< 1 Kings 22 >

1 They continued three years without war between Syria and Israel.
ଏଥିଉତ୍ତାରେ ଅରାମ ଓ ଇସ୍ରାଏଲ ଯୁଦ୍ଧ ନ କରି ତିନି ବର୍ଷ ପର୍ଯ୍ୟନ୍ତ କ୍ଷାନ୍ତ ରହିଲେ।
2 In the third year, Jehoshaphat the king of Judah came down to the king of Israel.
ତହୁଁ ତୃତୀୟ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କ ନିକଟକୁ ଆସିଲେ।
3 The king of Israel said to his servants, “You know that Ramoth Gilead is ours, and we do nothing, and don’t take it out of the hand of the king of Syria?”
ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍‍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କʼଣ ତୁମ୍ଭେମାନେ ଜାଣ ନାହିଁ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”
4 He said to Jehoshaphat, “Will you go with me to battle to Ramoth Gilead?” Jehoshaphat said to the king of Israel, “I am as you are, my people as your people, my horses as your horses.”
ପୁଣି, ସେ ଯିହୋଶାଫଟ୍‍ଙ୍କୁ କହିଲେ, “ତୁମ୍ଭେ କʼଣ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବ?” ତହିଁରେ ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ; “ମୁଁ ତୁମ୍ଭ ପରି, ମୋର ଲୋକ ତୁମ୍ଭ ଲୋକ ପରି, ମୋର ଅଶ୍ୱ ତୁମ୍ଭ ଅଶ୍ୱ ପରି।”
5 Jehoshaphat said to the king of Israel, “Please inquire first for the LORD’s word.”
ଆହୁରି ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
6 Then the king of Israel gathered the prophets together, about four hundred men, and said to them, “Should I go against Ramoth Gilead to battle, or should I refrain?” They said, “Go up; for the Lord will deliver it into the hand of the king.”
ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଊଣାଧିକ ଚାରି ଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍‍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”
7 But Jehoshaphat said, “Isn’t there here a prophet of the LORD, that we may inquire of him?”
ମାତ୍ର ଯିହୋଶାଫଟ୍‍ କହିଲେ, “ଏମାନଙ୍କ ବ୍ୟତୀତ ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍‍ବକ୍ତା କି କେହି ଏଠାରେ ନାହିଁ?”
8 The king of Israel said to Jehoshaphat, “There is yet one man by whom we may inquire of the LORD, Micaiah the son of Imlah; but I hate him, for he does not prophesy good concerning me, but evil.” Jehoshaphat said, “Don’t let the king say so.”
ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍‍ କହିଲେ, “ରାଜା ଏପରି ନ କହନ୍ତୁ।”
9 Then the king of Israel called an officer, and said, “Quickly get Micaiah the son of Imlah.”
ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
10 Now the king of Israel and Jehoshaphat the king of Judah were sitting each on his throne, arrayed in their robes, in an open place at the entrance of the gate of Samaria; and all the prophets were prophesying before them.
ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବକ୍ତା ସମସ୍ତେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ।
11 Zedekiah the son of Chenaanah made himself horns of iron, and said, “The LORD says, ‘With these you will push the Syrians, until they are consumed.’”
ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
12 All the prophets prophesied so, saying, “Go up to Ramoth Gilead and prosper; for the LORD will deliver it into the hand of the king.”
ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୂପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
13 The messenger who went to call Micaiah spoke to him, saying, “See now, the prophets declare good to the king with one mouth. Please let your word be like the word of one of them, and speak good.”
ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”
14 Micaiah said, “As the LORD lives, what the LORD says to me, that I will speak.”
ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”
15 When he had come to the king, the king said to him, “Micaiah, shall we go to Ramoth Gilead to battle, or shall we forbear?” He answered him, “Go up and prosper; and the LORD will deliver it into the hand of the king.”
ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
16 The king said to him, “How many times do I have to adjure you that you speak to me nothing but the truth in the LORD’s name?”
ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି?”
17 He said, “I saw all Israel scattered on the mountains, as sheep that have no shepherd. The LORD said, ‘These have no master. Let them each return to his house in peace.’”
ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି, ଆଉ ସଦାପ୍ରଭୁ କହିଲେ, ‘ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।’”
18 The king of Israel said to Jehoshaphat, “Didn’t I tell you that he would not prophesy good concerning me, but evil?”
ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ?”
19 Micaiah said, “Therefore hear the LORD’s word. I saw the LORD sitting on his throne, and all the army of heaven standing by him on his right hand and on his left.
ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।
20 The LORD said, ‘Who will entice Ahab, that he may go up and fall at Ramoth Gilead?’ One said one thing, and another said another.
ତହିଁରେ ସଦାପ୍ରଭୁ କହିଲେ, ‘ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ?’ ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।
21 A spirit came out and stood before the LORD, and said, ‘I will entice him.’
ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସଲାଇବି।’
22 The LORD said to him, ‘How?’ He said, ‘I will go out and will be a lying spirit in the mouth of all his prophets.’ He said, ‘You will entice him, and will also prevail. Go out and do so.’
ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’ ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’
23 Now therefore, behold, the LORD has put a lying spirit in the mouth of all these your prophets; and the LORD has spoken evil concerning you.”
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
24 Then Zedekiah the son of Chenaanah came near and struck Micaiah on the cheek, and said, “Which way did the LORD’s Spirit go from me to speak to you?”
ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”
25 Micaiah said, “Behold, you will see on that day when you go into an inner room to hide yourself.”
ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକି ଯିବ, ସେହି ଦିନ ତାହା ଜାଣିବ।”
26 The king of Israel said, “Take Micaiah, and carry him back to Amon the governor of the city and to Joash the king’s son.
ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନ୍‍ର ଓ ରାଜପୁତ୍ର ଯୋୟାଶ୍‍ର ନିକଟକୁ ଫେରାଇ ନେଇଯାଅ;
27 Say, ‘The king says, “Put this fellow in the prison, and feed him with bread of affliction and with water of affliction, until I come in peace.”’”
ପୁଣି, କୁହ, ‘ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ।’”
28 Micaiah said, “If you return at all in peace, the LORD has not spoken by me.” He said, “Listen, all you people!”
ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
29 So the king of Israel and Jehoshaphat the king of Judah went up to Ramoth Gilead.
ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍‍ ରାଜା ରାମୋତ୍‍-ଗିଲୀୟଦକୁ ଗଲେ।
30 The king of Israel said to Jehoshaphat, “I will disguise myself and go into the battle, but you put on your robes.” The king of Israel disguised himself and went into the battle.
ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ।”
31 Now the king of Syria had commanded the thirty-two captains of his chariots, saying, “Don’t fight with small nor great, except only with the king of Israel.”
ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
32 When the captains of the chariots saw Jehoshaphat, they said, “Surely that is the king of Israel!” and they came over to fight against him. Jehoshaphat cried out.
ଏହେତୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଅବଶ୍ୟ ଇସ୍ରାଏଲର ରାଜା; ଆଉ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ତହିଁରେ ଯିହୋଶାଫଟ୍‍ ଡାକ ପକାଇଲେ।”
33 When the captains of the chariots saw that it was not the king of Israel, they turned back from pursuing him.
ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ।
34 A certain man drew his bow at random, and struck the king of Israel between the joints of the armor. Therefore he said to the driver of his chariot, “Turn around, and carry me out of the battle, for I am severely wounded.”
ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
35 The battle increased that day. The king was propped up in his chariot facing the Syrians, and died at evening. The blood ran out of the wound into the bottom of the chariot.
ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି, ଲୋକମାନେ ଅରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି, ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା।
36 A cry went throughout the army about the going down of the sun, saying, “Every man to his city, and every man to his country!”
“ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ,” ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା।
37 So the king died, and was brought to Samaria; and they buried the king in Samaria.
ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି, ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ।
38 They washed the chariot by the pool of Samaria; and the dogs licked up his blood where the prostitutes washed themselves, according to the LORD’s word which he spoke.
ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି।
39 Now the rest of the acts of Ahab, and all that he did, and the ivory house which he built, and all the cities that he built, aren’t they written in the book of the chronicles of the kings of Israel?
ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କʼଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
40 So Ahab slept with his fathers; and Ahaziah his son reigned in his place.
ଏହିରୂପେ ଆହାବଙ୍କ ମୃତ୍ୟୁ ପରେ ଓ ତାହାଙ୍କ ପୁତ୍ର ଅହସୀୟ ତାହାଙ୍କ ପଦରେ ରାଜ୍ୟ କଲେ।
41 Jehoshaphat the son of Asa began to reign over Judah in the fourth year of Ahab king of Israel.
ଇସ୍ରାଏଲର ରାଜା ଆହାବଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍‍ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।
42 Jehoshaphat was thirty-five years old when he began to reign; and he reigned twenty-five years in Jerusalem. His mother’s name was Azubah the daughter of Shilhi.
ରାଜ୍ୟ କରିବାର ଆରମ୍ଭରେ ଯିହୋଶାଫଟ୍‍ଙ୍କର ବୟସ ପଞ୍ଚତିରିଶ ବର୍ଷ ହୋଇଥିଲା ଓ ସେ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ। ତାଙ୍କର ମାତାର ନାମ ଅସୂବା, ସେ ଶିଲ୍‍ହିର କନ୍ୟା।
43 He walked in all the way of Asa his father. He didn’t turn away from it, doing that which was right in the LORD’s eyes. However, the high places were not taken away. The people still sacrificed and burned incense on the high places.
ଯିହୋଶାଫଟ୍‍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
44 Jehoshaphat made peace with the king of Israel.
ପୁଣି, ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କ ସଙ୍ଗେ ସନ୍ଧି ସ୍ଥାପନ କଲେ।
45 Now the rest of the acts of Jehoshaphat, and his might that he showed, and how he fought, aren’t they written in the book of the chronicles of the kings of Judah?
ଏହି ଯିହୋଶାଫଟ୍‍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କି ପ୍ରକାର ଯୁଦ୍ଧ କଲେ, ତାହାସବୁ କʼଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
46 The remnant of the sodomites, that remained in the days of his father Asa, he put away out of the land.
ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରିଦେଲେ।
47 There was no king in Edom. A deputy ruled.
ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।
48 Jehoshaphat made ships of Tarshish to go to Ophir for gold, but they didn’t go, for the ships wrecked at Ezion Geber.
ଯିହୋଶାଫଟ୍‍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍‍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।
49 Then Ahaziah the son of Ahab said to Jehoshaphat, “Let my servants go with your servants in the ships.” But Jehoshaphat would not.
ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍‍ଙ୍କୁ କହିଲେ, “ମୋʼ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ।” ମାତ୍ର ଯିହୋଶାଫଟ୍‍ ସମ୍ମତ ହେଲେ ନାହିଁ।
50 Jehoshaphat slept with his fathers, and was buried with his fathers in his father David’s city. Jehoram his son reigned in his place.
ଏଥିଉତ୍ତାରେ ଯିହୋଶାଫଟ୍‍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।
51 Ahaziah the son of Ahab began to reign over Israel in Samaria in the seventeenth year of Jehoshaphat king of Judah, and he reigned two years over Israel.
ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
52 He did that which was evil in the LORD’s sight, and walked in the way of his father, and in the way of his mother, and in the way of Jeroboam the son of Nebat, in which he made Israel to sin.
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ।
53 He served Baal and worshiped him, and provoked the LORD, the God of Israel, to anger in all the ways that his father had done so.
ପୁଣି, ସେ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ବାଲ୍‍ର ସେବା ଓ ପୂଜା କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ବିରକ୍ତ କଲେ।

< 1 Kings 22 >