< Deuteronomy 17 >

1 Thou shalt not sacrifice to the LORD thy God [any] bullock, or sheep, in which is blemish, [or] any evil favoredness: for that [is] an abomination to the LORD thy God.
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ କୌଣସି ପ୍ରକାର ଖୁନ୍ତ କି ମନ୍ଦତା ବିଶିଷ୍ଟ ଗୋରୁ କି ମେଷ ବଳିଦାନ କରିବ ନାହିଁ; କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ଘୃଣିତ ବସ୍ତୁ ଅଟେ।
2 If there shall be found among you, within any of thy gates which the LORD thy God giveth thee, man or woman that hath wrought wickedness in the sight of of the LORD thy God, in transgressing his covenant,
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର ଦିଅନ୍ତି, ତହିଁର କୌଣସି ନଗର-ଦ୍ୱାର ମଧ୍ୟରେ ଯଦି କୌଣସି ପୁରୁଷ କି ସ୍ତ୍ରୀ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିୟମ ଲଙ୍ଘନ କରି ତାହାଙ୍କ ଦୃଷ୍ଟିରେ କୁକର୍ମ କରୁଥିବାର ଦେଖାଯାଏ
3 And hath gone and served other gods, and worshiped them, either the sun, or moon, or any of the host of heaven, which I have not commanded;
ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକୁୁ ପୂଜା କରିଥାଏ;
4 And it shall be told thee, and thou hast heard [of it], and inquired diligently, and behold, [it is] true, [and] the thing certain, [that] such abomination is wrought in Israel:
ତେବେ, ତାହା ତୁମ୍ଭକୁ କୁହାଗଲେ ଓ ତୁମ୍ଭେ ତାହା ଶୁଣିଲେ, ତାହା ଭଲ ରୂପେ ବୁଝିବ; ଆଉ ଦେଖ, ଯଦି ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ଇସ୍ରାଏଲ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;
5 Then shalt thou bring forth to thy gates that man or that woman, who have committed that wicked thing, [even] that man or that woman, and shalt stone them with stones, till they die.
ତେବେ ଯେଉଁ ପୁରୁଷ କି ଯେଉଁ ସ୍ତ୍ରୀ ସେହି କୁକର୍ମ କରିଅଛି, ତୁମ୍ଭେ ସେହି ପୁରୁଷକୁ କି ସେହି ସ୍ତ୍ରୀକୁ ନଗର-ଦ୍ୱାର ନିକଟକୁ ବାହାର କରି ଆଣିବ; ଆଉ ତୁମ୍ଭେ ସେମାନଙ୍କର ମରଣ ପର୍ଯ୍ୟନ୍ତ ସେମାନଙ୍କୁ ପ୍ରସ୍ତରାଘାତ କରିବ।
6 At the mouth of two witnesses, or three witnesses, shall he that is worthy of death be put to death; [but] at the mouth of one witness he shall not be put to death.
ପ୍ରାଣଦଣ୍ଡ ଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ୱାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ୱାରା ତାହାର ପ୍ରାଣଦଣ୍ଡ ହେବ ନାହିଁ।
7 The hands of the witnesses shall be first upon him to put him to death, and afterward the hands of all the people. So thou shalt remove the evil from among you.
ତାହାର ପ୍ରାଣଦଣ୍ଡ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
8 If there shall arise a matter too hard for thee in judgment, between blood and blood, between plea and plea, and between stroke and stroke, [being] matters of controversy within thy gates: then shalt thou arise, and go up to the place which the LORD thy God shall choose;
ତୁମ୍ଭ ନଗର-ଦ୍ୱାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯଦି ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ;
9 And thou shalt come to the priests the Levites, and to the judge that shall be in those days, and inquire; and they shall show thee the sentence of judgment:
ପୁଣି ତୁମ୍ଭେ ଲେବୀୟ ଯାଜକମାନଙ୍କ ନିକଟକୁ ଓ ସେହି ସମୟର ବିଚାରକର୍ତ୍ତାଙ୍କ ନିକଟକୁ ଯିବ; ଆଉ ତୁମ୍ଭେ ବୁଝିବ; ତହିଁରେ ସେମାନେ ତୁମ୍ଭକୁ ବିଚାରର ନିଷ୍ପତ୍ତି ଜଣାଇବେ;
10 And thou shalt do according to the sentence, which they of that place which the LORD shall choose shall show thee; and thou shalt observe to do according to all that they inform thee:
ତହୁଁ ସଦାପ୍ରଭୁଙ୍କ ମନୋନୀତ ସ୍ଥାନରୁ ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ମର୍ମ ଅନୁସାରେ ତୁମ୍ଭେ କର୍ମ କରିବ ଓ ସେମାନେ ତୁମ୍ଭକୁ ଯାହା ଶିଖାଇବେ, ତୁମ୍ଭେ ତଦନୁସାରେ କରିବାକୁ ମନୋଯୋଗ କରିବ।
11 According to the sentence of the law which they shall teach thee, and according to the judgment which they shall tell thee, thou shalt do: thou shalt not decline from the sentence which they shall show thee, [to] the right hand, nor [to] the left.
ବ୍ୟବସ୍ଥାର ମର୍ମ ଅନୁସାରେ ସେମାନେ ତୁମ୍ଭକୁ ଯାହା ଶିଖାଇବେ ଓ ବିଚାରର ନିଷ୍ପତ୍ତି ବିଷୟରେ ସେମାନେ ତୁମ୍ଭକୁ ଯାହା କହିବେ, ତୁମ୍ଭେ ତଦନୁସାରେ କରିବ; ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ।
12 And the man that will do presumptuously, and will not hearken to the priest that standeth to minister there before the LORD thy God, or to the judge, even that man shall die: and thou shalt remove the evil from Israel.
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେହି ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯେଉଁ ଲୋକ ଦୁଃସାହସରେ କର୍ମ କରେ, ସେହି ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ।
13 And all the people shall hear, and fear, and do no more presumptuously.
ତହିଁରେ ସମସ୍ତ ଲୋକ ତାହା ଶୁଣି ଭୟ କରିବେ ଓ ଦୁଃସାହସରେ ଆଉ କର୍ମ କରିବେ ନାହିଁ।
14 When thou art come into the land which the LORD thy God giveth thee, and shalt possess it, and shalt dwell in it, and shalt say, I will set a king over me, like as all the nations that [are] about me;
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ଯେତେବେଳେ ତୁମ୍ଭେ ତହିଁରେ ପ୍ରବେଶ କରି ତାହା ଅଧିକାର କରିବ ଓ ତହିଁ ମଧ୍ୟରେ ବାସ କରିବ; “ଆଉ ଆମ୍ଭର ଚତୁର୍ଦ୍ଦିଗସ୍ଥିତ ସକଳ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆପଣା ଉପରେ ଏକ ରାଜା ନିଯୁକ୍ତ କରିବା,” ଯେବେ ଏହି କଥା କହିବ;
15 Thou shalt in any wise set [him] king over thee whom the LORD thy God shall choose: [one] from among thy brethren shalt thou set king over thee: thou mayest not set a stranger over thee, who [is] not thy brother.
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯାହାକୁ ମନୋନୀତ କରିବେ, ତାହାକୁ ହିଁ ତୁମ୍ଭେ ଆପଣା ଉପରେ ରାଜା କରିବ; ତୁମ୍ଭେ ଆପଣା ଭ୍ରାତୃଗଣ ମଧ୍ୟରୁ ଜଣକୁ ଆପଣା ଉପରେ ରାଜା କରି ନିଯୁକ୍ତ କରିବ; ଯେ ତୁମ୍ଭର ଭ୍ରାତା ନୁହେଁ, ଏପରି ବିଦେଶୀୟ ବ୍ୟକ୍ତିକୁ ରାଜା କରି ପାରିବ ନାହିଁ।
16 But he shall not multiply horses to himself, nor cause the people to return to Egypt, to the end that he should multiply horses: forasmuch as the LORD hath said to you, ye shall henceforth return no more that way.
ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ “ପୁନର୍ବାର ମିସରକୁ ଗମନ କରାଇବ ନାହିଁ;” କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରିଯିବ ନାହିଁ।
17 Neither shall he multiply wives to himself, that his heart may turn not away: neither shall he greatly accumulate to himself silver and gold.
କିଅବା ସେ ଅନେକ ସ୍ତ୍ରୀ ବିବାହ କରିବ ନାହିଁ, କଲେ ତାହାର ହୃଦୟ ବିପଥଗାମୀ ହେବ; ଅଥବା ସେ ଆପଣା ପାଇଁ ରୂପା କି ସୁନା ଅତିଶୟ ବଢ଼ାଇବ ନାହିଁ।
18 And it shall be when he sitteth upon the throne of his kingdom, that he shall write him a copy of this law in a book out of [that which is] before the priests the Levites.
ପୁଣି ସେ ଆପଣା ରାଜ୍ୟର ସିଂହାସନରେ ଉପବିଷ୍ଟ ହେଲେ, ଆପଣା ପାଇଁ ଏକ ନଳାକାର ପୁସ୍ତକରେ ଲେବୀୟ ଯାଜକମାନଙ୍କ ସମ୍ମୁଖସ୍ଥିତ ଏହି ବ୍ୟବସ୍ଥାରୁ ଉତ୍ତାରି ଏକ ପ୍ରତିଲିପି ଲେଖି ରଖିବ।
19 And it shall be with him, and he shall read in it all the days of his life: that he may learn to fear the LORD his God, to keep all the words of this law and these statutes, to do them:
ଆଉ ତାହା ତାହାର ନିକଟରେ ରହିବ ଓ ସେ ଯାବଜ୍ଜୀବନ ତାହା ପାଠ କରିବ; ତହିଁରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିଖିବ;
20 That his heart may not be lifted above his brethren, and that he may not turn aside from the commandment [to] the right hand or [to] the left: to the end that he may prolong [his] days in his kingdom, he, and his children, in the midst of Israel.
ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ ନାହିଁ, ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ଵର ଦିନ ବଢ଼ାଇ ପାରିବ।

< Deuteronomy 17 >