍ଭର ପୂର୍ବ କର୍ମଗୁଡ଼ିକ ଅପେକ୍ଷା ଯେ ଅଧିକ, ଏହା ମଧ୍ୟ ଜାଣୁ।
20 But I have this against you, that you tolerate the woman, Jezebel, who calls herself a prophetess. She teaches and seduces my servants to commit sexual immorality, and to eat things sacrificed to idols.
ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋହର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।
21 I gave her time to repent, but she refuses to repent of her sexual immorality.
ଆମ୍ଭେ ତାହାକୁ ମନ-ପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନ-ପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ।
22 Look, I will throw her into a sickbed, and those who commit adultery with her into great oppression, unless they repent of her works.
ଦେଖ, ଆମ୍ଭେ ତାହାକୁ ଶଯ୍ୟାଶାୟୀ କରିବୁ, ଆଉ ଯେଉଁମାନେ ତାହା ସହିତ ବ୍ୟଭିଚାର କରନ୍ତି, ସେମାନେ ତାହାର କର୍ମର ସହଭାଗିତାରୁ ମନ-ପରିବର୍ତ୍ତନ ନ କଲେ ଆମ୍ଭେ ସେମାନଙ୍କୁ ମହାକ୍ଲେଶରେ ପକାଇବା,
23 I will kill her children with Death, and all the churches will know that I am he who searches the minds and hearts. I will give to each one of you according to your deeds.
ପୁଣି, ଆମ୍ଭେ ତାହାର ଅନୁଗମନକାରୀମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।
24 But to you I say, to the rest who are in Thyatira, as many as do not have this teaching, who do not know what some call 'the deep things of Satan,' to you I say, I am not putting any other burden on you.
କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍ ଥୁୟାଥିରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ବୀ ନୁହଁ ଓ ଯାହାକୁ ଶୟତାନର ନିଗୂଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ।
25 Nevertheless, hold that which you have firmly until I come.
କେବଳ ତୁମ୍ଭମାନଙ୍କଠାରେ ଯାହା ଅଛି, ତାହା ଆମ୍ଭର ଆଗମନ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖ।
26 He who overcomes, and he who keeps my works to the end, to him I will give authority over the nations.
ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ;
27 He will rule them with an iron scepter, shattering them like clay pots; as I also have received of my Father:
ସେ ସେମାନଙ୍କୁ ଲୌହ ଦଣ୍ଡ ଦ୍ୱାରା ଶାସନ କରିବେ, ଆଉ ସେମାନେ କୁମ୍ଭକାରର ପାତ୍ର ପରି ଖଣ୍ଡ ଖଣ୍ଡ ହେବେ,
28 and I will give him the morning star.
ପୁଣି, ଆମ୍ଭେ ତାହାକୁ ପ୍ରଭାତୀତାରା ଦେବୁ।
29 He who has an ear, let him hear what the Spirit says to the churches.
ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।”