< Ezekiel 6 >
1 And the word of the Lord was maad to me,
ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2 and he seide, Thou, sone of man, sette thi face to the hillis of Israel; and thou schalt profesie to tho hillis, and schalt seie,
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ପ୍ରତି ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍ବାକ୍ୟ ପ୍ରଚାର କର,
3 Hillis of Israel, here ye the word of the Lord God. The Lord God seith these thingis to mounteyns, and litil hillis, to roochis of stoon, and to valeis, Lo! Y schal bringe in on you a swerd, and Y schal leese youre hiye thingis.
ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।
4 And Y schal distrie youre auteris, and youre symylacris schulen be brokun; and Y schal caste doun youre slayn men bifore youre idols.
ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ୱଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇଦେବା।
5 dnA Y schal yyue the deed bodies of the sones of Israel bifor the face of youre symylacris, and Y schal scatere youre boonys
ଆଉ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥିସବୁ ଆମ୍ଭେ ତୁମ୍ଭମାନଙ୍କ ଯଜ୍ଞବେଦିମାନର ଚାରିଆଡ଼େ ବିଞ୍ଚି ଦେବା।
6 aboute youre auteris, in alle youre dwellingis. Citees schulen be forsakun, and hiy thingis schulen be distried, and schulen be scaterid; and youre auteris schulen perische, and schulen be brokun. And youre idols schulen ceesse, and youre templis of idols schulen be al to-brokun, and youre werkis schulen be doen awei.
ତୁମ୍ଭମାନଙ୍କର ଯାବତୀୟ ବସତି ସ୍ଥାନର ନଗରସକଳ ଉତ୍ସନ୍ନ ହେବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ ହେବ, ତହିଁରେ ତୁମ୍ଭମାନଙ୍କର ଯଜ୍ଞବେଦିସବୁ ଉତ୍ସନ୍ନ, ଧ୍ୱଂସ ହେବ ଓ ତୁମ୍ଭମାନଙ୍କର ଦେବତାଗଣ ଭଗ୍ନ ଓ ରହିତ ହେବେ ଓ ତୁମ୍ଭମାନଙ୍କର ସୂର୍ଯ୍ୟପ୍ରତିମାଗଣ ଉଚ୍ଛିନ୍ନ ହେବେ, ଆଉ ତୁମ୍ଭମାନଙ୍କର ହସ୍ତକୃତ କର୍ମସବୁ ଲୁପ୍ତ ହେବ।
7 And a slayn man schal falle doun in the myddis of you; and ye schulen wite, that Y am the Lord.
ପୁଣି, ହତ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପତିତ ହେବେ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
8 And Y schal leeue in you hem that fledden swerd among hethene men, whanne Y schal scatere you in to londis.
ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ୍ଗରୁ ରକ୍ଷା ପାଇବେ।
9 And youre delyuered men schulen haue mynde on me among hethene men, to whiche thei ben led prisoneris; for Y haue al to-broke her herte doynge fornycacioun, and goynge awei fro me, and her iyen doynge fornicacioun aftir her idols. And thei schulen displese hem silf on the yuels, whiche thei diden in alle her abhomynaciouns.
ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।
10 And thei schulen wite, that Y the Lord spak not in veyn, that Y schulde do this yuel to hem.
ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ।”
11 The Lord God seith these thingis, Smyte thin hond, and hurtle thi foot, and seie, Alas! to alle abhomynaciouns of the yuelis of the hous of Israel; for thei schulen falle doun bi swerd, hungur, and pestilence. He that is fer, shal die bi pestilence.
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ କରାଘାତ, ପଦାଘାତ କର ଓ ଇସ୍ରାଏଲ ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ! କାରଣ ସେମାନେ ଖଡ୍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ।
12 Forsothe he that is niy, shal falle bi swerd. And he that is laft and bisegid, shal die bi hungur. And Y schal fille myn indignacioun in hem.
ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।
13 And ye schulen wite, that Y am the Lord, whanne youre slayn men schulen be in the myddis of youre idols, in the cumpas of youre auteris, in eche hiy litil hil, and in alle the hiynessis of mounteyns, and vndur ech tree ful of wode, and vndur ech ook ful of boowis, that is, a place where thei brenten encense swete smellynge to alle her idols.
ପୁଣି, ଯେତେବେଳେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ, ସକଳ ପର୍ବତ ଶୃଙ୍ଗରେ, ପ୍ରତ୍ୟେକ ହରିତ୍ବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ନିବିଡ଼ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ସେମାନେ ଆପଣା ଆପଣାର ସକଳ ଦେବତା ଉଦ୍ଦେଶ୍ୟରେ ସୌରଭାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସକଳ ସ୍ଥାନରେ ସେମାନଙ୍କ ଯଜ୍ଞବେଦିର ଚତୁର୍ଦ୍ଦିଗରେ ଦେବତାଗଣର ମଧ୍ୟରେ ସେମାନଙ୍କ ହତ ଲୋକମାନେ ରହିବେ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
14 And Y schal stretche forth myn hond on hem, and Y schal make her lond desolat and destitute, fro desert Deblata, in alle the dwellyngis of hem; and thei schulen wite, that Y am the Lord.
ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ପ୍ରାନ୍ତରଠାରୁ ଦିବ୍ଲା ପର୍ଯ୍ୟନ୍ତ ସେମାନଙ୍କର ସମୁଦାୟ ବସତି-ଦେଶକୁ ଧ୍ୱଂସ ଓ ଶୂନ୍ୟ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”