< Numbers 22 >

1 And the children of Israel moved forward, and encamped in the plains of Moab on this side of Jordan by Jericho.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଯିରୀହୋ ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।
2 And Balak the son of Zippor saw all that Israel had done to the Amorites.
ପୁଣି, ଇସ୍ରାଏଲ ଇମୋରୀୟମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସିପ୍ପୋରର ପୁତ୍ର ବାଲାକ ଦେଖିଲେ।
3 And Moab was greatly afraid of the people, because they were many: and Moab was distressed because of the children of Israel.
ଏଣୁ ମୋୟାବ ଲୋକମାନଙ୍କ ସକାଶୁ ଅତିଶୟ ଭୀତ ହେଲେ, କାରଣ ସେମାନେ ବହୁତ ଥିଲେ; ଆଉ ମୋୟାବ ଇସ୍ରାଏଲ-ସନ୍ତାନଗଣଙ୍କ ସକାଶୁ ଉଦ୍‍ବିଗ୍ନ ହେଲେ।
4 And Moab said to the elders of Midian, Now shall this company lick up all that are around us, as the ox licketh up the grass of the field. And Balak the son of Zippor was king of the Moabites at that time.
ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।”
5 He sent messengers therefore to Balaam the son of Beor to Pethor, which is by the river of the land of the children of his people, to call him, saying, Behold, there hast a people come out from Egypt: behold, they cover the face of the earth, and they abide opposite to me:
ଏନିମନ୍ତେ ସେ ବିୟୋରର ପୁତ୍ର ବିଲୀୟମ୍‍କୁ ଡାକିବା ପାଇଁ ଆପଣା ଲୋକମାନଙ୍କ ସନ୍ତାନଗଣର ଦେଶ-ନିକଟସ୍ଥ ନଦୀର ନିକଟବର୍ତ୍ତୀ ପଥୋର ନଗରକୁ ବାର୍ତ୍ତାବହ ପଠାଇ ଏହା କହିଲେ, “ଦେଖ, ମିସରରୁ ବାହାର ହୋଇ ଏକ ଜନତା ଆସିଅଛନ୍ତି; ଦେଖ, ସେମାନେ ପୃଥିବୀର ମୁଖ ଆଚ୍ଛନ୍ନ କରନ୍ତି; ପୁଣି, ଆମ୍ଭ ସମ୍ମୁଖରେ ବାସ କରନ୍ତି।
6 Come now therefore, I pray thee, curse for me this people; for they are too mighty for me: perhaps I shall prevail, that we may smite them, and that I may drive them out of the land: for I know that he whom thou blessest is blessed, and he whom thou cursest is cursed.
ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶପ୍ତ ହୁଏ।”
7 And the elders of Moab and the elders of Midian departed with the rewards of divination in their hand; and they came to Balaam, and spoke to him the words of Balak.
ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି, ସେମାନେ ବିଲୀୟମ୍‍ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ।
8 And he said to them, Lodge here this night, and I will bring you word again, as the LORD shall speak to me: and the princes of Moab abode with Balaam.
ତହୁଁ ସେ ସେମାନଙ୍କୁ କହିଲା, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି,” ତହିଁରେ ମୋୟାବର ଅଧିପତିମାନେ ବିଲୀୟମ୍‍ ସଙ୍ଗରେ ରହିଲେ।
9 And God came to Balaam, and said, What men are these with thee?
ଏଉତ୍ତାରେ ପରମେଶ୍ୱର ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ?”
10 And Balaam said to God, Balak the son of Zippor, king of Moab, hath sent to me, saying,
ତହୁଁ ବିଲୀୟମ୍‍ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋʼ ନିକଟକୁ ଏହା କହି ପଠାଇଅଛନ୍ତି;
11 Behold, there hast a people come out of Egypt, which covereth the face of the earth: come now, curse them for me; perhaps I shall be able to overcome them, and drive them out.
‘ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ିଦେଇ ପାରିବା।’”
12 And God said to Balaam, Thou shalt not go with them; thou shalt not curse the people: for they are blessed.
ତହିଁରେ ପରମେଶ୍ୱର ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦ ପ୍ରାପ୍ତ ଅଟନ୍ତି।”
13 And Balaam rose up in the morning, and said to the princes of Balak, Go back to your land: for the LORD refuseth to give me leave to go with you.
ଏଥିରେ ବିଲୀୟମ୍‍ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, “ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ମନା କରିଅଛନ୍ତି।”
14 And the princes of Moab rose up, and they went to Balak, and said, Balaam refuseth to come with us.
ଏଣୁ ମୋୟାବର ଅଧିପତିମାନେ ଉଠି ବାଲାକଙ୍କ ନିକଟକୁ ଯାଇ କହିଲେ, “ବିଲୀୟମ୍‍ ଆମ୍ଭମାନଙ୍କ ସଙ୍ଗେ ଆସିବାକୁ ମନା କରୁଅଛି।”
15 And Balak sent yet again princes, more, and more honourable than they.
ଏଉତ୍ତାରେ ବାଲାକ ସେମାନଙ୍କଠାରୁ ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ପଠାଇଲେ।
16 And they came to Balaam, and said to him, Thus saith Balak the son of Zippor, Let nothing, I pray thee, hinder thee from coming to me:
ତହୁଁ ସେମାନେ ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ‘ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକି ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ।
17 For I will promote thee to very great honour, and I will do whatever thou sayest to me: come therefore, I pray thee, curse this people for me.
କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।’”
18 And Balaam answered and said to the servants of Balak, If Balak would give me his house full of silver and gold, I could not go beyond the word of the LORD my God, to do less or more.
ଏଥିରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇପାରେ ନାହିଁ।
19 Now therefore, I pray you, tarry ye also here this night, that I may know what the LORD will say to me more.
ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି।”
20 And God came to Balaam at night, and said to him, If the men come to call thee, rise, and go with them; but yet the word which I shall say to thee, that shalt thou perform.
ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍‍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।”
21 And Balaam rose in the morning, and saddled his donkey, and went with the princes of Moab.
ତହିଁରେ ବିଲୀୟମ୍‍ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା।
22 And God’s anger was kindled because he went: and the angel of the LORD stood in the way for an adversary against him. Now he was riding upon his donkey, and his two servants were with him.
ଏଥିରେ ସେ ଯିବା ସକାଶୁ ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ।
23 And the donkey saw the angel of the LORD standing in the way, and his sword drawn in his hand: and the donkey turned aside out of the way, and went into the field: and Balaam smote the donkey, to turn her into the way.
ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ୍‍ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା;
24 But the angel of the LORD stood in a path of the vineyards, a wall being on this side, and a wall on that side.
ତେବେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଏପାଖେ ପ୍ରାଚୀର ଓ ସେପାଖେ ପ୍ରାଚୀର ଥିବା ଗଳିପଥରେ ଠିଆ ହେଲେ।
25 And when the donkey saw the angel of the LORD, she thrust herself against the wall, and crushed Balaam’s foot against the wall: and he smote her again.
ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍‍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା।
26 And the angel of the LORD went further, and stood in a narrow place, where was no way to turn either to the right hand or to the left.
ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଡାହାଣରେ କିମ୍ବା ବାମରେ ଫେରିବାର ସ୍ଥାନ ନ ଥିଲା।
27 And when the donkey saw the angel of the LORD, she fell down under Balaam: and Balaam’s anger was kindled, and he smote the donkey with a staff.
ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍‍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍‍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା।
28 And the LORD opened the mouth of the donkey, and she said to Balaam, What have I done to thee, that thou hast smitten me these three times?
ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍‍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନି ଥର ପ୍ରହାର କଲ।”
29 And Balaam said to the donkey, Because thou hast mocked me: I would there were a sword in my hand, for now would I kill thee.
ତେବେ ବିଲୀୟମ୍‍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋʼ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”
30 And the donkey said to Balaam, Am not I thy donkey, upon which thou hast rid ever since I was thine to this day? was I ever accustomed to do so to thee? And he said, Nay.
ପୁଣି, ଗର୍ଦ୍ଦଭୀ ବିଲୀୟମ୍‍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି?” ତହୁଁ ସେ କହିଲା, “ନା।”
31 Then the LORD opened the eyes of Balaam, and he saw the angel of the LORD standing in the way, and his sword drawn in his hand: and he bowed down his head, and fell flat on his face.
ଏଥିରେ ସଦାପ୍ରଭୁ ବିଲୀୟମ୍‍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।
32 And the angel of the LORD said to him, Why hast thou smitten thy donkey these three times? behold, I went out to withstand thee, because thy way is perverse before me:
ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଏହି ତିନି ଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି;
33 And the donkey saw me, and turned from me these three times: unless she had turned from me, surely now also I had slain thee, and saved her alive.
ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନି ଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥାʼନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥାʼନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥାʼନ୍ତୁ।”
34 And Balaam said to the angel of the LORD, I have sinned; for I knew not that thou stoodest in the way against me: now therefore, if it displease thee, I will return again.
ତହିଁରେ ବିଲୀୟମ୍‍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋʼ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”
35 And the angel of the LORD said to Balaam, Go with the men: but only the word that I shall speak to thee, that thou shalt speak. So Balaam went with the princes of Balak.
ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍‍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍‍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।
36 And when Balak heard that Balaam had come, he went out to meet him to a city of Moab, which is in the border of Arnon, which is in the utmost border.
ଏଥିଉତ୍ତାରେ ବିଲୀୟମ୍‍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।
37 And Balak said to Balaam, Did I not earnestly send to thee to call thee? why camest thou not to me? am I not able indeed to promote thee to honour?
ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ?”
38 And Balaam said to Balak, Lo, I have come to thee: have I now any power at all to say any thing? the word that God putteth in my mouth, that shall I speak.
ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ୱର ମୋʼ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”
39 And Balaam went with Balak, and they came to Kirjathhuzoth.
ଏଉତ୍ତାରେ ବିଲୀୟମ୍‍ ବାଲାକ ସହିତ ଗମନ କରି କିରୀୟଥ୍‍-ହୁଷୋତରେ ଉପସ୍ଥିତ ହେଲା।
40 And Balak offered oxen and sheep, and sent to Balaam, and to the princes that were with him.
ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ୍‍ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ।
41 And it came to pass on the next morning, that Balak took Balaam, and brought him up to the high places of Baal, that from there he might see the utmost part of the people.
ପୁଣି, ପ୍ରଭାତରେ ବାଲାକ ବିଲୀୟମ୍‍କୁ ସଙ୍ଗେ ନେଇ ବାଲ୍‍ର ଉଚ୍ଚସ୍ଥଳୀରେ ଆରୋହଣ କରାଇଲେ; ଆଉ ସେହିଠାରୁ ସେ ଲୋକମାନଙ୍କର ଶେଷ ସୀମା ପର୍ଯ୍ୟନ୍ତ ଦେଖିଲେ।

< Numbers 22 >