< Jeremiah 10 >

1 Hear ye the word which the LORD speaketh unto you, O house of Israel:
ହେ ଇସ୍ରାଏଲ ବଂଶ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ କଥା କହନ୍ତି, ତାହା ଶୁଣ;
2 thus saith the LORD, Learn not the way of the nations, and be not dismayed at the signs of heaven; for the nations are dismayed at them.
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଅନ୍ୟଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ, ଆକାଶର ଓ ନାନା ଚିହ୍ନରେ ଭୀତ ହୁଅ ନାହିଁ, କାରଣ ଅନ୍ୟ ଦେଶୀୟମାନେ ତହିଁରେ ଭୀତ ହୁଅନ୍ତି।
3 For the customs of the peoples are vanity: for one cutteth a tree out of the forest, the work of the hands of the workman with the axe.
ଅନ୍ୟଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ।
4 They deck it with silver and with gold; they fasten it with nails and with hammers, that it move not.
ସେମାନେ ରୂପା ଓ ସୁନାରେ ତାହା ମଣ୍ଡନ କରନ୍ତି; ପୁଣି, ତାହା ଯେପରି ଟଳଟଳ ହେବ ନାହିଁ, ଏଥିପାଇଁ ହାତୁଡ଼ି ଦ୍ୱାରା କଣ୍ଟା ମାରି ତାହା ଦୃଢ଼ କରନ୍ତି।
5 They are like a palm tree, of turned work, and speak not: they must needs be borne, because they cannot go. Be not afraid of them; for they cannot do evil, neither is it in them to do good.
ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରିପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ।”
6 There is none like unto thee, O LORD; thou art great, and thy name is great in might.
ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ।
7 Who would not fear thee, O King of the nations? for to thee doth it appertain: forasmuch as among all the wise men of the nations, and in all their royal estate, there is none like unto thee.
ହେ ସର୍ବଦେଶୀୟମାନଙ୍କର ରାଜନ୍‍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ।
8 But they are together brutish and foolish: the instruction of idols, it is but a stock.
ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।
9 There is silver beaten into plates which is brought from Tarshish, and gold from Uphaz, the work of the artificer and of the hands of the goldsmith; blue and purple for their clothing; they are all the work of cunning men.
ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତ କର୍ମ।
10 But the LORD is the true God; he is the living God, and an everlasting king: at his wrath the earth trembleth, and the nations are not able to abide his indignation.
ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।
11 Thus shall ye say unto them, The gods that have not made the heavens and the earth, these shall perish from the earth, and from under the heavens.
ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, “ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ।”
12 He hath made the earth by his power, he hath established the world by his wisdom, and by his understanding hath he stretched out the heavens:
ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି;
13 when he uttereth his voice, there is a tumult of waters in the heavens, and he causeth the vapours to ascend from the ends of the earth; he maketh lightnings for the rain, and bringeth forth the wind out of his treasuries.
ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଏ, ପୁଣି ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ପ୍ରସ୍ତୁତ କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
14 Every man is become brutish [and is] without knowledge; every goldsmith is put to shame by his graven image: for his molten image is falsehood, and there is no breath in them.
ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
15 They are vanity, a work of delusion: in the time of their visitation they shall perish.
ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।
16 The portion of Jacob is not like these; for he is the former of all things; and Israel is the tribe of his inheritance: the LORD of hosts is his name.
ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
17 Gather up thy wares out of the land, O thou that abidest in the siege.
ହେ ଅବରୁଦ୍ଧ ସ୍ଥାନ ନିବାସୀନ୍‍, ତୁମ୍ଭେ ଦେଶରୁ ଆପଣା ସାମଗ୍ରୀ ସଂଗ୍ରହ କର।
18 For thus saith the LORD, Behold, I will sling out the inhabitants of the land at this time, and will distress them, that they may feel [it].
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସମୟରେ ଦେଶ ନିବାସୀମାନଙ୍କୁ ଛାଟିଣୀ ମାରିବା ପରି ଫିଙ୍ଗି ଦେବା ଓ ସେମାନଙ୍କୁ ଏପରି କ୍ଳେଶ ଦେବା ଯେ, ସେମାନେ ତାହା ବୋଧ ପାଇବେ।”
19 Woe is me for my hurt! my wound is grievous: but I said, Truly this is [my] grief, and I must bear it.
ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ; ତଥାପି ମୁଁ କହିଲି, “ଏହି ମୋହର ବେଦନା, ମୋତେ ଏହା ସହିବାକୁ ହେବ।”
20 My tent is spoiled, and all my cords are broken: my children are gone forth of me, and they are not: there is none to stretch forth my tent any more, and to set up my curtains.
ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି; ମୋର ବାଳକମାନେ ମୋʼ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି, ମୋର ତମ୍ବୁ ଆଉ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହିଁ।
21 For the shepherds are become brutish, and have not inquired of the LORD: therefore they have not prospered, and all their flocks are scattered.
କାରଣ ପାଳକଗଣ ପଶୁବତ୍‍ ହୋଇଅଛନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପଚାରି ନାହାନ୍ତି; ଏହେତୁ ସେମାନେ ଉନ୍ନତି କରି ନାହାନ୍ତି ଓ ସେମାନଙ୍କର ପଲସବୁ ଛିନ୍ନଭିନ୍ନ ହୋଇଅଛନ୍ତି।
22 The voice of a rumour, behold it cometh, and a great commotion out of the north country, to make the cities of Judah a desolation, a dwelling place of jackals.
କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି, ଆଉ ଯିହୁଦାର ନଗରସବୁ ଉଚ୍ଛିନ୍ନ ଓ ଶୃଗାଳମାନଙ୍କର ବାସସ୍ଥାନ କରିବା ପାଇଁ ଉତ୍ତର ଦେଶରୁ ମହାଚହଳ ଆସୁଅଛି।
23 O LORD, I know that the way of man is not in himself: it is not in man that walketh to direct his steps.
ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ।
24 O LORD, correct me, but with judgment; not in thine anger, lest thou bring me to nothing.
ହେ ସଦାପ୍ରଭୁ, ମୋତେ ଶାସନ କର, ମାତ୍ର ବିଚାରପୂର୍ବକ କର; କ୍ରୋଧରେ ତାହା ନ କର, କଲେ ତୁମ୍ଭେ ମୋତେ ବିନାଶ କରିବ।
25 Pour out thy fury upon the heathen that know thee not, and upon the families that call not on thy name: for they have devoured Jacob, yea, they have devoured him and consumed him, and have laid waste his habitation.
ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି।

< Jeremiah 10 >