< James 3 >
1 Let not many of you be teachers, my brothers, knowing that we will receive heavier judgment.
ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ; ଏହା ଜାଣ ଯେ, ଆମ୍ଭେମାନେ ଯିଏ ଶିକ୍ଷା ଦେଉ, ଗୁରୁତର ଦଣ୍ଡ ପାଇବା।
2 For in many things we all stumble. If anyone does not stumble in word, this one is a perfect person, able to bridle the whole body also.
ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।
3 Now if we put bits into the horses' mouths so that they may obey us, we guide their whole body.
ଦେଖ, ଆମ୍ଭେମାନେ ଅଶ୍ୱମାନଙ୍କୁ ବଶୀଭୂତ କରିବା ନିମନ୍ତେ ସେମାନଙ୍କ ମୁଖରେ ଲଗାମ ଦେଲେ, ତଦ୍ୱାରା ସେମାନଙ୍କ ସମସ୍ତ ଶରୀର ମଧ୍ୟ ବୁଲାଉଥାଉ।
4 And look at the ships also, though they are so big and are driven by fierce winds, are yet guided by a very small rudder, wherever the pilot desires.
ଏବଂ ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ।
5 So the tongue is also a little member, and boasts great things. See how a small fire can spread to a large forest.
ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହାଗର୍ବର କଥା କହେ। ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ।
6 And the tongue is a fire. The world of iniquity among our members is the tongue, which defiles the whole body, and sets on fire the course of nature, and is set on fire by hell. (Geenna )
ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ। (Geenna )
7 For all kinds of animals, and birds, of reptiles and sea creatures, are being tamed and have been tamed by humankind.
କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇପାରେ, ପୁଣି, ବଶରେ ରଖାଯାଇଅଛି;
8 But nobody can tame the tongue. It is a restless evil, full of deadly poison.
କିନ୍ତୁ ଜିହ୍ୱାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ।
9 With it we bless our Lord and Father, and with it we curse people, who are made in the image of God.
ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ବରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ;
10 Out of the same mouth comes forth blessing and cursing. My brothers, these things ought not to be so.
ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ। ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ।
11 Does a spring send out from the same opening fresh and bitter water?
ନିର୍ଝର କଅଣ ଏକ ବାଟ ଦେଇ ମିଠା ଓ ପିତା ଦୁଇ ପ୍ରକାର ଜଳ ବାହାର କରେ?
12 Can a fig tree, my brothers, yield olives, or a vine figs? Nor is salt water able to produce sweet.
ହେ ମୋହର ଭାଇମାନେ, ଡିମ୍ବିରିବୃକ୍ଷ କଅଣ ଜୀତଫଳ, ଅବା ଦ୍ରାକ୍ଷାଲତା କଅଣ ଡିମ୍ବିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ।
13 Who is wise and understanding among you? Let him show by his good conduct that his deeds are done in gentleness of wisdom.
ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ।
14 But if you have bitter jealousy and selfish ambition in your heart, do not boast and do not lie against the truth.
କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ।
15 This wisdom is not that which comes down from above, but is earthly, sensual, and demonic.
ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଅନାତ୍ମିକ ଓ ଶୟତାନଠାରୁ ଅଟେ;
16 For where jealousy and selfish ambition are, there is confusion and every evil deed.
କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ।
17 But the wisdom that is from above is first pure, then peaceful, gentle, reasonable, full of mercy and good fruits, without partiality, without hypocrisy.
କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
18 Now the fruit of righteousness is sown in peace by those who make peace.
ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ।