< Ezekiel 13 >

1 And the word of Jehovah came to me, saying:
ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ପୁଣି ସେ ମୋତେ କହିଲେ,
2 Son of man, prophesy against the prophets of Israel that prophesy, and say to them that prophesy out of their own hearts, Hear ye the word of Jehovah!
“ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;’
3 Thus saith the Lord Jehovah: Woe to the foolish prophets, that follow their own spirit, and have seen nothing!
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ମୂଢ଼ ଭବିଷ୍ୟଦ୍‍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍‍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।
4 Thy prophets, O Israel, are like the foxes in the deserts.
ହେ ଇସ୍ରାଏଲ, ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ଉଜଡ଼ା ସ୍ଥାନର ବିଲୁଆ ତୁଲ୍ୟ ହୋଇଅଛନ୍ତି।
5 Ye have not gone up into the breaches, nor built a wall around the house of Israel, to stand in battle in the day of Jehovah.
ତୁମ୍ଭେମାନେ ପ୍ରାଚୀରର ଭଗ୍ନସ୍ଥାନର ଉପରକୁ ଯାଇ ନାହଁ, କିଅବା ସଦାପ୍ରଭୁଙ୍କ ଦିନରେ ସଂଗ୍ରାମରେ ଠିଆ ହେବା ନିମନ୍ତେ ଇସ୍ରାଏଲ ବଂଶ ପାଇଁ ବେଢ଼ା ଦୃଢ଼ କରି ନାହଁ।
6 They see falsehood, and lying divination. They say, “Jehovah hath spoken,” when Jehovah hath not sent them; and they cause men to hope for the fulfilment of the word.
‘ସଦାପ୍ରଭୁ ଏହି କଥା କହନ୍ତି’ ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି, ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।
7 Have ye not seen a false vision, and have ye not spoken a lying divination, and said, “Jehovah hath spoken,” when I have not spoken?
ଆମ୍ଭେ କଥା ନ କହିଲେ ହେଁ, ‘ସଦାପ୍ରଭୁ କହନ୍ତି’ ବୋଲି କହୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ?”
8 Therefore thus saith the Lord Jehovah: Because ye have spoken falsehood and have seen a lie, therefore, behold, I am against you, saith the Lord Jehovah.
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେମାନେ ଅସାର ବାକ୍ୟ କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳ ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
9 My hand shall be against the prophets that see falsehood and divine lies. They shall not be in the assembly of my people, neither shall they be written in the register of the house of Israel, neither shall they enter into the land of Israel: and ye shall know that I am the Lord Jehovah.
ପୁଣି, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
10 Because, yea, because they seduce my people, and say, “Peace!” when there is no peace; and one buildeth up a wall, and, behold, they daub it with untempered mortar;
ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି’ ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,
11 say to them which daub it with untempered mortar, that it shall fall; there shall be an overflowing shower, and ye, O great hailstones, shall fall, and a stormy wind shall rend it.
ଏଥିପାଇଁ, ବିଶେଷ ରୂପେ ଅମିଶ୍ରିତ ମସଲାରେ କାନ୍ଥ ଲେପନକାରୀମାନଙ୍କୁ କୁହ ଯେ, ତାହା ପଡ଼ିଯିବ; ପ୍ଲାବନକାରୀ ବୃଷ୍ଟି ହେବ; ହେ ବୃହତ ଶିଳାସକଳ, ତୁମ୍ଭେମାନେ ବୃଷ୍ଟି ହେବ ଓ ପ୍ରଚଣ୍ଡ ବାୟୁ ତାହା ବିଦାରଣ କରିବ।
12 So when the wall is fallen, shall not men say to you, “Where is the daubing wherewith ye have daubed it?”
ଦେଖ, କାନ୍ଥ ଯେତେବେଳେ ପଡ଼ିଯିବ, ସେତେବେଳେ ତୁମ୍ଭମାନଙ୍କୁ କି କୁହା ନ ଯିବ, ତୁମ୍ଭେମାନେ ଯାହା ଦେଇ ଲେପନ କରିଥିଲ, ସେହି ପ୍ରଲେପ କାହିଁ?
13 Therefore thus saith the Lord Jehovah: I will even rend it with a stormy wind in my fury, and there shall be an overflowing shower in mine anger, and great hailstones in my fury to consume it.
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା କୋପରେ ପ୍ରଚଣ୍ଡ ବାୟୁ ଦ୍ୱାରା ତାହା ବିଦାରଣ କରିବା; ଆମ୍ଭ କ୍ରୋଧରେ ପ୍ଲାବନକାରୀ ବୃଷ୍ଟି ହେବ ଓ କୋପରେ ବୃହତ ବୃହତ ଶିଳାବୃଷ୍ଟି ହୋଇ ତାହା ବିନଷ୍ଟ କରିବ।
14 Thus I will break down the wall which ye have daubed with untempered mortar, and will bring it down to the ground, so that the foundation thereof shall be discovered; it shall fall, and ye shall be consumed in the midst thereof, that ye may know that I am Jehovah.
ଏହିରୂପେ ତୁମ୍ଭେମାନେ ଅମିଶ୍ରିତ ମସଲାରେ ଯେଉଁ କାନ୍ଥ ଲେପନ କରିଅଛ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ତାହା ଭୂମିସାତ୍‍ କରିବା, ତହିଁରେ ତାହାର ଭିତ୍ତିମୂଳ ଅନାବୃତ ହେବ; ଆଉ, ତାହା ପଡ଼ିଯିବ ଓ ତୁମ୍ଭେମାନେ ତହିଁ ମଧ୍ୟରେ ବିନଷ୍ଟ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
15 Thus will I accomplish my fury upon the wall, and upon them that daubed it with untempered mortar; and I will say to you, The wall is no more, nor they that daubed it;
ଏହି ପ୍ରକାରେ ଆମ୍ଭେ ସେହି କାନ୍ଥ ଉପରେ ଓ ଯେଉଁମାନେ ଅମିଶ୍ରିତ ମସଲାରେ ତାହା ଲେପନ କରିଅଛନ୍ତି, ସେମାନଙ୍କ ଉପରେ ଆପଣା କୋପ ସଫଳ କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ କହିବା, ସେହି କାନ୍ଥ ଆଉ ନାହିଁ ଓ ତାହା ଲେପନକାରୀମାନେ,
16 even the prophets of Israel, who prophesy concerning Jerusalem, and see visions of peace for her when there is no peace, saith the Lord Jehovah.
ଅର୍ଥାତ୍‍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍‍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
17 Likewise, son of man, set thou thy face against the daughters of thy people, who prophesy out of their own heart; and prophesy thou against them.
ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ,
18 And say, Thus saith the Lord Jehovah: Woe to the women that sew cushions for all elbows, and make pillows for heads of every stature, to ensnare men to destruction! Will ye hunt the lives of my people, and shall ye save your own?
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ତ୍ରୀମାନେ ପ୍ରାଣ ମୃଗୟାର୍ଥେ ସବୁ କହୁଣୀ ଉପରେ ମୁଚୁଳା ସିଲାଇ କରନ୍ତି ଓ ସର୍ବଆକୃତିର ଲୋକଙ୍କ ମସ୍ତକ ନିମନ୍ତେ ଆବରଣୀ ପ୍ରସ୍ତୁତ କରନ୍ତି, ସେମାନେ ସନ୍ତାପର ପାତ୍ରୀ! ତୁମ୍ଭେମାନେ କି ଆମ୍ଭ ଲୋକମାନଙ୍କ ପ୍ରାଣକୁ ମୃଗୟା କରି ଆପଣାମାନଙ୍କ ନିମନ୍ତେ ପ୍ରାଣ ଜୀଅନ୍ତା ରଖିବ?
19 And will ye pollute me among my people for handfuls of barley, and for pieces of bread, slaying them that should not die, and saving them alive that should not live, by lying to my people, who hearken to your lies?
ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।
20 Therefore thus saith the Lord Jehovah: Behold, I will set myself against the cushions with which ye ensnare men to destruction, so that they shall escape you; and I will tear them from your arms, and make them free whom ye would ensnare, so that they shall escape you.
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଆପଣାମାନଙ୍କର ଯେଉଁ ମୁଚୁଳା ଦ୍ୱାରା ପ୍ରାଣୀମାନଙ୍କୁ ଉଡ଼ାଇ ଶିକାର କରୁଅଛ, ଆମ୍ଭେ ତହିଁର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ଭୁଜରୁ ସେହି ସବୁ ମୁଚୁଳା ଚିରି ପକାଇବା; ଆଉ, ଆମ୍ଭେ ପ୍ରାଣୀମାନଙ୍କୁ, ଅର୍ଥାତ୍‍, ତୁମ୍ଭେମାନେ ଯେଉଁ ପ୍ରାଣୀମାନଙ୍କୁ ଉଡ଼ାଇ ମୃଗୟା କରୁଅଛ, ଆମ୍ଭେ ସେମାନଙ୍କୁ ମୁକ୍ତ କରିଦେବା।
21 Your pillows also will I tear, and deliver my people out of your hand, and they shall no more be in your hand to be ensnared, and ye shall know that I am Jehovah.
ମଧ୍ୟ ଆମ୍ଭେ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବା ଓ ଆମ୍ଭ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା, ସେମାନେ ମୃଗୟାକୃତ ହେବା ନିମନ୍ତେ, ଆଉ ତୁମ୍ଭମାନଙ୍କ ହସ୍ତଗତ ହେବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
22 Because with lies ye have made sad the heart of the righteous, whom I have not made sad, and have strengthened the hands of the wicked, that he should not return from his wicked way, by promising him life;
ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;
23 therefore shall ye no more see falsehood, nor divine divinations; but I will deliver my people out of your hand, and ye shall know that I am Jehovah.
ଏସକାଶୁ ତୁମ୍ଭେମାନେ ଅସାର ଦର୍ଶନ ଆଉ ଦେଖିବ ନାହିଁ, କିଅବା ମନ୍ତ୍ର ପଢ଼ିବ ନାହିଁ; ପୁଣି, ଆମ୍ଭେ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”

< Ezekiel 13 >