< Isaiah 44 >

1 Yet listen now, Jacob my servant, and Israel, whom I have chosen.
ତଥାପି ହେ ଆମ୍ଭର ଦାସ ଯାକୁବ ଓ ଆମ୍ଭର ମନୋନୀତ ଇସ୍ରାଏଲ, ଏବେ ଶୁଣ;
2 This is what YHWH who made you, and formed you from the womb, who will help you says: "Do not be afraid, Jacob my servant; and you, Jeshurun, whom I have chosen.
ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ, ଭୟ କର ନାହିଁ।
3 For I will pour water upon the thirsty, and streams on the dry ground. I will pour my Spirit on your offspring, and my blessing on your descendants:
କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
4 and they will spring up among the grass, as willows by the watercourses.
ତହିଁରେ ସେମାନେ ଜଳସ୍ରୋତ ନିକଟସ୍ଥ ବାଇଶୀ ବୃକ୍ଷ ତୁଲ୍ୟ ତୃଣ ମଧ୍ୟରେ ଅଙ୍କୁରିତ ହେବେ।
5 One will say, 'I am YHWH's;' and another will be called by the name of Jacob; and another will write with his hand 'to YHWH,' and honor the name of Israel."
ଏକ ଜଣ କହିବ, ‘ଆମ୍ଭେ ସଦାପ୍ରଭୁଙ୍କର;’ ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱହସ୍ତରେ ସ୍ୱାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।”
6 This is what YHWH, the King of Israel, and his Redeemer, YHWH of hosts, says: "I am the first, and I am the last; and besides me there is no God.
ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।
7 Who is like me? Who will call, and will declare it, and set it in order for me, since I established the ancient people? Let them declare the things that are coming, and that will happen.
ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ୱାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ।
8 Do not fear, neither be afraid. Haven't I declared it to you long ago, and shown it? You are my witnesses. Is there a God besides me? Indeed, there is not. I do not know any other Rock."
ତୁମ୍ଭେମାନେ କମ୍ପିତ କିଅବା ଭୀତ ହୁଅ ନାହିଁ; ଆମ୍ଭେ କʼଣ ପୂର୍ବରୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରି ନାହୁଁ ଓ ତୁମ୍ଭମାନଙ୍କୁ ତାହା ଜଣାଇ ନାହୁଁ? ତୁମ୍ଭେମାନେ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ କି ପରମେଶ୍ୱର ଅଛନ୍ତି? ଅନ୍ୟ ଶୈଳ ନାହିଁ; ଆମ୍ଭେ କାହାକୁ ଜାଣୁ ନା।”
9 Everyone who makes an engraved image is vain. The things that they delight in will not profit. Their own witnesses do not see, nor know, that they may be disappointed.
ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
10 Who has fashioned a god, or molds an image that is profitable for nothing?
ଯାହା କୌଣସି ବିଷୟରେ ଉପକାରକ ନୁହେଁ, ଏପରି ଦେବତା କିଏ ନିର୍ମାଣ କରିଅଛି, ଅବା ଖୋଦିତ ପ୍ରତିମା କିଏ ଛାଞ୍ଚରେ ଢାଳିଅଛି?
11 Look, all his fellows will be disappointed; and the workmen are mere men. Let them all be gathered together. Let them stand up. They will fear. They will be put to shame together.
ଦେଖ, ତାହାର ସହାୟ ସମସ୍ତେ ଲଜ୍ଜିତ ହେବେ; ପୁଣି, ଶିଳ୍ପକାରୀମାନେ ମନୁଷ୍ୟ ମାତ୍ର; ସେସମସ୍ତେ ଏକତ୍ର ହେଉନ୍ତୁ, ସେମାନେ ଛିଡ଼ା ହେଉନ୍ତୁ; ସେମାନେ କମ୍ପିତ ହେବେ, ସେମାନେ ଏକାବେଳେ ଲଜ୍ଜିତ ହେବେ।
12 The blacksmith takes an axe, works in the coals, fashions it with hammers, and works it with his strong arm. He is hungry, and his strength fails; he drinks no water, and is faint.
କର୍ମକାର ଲୌହ ଅସ୍ତ୍ର ନିର୍ମାଣ କରି ତପ୍ତ ଅଙ୍ଗାରରେ କର୍ମ କରେ ଓ ହାତୁଡ଼ିରେ ତାହା ଗଢ଼ି ନିଜର ବଳିଷ୍ଠ ବାହୁରେ ତାହା ପ୍ରସ୍ତୁତ କରେ; ହଁ, ସେ କ୍ଷୁଧିତ ହୁଏ ଓ ତାହାର ବଳ ଊଣା ପଡ଼ିଯାଏ, ସେ ଜଳ ପାନ ନ କରି କ୍ଳାନ୍ତ ହୁଏ।
13 The carpenter stretches out a line. He marks it out with a pencil. He shapes it with planes. He marks it out with compasses, and shapes it like the figure of a man, with the beauty of a man, to reside in a house.
ସୂତ୍ରଧର ସୂତା ଟାଣେ; ସେ ସିନ୍ଦୁର ଦ୍ୱାରା ଚିହ୍ନ ଦିଏ, ସେ ରନ୍ଦା ବୁଲାଇ ଆକୃତି କରି କମ୍ପାସ ଦ୍ୱାରା ଚିହ୍ନ ଦିଏ ଓ ଗୃହରେ ବାସ କରାଇବା ନିମନ୍ତେ ମନୁଷ୍ୟର ଆକୃତି ଓ ସୌନ୍ଦର୍ଯ୍ୟ ଅନୁସାରେ ତାହା ନିର୍ମାଣ କରେ।
14 He cuts down cedars for himself, and takes the cypress and the oak, and strengthens for himself one among the trees of the forest. He plants a fir tree, and the rain nourishes it.
ସେ ଆପଣା ନିମନ୍ତେ ଏରସ ବୃକ୍ଷ କାଟେ, ତର୍ସା ଓ ଅଲୋନ ବୃକ୍ଷ ନିଏ, ସେ ବନବୃକ୍ଷ ମଧ୍ୟରୁ ଗୋଟିଏ ବୃକ୍ଷ ଆପଣା ପାଇଁ ଦୃଢ଼ କରେ; ସେ ଦେବଦାରୁ ବୃକ୍ଷ ରୋପଣ କରେ ଓ ବୃଷ୍ଟି ତାହା ବଢ଼ାଏ।
15 Then it will be for a man to burn; and he takes some of it, and warms himself. Yes, he burns it, and bakes bread. Yes, he makes a god, and worships it; he makes it an engraved image, and falls down to it.
ଏଉତ୍ତାରେ ତାହା ମନୁଷ୍ୟର ଜାଳେଣି କାଷ୍ଠ ହୁଏ; ସେ ତହିଁରୁ କିଛି ନେଇ ଅଗ୍ନି ତାପ ନିଏ; ଆଉ, ସେ ତାହା ଜାଳି ରୁଟି ପାକ କରେ; ଆହୁରି, ଗୋଟିଏ ଦେବତା କରି ତାହା ପୂଜା କରେ; ସେ ଗୋଟିଏ ଖୋଦିତ ପ୍ରତିମା କରି ତାହା ଆଗରେ ଦଣ୍ଡବତ କରେ।
16 He burns part of it in the fire. With part of it, he eats meat. He roasts a roast, and is satisfied. Yes, he warms himself, and says, "Aha. I am warm. I have seen the fire."
ସେ ତହିଁରୁ ଏକ ଅଂଶ ଅଗ୍ନିରେ ପୋଡ଼େ; ଅନ୍ୟ ଅଂଶରେ ସେ ମାଂସ ପାକ କରି ଭୋଜନ କରେ ଓ ଶୂଲ୍ୟମାଂସ ପ୍ରସ୍ତୁତ କରି ତୃପ୍ତ ହୁଏ, ଆହୁରି ସେ ଅଗ୍ନି ତାପ ନେଇ କହେ, “ଆଃ, ଆମ୍ଭେ ଉଷ୍ଣ ହେଲୁ, ଆମ୍ଭେ ଅଗ୍ନି ଦେଖିଲୁ।”
17 The rest of it he makes into a god, even his engraved image. He bows down to it and worships, and prays to it, and says, "Deliver me; for you are my god."
ପୁଣି, ସେ ତହିଁର ଅବଶିଷ୍ଟାଂଶ ଦ୍ୱାରା ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ; ସେ ତାହା ଆଗରେ ଦଣ୍ଡବତ କରି ପୂଜା କରେ ଓ ତାହା ନିକଟରେ ପ୍ରାର୍ଥନା କରି କହେ, “ଆମ୍ଭକୁ ଉଦ୍ଧାର କର, ତୁମ୍ଭେ ଆମ୍ଭର ଦେବତା।”
18 They do not know, neither do they consider: for he has shut their eyes, that they can't see; and their hearts, that they can't understand.
ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।
19 No one thinks, neither is there knowledge nor understanding to say, "I have burned part of it in the fire. Yes, I have also baked bread on its coals. I have roasted meat and eaten it. Shall I make the rest of it into an abomination? Shall I bow down to a tree trunk?"
କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, “ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ୱଳ; ଅଙ୍ଗାର ନେଇ ରୁଟି ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା? ଆମ୍ଭେ କି ଖଣ୍ଡେ କାଷ୍ଠ ଆଗରେ ଦଣ୍ଡବତ କରିବା?”
20 He feeds on ashes. A deceived heart has turned him aside; and he can't deliver his soul, nor say, "Isn't there a lie in my right hand?"
ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, “କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ,” ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।
21 Remember these things, Jacob and Israel; for you are my servant. I have formed you. You are my servant. Israel, you will not be forgotten by me.
ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ୱାରା ବିସ୍ମୃତ ହେବ ନାହିଁ।
22 I have blotted out, as a thick cloud, your transgressions, and, as a cloud, your sins. Return to me, for I have redeemed you.
ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।
23 Sing, you heavens, for YHWH has done it. Shout, you lower parts of the earth. Break out into singing, you mountains, O forest, all of your trees, for YHWH has redeemed Jacob, and will glorify himself in Israel.
ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ।
24 Thus says YHWH, your Redeemer, and he who formed you from the womb: "I am YHWH, who makes all things; who alone stretches out the heavens; who spreads out the earth by myself;
ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ?
25 who foils the omens of the empty talkers, and makes fools of diviners; who turns sages back, and makes their knowledge foolish;
ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;
26 who confirms the word of his servant, and performs the counsel of his messengers; who says of Jerusalem, 'She will be inhabited;' and of the cities of Judah, 'They will be built,' and 'I will raise up its waste places;'
ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ‘ସେହି ସବୁ ପୁନଃନିର୍ମିତ ହେବ,’ ‘ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନସବୁ ପୁନର୍ବାର ପତ୍ତନ କରିବା;’
27 who says to the deep, 'Be dry,' and 'I will dry up your rivers;'
ଆମ୍ଭେ ଅଗାଧ ଜଳକୁ କହୁ, ‘ଶୁଷ୍କ ହୁଅ; ପୁଣି ଆମ୍ଭେ ତୁମ୍ଭର ନଦ-ନଦୀସବୁ ଶୁଷ୍କ କରିବା;’
28 Who says of Koresh, 'He is my shepherd, and shall perform all my pleasure,' even saying of Jerusalem, 'She will be built;' and of the temple, 'Your foundation will be laid.'"
ଆମ୍ଭେ କୋରସ୍‍ ବିଷୟରେ କହୁ, ‘ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ;’ ସେ ଯିରୂଶାଲମ ବିଷୟରେ କହିବ, ‘ତାହା ପୁନଃନିର୍ମିତ ହେବ’ ଓ ମନ୍ଦିରକୁ କହିବ, ‘ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।’”

< Isaiah 44 >