< Psalms 119 >

1 Blessed are the undefiled in the way, who walk in the law of the LORD.
ଆଲେଫ୍‍। ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।
2 Blessed are they that keep his testimonies, and that seek him with the whole heart.
ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ।
3 They also do no iniquity: they walk in his ways.
ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି।
4 Thou hast commanded us to keep thy precepts diligently.
ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ।
5 O that my ways were directed to keep thy statutes!
ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯଦି ମୋହର ଗତି ସୁସ୍ଥିର ହୁଅନ୍ତା!
6 Then shall I not be ashamed, when I have respect to all thy commandments.
ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ।
7 I will praise thee with uprightness of heart, when I shall have learned thy righteous judgments.
ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ ମୁଁ ଅନ୍ତଃକରଣର ସରଳତାରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି।
8 I will keep thy statutes: O forsake me not utterly.
ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତାନ୍ତ ପରିତ୍ୟାଗ କର ନାହିଁ। ବୈତ୍‍।
9 How shall a young man cleanse his way? by taking heed to it according to thy word.
ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।
10 With my whole heart have I sought thee: O let me not wander from thy commandments.
ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି; ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ।
11 Thy word have I hid in my heart, that I might not sin against thee.
ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।
12 Blessed art thou, O LORD: teach me thy statutes.
ହେ ସଦାପ୍ରଭୋ, ତୁମ୍ଭେ ଧନ୍ୟ; ତୁମ୍ଭର ବିଧିସବୁ ମୋତେ ଶିଖାଅ।
13 With my lips have I declared all the judgments of thy mouth.
ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି।
14 I have rejoiced in the way of thy testimonies, as much as in all riches.
ଯେପରି ସମୁଦାୟ ଧନରେ, ସେପରି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୂପ ପଥରେ ଆମୋଦ କରିଅଛି।
15 I will meditate in thy precepts, and have respect to thy ways.
ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି।
16 I will delight myself in thy statutes: I will not forget thy word.
ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ। ଗିମେଲ୍‍।
17 Deal bountifully with thy servant, that I may live, and keep thy word.
ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର; ତହୁଁ ମୁଁ ତୁମ୍ଭ ବାକ୍ୟ ପାଳନ କରିବି।
18 Open thou my eyes, that I may behold wondrous things out of thy law.
ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।
19 I am a stranger in the earth: hide not thy commandments from me.
ମୁଁ ପୃଥିବୀରେ ପ୍ରବାସୀ; ତୁମ୍ଭର ଆଜ୍ଞାସବୁ ମୋʼ ଠାରୁ ଲୁଚାଅ ନାହିଁ।
20 My soul breaketh for the longing that it hath to thy judgments at all times.
ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ ମୋʼ ପ୍ରାଣ କ୍ଷୀଣ ହୁଏ।
21 Thou hast rebuked the proud that are cursed, who do err from thy commandments.
ଯେଉଁ ଅଭିଶପ୍ତ ଅହଙ୍କାରୀମାନେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମନ୍ତି, ତୁମ୍ଭେ ସେମାନଙ୍କୁ ଧମକାଇଅଛ।
22 Remove from me reproach and contempt; for I have kept thy testimonies.
ମୋʼ ଠାରୁ ନିନ୍ଦା ଓ ଅପମାନ ଦୂର କର; କାରଣ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ପାଳନ କରିଅଛି।
23 Princes also did sit and speak against me: but thy servant did meditate in thy statutes.
ଅଧିପତିମାନେ ମଧ୍ୟ ବସି ମୋʼ ବିରୁଦ୍ଧରେ କଥା କହିଲେ; ମାତ୍ର ତୁମ୍ଭର ଦାସ ତୁମ୍ଭ ବିଧିସକଳ ଧ୍ୟାନ କଲା।
24 Thy testimonies also are my delight and my counsellors.
ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ। ଦାଲତ୍‍।
25 My soul cleaveth to the dust: revive thou me according to thy word.
ମୋହର ପ୍ରାଣ ଧୂଳିରେ ଲାଗୁଅଛି; ତୁମ୍ଭେ ନିଜ ବାକ୍ୟାନୁସାରେ ମୋତେ ସଚେତ କର।
26 I have declared my ways, and thou heardest me: teach me thy statutes.
ମୁଁ ଆପଣାର ସକଳ ଗତି ବର୍ଣ୍ଣନା କରନ୍ତେ, ତୁମ୍ଭେ ମୋତେ ଉତ୍ତର ଦେଲ; ତୁମ୍ଭର ବିଧିସବୁ ମୋତେ ଶିଖାଅ।
27 Make me to understand the way of thy precepts: so shall I talk of thy wondrous works.
ତୁମ୍ଭେ ଆପଣା ଆଜ୍ଞା-ପଥସବୁ ମୋତେ ବୁଝାଇ ଦିଅ; ତହିଁରେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟଶିକ୍ଷାସବୁ ଧ୍ୟାନ କରିବି।
28 My soul melteth for heaviness: strengthen thou me according to thy word.
ଶୋକ ସକାଶୁ ମୋʼ ପ୍ରାଣ ତରଳି ଯାଏ; ତୁମ୍ଭେ ଆପଣା ବାକ୍ୟାନୁସାରେ ମୋତେ ସବଳ କର।
29 Remove from me the way of lying: and grant me thy law graciously.
ମୋʼ ଠାରୁ ମିଥ୍ୟାମାର୍ଗ ଅନ୍ତର କର ଓ ଅନୁଗ୍ରହ କରି ମୋତେ ତୁମ୍ଭର ବ୍ୟବସ୍ଥା ପ୍ରଦାନ କର।
30 I have chosen the way of truth: thy judgments have I laid before me.
ମୁଁ ବିଶ୍ୱସ୍ତତାରୂପ ପଥ ମନୋନୀତ କରିଅଛି; ମୁଁ ଆପଣା ସମ୍ମୁଖରେ ତୁମ୍ଭର ଶାସନସବୁ ରଖିଅଛି।
31 I have cleaved to thy testimonies: O LORD, put me not to shame.
ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ; ହେ ସଦାପ୍ରଭୋ, ମୋତେ ଲଜ୍ଜିତ କର ନାହିଁ।
32 I will run the way of thy commandments, when thou shalt enlarge my heart.
ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞା-ପଥରେ ଧାବମାନ ହେବି। ହେ।
33 Teach me, O LORD, the way of thy statutes; and I shall keep it to the end.
ହେ ସଦାପ୍ରଭୋ, ତୁମ୍ଭର ବିଧିରୂପ ପଥ ମୋତେ ଶିଖାଅ; ତହିଁରେ ମୁଁ ଶେଷ ପର୍ଯ୍ୟନ୍ତ ତାହା ପାଳନ କରିବି।
34 Give me understanding, and I shall keep thy law; yea, I shall observe it with my whole heart.
ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି।
35 Make me to go in the path of thy commandments; for in that do I delight.
ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ; କାରଣ ତହିଁରେ ମୁଁ ଆନନ୍ଦ କରେ।
36 Incline my heart to thy testimonies, and not to covetousness.
ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋʼ ଚିତ୍ତର ସ୍ନେହ ଜନ୍ମାଅ।
37 Turn away my eyes from beholding vanity; and revive thou me in thy way.
ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।
38 Establish thy word to thy servant, who is devoted to thy fear.
ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର, ତାହା ତୁମ୍ଭ ବିଷୟକ ଭୟ-ସଂଯୁକ୍ତ।
39 Turn away my reproach which I fear: for thy judgments are good.
ମୋହର ଭୟଜନକ ନିନ୍ଦା ଦୂର କର; କାରଣ ତୁମ୍ଭର ଶାସନସକଳ ଉତ୍ତମ।
40 Behold, I have longed after thy precepts: revive me in thy righteousness.
ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର। ବୌ।
41 Let thy mercies come also to me, O LORD, even thy salvation, according to thy word.
ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍‍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋʼ ପ୍ରତି ବର୍ତ୍ତୁ।
42 So shall I have that to answer him that reproacheth me: for I trust in thy word.
ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି; କାରଣ ମୁଁ ତୁମ୍ଭ ବାକ୍ୟରେ ନିର୍ଭର ରଖେ।
43 And take not the word of truth utterly out of my mouth; for I have hoped in thy judgments.
ପୁଣି, ମୋʼ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି।
44 So shall I keep thy law continually for ever and ever.
ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର ତୁମ୍ଭର ବ୍ୟବସ୍ଥା ପାଳନ କରିବି।
45 And I will walk at liberty: for I seek thy precepts.
ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି।
46 I will speak of thy testimonies also before kings, and will not be ashamed.
ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।
47 And I will delight myself in thy commandments, which I have loved.
ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି।
48 My hands also will I lift to thy commandments, which I have loved; and I will meditate in thy statutes.
ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି। ସୟିନ୍‍।
49 Remember the word to thy servant, upon which thou hast caused me to hope.
ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର।
50 This is my comfort in my affliction: for thy word hath revived me.
ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି।
51 The proud have had me greatly in derision: yet I have not declined from thy law.
ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ।
52 I remembered thy judgments of old, O LORD; and have comforted myself.
ହେ ସଦାପ୍ରଭୋ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି ଆପଣାକୁ ସାନ୍ତ୍ୱନାଯୁକ୍ତ କରିଅଛି।
53 Horror hath taken hold upon me because of the wicked that forsake thy law.
ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି।
54 Thy statutes have been my songs in the house of my pilgrimage.
ମୋʼ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି।
55 I have remembered thy name, O LORD, in the night, and have kept thy law.
ହେ ସଦାପ୍ରଭୋ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି।
56 This I had, because I kept thy precepts.
ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ ମୁଁ ଏହି ଫଳ ପ୍ରାପ୍ତ ହୋଇଅଛି। ହେତ୍।
57 Thou art my portion, O LORD: I have said that I would keep thy words.
ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି।
58 I entreated thy favour with my whole heart: be merciful to me according to thy word.
ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋʼ ପ୍ରତି ଦୟାଳୁ ହୁଅ।
59 I thought on my ways, and turned my feet to thy testimonies.
ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି।
60 I made haste, and delayed not to keep thy commandments.
ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ୱର ହେଲି ଓ ବିଳମ୍ବ କଲି ନାହିଁ।
61 The bands of the wicked have robbed me: but I have not forgotten thy law.
ଦୁଷ୍ଟମାନଙ୍କର ରଜ୍ଜୁ ମୋʼ ଚାରିଆଡ଼େ ଜଡ଼ିତ ହେଲା; ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ।
62 At midnight I will rise to give thanks to thee because of thy righteous judgments.
ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ ଦେବା ପାଇଁ ମୁଁ ଅର୍ଦ୍ଧରାତ୍ରରେ ଉଠିବି।
63 I am a companion of all them that fear thee, and of them that keep thy precepts.
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ।
64 The earth, O LORD, is full of thy mercy: teach me thy statutes.
ହେ ସଦାପ୍ରଭୋ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ; ତୁମ୍ଭ ବିଧିସବୁ ମୋତେ ଶିଖାଅ। ଟେଟ୍‍।
65 Thou hast dealt well with thy servant, O LORD, according to thy word.
ହେ ସଦାପ୍ରଭୋ, ତୁମ୍ଭେ ଆପଣା ବାକ୍ୟାନୁସାରେ ନିଜ ଦାସ ପ୍ରତି ମଙ୍ଗଳ ବ୍ୟବହାର କରିଅଛ।
66 Teach me good judgment and knowledge: for I have believed thy commandments.
ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ। କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ୱାସ କରିଅଛି।
67 Before I was afflicted I went astray: but now have I kept thy word.
ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ।
68 Thou art good, and doest good; teach me thy statutes.
ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ; ମୋତେ ତୁମ୍ଭ ବିଧିସବୁ ଶିଖାଅ।
69 The proud have forged a lie against me: but I will keep thy precepts with my whole heart.
ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ମିଥ୍ୟା କଥା କଳ୍ପନା କରିଅଛନ୍ତି; ମୁଁ ସର୍ବାନ୍ତଃକରଣରେ ତୁମ୍ଭର ବିଧାନସବୁ ପାଳନ କରିବି।
70 Their heart is covered with fat; but I delight in thy law.
ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ।
71 It is good for me that I have been afflicted; that I might learn thy statutes.
ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋʼ ପକ୍ଷରେ ଭଲ ହେଲା।
72 The law of thy mouth is better to me than thousands of gold and silver.
ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋʼ ପ୍ରତି ଉତ୍ତମ। ଇୟୂଦ୍‍।
73 Thy hands have made me and fashioned me: give me understanding, that I may learn thy commandments.
ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର।
74 They that fear thee will be glad when they see me; because I have hoped in thy word.
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି।
75 I know, O LORD, that thy judgments are right, and that thou in faithfulness hast afflicted me.
ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।
76 Let, I pray thee, thy merciful kindness be for my comfort, according to thy word to thy servant.
ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ୱନାଜନକ ହେଉ।
77 Let thy tender mercies come to me, that I may live: for thy law is my delight.
ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋʼ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ।
78 Let the proud be ashamed; for they dealt perversely with me without a cause: but I will meditate in thy precepts.
ଅହଙ୍କାରୀମାନେ ଲଜ୍ଜିତ ହେଉନ୍ତୁ; କାରଣ ସେମାନେ ଅନ୍ୟାୟରେ ମୋହର ସର୍ବନାଶ କରିଅଛନ୍ତି; ମାତ୍ର ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି।
79 Let those that fear thee turn to me, and those that have known thy testimonies.
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋʼ କତିକି ଫେରନ୍ତୁ, ତହିଁରେ ସେମାନେ ତୁମ୍ଭର ପ୍ରମାଣ-ବାକ୍ୟ ଜ୍ଞାତସାର ହେବେ।
80 Let my heart be sound in thy statutes; that I may not be ashamed.
ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋʼ ଅନ୍ତଃକରଣ ସିଦ୍ଧ ହେଉ। କଫ୍‍।
81 My soul fainteth for thy salvation: but I hope in thy word.
ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।
82 My eyes fail for thy word, saying, When wilt thou comfort me?
ତୁମ୍ଭେ କେବେ ମୋତେ ସାନ୍ତ୍ୱନା କରିବ? ଏହା କହି କହି ତୁମ୍ଭ ବାକ୍ୟ ପାଇଁ ମୋହର ଚକ୍ଷୁ କ୍ଷୀଣ ହୁଏ।
83 For I am become like a bottle in the smoke; yet I do not forget thy statutes.
କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି। ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ।
84 How many are the days of thy servant? when wilt thou execute judgment on them that persecute me?
ତୁମ୍ଭ ଦାସ କେତେ ଦିନ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ଅପେକ୍ଷା କରିବ? ତୁମ୍ଭେ କେବେ ମୋʼ ତାଡ଼ନାକାରୀମାନଙ୍କର ବିଚାର କରିବ?
85 The proud have dug pits for me, which are not according to thy law.
ଅହଙ୍କାରୀମାନେ ମୋʼ ପାଇଁ ଗର୍ତ୍ତ ଖୋଳିଅଛନ୍ତି, ସେମାନେ ତୁମ୍ଭ ବ୍ୟବସ୍ଥାର ଅନୁଗାମୀ ନୁହନ୍ତି।
86 All thy commandments are faithful: they persecute me wrongfully; help thou me.
ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର।
87 They had almost consumed me upon earth; but I forsook not thy precepts.
ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ।
88 Revive me after thy lovingkindness; so shall I keep the testimony of thy mouth.
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ଜୀବନକୁ ରକ୍ଷା କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି। ଲାମଦ୍‍।
89 For ever, O LORD, thy word is settled in heaven.
ହେ ସଦାପ୍ରଭୋ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ୱର୍ଗରେ ସଂସ୍ଥାପିତ ଅଛି।
90 Thy faithfulness is to all generations: thou hast established the earth, and it abideth.
ତୁମ୍ଭର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକୁ ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ।
91 They continue this day according to thy ordinances: for all are thy servants.
ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ।
92 Unless thy law had been my delights, I should then have perished in my affliction.
ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ, ମୁଁ ଆପଣା ଦୁଃଖରେ ବିନଷ୍ଟ ହୋଇଥାʼନ୍ତି।
93 I will never forget thy precepts: for with them thou hast revived me.
ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ; କାରଣ ତଦ୍ଦ୍ୱାରା ତୁମ୍ଭେ ମୋତେ ସଚେତ କରିଅଛ।
94 I am thine, save me; for I have sought thy precepts.
ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ୱେଷଣ କରିଅଛି।
95 The wicked have waited for me to destroy me: but I will consider thy testimonies.
ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି।
96 I have seen an end of all perfection: but thy commandment is exceeding broad.
ମୁଁ ସବୁ ସିଦ୍ଧିର ଅନ୍ତ ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ସୀମାହୀନ। ମେମ୍‍।
97 O how I love thy law! it is my meditation all the day.
ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। ତାହା ସାରାଦିନ ମୋହର ଧ୍ୟାନ।
98 Thou through thy commandments hast made me wiser than my enemies: for they are ever with me.
ତୁମ୍ଭ ଆଜ୍ଞାସବୁ ମୋତେ ମୋʼ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋʼ ସଙ୍ଗେ ଥାଏ।
99 I have more understanding than all my teachers: for thy testimonies are my (meditation)
ମୋହର ସମସ୍ତ ଗୁରୁ ଅପେକ୍ଷା ମୋʼ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।
100 I understand more than the ancients, because I keep thy precepts.
ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ। ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି।
101 I have restrained my feet from every evil way, that I might keep thy word.
ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି।
102 I have not departed from thy judgments: for thou hast taught me.
ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ।
103 How sweet are thy words to my taste! yea, sweeter than honey to my mouth!
ମୋʼ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର! ହଁ, ମୋʼ ମୁଖକୁ ତାହା ମଧୁ ଅପେକ୍ଷା ମଧୁର!
104 Through thy precepts I get understanding: therefore I hate every false way.
ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ। ନୂନ୍‍।
105 Thy word is a lamp to my feet, and a light to my path.
ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ।
106 I have sworn, and I will perform it, that I will keep thy righteous judgments.
ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।
107 I am afflicted very much: revive me, O LORD, according to thy word.
ମୁଁ ଅତ୍ୟନ୍ତ ଦୁଃଖିତ ଅଛି; ହେ ସଦାପ୍ରଭୋ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
108 Accept, I beseech thee, the freewill offerings of my mouth, O LORD, and teach me thy judgments.
ହେ ସଦାପ୍ରଭୋ, ନିବେଦନ କରୁଅଛି, ମୋʼ ମୁଖର ସ୍ୱେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ।
109 My soul is continually in my hand: yet I do not forget thy law.
ମୋʼ ପ୍ରାଣ ନିରନ୍ତର ବିପଦରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ।
110 The wicked have laid a snare for me: yet I erred not from thy precepts.
ଦୁଷ୍ଟମାନେ ମୋʼ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ।
111 Thy testimonies have I taken as an heritage for ever: for they are the rejoicing of my heart.
ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋʼ ଚିତ୍ତର ଆହ୍ଲାଦଜନକ।
112 I have inclined my heart to perform thy statutes always, even to the end.
ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି। ସାମକ୍‍।
113 I hate vain thoughts: but thy law do I love.
ମୁଁ ଦ୍ୱିମନାମାନଙ୍କୁ ଘୃଣା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ପ୍ରିୟ ଜ୍ଞାନ କରେ।
114 Thou art my hiding place and my shield: I hope in thy word.
ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
115 Depart from me, ye evildoers: for I will keep the commandments of my God.
ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋʼ ନିକଟରୁ ଦୂର ହୁଅ।
116 Uphold me according to thy word, that I may live: and let me not be ashamed of my hope.
ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ ଓ ମୋʼ ଭରସା ବିଷୟରେ ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ।
117 Support me, and I shall be safe: and I will have respect to thy statutes continually.
ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ ହେବି ଓ ତୁମ୍ଭ ବିଧିସବୁ ସର୍ବଦା ମାନ୍ୟ କରିବି।
118 Thou hast trodden down all them that err from thy statutes: for their deceit is falsehood.
ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛଜ୍ଞାନ କରିଅଛ; କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା।
119 Thou puttest away all the wicked of the earth like dross: therefore I love thy testimonies.
ତୁମ୍ଭେ ପୃଥିବୀସ୍ଥ ସମସ୍ତ ଦୁଷ୍ଟଙ୍କୁ ଧାତୁର ଖାଦ ପରି ଦୂର କରିଥାଅ; ଏଣୁ ମୁଁ ତୁମ୍ଭ ପ୍ରମାଣ-ବାକ୍ୟକୁ ସ୍ନେହ କରେ।
120 My flesh trembleth for fear of thee; and I am afraid of thy judgments.
ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ। ଅଇନ୍‍।
121 I have executed justice and righteousness: leave me not to my oppressors.
ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋʼ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ।
122 Be surety for thy servant for good: let not the proud oppress me.
ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋʼ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ।
123 My eyes fail for thy salvation, and for the word of thy righteousness.
ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି।
124 Deal with thy servant according to thy mercy, and teach me thy statutes.
ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର କର ଓ ତୁମ୍ଭର ବିଧି ମୋତେ ଶିଖାଅ।
125 I am thy servant; give me understanding, that I may know thy testimonies.
ମୁଁ ତୁମ୍ଭର ଦାସ, ଯେପରି ମୁଁ ତୁମ୍ଭର ପ୍ରମାଣ-ବାକ୍ୟସକଳ ଜ୍ଞାତ ହେବି, ଏଥିପାଇଁ ମୋତେ ବୁଦ୍ଧି ଦିଅ।
126 It is time for thee, LORD, to work: for they have made void thy law.
ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି।
127 Therefore I love thy commandments above gold; yea, above fine gold.
ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ।
128 Therefore I esteem all thy precepts concerning all things to be right; and I hate every false way.
ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ। ପେ।
129 Thy testimonies are wonderful: therefore doth my soul keep them.
ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋʼ ପ୍ରାଣ ତାହାସବୁ ପାଳନ କରେ।
130 The entrance of thy words giveth light; it giveth understanding to the simple.
ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।
131 I opened my mouth, and panted: for I longed for thy commandments.
ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚ୍ଚା କରି ଫିଟାଇ ପକାଇଲି।
132 Look thou upon me, and be merciful to me, as thou didst use to do to those that love thy name.
ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋʼ ପ୍ରତି ଫେର ଓ ମୋତେ ଦୟା କର।
133 Order my steps in thy word: and let not any iniquity have dominion over me.
ତୁମ୍ଭ ବାକ୍ୟାନୁସାରେ ମୋʼ ପାଦଗତି ସଜାଡ଼ ଓ ମୋʼ ଉପରେ କୌଣସି ଅଧର୍ମକୁ ରାଜତ୍ୱ କରିବାକୁ ଦିଅ ନାହିଁ।
134 Deliver me from the oppression of man: so will I keep thy precepts.
ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି।
135 Make thy face to shine upon thy servant; and teach me thy statutes.
ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ।
136 Rivers of waters run down my eyes, because they keep not thy law.
ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି। ସାଦେ।
137 Righteous art thou, O LORD, and upright are thy judgments.
ହେ ସଦାପ୍ରଭୋ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ।
138 Thy testimonies that thou hast commanded are righteous and very faithful.
ତୁମ୍ଭେ ଧର୍ମରେ ଓ ଅତି ବିଶ୍ୱସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ।
139 My zeal hath consumed me, because my enemies have forgotten thy words.
ମୋହର ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରିଅଛନ୍ତି।
140 Thy word is very pure: therefore thy servant loveth it.
ତୁମ୍ଭର ବାକ୍ୟ ଅତ୍ୟନ୍ତ ନିର୍ମଳ; ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ।
141 I am small and despised: yet I do not forget thy precepts.
ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ।
142 Thy righteousness is an everlasting righteousness, and thy law is the truth.
ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ।
143 Trouble and anguish have taken hold on me: yet thy commandments are my delights.
କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ।
144 The righteousness of thy testimonies is everlasting: give me understanding, and I shall live.
ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ; ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ବଞ୍ଚିବି। କଫ।
145 I cried with my whole heart; hear me, O LORD: I will keep thy statutes.
ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି।
146 I cried to thee; save me, and I shall keep thy testimonies.
ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି।
147 I came before the dawning of the morning, and cried: I hoped in thy word.
ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି।
148 My eyes are awake through the night watches, that I might meditate in thy word.
ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି, ଏଥିପାଇଁ ରାତ୍ରିର ପ୍ରତ୍ୟେକ ପ୍ରହର ପୂର୍ବେ ମୋହର ଚକ୍ଷୁ ପ୍ରସ୍ତୁତ ହେଲା।
149 Hear my voice according to thy lovingkindness: O LORD, revive me according to thy judgment.
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ; ହେ ସଦାପ୍ରଭୋ, ଆପଣା ଶାସନାନୁସାରେ ମୋତେ ସଚେତ କର।
150 They draw near that follow after mischief: they are far from thy law.
ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ ଆସୁଅଛନ୍ତି; ସେମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରବର୍ତ୍ତୀ।
151 Thou art near, O LORD; and all thy commandments are truth.
ହେ ସଦାପ୍ରଭୋ, ତୁମ୍ଭେ ନିକଟବର୍ତ୍ତୀ ଓ ତୁମ୍ଭ ଆଜ୍ଞାସକଳ ସତ୍ୟ।
152 Concerning thy testimonies, I have known of old that thou hast founded them for ever.
ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ। ରେଶ୍‍।
153 Consider my affliction, and deliver me: for I do not forget thy law.
ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ।
154 Plead my cause, and deliver me: revive me according to thy word.
ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
155 Salvation is far from the wicked: for they seek not thy statutes.
ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ।
156 Great are thy tender mercies, O LORD: revive me according to thy judgments.
ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; ତୁମ୍ଭର ଶାସନାନୁସାରେ ମୋତେ ସଚେତ କର।
157 Many are my persecutors and my enemies; yet I do not decline from thy testimonies.
ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ; ତଥାପି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୁ ବିମୁଖ ହୋଇ ନାହିଁ।
158 I beheld the transgressors, and was grieved; because they kept not thy word.
ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।
159 Consider how I love thy precepts: revive me, O LORD, according to thy lovingkindness.
ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, ଏହା ବିବେଚନା କର; ହେ ସଦାପ୍ରଭୋ, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋତେ ସଚେତ କର।
160 Thy word is true from the beginning: and every one of thy righteous judgments endureth for ever.
ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ। ଶିନ୍‍।
161 Princes have persecuted me without a cause: but my heart standeth in awe of thy word.
ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ।
162 I rejoice at thy word, as one that findeth great spoil.
କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ।
163 I hate and abhor lying: but thy law do I love.
ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ।
164 Seven times a day do I praise thee because of thy righteous judgments.
ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ।
165 Great peace have they who love thy law: and nothing shall cause them to stumble.
ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।
166 LORD, I have hoped for thy salvation, and performed thy commandments.
ହେ ସଦାପ୍ରଭୋ, ମୁଁ ତୁମ୍ଭର ପରିତ୍ରାଣ ପାଇଁ ପ୍ରତ୍ୟାଶା କରିଅଛି, ଓ ତୁମ୍ଭର ଆଜ୍ଞାସବୁ ପାଳନ କରିଅଛି।
167 My soul hath kept thy testimonies; and I love them exceedingly.
ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି ଓ ମୁଁ ତାହାସବୁ ଅତିଶୟ ସ୍ନେହ କରେ।
168 I have kept thy precepts and thy testimonies: for all my ways are before thee.
ମୁଁ ତୁମ୍ଭର ବିଧାନ ଓ ପ୍ରମାଣ-ବାକ୍ୟସବୁ ମାନିଅଛି। କାରଣ ମୋହର ସବୁ ଗତି ତୁମ୍ଭ ସମ୍ମୁଖରେ ଅଛି। ତୌ।
169 Let my cry come near before thee, O LORD: give me understanding according to thy word.
ହେ ସଦାପ୍ରଭୋ, ମୋହର କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ବୁଦ୍ଧି ପ୍ରଦାନ କର।
170 Let my supplication come before thee: deliver me according to thy word.
ମୋʼ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର।
171 My lips shall utter praise, when thou hast taught me thy statutes.
ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ।
172 My tongue shall speak of thy word: for all thy commandments are righteousness.
ମୋʼ ଜିହ୍ୱା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ।
173 Let thy hand help me; for I have chosen thy precepts.
ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି।
174 I have longed for thy salvation, O LORD; and thy law is my delight.
ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ।
175 Let my soul live, and it shall praise thee; and let thy judgments help me.
ମୋତେ ଜୀବିତ ରଖ, ତହିଁରେ ମୁଁ ତୁମ୍ଭର ପ୍ରଶଂସା କରିବ ଓ ତୁମ୍ଭର ଶାସନସକଳ ମୋହର ସାହାଯ୍ୟ କରୁ।
176 I have gone astray like a lost sheep; seek thy servant; for I do not forget thy commandments.
ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ।

< Psalms 119 >