< Psalms 146 >

1 Praise ye the LORD! Praise the LORD, O my soul!
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର।
2 I will praise the LORD, as long as I live; I will sing praises to my God, while I have my being.
ମୁଁ ବଞ୍ଚିଥିବା ଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।
3 Put not your trust in princes, In the son of man, in whom is no help!
ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ।
4 His breath goeth forth; he returneth to the dust; In that very day his plans perish.
ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ।
5 Happy is he that hath the God of Jacob for his help; Whose hope is in the LORD, his God;
ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;
6 Who made heaven and earth, The sea, and all that is therein; Who keepeth truth for ever;
ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;
7 Who executeth judgment for the oppressed; Who giveth food to the hungry. The LORD setteth free the prisoners;
ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।
8 The LORD openeth the eyes of the blind; The LORD raiseth up them that are bowed down; The LORD loveth the righteous.
ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
9 The LORD preserveth the strangers; He relieveth the fatherless and the widow; But the way of the wicked he maketh crooked.
ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି।
10 The LORD shall reign for ever; Thy God, O Zion! to all generations! Praise ye the LORD!
ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

< Psalms 146 >