< Psalms 22 >

1 For the leader; set to ‘Deer of the Dawn’. A psalm of David. My God, my God, why have you left me, my rescue so far from the words of my roaring?
ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍‍-ହସଶହର (ଅଋଣର ମୃଗୀ) ସ୍ୱରରେ ଦାଉଦଙ୍କର ଗୀତ। ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୋତେ ସାହାଯ୍ୟ କରିବାରୁ ଓ ମୋʼ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ?
2 I cry in the day, you do not answer, I cry in the night but find no rest.
ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ।
3 You are the Holy One, throned on the praises of Israel.
ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍‍, ତୁମ୍ଭେ ପବିତ୍ର ଅଟ।
4 In you our ancestors trusted, they trusted and you delivered them.
ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ।
5 They cried to you, and found safety, in you did they trust and were not put to shame.
ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ।
6 But I am a worm, not a person; insulted by others, despised by the people.
ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।
7 All who see me mock me, with mouths wide open and wagging heads:
ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି,
8 “He relies on the Lord; let him save him. Let him rescue the one he holds dear!”
“ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।”
9 But you drew me from the womb, laid me safely on my mother’s breasts.
ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ।
10 On your care was I cast from my very birth, you are my God from my mother’s womb.
ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।
11 Be not far from me, for trouble is nigh, and there is none to help.
ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ।
12 I am circled by many bulls, beset by the mighty of Bashan,
ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।
13 who face me with gaping jaws, like ravening roaring lions.
ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋʼ ପ୍ରତି ମୁଖ ମେଲାଇ ଅଛନ୍ତି।
14 Poured out am I like water, and all my bones are loosened. My heart is become like wax, melted within me.
ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋʼ ଅନ୍ତ୍ର ମଧ୍ୟରେ ତରଳି ଯାଏ।
15 My palate is dry as a sherd, my tongue sticks to my jaws; in the dust of death you lay me.
ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁର ଧୂଳି କି ଆଣିଅଛ।
16 For dogs are round about me, a band of knaves encircles me, gnawing my hands and my feet.
କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।
17 I can count my bones, every one. As for them, they feast their eyes on me.
ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥାʼନ୍ତି।
18 They divide my garments among them, and over my raiment cast lots.
ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋʼ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି।
19 But you, O Lord, be not far, O my strength, hasten to help me.
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ।
20 Deliver my life from the sword my life from the power of the dogs.
ଖଡ୍ଗରୁ ମୋʼ ପ୍ରାଣକୁ ଓ କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର।
21 Save me from the jaws of the lion, from the horns of the wild oxen help me.
ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ।
22 I will tell of your fame to my kindred, and in the assembly will praise you.
ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି।
23 Praise the Lord, you who fear him. All Jacob’s seed, give him glory. All Israel’s seed, stand in awe of him.
ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ।
24 For he has not despised nor abhorred the sorrow of the sorrowful. He hid not his face from me, but he listened to my cry for help.
କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ।
25 Of you is my praise in the great congregation; my vows I will pay before those who fear him.
ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସାଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି।
26 The afflicted will eat to their heart’s desire, and those who seek after the Lord will praise him. Lift up your hearts forever.
ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ।
27 All will call it to mind, to the ends of the earth, and turn to the Lord; and all tribes of the nations will bow down before you.
ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।
28 For the kingdom belongs to the Lord: he is the Lord of the nations.
କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି।
29 To him will bow down all who sleep in the earth, and before him bend all who go down to the dust, and those who could not preserve their lives.
ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍‍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ।
30 My descendants will tell of the Lord to the next generation;
ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ।
31 they will declare his righteousness to people yet to be born: He has done it.
ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି।

< Psalms 22 >