< Jeremiah 31 >

1 At that time, saith Jehovah, will I be the God of all the families of Israel, And they shall be my people.
“ସଦାପ୍ରଭୁ କହନ୍ତି, ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”
2 Thus saith Jehovah: The people, escaped from the sword, hath found favor in the wilderness; I will go and give rest to Israel.
ସଦାପ୍ରଭୁ ଏହି କଥା କହନ୍ତି, “ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ ପ୍ରାନ୍ତରରେ ଅନୁଗ୍ରହପ୍ରାପ୍ତ ହେଲେ, ଅର୍ଥାତ୍‍, ଆମ୍ଭେ ତାହାକୁ ବିଶ୍ରାମ ଦେବା ପାଇଁ ଗମନ କଲା ବେଳେ ଇସ୍ରାଏଲ ତାହା ପ୍ରାପ୍ତ ହେଲା।”
3 Jehovah appeared to me from afar, [[saying, ]] With an everlasting love do I love thee, Therefore have I kept mercy for thee.
“ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।
4 Again will I build thee, and thou shalt be built, O virgin of Israel! Again shalt thou adorn thy tabrets, And go forth in the dance of them that make merry.
ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।
5 Thou shalt yet plant vines upon the mountains of Samaria; The planters shall plant, and eat the fruit.
ତୁମ୍ଭେ ପୁନର୍ବାର ଶମରୀୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ରୋପଣକାରୀମାନେ ରୋପଣ କରି ତହିଁର ଫଳ ଭୋଗ କରିବେ।
6 For the day is coming when the watchmen shall cry upon Mount Ephraim, Arise ye, and let us go up to Zion, To Jehovah, our God.
କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ‘ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛାମୁକୁ ଯାଉ, ଏପରି ଦିନ ଆସିବ।’”
7 For thus saith Jehovah: Sing with gladness for Jacob, And shout for the head of the nations! Publish ye, praise ye, and say: Jehovah, thou hast saved thy people, The remnant of Israel.
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ୱନି କର; ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।’
8 Behold, I will bring them from the land of the North, And gather them from the extremities of the earth; And with them shall be the blind and the lame, The woman with child, and she that is in travail with child together; A great company shall return thither.
ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ।
9 They shall come with weeping, And amid supplications will I lead them; I will conduct them to streams of water, In a straight way, in which they shall not stumble. For I have become a father to Israel, And Ephraim is my first-born.
ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।
10 Hear the word of Jehovah, O ye nations, And proclaim it in the distant coasts, and say: “He that scattered Israel will gather him, And will guard him, as a shepherd his flock.”
ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ୱୀପସମୂହରେ ତାହା ପ୍ରଚାର କରି କୁହ, ‘ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।’
11 For Jehovah hath redeemed Jacob, And ransomed him from the hand of him that was stronger than he.
କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି।
12 And they shall come and sing upon the height of Zion; They shall exult in the bounty of Jehovah, The corn, and the new wine, and the oil, And the young of the flock, and of the herd; And they shall be as a well-watered garden, And they shall languish no more.
ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।
13 Then shall the virgin rejoice in the dance, And the young men and old men together, For I will change their mourning into joy; I will comfort them, and cheer them after their sorrow.
ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା।
14 And I will satisfy the priests with fatness, And my people shall be satisfied with my bounty, saith Jehovah.
ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ଆମ୍ଭର ଉତ୍ତମତାରେ ପରିତୃପ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।
15 Thus saith Jehovah: A voice hath been heard in Ramah, Lamentation and bitter weeping; Rachel, weeping for her children, Refuseth to be comforted, because they are no more.
ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ ହାହାକାର ଓ ତୀବ୍ର ରୋଦନର ଶବ୍ଦ ଶୁଣାଯାଏ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଅଛି; ସେ ଆପଣା ସନ୍ତାନଗଣର ବିଷୟରେ ପ୍ରବୋଧ କଥା ମାନୁ ନାହିଁ, କାରଣ ସେମାନେ ନାହାନ୍ତି।”
16 Thus saith Jehovah: Refrain thy voice from weeping, And thine eyes from tears, For thy labor shall be rewarded, saith Jehovah; They shall come again from the land of the enemy.
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭ କ୍ରନ୍ଦନର ଶବ୍ଦ ଓ ଚକ୍ଷୁର ଲୋତକ ନିବୃତ୍ତ କର; କାରଣ ତୁମ୍ଭ କର୍ମର ପୁରସ୍କାର ଦତ୍ତ ହେବ, ଏହା ସଦାପ୍ରଭୁ କହନ୍ତି; ଆଉ, ସେମାନେ ଶତ୍ରୁର ଦେଶରୁ ଫେରି ଆସିବେ।
17 There is hope for thy future days, saith Jehovah; Thy children shall come again to their border.
ସଦାପ୍ରଭୁ କହନ୍ତି, ତୁମ୍ଭର ଅନ୍ତିମକାଳ ବିଷୟରେ ପ୍ରତ୍ୟାଶା ଅଛି; ଆଉ, ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣାମାନଙ୍କର ସୀମାକୁ ଆସିବେ।
18 I have surely heard Ephraim bemoaning himself: “Thou hast chastised me, and I was chastised, Like a steer not broken. Turn thou me, and I shall be turned, For thou, O Jehovah, art my God!
ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।
19 Surely, after I returned, I repented, And after I was instructed, I smote upon my thigh; I was ashamed, yea, I was confounded, Because I bore the reproach of my youth.”
ମୁଁ ଫେରିଲା ଉତ୍ତାରେ ନିତାନ୍ତ ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି।’
20 Is Ephraim my dear son? Is he a beloved child? For as often as I speak of him, I do earnestly remember him still. My heart beateth for him; I will have mercy upon him, saith Jehovah.
ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦଦାୟୀ ବାଳକ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା, ଏହା ସଦାପ୍ରଭୁ କହନ୍ତି।
21 Set thee up waymarks; Raise thee pillars; Have regard to the highway, the way that thou goest! Return, O virgin of Israel, Return to these thy cities!
ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥ ଚିହ୍ନ ରଖ ଓ ପଥପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର; ତୁମ୍ଭେ ଯେଉଁ ପଥରେ ଗମନ କରିଥିଲ, ସେହି ରାଜପଥରେ ମନୋନିବେଶ କର; ହେ ଇସ୍ରାଏଲ କୁମାରୀ, ଫେରି ଆସ, ତୁମ୍ଭର ଏହିସବୁ ନଗରକୁ ଫେରି ଆସ।
22 How long wilt thou wander about, O rebellious daughter? Behold, Jehovah createth a new thing in the earth: The woman shall protect the man.
ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।”
23 Thus saith Jehovah of hosts, the God of Israel: Again shall they say in the land of Judah, And in the cities thereof, when I bring back their captives, “May Jehovah bless thee, O habitation of justice, O holy mountain!”
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’
24 And Judah shall dwell in it, and all his cities together, Husbandmen, and they that go forth with their flocks.
ପୁଣି, ଯିହୁଦା ଓ ତହିଁର ନଗରସକଳ, ଆଉ କୃଷକ ଓ ପଲ ନେଇ ଭ୍ରମଣକାରୀମାନେ ତହିଁ ମଧ୍ୟରେ ଏକତ୍ର ବାସ କରିବେ।
25 For I will refresh him that is thirsty, And I will satisfy him that languisheth.
କାରଣ ଆମ୍ଭେ କ୍ଳାନ୍ତ ପ୍ରାଣକୁ ପରିତୃପ୍ତ କରିଅଛୁ, ପ୍ରତ୍ୟେକ ଦୁଃଖିତ ପ୍ରାଣକୁ ପରିପୂର୍ଣ୍ଣ କରିଅଛୁ।”
26 Upon this I awoke, and beheld, And my sleep was sweet to me.
ଏଥିରେ ମୁଁ ଜାଗ୍ରତ ହୋଇ ଦେଖିଲି ଓ ମୋର ନିଦ୍ରା ମୋʼ ପ୍ରତି ସୁଖଦାୟକ ଥିଲା।
27 Behold, the days come, saith Jehovah, That I will sow the house of Israel and the house of Judah. With the seed of man, and with the seed of beast.
ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଅଛି।
28 And it shall be that as I have watched over them To pluck up, and to pull down, and to overthrow, And to destroy, and to afflict, So will I watch over them To build, and to plant, saith Jehovah.
ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁ ଜଗି ରହିବା, ଏହା ସଦାପ୍ରଭୁ କହନ୍ତି।
29 In those days they shall no more say, “The fathers have eaten sour grapes, And the children's teeth are set on edge.”
‘ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦାନ୍ତ ଖଟା ହୋଇଅଛି,’ ଏପରି କଥା ସେସମୟରେ ଆଉ କୁହାଯିବ ନାହିଁ।
30 But every one shall die for his own iniquity; Every man that eateth sour grapes, His teeth shall be set on edge.
ମାତ୍ର ପ୍ରତ୍ୟେକ ଲୋକ ନିଜ ଅଧର୍ମ ସକାଶୁ ମରିବ, ଆଉ ଯେଉଁ ଜନ ଅମ୍ଳ ଦ୍ରାକ୍ଷାଫଳ ଖାଏ, ତାହାରି ଦାନ୍ତ ଖଟା ହେବ।
31 Behold, the days come, saith Jehovah, That I will make with the house of Israel, And with the house of Judah, a new covenant;
ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି;
32 Not according to the covenant which I made with their fathers, In the day when I took them by the hand To bring them out of the land of Egypt; Which covenant of mine they broke, And I rejected them, saith Jehovah.
ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।
33 But this is the covenant which I will make with the house of Israel: After those days, saith Jehovah, I will put my law into their inward parts, And upon their hearts will I write it; And I will be their God, And they shall be my people.
ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
34 And they shall teach no more, Every man his neighbor, and every man his brother, Saying, “Know ye Jehovah!” For they shall all know me, From the least of them even to the greatest of them, saith Jehovah; For I will forgive their iniquity, And I will remember their sin no more.
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
35 Thus saith Jehovah, Who made the sun for a light by day, And the ordinances of the moon and stars for a light by night, Who stirreth up the sea, so that the waves thereof roar, Jehovah of hosts is his name:
ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜ୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି:
36 If these ordinances shall depart from before me, Then shall the race of Israel also cease from being a nation before me forever.
“ଯଦି ଏହି ସକଳ ବିଧାନ ଆମ୍ଭ ସମ୍ମୁଖରୁ ବିଚଳିତ ହୁଏ, ତେବେ ଇସ୍ରାଏଲ ବଂଶ ହିଁ ଆମ୍ଭ ସମ୍ମୁଖରେ ସଦାକାଳ ଏକ ଗୋଷ୍ଠୀ ହୋଇ ରହିବା ପାଇଁ ନିବୃତ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।
37 Thus saith Jehovah: If the heavens above can be measured, Or the foundations of the earth beneath searched out, Then will I cast off all the race of Israel For all which they have done, saith Jehovah.
ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରିଦେବା,” ଏହା ସଦାପ୍ରଭୁ କହନ୍ତି।
38 Behold, the days come, saith Jehovah, That the city shall be built to Jehovah From the tower of Hananeel to the corner-gate.
ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ନଗର ହନନେଲର ଦୁର୍ଗଠାରୁ କୋଣ ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ, ଏପରି ସମୟ ଆସୁଅଛି।
39 And the measuring line shall go forth over against it even to the hill Gareb, And extend itself to Goath.
ଆଉ, ସେଠାରୁ ପରିମାଣ ରଜ୍ଜୁ ଗାରେବ୍‍ ଉପପର୍ବତ ପର୍ଯ୍ୟନ୍ତ ସଳଖ ଯିବ ଓ ବୁଲି ଗୋୟା ପର୍ଯ୍ୟନ୍ତ ଯିବ।
40 And the whole valley of the dead bodies and of the ashes, And all the fields to the brook Kidron, Even to the corner of the horsegate toward the East, Shall be holy to Jehovah. No more shall it be plucked up, Or thrown down, forever.
ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।”

< Jeremiah 31 >