< Acts 2 >

1 When the day of Pentecost came, they were all together in the same place.
ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ।
2 Suddenly there came from heaven a sound like the rush of a violent wind, and it filled the whole house where they were sitting.
ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍‍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା,
3 There appeared to them tongues like fire that were distributed, and they sat upon each one of them.
ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଓହ୍ଲାଇ ଆସିଲା।
4 They were all filled with the Holy Spirit and began to speak with other languages, as the Spirit gave them to speak.
ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।
5 Now there were Jews who were living in Jerusalem, godly men, from every nation under heaven.
ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୁଦୀମାନେ ଆସି ଯିରୂଶାଲମ ସହରରେ ବାସ କରୁଥିଲେ।
6 When this sound was heard, the multitude came together and was confused because everyone heard them speaking in his own language.
ଆଉ, ସେହି ଶବ୍ଦ ହୁଅନ୍ତେ, ବହୁ ଜନତା ଏକାଠି ହୋଇ ପ୍ରତ୍ୟେକ ଜଣ ଆପଣା ଆପଣା ଭାଷାରେ ସେମାନଙ୍କୁ କଥା କହୁଥିବା ଶୁଣିବାରୁ ଅବାକ୍ ହୋଇଗଲେ।
7 They were amazed and marveled; they said, “Really, are not all these who are speaking Galileans?
ପୁଣି, ସେମାନେ ଆଚମ୍ଭିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ, ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କଅଣ ଗାଲିଲୀୟ ନୁହଁନ୍ତି?
8 Why is it that we are hearing them, each in our own language in which we were born?
ତେବେ, ଆମ୍ଭେମାନେ କିପରି ପ୍ରତ୍ୟେକ ଜଣ ଆପଣା ଆପଣା ଜନ୍ମଭୂମିର ଭାଷାରେ କଥା ଶୁଣୁଅଛୁ?
9 Parthians and Medes and Elamites, and those who live in Mesopotamia, in Judea and Cappadocia, in Pontus and Asia,
ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସୋପଟାମିଆ, ଯିହୂଦିୟା ପ୍ରଦେଶ, କାପ୍ପାଦକିଆ, ପନ୍ତ ଓ ଏସିଆ,
10 Phrygia and Pamphylia, in Egypt and the parts of Libya toward Cyrene, and visitors from Rome,
ଫ୍ରୁଗିଆ ଓ ପଂଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳ ନିବାସୀ ଏବଂ ରୋମରୁ ଆସିଥିବା ଯିହୁଦୀ ଓ ଯିହୁଦୀ ଧର୍ମାବଲମ୍ବୀ ପ୍ରବାସୀ,
11 Jews and proselytes, Cretans and Arabians, we hear them telling in our languages about the mighty works of God.”
ପୁଣି, ଆମ୍ଭେମାନେ କ୍ରୀତୀୟ ଓ ଆରବୀୟ ଲୋକେ, ଆପଣା ଆପଣା ଭାଷାରେ ଏମାନଙ୍କୁ ଈଶ୍ବରଙ୍କ ମହତ ମହତ କର୍ମର କଥା କହିବା ଶୁଣୁଅଛୁ।
12 They were all amazed and perplexed; they said to one another, “What does this mean?”
ଆଉ, ସମସ୍ତେ ଆଚମ୍ଭିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ, ଏହାର ଅର୍ଥ କଅଣ?
13 But others mocked and said, “They are full of new wine.”
କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି।
14 But Peter stood with the eleven, raised his voice, and said to them, “Men of Judea and all of you who live at Jerusalem, let this be known to you; pay attention to my words.
କିନ୍ତୁ ପିତର ଏଗାର ଜଣ ପ୍ରେରିତମାନଙ୍କ ସହିତ ଠିଆ ହୋଇ ଉଚ୍ଚସ୍ୱରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୁଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ।
15 For these people are not drunk as you assume, for it is only the third hour of the day.
କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି, ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର।
16 But this is what was spoken through the prophet Joel:
କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି, ଏହା ସେହି ଘଟଣା ଅଟେ;
17 'It will be in the last days,' God says, 'I will pour out my Spirit on all people. Your sons and your daughters will prophesy, your young men will see visions, and your old men will dream dreams.
ଈଶ୍ବର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଆମ୍ଭେ ସମସ୍ତ ମନୁଷ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ।
18 Also on my servants and my female servants in those days I will pour out my Spirit, and they will prophesy.
ହଁ, ସେହି କାଳରେ ଆମ୍ଭେ ନିଜ ଦାସଦାସୀ, ଉଭୟ ପୁରୁଷ ଓ ସ୍ତ୍ରୀମାନଙ୍କ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ସେମାନେ ଭାବବାଣୀ କହିବେ।
19 I will show wonders in the sky above and signs on the earth below, blood, fire, and vapor of smoke.
ଆମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୁତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା।
20 The sun will be turned to darkness and the moon to blood, before the great and remarkable day of the Lord comes.
ପ୍ରଭୁଙ୍କର ମହତ ଓ ପ୍ରସିଦ୍ଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ।
21 It will be that everyone who calls on the name of the Lord will be saved.'
ଆଉ, ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ।
22 Men of Israel, hear these words: Jesus of Nazareth, a man accredited to you by God by the mighty deeds, the wonders, and the signs which God did through him in your midst, as you yourselves know.
ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ବର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି, ଏହା ଅାପଣମାନେ ନିଜେ ଜାଣନ୍ତି;
23 This man was handed over by God's predetermined plan and foreknowledge; and you, by the hand of lawless men, put him to death by nailing him to a cross.
ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ;
24 But God raised him up, freeing him from the pains of death, because it was impossible for him to be held by it.
କିନ୍ତୁ ଈଶ୍ବର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।
25 For David says about him, 'I saw the Lord always before my face, for he is beside my right hand so that I should not be moved.
ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, “‘ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି।
26 Therefore my heart was glad and my tongue rejoiced. Also, my flesh will live in certain hope.
ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ୱା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ,
27 For you will not abandon my soul to Hades, neither will you allow your Holy One to see decay. (Hadēs g86)
କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ। (Hadēs g86)
28 You revealed to me the ways of life; you will make me full of gladness with your face.'
ତୁମ୍ଭେ ମୋତେ ଜୀବନର ପଥ ଜ୍ଞାତ କରାଇଅଛ, ତୁମ୍ଭେ ଆପଣା ଛାମୁରେ ମୋତେ ଆନନ୍ଦରେ ପୂର୍ଣ୍ଣ କରିବ।’”
29 Brothers, I can speak to you confidently about the patriarch David, he both died and was buried, and his tomb is with us to this day.
ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି-ସ୍ଥାନ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି।
30 Therefore, he was a prophet and knew that God had sworn with an oath to him, that he would set one of the fruit of his body upon his throne.
ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ଔରସଜାତ ଜଣଙ୍କୁ ତାହାଙ୍କ ସିଂହାସନରେ ବସାଇବା ପାଇଁ ଈଶ୍ବର ତାହାଙ୍କ ନିକଟରେ ଶପଥ କରି ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ।
31 He saw what was to happen in the future and spoke about the resurrection of the Christ, 'He was neither abandoned to Hades, nor did his flesh see decay.' (Hadēs g86)
ଏହା ଜାଣିବାରୁ ସେ ଭବିଷ୍ୟତ ଦର୍ଶନ ଦ୍ୱାରା ଖ୍ରୀଷ୍ଟଙ୍କର ପୁନରୁତ୍ଥାନ ବିଷୟରେ କହିଥିଲେ, କାରଣ ସେ ପାତାଳରେ ପରିତ୍ୟକ୍ତ ହେଲେ ନାହିଁ, କିଅବା ତାହାଙ୍କ ଶରୀର କ୍ଷୟ ପାଇଲା ନାହିଁ। (Hadēs g86)
32 This Jesus—God raised him up, of which we all are witnesses.
ଏହି ଯୀଶୁଙ୍କୁ ଈଶ୍ବର ଉଠାଇଅଛନ୍ତି, ସେହି ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ।
33 Therefore having been exalted to the right hand of God and having received the promised Holy Spirit from the Father, he has poured out what you see and hear.
ଅତଏବ, ଈଶ୍ବର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପିତାଙ୍କ ଦ୍ୱାରା ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
34 For David did not ascend to the heaven, but he says, 'The Lord said to my Lord, “Sit at my right hand,
କାରଣ ଦାଉଦ ରାଜା ସ୍ୱର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, “ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
35 until I make your enemies the stool for your feet.”'
‘ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’”
36 Therefore, let all the house of Israel certainly know that God has made him both Lord and Christ, this Jesus whom you crucified.”
ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ବର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି।
37 Now when they heard this, they were pierced in their hearts, and said to Peter and the rest of the apostles, “Brothers, what shall we do?”
ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?
38 Then Peter said to them, “Repent and be baptized, each of you, in the name of Jesus Christ for the forgiveness of your sins, and you will receive the gift of the Holy Spirit.
ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।
39 For the promise is to you and to your children and to all that are far off, as many people as the Lord our God will call.”
କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।”
40 With many other words he testified and urged them; he said, “Save yourselves from this wicked generation.”
ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ।”
41 Then they received his word and were baptized, and there were added in that day about three thousand souls.
ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।
42 They continued in the apostles' teaching and fellowship, in the breaking of bread and in prayers.
ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ।
43 Fear came upon every soul, and many wonders and signs were done through the apostles.
ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା।
44 All who believed were together and had all things in common,
ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ।
45 and they sold their property and possessions and distributed them to all, according to the needs anyone had.
ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ।
46 So day after day they continued with one purpose in the temple, and they broke bread in homes, and they shared food with glad and humble hearts,
ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ବରଙ୍କ ପ୍ରଶଂସା କରୁଥିଲେ।
47 praising God and having favor with all the people, and every day the Lord added to their number those who were being saved.
ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।

< Acts 2 >