< Ezekiel 25 >
1 And it came [the] word of Yahweh to me saying.
ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2 O son of humankind set face your to [the] people of Ammon and prophesy on them.
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଅମ୍ମୋନ-ସନ୍ତାନଗଣର ପ୍ରତି ଆପଣା ମୁଖ ରଖି ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
3 And you will say to [the] people of Ammon hear [the] word of [the] Lord Yahweh thus he says [the] Lord Yahweh because said you aha! concerning sanctuary my for it was profaned and concerning [the] land of Israel for it was made desolate and concerning [the] house of Judah for they went in exile.
ଆଉ, ଅମ୍ମୋନ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭର ଧର୍ମଧାମ ଅପବିତ୍ରୀକୃତ ହେବା ବେଳେ ତାହା ବିରୁଦ୍ଧରେ ଓ ଇସ୍ରାଏଲ ଦେଶ ଧ୍ୱଂସିତ ହେବା ବେଳେ ତାହା ବିରୁଦ୍ଧରେ; ଆଉ, ଯିହୁଦା ବଂଶ ବନ୍ଦୀ ହୋଇ ଯିବା ବେଳେ ସେମାନଙ୍କ ବିରୁଦ୍ଧରେ, ଭଲ ହେଲା, ଭଲ ହେଲା, ବୋଲି ତୁମ୍ଭେ କହିଅଛ;
4 Therefore here I [am] about to give you to [the] people of [the] east to a possession and they will set up encampments their among you and they will make among you dwellings their they they will eat fruit your and they they will drink milk your.
ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ଅଧିକାର ରୂପେ ପୂର୍ବଦେଶୀୟ ସନ୍ତାନଗଣର ହସ୍ତରେ ସମର୍ପଣ କରିବା, ଆଉ ସେମାନେ ତୁମ୍ଭ ମଧ୍ୟରେ ଆପଣା ଆପଣା ଛାଉଣି ସ୍ଥାପନ କରିବେ ଓ ତୁମ୍ଭ ମଧ୍ୟରେ ଆପଣା ଆପଣା ବାସ ନିର୍ମାଣ କରିବେ; ସେମାନେ ତୁମ୍ଭର ଫଳ ଭୋଜନ କରିବେ ଓ ତୁମ୍ଭର ଦୁଗ୍ଧ ପାନ କରିବେ।
5 And I will make Rabbah into a pasture of camels and [the] people of Ammon into a resting place of flock[s] and you will know that I [am] Yahweh.
ଆଉ, ଆମ୍ଭେ ରବ୍ବାକୁ ଉଷ୍ଟ୍ରଶାଳା କରିବା ଓ ଅମ୍ମୋନ-ସନ୍ତାନଗଣର ଦେଶକୁ ମେଷାଦି ପଲର ଶୟନ ସ୍ଥାନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
6 For thus he says [the] Lord Yahweh because clapping you a hand and stamping you with a foot and you rejoiced with all scorn your in [the] self concerning [the] land of Israel.
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି, ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ।
7 Therefore here I I have stretched out hand my on you and I will give you (as spoil *Q(K)*) to the nations and I will cut off you from the peoples and I will destroy you from the lands I will destroy you and you will know that I [am] Yahweh.
ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛୁ ଓ ଲୁଟିତ ଦ୍ରବ୍ୟ ରୂପେ ଗୋଷ୍ଠୀବର୍ଗଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା; ପୁଣି, ଆମ୍ଭେ ଗୋଷ୍ଠୀବର୍ଗଙ୍କ ମଧ୍ୟରୁ ତୁମ୍ଭକୁ କାଟି ପକାଇବା ଓ ଦେଶସମୂହ ମଧ୍ୟରୁ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ଆମ୍ଭେ ତୁମ୍ଭକୁ ସଂହାର କରିବା; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
8 Thus he says [the] Lord Yahweh because said Moab and Seir there! [is] like all the nations [the] house of Judah.
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ମୋୟାବ ଓ ସେୟୀର କହୁଅଛନ୍ତି, ଦେଖ, ଯିହୁଦା ବଂଶ ଅନ୍ୟ ସକଳ ଗୋଷ୍ଠୀର ସମାନ,
9 Therefore here I [am] about to open [the] shoulder of Moab from the cities from cities its from border its [the] beauty of [the] land Beth Jeshimoth Baal Meon (and Kiriathaim. *Q(K)*)
ଏଥିପାଇଁ ଦେଖ, ଆମ୍ଭେ ନଗର ସମୂହଠାରୁ ମୋୟାବର ପାର୍ଶ୍ୱ ମୁକ୍ତ କରିବା, ଅର୍ଥାତ୍, ତାହାର ସୀମାନ୍ତବର୍ତ୍ତୀ ଓ ଦେଶର ଗୌରବ ସ୍ୱରୂପ ବେଥ୍-ଯିଶିମୋତ ବାଲ୍-ମୀୟୋନ୍ ଓ କିରୀୟାଥୟିମ୍ ପ୍ରତି,
10 To [the] people of [the] east with [the] people of Ammon and I will give it to a possession so that not it will be remembered [the] people of Ammon among the nations.
ପୂର୍ବଦେଶୀୟ ସନ୍ତାନଗଣର ପାଇଁ (ମୁକ୍ତ କରିବା), ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯାତ୍ରା କରିବେ, ପୁଣି, ଆମ୍ଭେ ସେମାନଙ୍କ ହସ୍ତରେ ଅମ୍ମୋନ-ସନ୍ତାନଗଣକୁ ଅଧିକାର ରୂପେ ସମର୍ପଣ କରିବା, ତହିଁରେ ଗୋଷ୍ଠୀଗଣ ମଧ୍ୟରେ ସେମାନେ ଆଉ ସ୍ମରଣ କରାଯିବେ ନାହିଁ;
11 And on Moab I will bring about judgments and they will know that I [am] Yahweh.
ଆମ୍ଭେ ମୋୟାବ ଉପରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
12 Thus he says [the] Lord Yahweh because acted Edom by avenging itself vengeance to [the] house of Judah and they have become guilty continually and they have avenged themselves on them.
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଇଦୋମ ପ୍ରତିଶୋଧ ନେବା ଦ୍ୱାରା ଯିହୁଦା ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟନ୍ତ ଅପରାଧ କରିଅଛି,
13 Therefore thus he says [the] Lord Yahweh and I will stretch out hand my on Edom and I will cut off from it humankind and animal[s] and I will make it a desolation from Teman and Dedan towards by the sword they will fall.
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍ଠାରୁ ତାହା ଧ୍ୱଂସର ସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ୍ଗରେ ପତିତ ହେବେ।
14 And I will put vengeance my on Edom by [the] hand of people my Israel and they will do with Edom according to anger my and according to rage my and they will know vengeance my [the] utterance of [the] Lord Yahweh.
ପୁଣି, ଆମ୍ଭେ ଆପଣାର ଲୋକ ଇସ୍ରାଏଲର ହସ୍ତ ଦ୍ୱାରା ଆମ୍ଭର ପ୍ରତିଶୋଧରୂପ ଭାର ଇଦୋମର ଉପରେ ଥୋଇବା; ତହିଁରେ ସେମାନେ ଆମ୍ଭର କ୍ରୋଧ ଓ ଆମ୍ଭର କୋପ ଅନୁସାରେ ଇଦୋମ ମଧ୍ୟରେ କାର୍ଯ୍ୟ କରିବେ; ପୁଣି, ସେମାନେ ଆମ୍ଭର ଦତ୍ତ ପରିଶୋଧ ଜ୍ଞାତ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
15 Thus he says [the] Lord Yahweh because acted [the] Philistines in vengeance and they avenged themselves vengeance with scorn in [the] self to destruction enmity of antiquity.
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପଲେଷ୍ଟୀୟ ଲୋକମାନେ ପ୍ରତିହିଂସା ସାଧିବାର ବ୍ୟବହାର କରିଅଛନ୍ତି; ପୁଣି, ଚିର ଶତ୍ରୁତାରେ ବିନାଶ କରିବା ପାଇଁ ପ୍ରାଣର ଘୃଣାରେ ପ୍ରତିଶୋଧ ନେଇଅଛନ୍ତି,
16 Therefore thus he says [the] Lord Yahweh here I [am] about to stretch out hand my on [the] Philistines and I will cut off [the] Kerethites and I will destroy [the] remnant of [the] coast of the sea.
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ କରେଥୀୟ ଲୋକମାନଙ୍କୁ ଉଚ୍ଛିନ୍ନ କରିବା ଓ ସମୁଦ୍ରତୀରସ୍ଥ ଅବଶିଷ୍ଟ ସକଳକୁ ନଷ୍ଟ କରିବା।
17 And I will do on them vengeance great with rebukes of rage and they will know that I [am] Yahweh when have put I vengeance my on them.
ପୁଣି, ଆମ୍ଭେ ପ୍ରଚଣ୍ଡ ଭର୍ତ୍ସନା ସହିତ ସେମାନଙ୍କଠାରୁ ଭାରୀ ପ୍ରତିଶୋଧ ନେବା; ଆଉ, ଯେଉଁ ସମୟରେ ଆମ୍ଭେ ଆପଣା ଦତ୍ତ ପ୍ରତିଶୋଧର ଭାର ସେମାନଙ୍କ ଉପରେ ଥୋଇବା, ସେହି ସମୟରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”