< Deuteronomy 28 >

1 It shall happen, if you shall listen diligently to the LORD your God’s voice, to observe to do all his commandments which I command you today, that the LORD your God will set you high above all the nations of the earth.
ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ ଯତ୍ନପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ।
2 All these blessings will come upon you, and overtake you, if you listen to the LORD your God’s voice.
ଯଦି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବ ଶୁଣିବ, ତେବେ ଏହିସବୁ ଆଶୀର୍ବାଦ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭର ସଙ୍ଗ ଧରିବ।
3 You shall be blessed in the city, and you shall be blessed in the field.
ତୁମ୍ଭେ ନଗରରେ ଧନ୍ୟ ହେବ ଓ କ୍ଷେତ୍ରରେ ଧନ୍ୟ ହେବ।
4 You shall be blessed in the fruit of your body, the fruit of your ground, the fruit of your animals, the increase of your livestock, and the young of your flock.
ତୁମ୍ଭ ଶରୀରର ଫଳ, ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍‍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ।
5 Your basket and your kneading trough shall be blessed.
ତୁମ୍ଭ ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଧନ୍ୟ ହେବ।
6 You shall be blessed when you come in, and you shall be blessed when you go out.
ତୁମ୍ଭେ ଗୃହକୁ ଆସିବା ବେଳେ ଧନ୍ୟ ଓ ଗୃହରୁ ବାହାରେ ଯିବା ବେଳେ ଧନ୍ୟ ହେବ।
7 The LORD will cause your enemies who rise up against you to be struck before you. They will come out against you one way, and will flee before you seven ways.
ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଉଠିବା ଶତ୍ରୁମାନଙ୍କୁ ତୁମ୍ଭ ଆଗେ ଆଗେ ପରାସ୍ତ କରାଇବେ; ସେମାନେ ଏକ ପଥ ଦେଇ ତୁମ୍ଭ ବିରୁଦ୍ଧରେ ଆସିବେ, ମାତ୍ର ସାତ ପଥ ଦେଇ ତୁମ୍ଭ ସମ୍ମୁଖରୁ ପଳାଇବେ।
8 The LORD will command the blessing on you in your barns, and in all that you put your hand to. He will bless you in the land which the LORD your God gives you.
ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେଉଁ ଯେଉଁ କର୍ମରେ ତୁମ୍ଭେ ହସ୍ତ ଦେବ, ସେହି ସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ।
9 The LORD will establish you for a holy people to himself, as he has sworn to you, if you shall keep the commandments of the LORD your God, and walk in his ways.
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ।
10 All the peoples of the earth shall see that you are called by the LORD’s name, and they will be afraid of you.
ପୁଣି ତୁମ୍ଭେ ସଦାପ୍ରଭୁଙ୍କ ନାମରେ ପ୍ରସିଦ୍ଧ ଅଛ ବୋଲି ପୃଥିବୀସ୍ଥ ସମସ୍ତ ଲୋକ ଦେଖିବେ ଓ ସେମାନେ ତୁମ୍ଭ ବିଷୟରେ ଭୀତ ହେବେ।
11 The LORD will grant you abundant prosperity in the fruit of your body, in the fruit of your livestock, and in the fruit of your ground, in the land which the LORD swore to your fathers to give you.
ସଦାପ୍ରଭୁ ତୁମ୍ଭକୁ ଯେଉଁ ଦେଶ ଦେବାକୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେଠାରେ ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁମାନଙ୍କୁ ଫଳ ଦେଇ ଓ ତୁମ୍ଭ ଭୂମିରୁ ଫଳ ଦେଇ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ।
12 The LORD will open to you his good treasure in the sky, to give the rain of your land in its season, and to bless all the work of your hand. You will lend to many nations, and you will not borrow.
ସଦାପ୍ରଭୁ ଯଥା ସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ଡାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ।
13 The LORD will make you the head, and not the tail. You will be above only, and you will not be beneath, if you listen to the commandments of the LORD your God which I command you today, to observe and to do,
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ମାନିବାକୁ ଓ କରିବାକୁ ମୁଁ ଆଜି ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ଯଦି ତୁମ୍ଭେ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ଯେଉଁ ବାକ୍ୟ ଆଜ୍ଞା କରୁଅଛି, ତୁମ୍ଭେ ତହିଁ ମଧ୍ୟରୁ କୌଣସି ବାକ୍ୟର ଦକ୍ଷିଣରେ କି ବାମରେ ଫେରି ଅନ୍ୟ ଦେବତାଗଣର ସେବା କରିବା ପାଇଁ ସେମାନଙ୍କ ଅନୁଗାମୀ ନ ହେବ,
14 and shall not turn away from any of the words which I command you today, to the right hand or to the left, to go after other gods to serve them.
ତେବେ ସଦାପ୍ରଭୁ ତୁମ୍ଭକୁ ମସ୍ତକ କରିବେ, ଲାଙ୍ଗୁଳ କରିବେ ନାହିଁ; ତୁମ୍ଭେ କେବଳ ଉପରିସ୍ଥ ହେବ, ପୁଣି ନୀଚସ୍ଥ ହେବ ନାହିଁ।
15 But it shall come to pass, if you will not listen to the LORD your God’s voice, to observe to do all his commandments and his statutes which I command you today, that all these curses will come on you and overtake you.
ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।
16 You will be cursed in the city, and you will be cursed in the field.
ତୁମ୍ଭେ ନଗରରେ ଶାପଗ୍ରସ୍ତ ହେବ ଓ କ୍ଷେତ୍ରରେ ଶାପଗ୍ରସ୍ତ ହେବ।
17 Your basket and your kneading trough will be cursed.
ତୁମ୍ଭର ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଶାପଗ୍ରସ୍ତ ହେବ।
18 The fruit of your body, the fruit of your ground, the increase of your livestock, and the young of your flock will be cursed.
ତୁମ୍ଭ ଔରସର ସନ୍ତାନ, ଭୂମିର ଫଳ, ତୁମ୍ଭ ଗୋବତ୍ସ ଓ ମେଷପଲର ଶାବକ ଶାପଗ୍ରସ୍ତ ହେବ;
19 You will be cursed when you come in, and you will be cursed when you go out.
ତୁମ୍ଭେ ଗୃହକୁ ଆସିବା ବେଳେ ଶାପଗ୍ରସ୍ତ ହେବ ଓ ତୁମ୍ଭେ ଗୃହରୁ ବାହାରକୁ ଯିବା ବେଳେ ଶାପଗ୍ରସ୍ତ ହେବ।
20 The LORD will send on you cursing, confusion, and rebuke in all that you put your hand to do, until you are destroyed and until you perish quickly, because of the evil of your doings, by which you have forsaken me.
ତୁମ୍ଭେ ଆପଣାର ଯେଉଁ ମନ୍ଦ କର୍ମ ଦ୍ୱାରା ମୋତେ ତ୍ୟାଗ କଲ, ତହିଁ ହେତୁ ତୁମ୍ଭର ସଂହାର ଓ ଶୀଘ୍ର ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭ ହସ୍ତର ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପ୍ରତି ଅଭିଶାପ, ବ୍ୟାକୁଳତା ଓ ଭର୍ତ୍ସନା ପଠାଇବେ।
21 The LORD will make the pestilence cling to you, until he has consumed you from off the land where you go in to possess it.
ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେଠାରୁ ତୁମ୍ଭେମାନେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭଠାରେ ମହାମାରୀ ଲଗାଇ ରଖିବେ।
22 The LORD will strike you with consumption, with fever, with inflammation, with fiery heat, with the sword, with blight, and with mildew. They will pursue you until you perish.
ସଦାପ୍ରଭୁ ଯକ୍ଷ୍ମା ଓ ଜ୍ୱର ଓ ଜ୍ୱାଳା ଓ ଅତିଦାହ ଓ ଖଡ୍ଗ ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେହି ସବୁ ତୁମ୍ଭର ପଶ୍ଚାତ୍‍ଗାମୀ ହେବେ।
23 Your sky that is over your head will be bronze, and the earth that is under you will be iron.
ପୁଣି ତୁମ୍ଭ ମସ୍ତକ-ଉପରିସ୍ଥ ଆକାଶ ପିତ୍ତଳ ହେବ ଓ ତୁମ୍ଭ ନୀଚସ୍ଥିତ ପୃଥିବୀ ଲୁହା ହେବ।
24 The LORD will make the rain of your land powder and dust. It will come down on you from the sky, until you are destroyed.
ସଦାପ୍ରଭୁ ତୁମ୍ଭ ଦେଶରେ ଜଳ ବଦଳେ ଧୂଳି ଓ ବାଲି ବର୍ଷାଇବେ, ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ତାହା ଆକାଶରୁ ତୁମ୍ଭ ଉପରେ ପଡ଼ିବ।
25 The LORD will cause you to be struck before your enemies. You will go out one way against them, and will flee seven ways before them. You will be tossed back and forth amongst all the kingdoms of the earth.
ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।
26 Your dead bodies will be food to all birds of the sky, and to the animals of the earth; and there will be no one to frighten them away.
ଆଉ ତୁମ୍ଭ ଶବ ଖଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଭକ୍ଷ୍ୟ ହେବ; କେହି ସେମାନଙ୍କୁ ଅଡ଼ାଇ ଦେବାକୁ ନ ଥିବ।
27 The LORD will strike you with the boils of Egypt, with the tumours, with the scurvy, and with the itch, of which you can not be healed.
ସଦାପ୍ରଭୁ ତୁମ୍ଭକୁ ମିସରୀୟ ବଥ ଓ ଅର୍ଶ ଓ ଜାଦୁ ଓ କୁଣ୍ଡିଆ ଦ୍ୱାରା ଆଘାତ କରିବେ, ଏହିସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।
28 The LORD will strike you with madness, with blindness, and with astonishment of heart.
ସଦାପ୍ରଭୁ ତୁମ୍ଭକୁ ଉନ୍ମାଦ ଓ ଅନ୍ଧତା ଓ ଚିତ୍ତର ସ୍ତବ୍ଧତା ଦ୍ୱାରା ଆଘାତ କରିବେ।
29 You will grope at noonday, as the blind gropes in darkness, and you shall not prosper in your ways. You will only be oppressed and robbed always, and there will be no one to save you.
ତହିଁରେ ଅନ୍ଧ ଅନ୍ଧକାରରେ ଦରାଣ୍ଡି ହେଲା ପରି ତୁମ୍ଭେ ମଧ୍ୟାହ୍ନ ସମୟରେ ଦରାଣ୍ଡି ବୁଲିବ ଓ ତୁମ୍ଭେ ଆପଣା ପଥରେ କୃତକାର୍ଯ୍ୟ ହେବ ନାହିଁ; ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ ଅପହୃତ ହେବ, କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବ।
30 You will betroth a wife, and another man shall lie with her. You will build a house, and you won’t dwell in it. You will plant a vineyard, and not use its fruit.
ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରି ପାରିବ ନାହିଁ,
31 Your ox will be slain before your eyes, and you will not eat any of it. Your donkey will be violently taken away from before your face, and will not be restored to you. Your sheep will be given to your enemies, and you will have no one to save you.
ତୁମ୍ଭ ଗୋରୁ ତୁମ୍ଭ ଆଗରେ ହତ ହେବ, ମାତ୍ର ତୁମ୍ଭେ ତାହାର ମାଂସ ଭୋଜନ କରି ପାରିବ ନାହିଁ; ତୁମ୍ଭ ଗର୍ଦ୍ଦଭ ତୁମ୍ଭ ସାକ୍ଷାତରେ ବଳପୂର୍ବକ ନିଆଯିବ, ମାତ୍ର ତାହା ତୁମ୍ଭକୁ ଫେରାଇ ଦିଆଯିବ ନାହିଁ; ତୁମ୍ଭ ମେଷ ତୁମ୍ଭ ଶତ୍ରୁମାନଙ୍କୁ ଦିଆଯିବ, ମାତ୍ର ଉଦ୍ଧାର କରିବାକୁ କେହି ତୁମ୍ଭର ନ ଥିବ।
32 Your sons and your daughters will be given to another people. Your eyes will look and fail with longing for them all day long. There will be no power in your hand.
ତୁମ୍ଭ ପୁତ୍ରକନ୍ୟାଗଣ ଅନ୍ୟ ଲୋକଙ୍କୁ ଦିଆଯିବେ ଓ ସମସ୍ତ ଦିନ ସେମାନଙ୍କ ପାଇଁ ଚାହିଁ ଚାହିଁ ତୁମ୍ଭ ଚକ୍ଷୁ କ୍ଷୀଣ ହେବ, ମାତ୍ର ତୁମ୍ଭ ହାତର ବଳରେ କିଛି ହେବ ନାହିଁ।
33 A nation which you don’t know will eat the fruit of your ground and all of your work. You will only be oppressed and crushed always,
ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଲେଶପ୍ରାପ୍ତ ହେବ।
34 so that the sights that you see with your eyes will drive you mad.
ତୁମ୍ଭର ଚକ୍ଷୁ ଯାହା ଦେଖିବ, ତହିଁ ସକାଶୁ ତୁମ୍ଭେ ପାଗଳ ହେବ।
35 The LORD will strike you in the knees and in the legs with a sore boil, of which you cannot be healed, from the sole of your foot to the crown of your head.
ସଦାପ୍ରଭୁ ତୁମ୍ଭର ଜାନୁ, ଜଙ୍ଘ ଓ ତଳିପାରୁ ମସ୍ତକ ପର୍ଯ୍ୟନ୍ତ ବ୍ୟଥାଦାୟୀ ବଥ ଦ୍ୱାରା ତୁମ୍ଭକୁ ଆଘାତ କରିବେ, ତହିଁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।
36 The LORD will bring you, and your king whom you will set over yourselves, to a nation that you have not known, you nor your fathers. There you will serve other gods of wood and stone.
ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କରିବ, ତୁମ୍ଭର ସେହି ରାଜାକୁ, ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ଆଣିବେ, ସେଠାରେ ତୁମ୍ଭେ ପ୍ରସ୍ତରମୟ ଓ କାଷ୍ଠମୟ ଅନ୍ୟ ଦେବତାଗଣର ସେବା କରିବ।
37 You will become an astonishment, a proverb, and a byword amongst all the peoples where the LORD will lead you away.
ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।
38 You will carry much seed out into the field, and will gather little in, for the locust will consume it.
ତୁମ୍ଭେ କ୍ଷେତ୍ରକୁ ବହୁତ ବିହନ ବହି ନେବ, ମାତ୍ର ଅଳ୍ପ ସଂଗ୍ରହ କରିବ; କାରଣ ପଙ୍ଗପାଳ ତାହା ଖାଇ ପକାଇବ।
39 You will plant vineyards and dress them, but you will neither drink of the wine, nor harvest, because worms will eat them.
ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ରୋପି ପ୍ରସ୍ତୁତ କରିବ, ମାତ୍ର ଦ୍ରାକ୍ଷାରସ ପାନ କରିବାକୁ କି ଦ୍ରାକ୍ଷାଫଳ ସଂଗ୍ରହ କରିବାକୁ ପାଇବ ନାହିଁ; କାରଣ ପୋକ ତାହା ଖାଇ ପକାଇବ।
40 You will have olive trees throughout all your borders, but you won’t anoint yourself with the oil, for your olives will drop off.
ତୁମ୍ଭର ସମସ୍ତ ସୀମାରେ ଜୀତବୃକ୍ଷ ହେବ, ମାତ୍ର ତୁମ୍ଭେ ଆପେ ତୈଳ ମର୍ଦ୍ଦନ କରିବାକୁ ପାଇବ ନାହିଁ; କାରଣ ତୁମ୍ଭ ଜୀତବୃକ୍ଷର ଫଳ ଝଡ଼ି ପଡ଼ିବ।
41 You will father sons and daughters, but they will not be yours, for they will go into captivity.
ତୁମ୍ଭେ ପୁତ୍ର ଓ କନ୍ୟା ଜନ୍ମ କରିବ, ମାତ୍ର ସେମାନେ ତୁମ୍ଭର ହେବେ ନାହିଁ; କାରଣ ସେମାନେ ବନ୍ଦୀ ହୋଇଯିବେ।
42 Locusts will consume all of your trees and the fruit of your ground.
ତୁମ୍ଭର ସମୁଦାୟ ବୃକ୍ଷ ଓ ଭୂମିର ଫଳ ପଙ୍ଗପାଳ ନଷ୍ଟ କରିବ।
43 The foreigner who is amongst you will mount up above you higher and higher, and you will come down lower and lower.
ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀ ଲୋକ ତୁମ୍ଭଠାରୁ ଆହୁରି ଆହୁରି ଉପରକୁ ଉଠିବ, ମାତ୍ର ତୁମ୍ଭେ ଆହୁରି ଆହୁରି ତଳକୁ ଆସିବ।
44 He will lend to you, and you won’t lend to him. He will be the head, and you will be the tail.
ସେ ତୁମ୍ଭକୁ ଋଣ ଦେବ, ମାତ୍ର ତୁମ୍ଭେ ତାହାକୁ ଋଣ ଦେଇ ପାରିବ ନାହିଁ; ସେ ମସ୍ତକ ହେବ, ତୁମ୍ଭେ ଲାଙ୍ଗୁଳ ହେବ।
45 All these curses will come on you, and will pursue you and overtake you, until you are destroyed, because you didn’t listen to the LORD your God’s voice, to keep his commandments and his statutes which he commanded you.
ଆଉ ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ଏହିସବୁ ଅଭିଶାପ ତୁମ୍ଭ ଉପରକୁ ଆସିବ, ତୁମ୍ଭ ପଛେ ପଛେ ଗୋଡ଼ାଇବ ଓ ତୁମ୍ଭ ସଙ୍ଗ ଧରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣାର ଯେଉଁ ଯେଉଁ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କଲେ, ତାହା ପାଳନ କରିବା ପାଇଁ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ କଲ ନାହିଁ।
46 They will be for a sign and for a wonder to you and to your offspring forever.
ଆଉ ସେହି ସବୁ ଅଭିଶାପ ତୁମ୍ଭ ଉପରେ ଓ ଯୁଗାନୁକ୍ରମେ ତୁମ୍ଭ ବଂଶ ଉପରେ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସ୍ୱରୂପ ହୋଇ ରହିବ;
47 Because you didn’t serve the LORD your God with joyfulness and with gladness of heart, by reason of the abundance of all things;
କାରଣ ତୁମ୍ଭେ ସର୍ବପ୍ରକାର ସମ୍ପତ୍ତି ବହୁଳ ରୂପେ ପାଇଲେ ହେଁ ଆନନ୍ଦରେ ଓ ପ୍ରଫୁଲ୍ଲ ଚିତ୍ତରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ସେବା କଲ ନାହିଁ।
48 therefore you will serve your enemies whom the LORD sends against you, in hunger, in thirst, in nakedness, and in lack of all things. He will put an iron yoke on your neck until he has destroyed you.
ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।
49 The LORD will bring a nation against you from far away, from the end of the earth, as the eagle flies: a nation whose language you will not understand,
ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;
50 a nation of fierce facial expressions, that doesn’t respect the elderly, nor show favour to the young.
ସେହି ଗୋଷ୍ଠୀ ଭୟଙ୍କର ବଦନବିଶିଷ୍ଟ, ସେ ବୃଦ୍ଧର ମୁଖାପେକ୍ଷା କରିବ ନାହିଁ, କିଅବା ଯୁବାକୁ ଦୟା କରିବ ନାହିଁ।
51 They will eat the fruit of your livestock and the fruit of your ground, until you are destroyed. They also won’t leave you grain, new wine, oil, the increase of your livestock, or the young of your flock, until they have caused you to perish.
ପୁଣି, ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଶାବକ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ ଅବା ତୈଳ, ତୁମ୍ଭ ଗୋବତ୍ସ ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ।
52 They will besiege you in all your gates until your high and fortified walls in which you trusted come down throughout all your land. They will besiege you in all your gates throughout all your land which the LORD your God has given you.
ଆଉ ତୁମ୍ଭର ସମୁଦାୟ ଦେଶସ୍ଥ ଯେଉଁ ସମସ୍ତ ଉଚ୍ଚ ଓ ଦୁର୍ଗମ ପ୍ରାଚୀରରେ ତୁମ୍ଭେ ଭରସା ରଖିଲ, ତାହାସବୁ ପତିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭର ସମସ୍ତ ନଗର-ଦ୍ୱାରରେ ତୁମ୍ଭକୁ ଅବରୋଧ କରିବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁର ସମସ୍ତ ନଗର-ଦ୍ୱାରରେ ସେ ତୁମ୍ଭକୁ ଅବରୋଧ କରିବ।
53 You will eat the fruit of your own body, the flesh of your sons and of your daughters, whom the LORD your God has given you, in the siege and in the distress with which your enemies will distress you.
ଅବରୋଧ କାଳେ ଓ ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଯେଉଁ ବିପଦରେ ପକାଇବେ, ସେହି ସମୟରେ ତୁମ୍ଭେ ନିଜ ଶରୀରର ଫଳ, ଅର୍ଥାତ୍‍, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ନିଜ ପୁତ୍ର ଓ ନିଜ କନ୍ୟାମାନଙ୍କ ମାଂସ ଖାଇବ।
54 The man who is tender amongst you, and very delicate, his eye will be evil towards his brother, towards the wife whom he loves, and towards the remnant of his children whom he has remaining,
ସେହି ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଥିବା ଲୋକ କୋମଳ ଓ ଅତି ସୁକୁମାର ଆପଣା ଭାଇ ପ୍ରତି ଓ ଆପଣା ବକ୍ଷଃସ୍ଥାୟିନୀ ଭାର୍ଯ୍ୟା ପ୍ରତି ଓ ଆପଣାର ଅବଶିଷ୍ଟ ରହିଥିବା ସନ୍ତାନମାନଙ୍କ ପ୍ରତି ଏପରି କୁଦୃଷ୍ଟି କରିବ,
55 so that he will not give to any of them of the flesh of his children whom he will eat, because he has nothing left to him, in the siege and in the distress with which your enemy will distress you in all your gates.
ଯେ ତାହାର କିଛିମାତ୍ର ନ ଥିବାରୁ ସେ ଆପଣାର ଯେଉଁ ସନ୍ତାନର ମାଂସ ଖାଇବ, ତହିଁରୁ ସେମାନଙ୍କର କାହାରିକୁ କିଛି ଦେବ ନାହିଁ।
56 The tender and delicate woman amongst you, who would not venture to set the sole of her foot on the ground for delicateness and tenderness, her eye will be evil towards the husband that she loves, towards her son, towards her daughter,
ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ନଗରଦ୍ୱାରମାନଙ୍କରେ ତୁମ୍ଭକୁ ଯେଉଁ ବିପଦରେ ପକାଇବ, ସେହି ବିପଦରେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତିନୀ ଯେଉଁ କୋମଳାଙ୍ଗୀ ଓ ସୁକୁମାରୀ ସ୍ତ୍ରୀ ଆପଣା ସୁକୁମାରତା ଓ କୋମଳତା ସକାଶୁ ଆପଣା ତଳିପା ଭୂମିରେ ରଖିବାକୁ ସାହାସ ନାହିଁ, ସେ ଆପଣା ବକ୍ଷସ୍ଥାୟୀ ସ୍ୱାମୀ ପ୍ରତି ଓ ଆପଣା ପୁତ୍ର ପ୍ରତି ଓ ଆପଣା କନ୍ୟା ପ୍ରତି କୁଦୃଷ୍ଟି କରିବ;
57 towards her young one who comes out from between her feet, and towards her children whom she bears; for she will eat them secretly for lack of all things in the siege and in the distress with which your enemy will distress you in your gates.
ଆହୁରି ଆପଣା ଦୁଇ ପାଦ ମଧ୍ୟରୁ ନିର୍ଗତ ଗର୍ଭପୁଷ୍ପ ପ୍ରତି ଓ ଆପଣା ଜନ୍ମ କରିଥିବା ସନ୍ତାନମାନଙ୍କ ପ୍ରତି (କୁଦୃଷ୍ଟି କରିବ), କାରଣ ସବୁ ବିଷୟର ଅଭାବ ସକାଶୁ ସେ ସେମାନଙ୍କୁ ଗୋପନରେ ଖାଇବ।
58 If you will not observe to do all the words of this law that are written in this book, that you may fear this glorious and fearful name, THE LORD your God,
“ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯଦି ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ ନ କରିବ;
59 then the LORD will make your plagues and the plagues of your offspring fearful, even great plagues, and of long duration, and severe sicknesses, and of long duration.
ତେବେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତୁମ୍ଭ ବଂଶର ଆଘାତ, ଅର୍ଥାତ୍‍, ମହତ୍ ଓ ଚିରସ୍ଥାୟୀ ଆଘାତ, ପୁଣି ବ୍ୟଥାଜନକ ଓ ଚିରସ୍ଥାୟୀ ରୋଗ ଆଶ୍ଚର୍ଯ୍ୟ ରୂପ କରିବେ।
60 He will bring on you again all the diseases of Egypt, which you were afraid of; and they will cling to you.
ପୁଣି ତୁମ୍ଭେ ଯେଉଁ ମିସରୀୟ ମହାବ୍ୟାଧି ବିଷୟରେ ଭୀତ ହେଲ, ତାହାସବୁ ସେ ପୁନର୍ବାର ତୁମ୍ଭ ପ୍ରତି ଘଟାଇବେ; ତାହାସବୁ ତୁମ୍ଭଠାରେ ଲାଗି ରହିବ।
61 Also every sickness and every plague which is not written in the book of this law, the LORD will bring them on you until you are destroyed.
ମଧ୍ୟ ଏହି ବ୍ୟବସ୍ଥା-ପୁସ୍ତକରେ ଲେଖା ନ ଥିବା ସମସ୍ତ ରୋଗ ଓ ଆଘାତ ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପ୍ରତି ଘଟାଇବେ।
62 You will be left few in number, even though you were as the stars of the sky for multitude, because you didn’t listen to the LORD your God’s voice.
ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ସକାଶୁ ଆକାଶର ତାରାଗଣ ପରି ହେଲେ ମଧ୍ୟ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କଲ ନାହିଁ।
63 It will happen that as the LORD rejoiced over you to do you good, and to multiply you, so the LORD will rejoice over you to cause you to perish and to destroy you. You will be plucked from the land that you are going in to possess.
ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।
64 The LORD will scatter you amongst all peoples, from one end of the earth to the other end of the earth. There you will serve other gods which you have not known, you nor your fathers, even wood and stone.
ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।
65 Amongst these nations you will find no ease, and there will be no rest for the sole of your foot; but the LORD will give you there a trembling heart, failing of eyes, and pining of soul.
ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍‍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ।
66 Your life will hang in doubt before you. You will be afraid night and day, and will have no assurance of your life.
ତୁମ୍ଭ ଜୀବନ ତୁମ୍ଭ ସାକ୍ଷାତରେ ସଂଶୟରେ ଦୋହଲିବ ପୁଣି, ତୁମ୍ଭେ ରାତି ଓ ଦିନ ଆଶଙ୍କା କରିବ ଓ ତୁମ୍ଭ ଜୀବନ ଉପରେ ତୁମ୍ଭେ ନିର୍ଭର କରି ପାରିବ ନାହିଁ;
67 In the morning you will say, “I wish it were evening!” and at evening you will say, “I wish it were morning!” for the fear of your heart which you will fear, and for the sights which your eyes will see.
ତୁମ୍ଭେ ଯେଉଁ ଆଶଙ୍କା କରିବ, ତୁମ୍ଭ ହୃଦୟର ସେହି ଆଶଙ୍କା ସକାଶୁ ଓ ତୁମ୍ଭେ ଯାହା ଦେଖିବ, ତୁମ୍ଭ ଚକ୍ଷୁର ସେହି ଦର୍ଶନ ସକାଶୁ ସକାଳ ହେଲେ ତୁମ୍ଭେ କହିବ, ‘ଆହା, ସନ୍ଧ୍ୟା ହୁଅନ୍ତା କି!’ ପୁଣି ସନ୍ଧ୍ୟା ହେଲେ ତୁମ୍ଭେ କହିବ, ‘ଆହା, ସକାଳ ହୁଅନ୍ତା କି!’
68 The LORD will bring you into Egypt again with ships, by the way of which I told you that you would never see it again. There you will offer yourselves to your enemies for male and female slaves, and nobody will buy you.
ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, ‘ତୁମ୍ଭେ ଆଉ ତାହା ଦେଖିବ ନାହିଁ,’ ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି, ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ।”

< Deuteronomy 28 >