< Psalms 128 >
1 song [the] step blessed all afraid LORD [the] to go: walk in/on/with way: conduct his
ଆରୋହଣ ଗୀତ। ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।
2 toil palm your for to eat blessed you and be pleasing to/for you
କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
3 woman: wife your like/as vine be fruitful in/on/with flank house: home your son: child your like/as shoot olive around to/for table your
ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।
4 behold for so to bless great man afraid LORD
ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
5 to bless you LORD from Zion and to see: see in/on/with goodness Jerusalem all day life your
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ।
6 and to see: see son: child to/for son: child your peace upon Israel
ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।