< James 5 >
1 Listen to me, you rich people, weep and wail for the miseries that are coming upon you!
ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର।
2 Your riches have wasted away, and your clothes have become moth-eaten.
ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି, ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି,
3 Your gold and silver are rusted; and the rust on them will be evidence against you, and will eat into your flesh. It was fire, so to speak, that you stored up for yourselves in these last days.
ପୁଣି, ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ। ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ!
4 Listen! The wages you have held back from the laborers who mowed your fields are crying out against you, and the outcries of your harvesters have reached the ears of the Lord of Hosts!
ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।
5 You have lived on earth a life of extravagance and luxury; you have indulged your fancies in a time of bloodshed.
ତୁମ୍ଭେମାନେ ଜଗତରେ ସୁଖଭୋଗ ଓ ବିଳାସିତାରେ କାଳକ୍ଷେପଣ କରିଅଛ, ବଧ ଦିନରେ ଆପଣା ଆପଣା ହୃଦୟକୁ ତୃପ୍ତ କରିଅଛ।
6 You have condemned, you have murdered, the righteous one! Must not God be opposed to you?
ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ; ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ।
7 Be patient, then, friends, until the coming of the Lord. Even the farmer has to wait for the precious fruit of the earth, watching over it patiently, until it has had the spring and summer rains.
ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ।
8 And you must be patient also, and not be discouraged; for the Lord’s coming is near.
ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ।
9 Do not make complaints against one another, friends, or judgment will be passed on you. The judge is already standing at the door!
ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି।
10 Friends, as an example of the patient endurance of suffering, take the prophets who spoke in the name of the Lord.
ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ୱରୂପେ ଗ୍ରହଣ କର।
11 We count those who displayed such endurance blessed! You have heard, too, of Job’s endurance, and have seen what the Lord’s purpose was, for ‘the Lord is full of pity and compassion.’
ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।
12 Above all things, my friends, never take an oath, either by heaven, or by earth, or by anything else. Let your ‘Yes’ suffice for yes, and ‘No’ for no, so that you may escape condemnation.
ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ୱର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ; ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ଡନୀୟ ନ ହୁଅ।
13 If anyone of you is in trouble, they should pray; if anyone is happy, they should sing hymns.
ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ। କେହି କଅଣ ଆନନ୍ଦିତ ଅଟେ? ସେ ସ୍ତବଗାନ କରୁ।
14 If anyone of you is ill, they should send for the church elders, and let them pray over them, anointing them with oil in the name of the Lord.
ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।
15 The prayer offered in faith will save the person who is sick, and the Lord will raise them from their bed; and if they have committed sins, they will be forgiven.
ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।
16 Therefore, confess your sins to one another and pray for one another, so that you may be cured. Great is the power of a good person’s fervent prayer.
ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।
17 Elijah was only human like ourselves, but, when he prayed fervently that it might not rain, no rain fell on the land for three and a half years.
ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ;
18 And, when he prayed again, the clouds brought rain, and the land bore crops.
ସେ ପୁନର୍ବାର ପ୍ରାର୍ଥନା କରନ୍ତେ ଆକାଶରୁ ବୃଷ୍ଟି ହେଲା, ଆଉ ଭୂମି ଆପଣା ଫଳ ଉତ୍ପନ୍ନ କଲା।
19 My friends, should one of you be led astray from the truth, and someone bring them back again,
ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି, କେହି ତାହାକୁ ଫେରାଇ ଆଣେ,
20 be sure that the person who brings a sinner back from their mistaken ways will save that person’s soul from death, and will cover a multitude of sins.
ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ।