< Jeremiah 9 >

1 Oh that my head were waters, and mine eyes a fountain of tears, that I might weep day and night for the slain of the daughter of my people!
ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରିପାରନ୍ତି!
2 Oh that I had in the wilderness a lodging place of wayfaring men; that I might leave my people, and go from them! for they be all adulterers, an assembly of treacherous men.
ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥାʼନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।
3 And they bend their tongue [as it were] their bow for falsehood; and they are grown strong in the land, but not for truth: for they proceed from evil to evil, and they know not me, saith the LORD.
ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ, ଏହା ସଦାପ୍ରଭୁ କହନ୍ତି।
4 Take ye heed every one of his neighbour, and trust ye not in any brother: for every brother will utterly supplant, and every neighbour will go about with slanders.
ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ ଓ ପ୍ରତ୍ୟେକ ମିତ୍ର ନିନ୍ଦା ଘେନି ବୁଲିବ।
5 And they will deceive every one his neighbour, and will not speak the truth: they have taught their tongue to speak lies; they weary themselves to commit iniquity.
ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।
6 Thine habitation is in the midst of deceit; through deceit they refuse to know me, saith the LORD.
ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।
7 Therefore thus saith the LORD of hosts, Behold, I will melt them, and try them; for how [else] should I do, because of the daughter of my people?
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହାଛଡ଼ା ଆଉ କଅଣ କରିବା?
8 Their tongue is a deadly arrow; it speaketh deceit: one speaketh peaceably to his neighbour with his mouth, but in his heart he layeth wait for him.
ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।
9 Shall I not visit them for these things? saith the LORD: shall not my soul be avenged on such a nation as this?
ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କʼଣ ପରିଶୋଧ ନେବ ନାହିଁ?
10 For the mountains will I take up a weeping and wailing, and for the pastures of the wilderness a lamentation, because they are burned up, so that none passeth through; neither can men hear the voice of the cattle; both the fowl of the heavens and the beast are fled, they are gone.
ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।
11 And I will make Jerusalem heaps, a dwelling place of jackals; and I will make the cities of Judah a desolation, without inhabitant.
ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”
12 Who is the wise man, that may understand this? and [who is] he to whom the mouth of the LORD hath spoken, that he may declare it? wherefore is the land and perished burned up like a wilderness, so that none passeth through?
ଏହା ଯେ ବୁଝିପାରେ, ଏପରି ଜ୍ଞାନୀ ମନୁଷ୍ୟ କିଏ ଅଛି? ଓ ଏହା ବ୍ୟକ୍ତ କରିବା ପାଇଁ ସଦାପ୍ରଭୁଙ୍କର ମୁଖ ଯାହାକୁ ଜ୍ଞାତ କରାଇଅଛି, ଏପରି ବ୍ୟକ୍ତି କିଏ? ଦେଶ କି ନିମନ୍ତେ ବିନଷ୍ଟ ଓ ପ୍ରାନ୍ତର ତୁଲ୍ୟ ଦଗ୍ଧ ହେଲା ଯେ, କେହି ତହିଁର ମଧ୍ୟଦେଇ ଗତାୟାତ କରେ ନାହିଁ?
13 And the LORD saith, Because they have forsaken my law which I set before them, and have not obeyed my voice, neither walked therein;
ଆହୁରି, ସଦାପ୍ରଭୁ କହନ୍ତି, “କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି;
14 but have walked after the stubbornness of their own heart, and after the Baalim, which their fathers taught them:
ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍‍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।
15 therefore thus saith the LORD of hosts, the God of Israel, Behold, I will feed them, even this people, with wormwood, and give them water of gall to drink.
ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍‍, ଏହି ଲୋକମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।
16 I will scatter them also among the nations, whom neither they nor their fathers have known: and I will send the sword after them, till I have consumed them.
ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେପର୍ଯ୍ୟନ୍ତ ସେମାନଙ୍କୁ ସଂହାର ନ କରୁ, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।”
17 Thus saith the LORD of hosts, Consider ye, and call for the mourning women, that they may come; and send for the cunning women, that they may come:
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ;
18 and let them make haste, and take up a wailing for us, that our eyes may run down with tears, and our eyelids gush out with waters.
ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।
19 For a voice of wailing is heard out of Zion, How are we spoiled! we are greatly confounded, because we have forsaken the land, because they have cast down our dwellings.
କାରଣ ସିୟୋନଠାରୁ ଏହି ହାହାକାର ଶବ୍ଦ ଶୁଣା ଯାଉଅଛି, ‘ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍‍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ।’”
20 Yet hear the word of the LORD, O ye women, and let your ear receive the word of his mouth, and teach your daughters wailing, and every one her neighbour lamentation.
ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ।
21 For death is come up into our windows, it is entered into our palaces; to cut off the children from without, [and] the young men from the streets.
କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।
22 Speak, Thus saith the LORD, The carcases of men shall fall as dung upon the open field, and as the handful after the harvestman, and none shall gather [them].
କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ମନୁଷ୍ୟମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍‍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ।’”
23 Thus saith the LORD, Let not the wise man glory in his wisdom, neither let the mighty man glory in his might, let not the rich man glory in his riches:
ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;
24 but let him that glorieth glory in this, that he understandeth, and knoweth me, that I am the LORD which exercise lovingkindness, judgment, and righteousness, in the earth: for in these things I delight, saith the LORD.
ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।
25 Behold, the days come, saith the LORD, that I will punish all them which are circumcised in [their] uncircumcision;
ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି;
26 Egypt, and Judah, and Edom, and the children of Ammon, and Moab, and all that have the corners [of their hair] polled, that dwell in the wilderness: for all the nations are uncircumcised, and all the house of Israel are uncircumcised in heart.
ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”

< Jeremiah 9 >