< Psalms 37 >
1 [A Psalm] of David. Fret not thyself because of evil-doers, neither be thou envious against them that work unrighteousness.
ଦାଉଦଙ୍କର ଗୀତ। ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ।
2 For they shall soon be cut down like the grass, and wither as the green herb.
କାରଣ ସେମାନେ ଘାସ ପରି ଶୀଘ୍ର କଟାଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ।
3 Trust in the LORD, and do good; dwell in the land, and follow after faithfulness.
ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।
4 Delight thyself also in the LORD; and he shall give thee the desires of thine heart.
ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।
5 Commit thy way unto the LORD; trust also in him, and he shall bring it to pass.
ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।
6 Add he shall make thy righteousness to go forth as the light, and thy judgment as the noonday.
ଆଉ, ସେ ଦୀପ୍ତି ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ।
7 Rest in the LORD, and wait patiently for him: fret not thyself because of him who prospereth in his way, because of the man who bringeth wicked devices to pass.
ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।
8 Cease from anger, and forsake wrath: fret not thyself, [it tendeth] only to evil-doing.
କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ।
9 For evil-doers shall be cut off: but those that wait upon the LORD, they shall inherit the land.
କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ।
10 For yet a little while, and the wicked shall not be: yea, thou shalt diligently consider his place, and he shall not be.
ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟ ଲୋକ ନ ଥିବ; ତୁମ୍ଭେ ଯତ୍ନପୂର୍ବକ ତାହାର ସ୍ଥାନ ତତ୍ତ୍ୱ କରିବ, ଆଉ ସେ ନ ଥିବ।
11 But the meek shall inherit the land; and shall delight themselves in the abundance of peace.
ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।
12 The wicked plotteth against the just, and gnasheth upon him with his teeth.
ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।
13 The Lord shall laugh at him: for he seeth that his day is coming.
ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି।
14 The wicked have drawn out the sword, and have bent their bow; to cast down the poor and needy, to slay such as be upright in the way:
ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି।
15 Their sword shall enter into their own heart, and their bows shall be broken.
ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ।
16 Better is a little that the righteous hath than the abundance of many wicked.
ଅନେକ ଦୁଷ୍ଟ ଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।
17 For the arms of the wicked shall be broken: but the LORD upholdeth the righteous.
କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ।
18 The LORD knoweth the days of the perfect: and their inheritance shall be for ever.
ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ।
19 They shall not be ashamed in the time of evil: and in the days of famine they shall be satisfied.
ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ।
20 But the wicked shall perish, and the enemies of the LORD shall be as the excellency of the pastures: they shall consume; in smoke shall they consume away.
ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ।
21 The wicked borroweth, and payeth not again: but the righteous dealeth graciously, and giveth.
ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ।
22 For such as be blessed of him shall inherit the land; and they that be cursed of him shall be cut off.
କାରଣ ତାହାଙ୍କର ଆଶୀର୍ବାଦ ପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ
23 A man’s goings are established of the LORD; and he delighteth in his way.
ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।
24 Though he fall, he shall not be utterly cast down: for the LORD upholdeth him with his hand.
ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି।
25 I have been young, and now am old; yet have I not seen the righteous forsaken, nor his seed begging [their] bread.
ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।
26 All the day long he dealeth graciously, and lendeth; and his seed is blessed.
ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି।
27 Depart from evil, and do good; dwell for evermore.
ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ।
28 For the LORD loveth judgment, and forsaketh not his saints; they are preserved for ever: but the seed of the wicked shall be cut off.
କାରଣ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଆନ୍ତି ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।
29 The righteous shall inherit the land, and dwell therein for ever.
ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ।
30 The mouth of the righteous talketh of wisdom, and his tongue speaketh judgment.
ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ୱା ନ୍ୟାୟ ବିଚାରର କଥା କହେ।
31 The law of his God is in his heart; none of his steps shall slide.
ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ।
32 The wicked watcheth the righteous, and seeketh to slay him.
ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ।
33 The LORD will not leave him in his hand, nor condemn him when he is judged.
ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ।
34 Wait on the LORD, and keep his way, and he shall exalt thee to inherit the land: when the wicked are cut off, thou shalt see it.
ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।
35 I have seen the wicked in great power, and spreading himself like a green tree in its native soil.
ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି।
36 But one passed by, and, lo, he was not: yea, I sought him, but he could not be found.
ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; ଆହୁରି, ମୁଁ ତାହାର ଅନ୍ୱେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ।
37 Mark the perfect man, and behold the upright: for the latter end of [that] man is peace.
ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି।
38 As for transgressors, they shall be destroyed together: the latter end of the wicked shall be cut off.
ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ; ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ।
39 But the salvation of the righteous is of the LORD: he is their strong hold in the time of trouble.
ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି।
40 And the LORD helpeth them, and rescueth them: he rescueth them from the wicked, and saveth them, because they have taken refuge in him.
ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ।