< Psalms 143 >

1 A Psalm of David. Hear my prayer, O LORD; give ear to my supplications: in thy faithfulness answer me, [and] in thy righteousness.
ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ; ମୋʼ ନିବେଦନରେ କର୍ଣ୍ଣପାତ କର; ତୁମ୍ଭର ବିଶ୍ୱସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ।
2 And enter not into judgment with thy servant; for in thy sight shall no man living be justified.
ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।
3 For the enemy hath persecuted my soul; he hath smitten my life down to the ground: he hath made me to dwell in dark places, as those that have been long dead.
ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି; ସେ ମୋʼ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛି।
4 Therefore is my spirit overwhelmed within me; my heart within me is desolate.
ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍‍ବିଗ୍ନ ହୋଇଅଛି; ମୋʼ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।
5 I remember the days of old; I meditate on all thy doings: I muse on the work of thy hands.
ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।
6 I spread forth my hands unto thee: my soul [thirsteth] after thee, as a weary land. (Selah)
ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁଅଛି; ଶୁଷ୍କ ଭୂମି ତୁଲ୍ୟ ମୋʼ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। (ସେଲା)
7 Make haste to answer me, O LORD; my spirit faileth: hide not thy face from me; lest I become like them that go down into the pit.
ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।
8 Cause me to hear thy lovingkindness in the morning; for in thee do I trust: cause me to know the way wherein I should walk; for I lift up my soul unto thee.
ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
9 Deliver me, O LORD, from mine enemies: I flee unto thee to hide me.
ହେ ସଦାପ୍ରଭୋ, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ।
10 Teach me to do thy will; for thou art my God: thy spirit is good; lead me in the land of uprightness.
ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।
11 Quicken me, O LORD, for thy name’s sake: in thy righteousness bring my soul out of trouble.
ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋʼ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ।
12 And in thy lovingkindness cut off mine enemies, and destroy all them that afflict my soul; for I am thy servant.
ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋʼ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ଓ ମୋʼ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ।

< Psalms 143 >