< Job 19 >

1 But Job answered and said:
ଏଥିରେ ଆୟୁବ ଉତ୍ତର କରି କହିଲା,
2 How long will ye vex my soul, And break me in pieces with words?
“ତୁମ୍ଭେମାନେ କେତେ କାଳ ମୋʼ ପ୍ରାଣକୁ ବିରକ୍ତ କରିବ ଓ କଥାରେ ମୋତେ ଖଣ୍ଡ ଖଣ୍ଡ କରି ଭାଙ୍ଗିବ?
3 These ten times have ye reviled me; Without shame do ye stun me!
ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋʼ ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ।
4 And be it, indeed, that I have erred, My error abideth with myself.
ହେଉ, ମୁଁ ଭ୍ରମ କରିଅଛି, ମୋହର ଭ୍ରମ ମୋʼ ସଙ୍ଗେ ଥାଏ।
5 Since, indeed, ye magnify yourselves against me, And plead against me my reproach,
ଯଦି ତୁମ୍ଭେମାନେ ନିତାନ୍ତ ମୋʼ ଉପରେ ଆପଣାମାନଙ୍କୁ ବଡ଼ କରିବ ଓ ମୋʼ ବିରୁଦ୍ଧରେ ମୋʼ ଗ୍ଳାନିର ପ୍ରତିବାଦ କରିବ;
6 Know then that it is God who hath brought me low; He hath encompassed me with his net.
ତେବେ ଜାଣ ଯେ, ପରମେଶ୍ୱର ମୋʼ ବିଷୟରେ ବିପରୀତ କରିଅଛନ୍ତି ଓ ଆପଣା ଜାଲରେ ମୋତେ ଚାରିଆଡ଼େ ଘେରିଅଛନ୍ତି।
7 Behold, I complain of wrong, but receive no answer; I cry aloud, but obtain no justice.
ଦେଖ, ମୁଁ ଅନ୍ୟାୟପ୍ରଯୁକ୍ତ କ୍ରନ୍ଦନ କରେ, ମାତ୍ର ତାହା ଶୁଣାଯାଉ ନାହିଁ; ମୁଁ ସାହାଯ୍ୟ ନିମନ୍ତେ ଆର୍ତ୍ତନାଦ କରେ, ମାତ୍ର କିଛି ବିଚାର ହୁଏ ନାହିଁ।
8 He hath fenced up my way, so that I cannot pass, And hath set darkness in my paths.
ସେ ମୋʼ ପଥ ରୁଦ୍ଧ କରିଅଛନ୍ତି, ତହୁଁ ମୁଁ ଯାଇ ନ ପାରେ ଓ ମୋହର ପଥ ଅନ୍ଧକାରମୟ କରିଅଛନ୍ତି।
9 He hath stripped me of my glory, And taken the crown from my head.
ସେ ମୋʼ ଗୌରବ-ବସ୍ତ୍ର କାଢ଼ି ପକାଇଅଛନ୍ତି ଓ ମୋʼ ମସ୍ତକରୁ ମୁକୁଟ ନେଇଅଛନ୍ତି।
10 He hath destroyed me on every side, and I am gone! He hath torn up my hope like a tree.
ସେ ଚାରିଆଡ଼େ ମୋତେ ଭାଙ୍ଗି ପକାଇଅଛନ୍ତି, ମୁଁ ସରିଗଲିଣି ଓ ସେ ମୋହର ଭରସା ବୃକ୍ଷ ପରି ଉତ୍ପାଟନ କରିଅଛନ୍ତି।
11 He kindleth his anger against me, And counteth me as his enemy.
ମଧ୍ୟ ସେ ମୋʼ ବିରୁଦ୍ଧରେ ଆପଣା କ୍ରୋଧ ପ୍ରଜ୍ୱଳିତ କରିଅଛନ୍ତି ଓ ସେ ମୋତେ ଆପଣାର ଜଣେ ବିପକ୍ଷ ପରି ଗଣନା କରନ୍ତି।
12 His troops advance together against me; They throw up for themselves a way to me, And encamp around my dwelling.
ତାହାଙ୍କର ସୈନ୍ୟଗଣ ଏକତ୍ର ଆସନ୍ତି ଓ ମୋʼ ବିରୁଦ୍ଧରେ ଆପଣାମାନଙ୍କ ପଥ ପ୍ରସ୍ତୁତ କରନ୍ତି ଓ ମୋʼ ତମ୍ବୁ ଚାରିଆଡ଼େ ଛାଉଣି କରନ୍ତି।
13 My brethren he hath put far from me, And my acquaintance are wholly estranged from me.
ସେ ମୋହର ଜ୍ଞାତିମାନଙ୍କୁ ମୋʼ ଠାରୁ ଦୂର କରିଅଛନ୍ତି ଓ ମୋହର ପରିଚିତ ଲୋକମାନେ ସମ୍ପୂର୍ଣ୍ଣ ରୂପେ ଅପରିଚିତ ହୋଇଅଛନ୍ତି।
14 My kinsfolk have forsaken me, And my bosom friends have forgotten me.
ମୋʼ କୁଟୁମ୍ବବର୍ଗ ମୋତେ ତ୍ୟାଗ କରିଅଛନ୍ତି ଓ ଆତ୍ମୀୟ ମିତ୍ରଗଣ ମୋତେ ପାସୋରିଅଛନ୍ତି।
15 The foreigners of my house, yea, my own maid-servants, regard me as a stranger; I am an alien in their eyes.
ମୋʼ ଗୃହନିବାସୀମାନେ ଓ ମୋʼ ଦାସୀମାନେ ମୋତେ ଅଜଣା ଲୋକ କରି ଗଣନ୍ତି; ମୁଁ ସେମାନଙ୍କ ଦୃଷ୍ଟିରେ ବିଦେଶୀ ହୋଇଅଛି।
16 I call my servant, and he maketh no answer; With my own mouth do I entreat him.
ମୁଁ ଆପଣା ଦାସକୁ ଡାକିଲେ ଓ ନିଜ ମୁଖରେ ବିନତି କଲେ ହେଁ ସେ ମୋତେ ଉତ୍ତର ଦିଏ ନାହିଁ।
17 My breath is become strange to my wife, And my prayers also to my own mother's sons.
ମୋʼ ନିଶ୍ୱାସ ମୋʼ ଭାର୍ଯ୍ୟା ପ୍ରତି ଓ ମୋʼ ନିବେଦନ ମୋʼ ସହୋଦର ପ୍ରତି ଘୃଣିତ।
18 Even young children despise me; When I rise up, they speak against me.
ବାଳକମାନେ ମଧ୍ୟ ମୋତେ ଅବଜ୍ଞା କରନ୍ତି; ମୁଁ ଉଠିଲେ, ସେମାନେ ମୋʼ ବିରୁଦ୍ଧରେ କଥା କହନ୍ତି।
19 All my bosom friends abhor me, And they whom I loved are turned against me.
ମୋହର ସୁହୃଦମାନେ ମୋତେ ଘୃଣା କରନ୍ତି ଓ ଯେଉଁମାନଙ୍କୁ ମୁଁ ସ୍ନେହ କଲି, ସେମାନେ ମୋହର ବିରୁଦ୍ଧ ହୋଇଅଛନ୍ତି।
20 My bones cleave to my flesh and my skin, And I have scarcely escaped with the skin of my teeth.
ମୋʼ ମାଂସ ଓ ଚର୍ମରେ ମୋହର ଅସ୍ଥି ଲାଗି ଯାଇଅଛି ଓ ମୁଁ ଚର୍ମାବଶିଷ୍ଟଦନ୍ତ ହୋଇ ବଞ୍ଚିଅଛି।
21 Have pity upon me, O ye my friends! have pity upon me; For the hand of God hath smitten me!
ହେ ମୋହର ମିତ୍ରମାନେ, ମୋʼ ପ୍ରତି ଦୟା କର, ମୋʼ ପ୍ରତି ଦୟା କର; କାରଣ ପରମେଶ୍ୱରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି।
22 Why do ye persecute me like God, And are not satisfied with my flesh?
ପରମେଶ୍ୱରଙ୍କ ପରି ତୁମ୍ଭେମାନେ କାହିଁକି ମୋତେ ତାଡ଼ନା କରୁଅଛ ଓ ମୋʼ ମାଂସରେ ତୃପ୍ତ ହେଉ ନାହଁ?
23 O that my words were now written! O that they were marked down in a scroll!
ଆହା, ଏବେ ମୋʼ କଥାସବୁ ଯେବେ ଲେଖାଯାʼନ୍ତା! ଆହା, ତାହାସବୁ ଯେବେ ପୁସ୍ତକରେ ଲିଖିତ ହୁଅନ୍ତା!
24 That with an iron pen, and with lead, They were engraven upon the rock for ever!
ଯେବେ ଲୌହ ଲେଖନୀ ଓ ସୀସା ଦ୍ୱାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତା!
25 Yet I know that my Vindicator liveth, And will hereafter stand up on the earth;
ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;
26 And though with my skin this body be wasted away, Yet without my flesh shall I see God.
ପୁଣି, ମୋହର ଚର୍ମ ଏହିରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ୱରଙ୍କୁ ଦେଖିବି;
27 Yea, I shall see him my friend; My eyes shall behold him, and not another: For this, my soul panteth within me.
ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ। ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି।
28 Since ye say, “How may we persecute him, And find grounds of accusation against him?”
ମୋʼ ଠାରେ ମୂଳକଥା ଦେଖାଯିବାରୁ ଯଦି ତୁମ୍ଭେମାନେ କୁହ, ଆମ୍ଭେମାନେ କିପରି ତାହାକୁ ତାଡ଼ନା କରିବା?
29 Be ye afraid of the sword! For malice is a crime for the sword; That ye may know that judgment cometh.
ତେବେ ତୁମ୍ଭେମାନେ ଖଡ୍ଗ ବିଷୟରେ ଭୀତ ହୁଅ; କାରଣ କୋପ ଖଡ୍ଗରୂପ ଶାସ୍ତି ଆଣିବ; ତହିଁରେ ବିଚାର ଯେ ଅଛି, ତାହା ତୁମ୍ଭେମାନେ ଜାଣି ପାରିବ।”

< Job 19 >