< Luke 21 >

1 Jesus looked up and saw the rich men who were putting their gifts into the treasury.
ଏହାପରେ ଯୀଶୁ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଭଣ୍ଡାରରେ ନିଜ ନିଜର ଦାନ ପକାଉଥିବା ଦେଖିଲେ।
2 He saw a certain poor widow putting in two mites.
ଆଉ ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇଟି କ୍ଷୁଦ୍ର ମୁଦ୍ରା ପକାଉଥିବା ଦେଖି କହିଲେ,
3 So he said, “Truly I say to you, this poor widow put in more than all of them.
“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଦରିଦ୍ର ବିଧବା ସମସ୍ତଙ୍କଠାରୁ ଅଧିକ ପକାଇଅଛି,
4 All of these gave gifts out of their abundance. But this widow, out of her poverty, put in all she had to live on.”
କାରଣ ଧନୀମାନେ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ବଳକା ଧନରୁ କିଛି କିଛି ପକାଇଲେ, କିନ୍ତୁ ଦରିଦ୍ର ବିଧବା ନିଜର ଅଭାବ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ଯାହା କିଛି ଥିଲା, ସେହିସବୁ ପକାଇଲା।”
5 As some spoke of the temple, how it was decorated with beautiful stones and offerings, he said,
ଆଉ କେହି କେହି ମନ୍ଦିରଟି ସୁନ୍ଦର ସୁନ୍ଦର ପଥର ଓ ଦାନ ପଦାର୍ଥ ସମୂହରେ ସୁସଜ୍ଜିତ ହୋଇଅଛି ବୋଲି କହିବାରୁ ଯୀଶୁ କହିଲେ,
6 “As for these things that you see, the days will come when not one stone will be left on another which will not be torn down.”
“ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”
7 So they asked him, saying, “Teacher, when will these things happen? What will be the sign when these things are about to happen?”
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ? ପୁଣି, ଯେଉଁ ସମୟରେ ଏହିସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କଅଣ?
8 Jesus answered, “Be careful that you are not deceived. For many will come in my name, saying, 'I am he,' and, 'The time is near.' Do not go after them.
ସେଥିରେ ଯୀଶୁ କହିଲେ, “ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ।
9 When you hear of wars and riots, do not be terrified, for these things must happen first, but the end will not happen immediately.”
ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଳବ ବିଷୟ ଶୁଣିବ, ସେତେବେଳେ ଭୟ କର ନାହିଁ; କାରଣ ଏହି ସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ସଙ୍ଗେ ସଙ୍ଗେ ଯୁଗ ଶେଷ ହେବ ନାହିଁ।”
10 Then he said to them, “Nation will rise against nation, and kingdom against kingdom.
ତାହା ପରେ ସେ ସେମାନଙ୍କୁ କହିଲେ, “ଜାତି ବିରୁଦ୍ଧରେ ଜାତି ଓ ରାଜ୍ୟ ବିରୁଦ୍ଧରେ ରାଜ୍ୟ ଉଠିବ,
11 There will be great earthquakes, and in various places famines and plagues. There will be terrifying events and great signs from heaven.
ଆଉ ମହା ଭୂମିକମ୍ପ ଓ ବିଭିନ୍ନ ସ୍ଥାନରେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି, ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହାଲକ୍ଷଣ ଦେଖାଯିବ।
12 But before all of these things, they will lay their hands on you and will persecute you, delivering you over to the synagogues and prisons, bringing you before kings and governors because of my name.
କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ;
13 It will lead to an opportunity for your testimony.
ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ।
14 Therefore resolve in your hearts not to prepare your defense ahead of time,
ଅତଏବ କଅଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର;
15 for I will give you words and wisdom that all your adversaries will not be able to resist or contradict.
କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରିପାରିବେ ନାହିଁ।
16 But you will be delivered up also by parents, brothers, relatives, and friends, and they will put some of you to death.
କିନ୍ତୁ ତୁମ୍ଭେମାନେ ପିତାମାତା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ,
17 You will be hated by everyone because of my name.
ପୁଣି, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ।
18 But not a hair of your head will perish.
କିନ୍ତୁ ତୁମ୍ଭମାନଙ୍କ ମସ୍ତକର କେଶ ହିଁ ନଷ୍ଟ ହେବ ନାହିଁ;
19 In your endurance you will gain your souls.
ସହିଷ୍ଣୁତା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ।”
20 When you see Jerusalem surrounded by armies, then know that its destruction is near.
“କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମ ସହରକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ।
21 Then let those in Judea flee to the mountains, let those who are in the city leave it, and those who are out in the country must not enter the city.
ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ;
22 For these are days of vengeance, so that all the things that are written will be fulfilled.
କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ।
23 Woe to them who are pregnant and to them who are nursing in those days! For there will be great distress upon the land, and wrath to this people.
ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ,
24 They will fall by the edge of the sword, and they will be led captive into all the nations, and Jerusalem will be trampled by the Gentiles until the times of the Gentiles are fulfilled.
ଆଉ ସେମାନେ ଖଡ୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୁଦୀ ମଧ୍ୟକୁ ନିଆଯିବେ, ପୁଣି, ଅଣଯିହୁଦୀମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦଦଳିତ ହୋଇ ରହିବ।”
25 There will be signs in the sun, in the moon, and in the stars, and on the earth. The nations will be in distress, anxious because of the roar of the sea and waves.
“ପୁଣି, ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ,
26 There will be men fainting from fear and from expectation of the things which are coming upon the world. For the powers of the heavens will be shaken.
ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବ।
27 Then they will see the Son of Man coming in a cloud with power and great glory.
ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ।
28 But when these things begin to happen, stand up and lift up your heads, because your deliverance is coming near.”
କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ।”
29 Jesus told them a parable, “Look at the fig tree, and all the trees.
ଆଉ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ, “ଡିମ୍ବିରି ପୁଣି, ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର;
30 When they sprout buds, you see for yourselves and know that summer is already near.
ଯେତେବେଳେ ସେଗୁଡ଼ିକ ପଲ୍ଲବିତ ହୁଏ, ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ;
31 So also, when you see these things happening, you know that the kingdom of God is near.
ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣ।
32 Truly I say to you, this generation will not pass away until all these things take place.
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ।
33 Heaven and earth will pass away, but my words will never pass away.
ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”
34 But pay attention to yourselves, so that your hearts are not burdened with the effects of drinking and intoxication, and the worries of life, and then that day will close on you suddenly like a trap.
“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;
35 For it will come upon everyone living on the face of the whole earth.
କାରଣ ତାହା ଫାନ୍ଦ ସ୍ୱରୂପେ ସମଗ୍ର ପୃଥିବୀନିବାସୀ ସମସ୍ତଙ୍କ ଉପରେ ଆସିବ।
36 But be alert at all times, praying that you may be strong enough to escape all these things that will take place, and to stand before the Son of Man.”
କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।”
37 So during the days he was teaching in the temple, and at night he went out and stayed on the Mount of Olives.
ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ପୁଣି, ପ୍ରତି ରାତ୍ରି ବାହାରିଯାଇ ଜୀତପର୍ବତରେ ରହୁଥିଲେ।
38 All of the people came early in the morning to hear him in the temple.
ଆଉ ସମସ୍ତ ଲୋକ ମନ୍ଦିରରେ ଯୀଶୁଙ୍କର ଶିକ୍ଷା ଶୁଣିବା ନିମନ୍ତେ ଅତି ସକାଳୁ ତାହାଙ୍କ ନିକଟକୁ ଆସୁଥିଲେ।

< Luke 21 >