< 1 Samuel 22 >

1 David therefore departed thence, and escaped to the cave of Adullam: and when his brethren and all his father’s house heard it, they went down thither to him.
ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ।
2 And every one that was in distress, and every one that was in debt, and every one that was discontented, gathered themselves unto him; and he became captain over them: and there were with him about four hundred men.
ଆଉ ପ୍ରତ୍ୟେକ କ୍ଳିଷ୍ଟ ଓ ପ୍ରତ୍ୟେକ ଋଣଗ୍ରସ୍ତ ଓ ପ୍ରତ୍ୟେକ ତିକ୍ତମନା ଲୋକ ତାଙ୍କ ନିକଟରେ ଏକତ୍ର ହେଲେ; ତହିଁରେ ସେ ସେମାନଙ୍କର ସେନାପତି ହେଲେ; ଏହିରୂପେ ଊଣାଧିକ ଚାରି ଶହ ଲୋକ ତାଙ୍କର ସଙ୍ଗୀ ହେଲେ।
3 And David went thence to Mizpeh of Moab: and he said unto the king of Moab, Let my father and my mother, I pray thee, come forth, [and be] with you, till I know what God will do for me.
ଏଥିଉତ୍ତାରେ ଦାଉଦ ସେଠାରୁ ମୋୟାବ ଦେଶସ୍ଥ ମିସ୍ପେକୁ ଗଲେ; ପୁଣି, ସେ ମୋୟାବର ରାଜାକୁ କହିଲେ, “ମୁଁ ବିନୟ କରୁଅଛି, ପରମେଶ୍ୱର ମୋʼ ପ୍ରତି କଅଣ କରିବେ, ତାହା ମୁଁ ଜାଣିବା ପର୍ଯ୍ୟନ୍ତ ମୋର ପିତାମାତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ଆସି ରହିବାକୁ ଦିଅ।”
4 And he brought them before the king of Moab: and they dwelt with him all the while that David was in the hold.
ତହୁଁ ସେ ସେମାନଙ୍କୁ ମୋୟାବ-ରାଜାର ସାକ୍ଷାତକୁ ଆଣିଲେ ତହିଁରେ ଦାଉଦ ଦୁର୍ଗମ ସ୍ଥାନରେ ରହିବା ସମୟଯାକ ସେମାନେ ସେହି ରାଜା ସହିତ ବାସ କଲେ।
5 And the prophet Gad said unto David, Abide not in the hold; depart, and get thee into the land of Judah. Then David departed, and came into the forest of Hereth.
ଏଥିମଧ୍ୟରେ ଭବିଷ୍ୟଦ୍‍ବକ୍ତା ଗାଦ୍‍ ଦାଉଦଙ୍କୁ କହିଲା, “ଏହି ଦୁର୍ଗମ ସ୍ଥାନରେ ନ ରୁହ; ପ୍ରସ୍ଥାନ କରି ଯିହୁଦା ଦେଶକୁ ଯାଅ।” ତେବେ ଦାଉଦ ପ୍ରସ୍ଥାନ କରି ହେରତ୍‍ ବଣରେ ଉପସ୍ଥିତ ହେଲେ।
6 And Saul heard that David was discovered, and the men that were with him: now Saul was sitting in Gibeah, under the tamarisk tree in Ramah, with his spear in his hand, and all his servants were standing about him.
ଏଥିଉତ୍ତାରେ ଶାଉଲ ଶୁଣିଲେ ଯେ, ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କର ସନ୍ଧାନ ମିଳିଅଛି; ଏହି ସମୟରେ ଶାଉଲ ନିଜ ହସ୍ତରେ ବର୍ଚ୍ଛା ଧରି ଗିବୀୟାସ୍ଥିତ ରାମାରେ ଝାଉଁଗଛ ତଳେ ବସିଥିଲେ ଓ ତାଙ୍କର ଚାରିଆଡ଼େ ତାଙ୍କର ଦାସ ସମସ୍ତେ ଠିଆ ହୋଇଥିଲେ।
7 And Saul said unto his servants that stood about him, Hear now, ye Benjamites; will the son of Jesse give every one of you fields and vineyards, will he make you all captains of thousands and captains of hundreds;
ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, “ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କʼଣ ତୁମ୍ଭମାନଙ୍କ ପ୍ରତି ଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କʼଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ,
8 that all of you have conspired against me, and there is none that discloseth to me when my son maketh a league with the son of Jesse, and there is none of you that is sorry for me, or discloseth unto me that my son hath stirred up my servant against me, to lie in wait, as at this day?
ଏଥିପାଇଁ କʼଣ ତୁମ୍ଭେ ସମସ୍ତେ ମୋହର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ? ଆଉ, ମୋହର ପୁତ୍ର ଯିଶୀର ପୁତ୍ର ସଙ୍ଗେ ନିୟମ କଲା ବେଳେ କେହି ମୋହର କର୍ଣ୍ଣଗୋଚର କଲ ନାହିଁ ଓ ତୁମ୍ଭମାନଙ୍କର କେହି ମୋʼ ପାଇଁ ଚିନ୍ତିତ ହେଲ ନାହିଁ, କିଅବା ଆଜିର ପରି ମୋହର ପ୍ରତିକୂଳରେ ଛକି ବସି ଆକ୍ରମଣ କରିବା ପାଇଁ ମୋର ପୁତ୍ର ଯେ ମୋର ଦାସକୁ ମତାଇ ଅଛି, ଏହା କେହି ମୋର କର୍ଣ୍ଣଗୋଚର କଲ ନାହିଁ?”
9 Then answered Doeg the Edomite, which stood by the servants of Saul, and said, I saw the son of Jesse coming to Nob, to Ahimelech the son of Ahitub.
ତେବେ ଶାଉଲଙ୍କର ଦାସମାନଙ୍କ ନିକଟରେ ଠିଆ ହୋଇଥିବା ଇଦୋମୀୟ ଦୋୟେଗ୍‍ ଉତ୍ତର ଦେଇ କହିଲା, “ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବ୍‍ର ପୁତ୍ର ଅହୀମେଲକ୍‍ ନିକଟକୁ ଯିବାର ଦେଖିଥିଲି।
10 And he inquired of the LORD for him, and gave him victuals, and gave him the sword of Goliath the Philistine.
ପୁଣି, ଅହୀମେଲକ୍‍ ତାହା ପାଇଁ ସଦାପ୍ରଭୁଙ୍କ ନିକଟରେ ପଚାରିଲା ଓ ତାହାକୁ ଖାଦ୍ୟଦ୍ରବ୍ୟ ଓ ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଦେଲା।”
11 Then the king sent to call Ahimelech the priest, the son of Ahitub, and all his father’s house, the priests that were in Nob: and they came all of them to the king.
ତହୁଁ ରାଜା ଅହୀଟୂବ୍‍ର ପୁତ୍ର ଅହୀମେଲକ୍‍ ଯାଜକକୁ ଓ ନୋବ ନିବାସୀ ତାହାର ପିତୃବଂଶୀୟ ସମସ୍ତ ଯାଜକଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ତହିଁରେ ସେମାନେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ।
12 And Saul said, Hear now, thou son of Ahitub. And he answered, Here I am, my lord.
ଏଥିରେ ଶାଉଲ କହିଲେ, “ହେ ଅହୀଟୂବ୍‍ର ପୁତ୍ର, ତୁମ୍ଭେ ଶୁଣ।” ସେ ଉତ୍ତର କଲା, “ହେ ମୋହର ପ୍ରଭୋ, ମୁଁ ଏଠାରେ ଅଛି।”
13 And Saul said unto him, Why have ye conspired against me, thou and the son of Jesse, in that thou hast given him bread, and a sword, and hast inquired of God for him, that he should rise against me, to lie in wait, as at this day?
ପୁଣି, ଶାଉଲ ତାହାକୁ କହିଲେ, “ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ? ଆଜିର ପରି ଯିଶୀର ପୁତ୍ର ମୋʼ ବିରୁଦ୍ଧରେ ଉଠି ଛକି ବସିବା ପାଇଁ ତୁମ୍ଭେ ତ ତାହାକୁ ରୁଟି ଓ ଖଡ୍ଗ ଦେଇଅଛ ଓ ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପଚାରିଅଛ।”
14 Then Ahimelech answered the king, and said, And who among all thy servants is so faithful as David, which is the king’s son in law, and is taken into thy council, and is honourable in thine house?
ଏଥିରେ ଅହୀମେଲକ୍‍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ୱସ୍ତ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍‍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ।
15 Have I today begun to inquire of God for him? be it far from me: let not the king impute any thing unto his servant, nor to all the house of my father: for thy servant knoweth nothing of all this, less or more.
ମୁଁ କʼଣ ପରମେଶ୍ୱରଙ୍କ ନିକଟରେ ତାହା ଲାଗି ପଚାରିବାକୁ ଆଜି ଆରମ୍ଭ କଲି? ତାହା ମୋʼ ଠାରୁ ଦୂର ହେଉ; ମହାରାଜ ଆପଣାର ଏହି ଦାସକୁ ବା ମୋହର ସମସ୍ତ ପିତୃଗୃହକୁ କୌଣସି ଦୋଷ ନ ଦେଉନ୍ତୁ; କାରଣ ଆପଣଙ୍କ ଦାସ ଏସବୁ ବିଷୟରେ ଅଳ୍ପ କି ବହୁତ କିଛି ଜାଣେ ନାହିଁ।
16 And the king said, Thou shalt surely die, Ahimelech, thou, and all thy father’s house.
ଏଥିରେ ରାଜା କହିଲେ, “ହେ ଅହୀମେଲକ୍‍, ତୁମ୍ଭେ ଓ ତୁମ୍ଭ ପିତୃଗୃହ ସମସ୍ତେ ନିଶ୍ଚୟ ମରିବ।”
17 And the king said unto the guard that stood about him, Turn, and slay the priests of the LORD; because their hand also is with David, and because they knew that he fled, and did not disclose it to me. But the servants of the king would not put forth their hand to fall upon the priests of the LORD.
ତହୁଁ ରାଜା ଆପଣା ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଧାଉଡ଼ିଆମାନଙ୍କୁ କହିଲେ, “ତୁମ୍ଭେମାନେ ଫେରି ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କର; କାରଣ ଦାଉଦ ପକ୍ଷରେ ସେମାନଙ୍କର ମଧ୍ୟ ହସ୍ତ ଅଛି, ଆଉ ସେମାନେ ଦାଉଦର ପଳାଇବା କଥା ଜାଣିଲେ ହେଁ ତାହା ମୋହର କର୍ଣ୍ଣଗୋଚର କଲେ ନାହିଁ।” ମାତ୍ର ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କ ଯାଜକମାନଙ୍କୁ ଆକ୍ରମଣ କରିବା ପାଇଁ ହସ୍ତ ବଢ଼ାଇବାକୁ ଅସମ୍ମତ ହେଲେ।
18 And the king said to Doeg, Turn thou, and fall upon the priests. And Doeg the Edomite turned, and he fell upon the priests, and he slew on that day fourscore and five persons that did wear a linen ephod.
ଏଣୁ ରାଜା ଦୋୟେଗ୍‍କୁ କହିଲେ, “ତୁମ୍ଭେ ଫେରି ଏହି ଯାଜକମାନଙ୍କୁ ଆକ୍ରମଣ କର।” ତହିଁରେ ଇଦୋମୀୟ ଦୋୟେଗ୍‍ ଫେରି ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହି ଦିନ ସେ ଶୁକ୍ଳ ଏଫୋଦ-ପରିଧାନକାରୀ ପଞ୍ଚାଅଶୀ ଜଣଙ୍କୁ ବଧ କଲା।
19 And Nob, the city of the priests, smote he with the edge of the sword, both men and women, children and sucklings, and oxen and asses and sheep, with the edge of the sword.
ପୁଣି, ସେ ଯାଜକମାନଙ୍କର ନୋବ ନଗରକୁ ଖଡ୍ଗଧାରରେ ଆଘାତ କଲା; ସେ ଖଡ୍ଗଧାରରେ ପୁରୁଷ ଓ ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁ ଉଭୟଙ୍କୁ, ପୁଣି, ଗୋରୁ ଓ ଗର୍ଦ୍ଦଭ ଓ ମେଷାଦିକୁ ଆଘାତ କଲା।
20 And one of the sons of Ahimelech the son of Ahitub, named Abiathar, escaped, and fled after David.
ସେହି ସମୟରେ ଅହୀଟୂବ୍‍ର ପୁତ୍ର ଅହୀମେଲକ୍‍ର ପୁତ୍ରମାନଙ୍କ ମଧ୍ୟରୁ ଅବୀୟାଥର ନାମରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡ଼କୁ ପଳାଇଲା।
21 And Abiathar told David that Saul had slain the LORD’S priests.
ପୁଣି, ଅବୀୟାଥର ଦାଉଦଙ୍କୁ ଜଣାଇଲା ଯେ, ଶାଉଲ ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କରିଅଛି।
22 And David said unto Abiathar, I knew on that day, when Doeg the Edomite was there, that he would surely tell Saul: I have occasioned [the death] of all the persons of thy father’s house.
ତହୁଁ ଦାଉଦ ଅବୀୟାଥରକୁ କହିଲେ, “ଇଦୋମୀୟ ଦୋୟେଗ୍‍ ସେଠାରେ ଥିବା ବେଳେ ମୁଁ ସେହି ଦିନ ଜାଣିଲି ଯେ, ସେ ନିଶ୍ଚୟ ଶାଉଲଙ୍କୁ ଜଣାଇବ; ମୁଁ ତୁମ୍ଭ ପିତୃଗୃହସ୍ଥ ସମସ୍ତ ପ୍ରାଣୀଙ୍କର ମୃତ୍ୟୁୁ ଘଟାଇଅଛି।
23 Abide thou with me, fear not; for he that seeketh my life seeketh thy life: for with me thou shalt be in safeguard.
ତୁମ୍ଭେ ମୋʼ ସଙ୍ଗେ ରୁହ, ଭୟ ନ କର; କାରଣ ଯେ ମୋର ପ୍ରାଣ ଚାହେଁ, ସେ ତୁମ୍ଭ ପ୍ରାଣ ଚାହେଁ; ମାତ୍ର ମୋʼ ସଙ୍ଗେ ତୁମ୍ଭେ ସୁରକ୍ଷିତ ହେବ।”

< 1 Samuel 22 >