< John 10 >

1 “Most certainly, I tell you, one who doesn’t enter by the door into the sheep fold, but climbs up some other way, is a thief and a robber.
“ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;
2 But one who enters in by the door is the shepherd of the sheep.
କିନ୍ତୁ ଯେ ଦ୍ୱାର ଦେଇ ପ୍ରବେଶ କରେ, ସେ ମେଷପାଳକ।
3 The gatekeeper opens the gate for him, and the sheep listen to his voice. He calls his own sheep by name and leads them out.
ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତାହାର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ।
4 Whenever he brings out his own sheep, he goes before them; and the sheep follow him, for they know his voice.
ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି;
5 They will by no means follow a stranger, but will flee from him; for they don’t know the voice of strangers.”
କିନ୍ତୁ ସେମାନେ ଅଚିହ୍ନା ଲୋକର ପଛେ ପଛେ କେବେ ହେଁ ଚାଲିବେ ନାହିଁ, ମାତ୍ର ତାହା ପାଖରୁ ପଳାଇଯିବେ, କାରଣ ସେମାନେ ଅଚିହ୍ନା ଲୋକମାନଙ୍କର ସ୍ୱର ଚିହ୍ନନ୍ତି ନାହିଁ।”
6 Jesus spoke this parable to them, but they didn’t understand what he was telling them.
ଯୀଶୁ ସେମାନଙ୍କୁ ଏହି ଉପମା କହିଲେ, କିନ୍ତୁ ସେ ସେମାନଙ୍କୁ ଯାହା ଯାହା କହୁଥିଲେ, ସେହିସବୁ କଅଣ ବୋଲି ସେମାନେ ବୁଝିଲେ ନାହିଁ।
7 Jesus therefore said to them again, “Most certainly, I tell you, I am the sheep’s door.
ତେଣୁ ଯୀଶୁ ପୁନର୍ବାର କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର।
8 All who came before me are thieves and robbers, but the sheep didn’t listen to them.
ଯେତେ ଜଣ ମୋʼ ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ।
9 I am the door. If anyone enters in by me, he will be saved, and will go in and go out and will find pasture.
ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।
10 The thief only comes to steal, kill, and destroy. I came that they may have life, and may have it abundantly.
ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥିନିମନ୍ତେ ମୁଁ ଆସିଅଛି।
11 “I am the good shepherd. The good shepherd lays down his life for the sheep.
ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ।
12 He who is a hired hand, and not a shepherd, who doesn’t own the sheep, sees the wolf coming, leaves the sheep, and flees. The wolf snatches the sheep and scatters them.
ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ),
13 The hired hand flees because he is a hired hand and doesn’t care for the sheep.
କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ।
14 I am the good shepherd. I know my own, and I’m known by my own;
ମୁଁ ଉତ୍ତମ ମେଷପାଳକ। ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ,
15 even as the Father knows me, and I know the Father. I lay down my life for the sheep.
ସେହିପରି ମୁଁ ମୋʼ ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋʼ ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋହର ପ୍ରାଣ ଦିଏ।
16 I have other sheep which are not of this fold. I must bring them also, and they will hear my voice. They will become one flock with one shepherd.
ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।
17 Therefore the Father loves me, because I lay down my life, that I may take it again.
ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ।
18 No one takes it away from me, but I lay it down by myself. I have power to lay it down, and I have power to take it again. I received this commandment from my Father.”
କେହି ମୋʼଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ। ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି। ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି।”
19 Therefore a division arose again amongst the Jews because of these words.
ଏହି ସମସ୍ତ କଥା ହେତୁ ଯିହୁଦୀମାନଙ୍କ ମଧ୍ୟରେ ପୁନର୍ବାର ମତଭେଦ ଘଟିଲା।
20 Many of them said, “He has a demon and is insane! Why do you listen to him?”
ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ?
21 Others said, “These are not the sayings of one possessed by a demon. It isn’t possible for a demon to open the eyes of the blind, is it?”
ଅନ୍ୟମାନେ କହିଲେ, ଏହିସବୁ କଥା ତ ଭୂତ ଲାଗିଥିବା ବ୍ୟକ୍ତିର ନୁହେଁ; ଭୂତ କଅଣ ଅନ୍ଧବ୍ୟକ୍ତିର ଆଖି ଫିଟାଇପାରେ?
22 It was the Feast of the Dedication at Jerusalem.
ସେତେବେଳେ ଯିରୂଶାଲମ ସହରରେ ମନ୍ଦିର ପ୍ରତିଷ୍ଠା ପର୍ବ ପଡ଼ିଲା; ସେ ସମୟ ଶୀତକାଳ,
23 It was winter, and Jesus was walking in the temple, in Solomon’s porch.
ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ।
24 The Jews therefore came around him and said to him, “How long will you hold us in suspense? If you are the Christ, tell us plainly.”
ସେଥିରେ ଯିହୁଦୀ ଲୋକମାନେ ତାହାଙ୍କୁ ଚାରିଆଡ଼େ ଘେରି ପଚାରିବାକୁ ଲାଗିଲେ, ଆଉ କେତେ କାଳ ଆମ୍ଭମାନଙ୍କୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ଖ୍ରୀଷ୍ଟ, ତାହାହେଲେ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ କୁହ।
25 Jesus answered them, “I told you, and you don’t believe. The works that I do in my Father’s name, these testify about me.
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି;
26 But you don’t believe, because you are not of my sheep, as I told you.
କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ, କାରଣ ତୁମ୍ଭେମାନେ ମୋହର ପଲର ମେଷ ନୁହଁ।
27 My sheep hear my voice, and I know them, and they follow me.
ମୋʼ ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
28 I give eternal life to them. They will never perish, and no one will snatch them out of my hand. (aiōn g165, aiōnios g166)
ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ। (aiōn g165, aiōnios g166)
29 My Father who has given them to me is greater than all. No one is able to snatch them out of my Father’s hand.
ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରିପାରେ ନାହିଁ।
30 I and the Father are one.”
ମୁଁ ଓ ପିତା ଏକ।
31 Therefore the Jews took up stones again to stone him.
ଯିହୁଦୀ ଲୋକମାନେ ତାହାଙ୍କୁ ଫୋପାଡ଼ିବା ନିମନ୍ତେ ଆଉ ଥରେ ପଥର ଆଣିଲେ।
32 Jesus answered them, “I have shown you many good works from my Father. For which of those works do you stone me?”
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହିସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ?”
33 The Jews answered him, “We don’t stone you for a good work, but for blasphemy, because you, being a man, make yourself God.”
ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ବର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ବର ବୋଲାଉଥିବାରୁ ପଥର ଫୋପାଡ଼ୁଅଛୁ।
34 Jesus answered them, “Isn’t it written in your law, ‘I said, you are gods’?
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭମାନଙ୍କ ବ୍ୟବସ୍ଥାରେ ଏହା କଅଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ବରଗଣ?
35 If he called them gods, to whom the word of God came (and the Scripture can’t be broken),
ଯେଉଁମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ବରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇପାରେ ନାହିଁ),
36 do you say of him whom the Father sanctified and sent into the world, ‘You blaspheme,’ because I said, ‘I am the Son of God’?
ତାହାହେଲେ ଯାହାଙ୍କୁ ଈଶ୍ବର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କଅଣ ତୁମ୍ଭେମାନେ, ମୁଁ ଈଶ୍ବରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ବର ନିନ୍ଦା କରୁଅଛୁ ବୋଲି କହୁଅଛ?
37 If I don’t do the works of my Father, don’t believe me.
ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ;
38 But if I do them, though you don’t believe me, believe the works, that you may know and believe that the Father is in me, and I in the Father.”
କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋʼ ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥିନିମନ୍ତେ କର୍ମସବୁ ବିଶ୍ୱାସ କର।”
39 They sought again to seize him, and he went out of their hand.
ସେଥିରେ ସେମାନେ ତାହାଙ୍କୁ ଧରିବା ପାଇଁ ପୁନର୍ବାର ଚେଷ୍ଟା କରିବାକୁ ଲାଗିଲେ, କିନ୍ତୁ ସେ ସେମାନଙ୍କ ହସ୍ତରେ ନ ପଡ଼ି ବାହାରିଗଲେ।
40 He went away again beyond the Jordan into the place where John was baptising at first, and he stayed there.
ଏଥିଉତ୍ତାରେ ସେ ପୁନର୍ବାର ଯର୍ଦ୍ଦନ ନଦୀର ଆରପାରିକୁ ଚାଲିଯାଇ, ଯୋହନ ଯେଉଁ ସ୍ଥାନରେ ପୂର୍ବେ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନକୁ ଆସି ସେଠାରେ ରହିଲେ।
41 Many came to him. They said, “John indeed did no sign, but everything that John said about this man is true.”
ଆଉ, ଅନେକେ ତାହାଙ୍କ ନିକଟକୁ ଆସି କହିଲେ, ଯୋହନ ସିନା କୌଣସି ଆଶ୍ଚର୍ଯ୍ୟକର୍ମ କଲେ ନାହିଁ, କିନ୍ତୁ ଏହି ବ୍ୟକ୍ତିଙ୍କ ବିଷୟରେ ଯୋହନ ଯେ ସମସ୍ତ କଥା କହିଲେ, ସେହିସବୁ ସତ୍ୟ;
42 Many believed in him there.
ଆଉ, ସେ ସ୍ଥାନରେ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ।

< John 10 >