< 1 Corinthians 13 >

1 If I can speak with the tongues of men and of angels, but am destitute of Love, I have but become a loud-sounding trumpet or a clanging cymbal.
ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟା କିମ୍ବା ଝମ୍‍ ଝମ୍‍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।
2 If I possess the gift of prophecy and am versed in all mysteries and all knowledge, and have such absolute faith that I can remove mountains, but am destitute of Love, I am nothing.
ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।
3 And if I distribute all my possessions to the poor, and give up my body to be burned, but am destitute of Love, it profits me nothing.
ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ।
4 Love is patient and kind. Love knows neither envy nor jealousy. Love is not forward and self-assertive, nor boastful and conceited.
ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,
5 She does not behave unbecomingly, nor seek to aggrandize herself, nor blaze out in passionate anger, nor brood over wrongs.
ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,
6 She finds no pleasure in injustice done to others, but joyfully sides with the truth.
ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ;
7 She knows how to be silent. She is full of trust, full of hope, full of patient endurance.
ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ।
8 Love never fails. But if there are prophecies, they will be done away with; if there are languages, they will cease; if there is knowledge, it will be brought to an end.
ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ।
9 For our knowledge is imperfect, and so is our prophesying;
କାରଣ ଆମ୍ଭେମାନେ ଆଂଶିକ ଭାବେ ଜାଣୁ ଓ ଆଂଶିକ ଭାବେ ଭାବବାଣୀ କହୁ।
10 but when the perfect state of things is come, all that is imperfect will be brought to an end.
କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ।
11 When I was a child, I talked like a child, felt like a child, reasoned like a child: when I became a man, I put from me childish ways.
ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି।
12 For the present we see things as if in a mirror, and are puzzled; but then we shall see them face to face. For the present the knowledge I gain is imperfect; but then I shall know fully, even as I am fully known.
କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା ଯେତେବେଳେ ଯୀଶୁ ପୁନର୍ବାର ଆସିବେ; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି।
13 And so there remain Faith, Hope, Love--these three; and of these the greatest is Love.
ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ।

< 1 Corinthians 13 >