< 2 Kings 17 >

1 In the twelfth year of Ahaz king of Judah, began Hosea son of Elah to reign in Samaria, over Israel, [and he reigned] nine years.
ଯିହୁଦାର ରାଜା ଆହସ୍‌ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ।
2 And he did the thing that was wicked in the eyes of Yahweh, —only, not like the kings of Israel who were before him.
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ ରାଜାମାନଙ୍କ ତୁଲ୍ୟ ନୁହେଁ।
3 Against him, came up Shalmaneser king of Assyria, —and Hoshea became his servant, and rendered him a present.
ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍‍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ।
4 Then found the king of Assyria, in Hosea, a conspiracy, in that he had sent messengers unto So king of Egypt, and had not brought up a present to the king of Assyria, as [he had done] year by year, —therefore the king of Assyria shut him up, and bound him in prison.
ଏଥିଉତ୍ତାରେ ଅଶୂରର ରାଜା ହୋଶେୟଙ୍କଠାରେ ଚକ୍ରାନ୍ତ ଭାବ ଦେଖିଲା; କାରଣ ସେ ମିସରର ସୋ ରାଜା ନିକଟକୁ ଦୂତଗଣ ପଠାଇଲେ, ପୁଣି ଅଶୂରର ରାଜାକୁ ଯେପରି ବର୍ଷକୁ ବର୍ଷ ଦର୍ଶନୀ ଦେଉଥିଲେ, ସେପରି ଆଉ ଦେଲେ ନାହିଁ; ଏଣୁ ଅଶୂରର ରାଜା ତାଙ୍କୁ ରୁଦ୍ଧ କରି କାରାଗାରରେ ବନ୍ଦ କଲା।
5 And the king of Assyria came up throughout all the land, —yea he came up to Samaria, and besieged it three years.
ତହିଁରେ ଅଶୂରର ରାଜା ସମସ୍ତ ଦେଶ ଆକ୍ରମଣ କଲା ଓ ଶମରୀୟାକୁ ଯାଇ ତାହା ତିନି ବର୍ଷ ପର୍ଯ୍ୟନ୍ତ ଅବରୋଧ କଲା।
6 In the ninth year of Hoshea, did the king of Assyria capture Samaria, and carried Israel away captive to Assyria, —and settled them in Halah, and in Habor by the river of Gozan, and the mountains of Media.
ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।
7 And thus it came to pass that Israel sinned against Yahweh their God, who brought them up out of the land of Egypt, from under the hand of Pharaoh king of Egypt, —yea they did reverence to other gods;
ଏଥିର କାରଣ ଏହି, ଇସ୍ରାଏଲ-ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍‍, ମିସରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ,
8 and walked in the statutes of the nations, whom Yahweh had dispossessed from before the sons of Israel, —and [in the statutes] of the kings of Israel, which they had made.
ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ।
9 And the sons of Israel did, secretly, things which were not right, against Yahweh their God, —and built for themselves high places in all their cities, from the watchmen’s tower, to the fortified city.
ଆହୁରି ଇସ୍ରାଏଲ-ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ।
10 And they set up for themselves pillars and Sacred Stems, upon every high hill, and under every green tree;
ଆଉ ସେମାନେ ଆପଣାମାନଙ୍କ ପାଇଁ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ମୂଳେ ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ସ୍ଥାପନ କଲେ।
11 and burned incense there, in all the high places, like the nations whom Yahweh drave out from before them, —and did things that were wicked, so as to provoke Yahweh to anger;
ପୁଣି ସେଠାସ୍ଥିତ ସକଳ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଦ୍ୱାରା ସେମାନଙ୍କ ସମ୍ମୁଖରୁ ଦୂରୀକୃତ ଅନ୍ୟ ଦେଶୀୟମାନଙ୍କ ତୁଲ୍ୟ ସେମାନେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଦୁଷ୍କର୍ମ କଲେ।
12 and they served the manufactured gods, as to which Yahweh had said to them, Ye shall not do this thing.
ପୁଣି “ତୁମ୍ଭେମାନେ ଏହି କର୍ମ କରିବ ନାହିଁ।” ବୋଲି ସଦାପ୍ରଭୁ ଯେଉଁ ଦେବତାମାନଙ୍କ ବିଷୟରେ ସେମାନଙ୍କୁ କହିଥିଲେ, ସେହି ଦେବତାମାନଙ୍କୁ ସେମାନେ ସେବା କଲେ।
13 And Yahweh testified against Israel and against Judah, through all his prophets—every one who had a vision, saying—Turn ye from your wicked ways, and keep my commandments, my statutes, according to all the law which I commanded your fathers; and which I sent unto you through my servants the prophets.
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍‍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”
14 Howbeit they hearkened not, —but stiffened their neck, like the neck of their fathers, who trusted not in Yahweh their God;
ତଥାପି ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ, ମାତ୍ର ସେମାନଙ୍କର ଯେଉଁ ପିତୃଲୋକମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ, ସେମାନଙ୍କ ଗ୍ରୀବା ତୁଲ୍ୟ ଆପଣାମାନଙ୍କ ଗ୍ରୀବା ଶକ୍ତ କଲେ।
15 but rejected his statutes, and his covenant, which he solemnised with their fathers, and his testimonies wherewith he testified against them, —and followed vanity, and became vain, and followed the nations that were round about them, as to whom Yahweh charged them, so that they should not do like them.
ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟଦେଶୀୟମାନଙ୍କର ପଶ୍ଚାଦ୍‍ଗାମୀ ହେଲେ।
16 But they forsook all the commandments of Yahweh their God, and made for themselves something molten—two calves, and made a Sacred Stem, and bowed themselves down to all the army of the heavens, and served Baal;
ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍‍, ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍‍ର ସେବା କଲେ।
17 and made their sons and their daughters pass through the fire, and used divinations and enchantments, and sold themselves to do the thing that was wicked in the eyes of Yahweh, provoking him to wrath.
ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।
18 So Yahweh shewed himself exceeding angry with Israel, and removed them from his presence, —there was none left, save the tribe of Judah, alone.
ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ। କେବଳ ଯିହୁଦା-ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ।
19 Even Judah, kept not the commandments of Yahweh their God, —but walked in the statutes of Israel, which they had made.
ଯିହୁଦା ମଧ୍ୟ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଆଜ୍ଞାସବୁ ପ୍ରତିପାଳନ କଲେ ନାହିଁ, ମାତ୍ର ଇସ୍ରାଏଲର କୃତ ବିଧିରେ ଚାଲିଲେ।
20 So Yahweh rejected all the seed of Israel, and humiliated them, and delivered them into the hand of spoilers, —until he had cast them out from his presence;
ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।
21 for he rent Israel away from the house of David, and they made Jeroboam son of Nebat, king, —and Jeroboam thrust away Israel from following Yahweh, and caused them to commit a great sin.
କାରଣ ସେ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମଙ୍କୁ ରାଜା କଲେ ଓ ଯାରବୀୟାମ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ।
22 And the sons of Israel walked in all the sins of Jeroboam which he had committed, —they turned not away therefrom;
ପୁଣି ଇସ୍ରାଏଲ-ସନ୍ତାନଗଣ ଯାରବୀୟାମଙ୍କ କୃତ ସମସ୍ତ ପାପରେ ଚାଲିଲେ; ସେମାନେ ତହିଁରୁ ବିମୁଖ ହେଲେ ନାହିଁ।
23 until that Yahweh removed Israel from his presence, according as he spake through all his servants the prophets, —and so Israel was driven away from off their own soil, to Assyria, until this day.
ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ ଭବିଷ୍ୟଦ୍‍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ। ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜି ପର୍ଯ୍ୟନ୍ତ ସେଠାରେ ଅଛନ୍ତି।
24 And the king of Assyria brought [men] from Babylon, and from Cuthah, and from Avvah, and from Hamath, and [from] Sepharvaim, and caused them to dwell in the cities of Samaria, instead of the sons of Israel, —so they took possession of Samaria, and dwelt in the cities thereof.
ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ।
25 And so it was, that, when they first dwelt there, they revered not Yahweh, —therefore Yahweh sent among them, lions, which were slaying them.
ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ।
26 Therefore spake they unto the king of Assyria, saying, The nations whom thou hast removed and settled in the cities of Samaria, know not the custom of the God of the land, —and he hath sent among them lions, and lo! they are slaying them, because they know not the custom of the God of the land.
ଏଥିସକାଶୁ ସେମାନେ ଅଶୂରର ରାଜାକୁ କହିଲେ, ଆପଣ ଯେଉଁ ଗୋଷ୍ଠୀୟମାନଙ୍କୁ ନେଇ ଶମରୀୟାର ନଗରମାନରେ ସ୍ଥାପନ କରିଅଛନ୍ତି; ସେମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ। ଏଥିପାଇଁ ସେ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଅଛନ୍ତି, ଆଉ ଦେଖନ୍ତୁ, ସେମାନେ ଲୋକମାନଙ୍କୁ ବଧ କରୁଅଛନ୍ତି, କାରଣ ଲୋକମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ।
27 So the king of Assyria commanded, saying—Carry thither, one of the priests, whom ye brought away captive from thence, that they may go, and dwell there, —and teach them the custom of the God of the land.
ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେହି ଯାଜକ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ।”
28 Then came one of the priests whom they had carried away captive from Samaria, and dwelt in Bethel, —and he began teaching them how they should do reverence unto Yahweh.
ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବେଥେଲ୍‍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା।
29 Howbeit the nations severally were making their own gods, —and did put them in the houses of the high places, which, the Samaritans, had made, each several nation, in their cities wherein, they, were dwelling.
ତଥାପି ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣାର ଦେବତା ନିର୍ମାଣ କଲେ ଓ ଶମରୀୟ ଲୋକମାନେ ଉଚ୍ଚସ୍ଥଳୀମାନରେ ଯେସବୁ ଗୃହ ନିର୍ମାଣ କରିଥିଲେ; ତହିଁ ମଧ୍ୟରେ ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ନିବାସ-ନଗରରେ ଆପଣା ଆପଣାର ଦେବତା ସ୍ଥାପନ କଲେ।
30 So then, the men of Babylon, made Succoth-benoth, and, the men of Cuth, made Nergal, and, the men of Hamath, made Ashima:
ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍‍ ବନୋତ୍‍ ନିର୍ମାଣ କଲେ, ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ, ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ,
31 and, the Avvites, made Nibhaz and Tartak, and, the Sepharvites, did consume their sons in the fire, to Adrammelech and Anammelech gods of Sepharvaim.
ଓ ଅବ୍ବୀୟ ଲୋକମାନେ ନିଭସ୍‍ ଓ ତର୍ତ୍ତକ୍‍ ନିର୍ମାଣ କଲେ, ଓ ସଫର୍ବୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍‍ ଓ ଅନମ୍ମେଲକ୍‍ ଦେବତାମାନଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ସନ୍ତାନମାନଙ୍କୁ ଅଗ୍ନିରେ ଦଗ୍ଧ କଲେ।
32 Thus became they reverers of Yahweh, —and yet made for themselves, from the whole compass of them, priests of high places, who became offerers for them in the house of the high places.
ଏହିରୂପେ ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ ଏବଂ ଆପଣାମାନଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉଚ୍ଚସ୍ଥଳୀ ସବୁର ଯାଜକମାନଙ୍କୁ ମଧ୍ୟ ନିଯୁକ୍ତ କଲେ। ସେମାନେ ସେମାନଙ୍କ ନିମନ୍ତେ ଉଚ୍ଚସ୍ଥଳୀର ଗୃହସବୁରେ ବଳିଦାନ କଲେ।
33 Yahweh, were they revering, —and yet, their own gods, were they serving, according to the custom of the nations from whence they had brought them away captive.
ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ, ପୁଣି ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନେ ନୀତ ହୋଇଥିଲେ, ସେମାନଙ୍କ ରୀତି ଅନୁସାରେ ଆପଣା ଆପଣା ଦେବତାମାନଙ୍କର ମଧ୍ୟ ସେବା କଲେ।
34 Unto this day, are they offering according to the former customs, —they are not revering Yahweh, neither are they offering after their own statutes, or their own custom, nor yet after the law and the commandment which Yahweh commanded the sons of Jacob, whose name he made to be Israel:
ସେମାନେ ଆଜି ପର୍ଯ୍ୟନ୍ତ ପୂର୍ବ ରୀତି ଅନୁସାରେ କରୁଅଛନ୍ତି; ସେମାନେ ସଦାପ୍ରଭୁଙ୍କୁ ଭୟ କରୁ ନାହାନ୍ତି, କିଅବା ସଦାପ୍ରଭୁ ଯେଉଁ ଯାକୁବଙ୍କୁ ଇସ୍ରାଏଲ ନାମ ଦେଇଥିଲେ, ତାଙ୍କ ସନ୍ତାନଗଣର ସେମାନଙ୍କର ବିଧି ଅନୁସାରେ ଓ ସେମାନଙ୍କ ଶାସନାନୁସାରେ ଓ ସେମାନଙ୍କୁ ଦତ୍ତ ତାହାଙ୍କର ବ୍ୟବସ୍ଥା ଓ ଆଜ୍ଞାନୁସାରେ କରୁ ନାହାନ୍ତି।
35 With, whom, Yahweh solemnised a covenant, and commanded them saying—Ye shall not revere other gods, —nor bow down to them, nor serve them, nor sacrifice to them;
ସେହି ଯାକୁବ ସନ୍ତାନଗଣ ସଙ୍ଗେ ସଦାପ୍ରଭୁ ଏକ ନିୟମ କରି ସେମାନଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ କି ସେମାନଙ୍କୁ ପ୍ରଣାମ କରିବ ନାହିଁ, କିଅବା ସେମାନଙ୍କର ସେବା କରି ସେମାନଙ୍କ ନିକଟରେ ବଳିଦାନ କରିବ ନାହିଁ;
36 But, Yahweh—who brought you up out of the land of Egypt, with great might, and with arm outstretched, him, shall ye revere, —and to him, shall ye bow down, and to him, shall ye sacrifice;
ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ।
37 And, the statutes and the regulations, and the law and the commandment, which he wrote for you, shall ye surely observe to do, continually, —So shall ye not revere other gods;
ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି, ଶାସନ, ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ବିଦେଶୀୟ ଦେବତାଗଣକୁ ଭୟ କରିବ ନାହିଁ।
38 But, the covenant which I have solemnised with you, shall ye not forget, —So shall ye not revere other gods;
ପୁଣି ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ଯେଉଁ ନିୟମ କରିଅଛୁ, ତାହା ପାସୋରିବ ନାହିଁ କିଅବା ବିଦେଶୀୟ ଦେବତାଗଣକୁ ତୁମ୍ଭେମାନେ ଭୟ କରିବ ନାହିଁ।
39 But, Yahweh your God, shall ye revere, —then will, he, deliver you out of the hand of all your enemies.
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେମାନେ ଭୟ କରିବ; ଆଉ ସେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”
40 Howbeit they hearkened not, —but, according to their own former custom, were they offering.
ତଥାପି ସେମାନେ ତାହା ଶୁଣିଲେ ନାହିଁ ଓ ଆପଣାମାନଙ୍କ ପୂର୍ବ ରୀତି ଅନୁସାରେ କର୍ମ କଲେ।
41 Thus were these nations doing reverence unto Yahweh, and yet, unto their own carved images, were they rendering service, —yea, their sons and their son’s sons, as the fathers offered, so are, they, offering until this day.
ଏହିରୂପେ ଉକ୍ତ ଗୋଷ୍ଠୀୟମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ଆପଣାମାନଙ୍କ ଖୋଦିତ ପ୍ରତିମାଗଣର ସେବା କଲେ; ସେମାନଙ୍କର ସନ୍ତାନଗଣ ଓ ସେମାନଙ୍କ ସନ୍ତାନଗଣର ସନ୍ତାନଗଣ ମଧ୍ୟ ଆପଣାମାନଙ୍କ ପୂର୍ବପୁରୁଷମାନଙ୍କ ତୁଲ୍ୟ ଆଜି ପର୍ଯ୍ୟନ୍ତ କରୁଅଛନ୍ତି।

< 2 Kings 17 >