< Galatians 1 >

1 Poul the apostle, not of men, ne bi man, but bi Jhesu Crist, and God the fadir,
ମୁଁ ପାଉଲ, ଜଣେ ପ୍ରେରିତ ମନୁଷ୍ୟଠାରୁ ନୁହେଁ, କିମ୍ବା ମନୁଷ୍ୟମାନଙ୍କ ଦ୍ୱାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏବଂ ଯେଉଁ ପିତା ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ୱାରା,
2 that reiside hym fro deth, and alle the britheren that ben with me, to the chirchis of Galathie,
ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ଅଞ୍ଚଳରେ ଥିବା ମଣ୍ଡଳୀ-ସମୂହକୁ ପତ୍ର;
3 grace to you and pees of God the fadir, and of the Lord Jhesu Crist,
ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;
4 that yaf hym silf for oure synnes, to delyuere vs fro the present wickid world, bi the wille of God and of oure fadir, (aiōn g165)
ସେ ଆମ୍ଭମାନଙ୍କ ପିତା ଈଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ; (aiōn g165)
5 to whom is worschip and glorie in to worldis of worldis. Amen. (aiōn g165)
ଯୁଗେ ଯୁଗେ ତାହାଙ୍କର ଗୌରବ ହେଉ। ଆମେନ୍‍। (aiōn g165)
6 I wondur, that so soone ye be thus moued fro hym that clepid you in to the grace of Crist, in to another euangelie; which is not anothir,
ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;
7 but that ther ben summe that troublen you, and wolen mysturne the euangelie of Crist.
ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି।
8 But thouy we, or an aungel of heuene, prechide to you, bisidis that that we han prechid to you, be he acursid.
କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।
9 As Y haue seid bifore, and now eftsoones Y seie, if ony preche to you bisidis that that ye han vndurfongun, be he cursid.
ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତା ବ୍ୟତୀତ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।
10 For now whether counsele Y men, or God? or whether Y seche to plese men? If Y pleside yit men, Y were not Cristis seruaunt.
ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।
11 For, britheren, Y make knowun to you the euangelie, that was prechid of me, for it is not bi man;
କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋʼ ଦ୍ୱାରା ପ୍ରଚାରିତ ହୋଇଅଛି, ସେ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁସାରେ ନୁହେଁ;
12 ne Y took it of man, ne lernyde, but bi reuelacioun of Jhesu Crist.
ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି।
13 For ye han herd my conuersacioun sumtyme in the Jurie, and that Y pursuede passyngli the chirche of God, and fauyt ayen it.
ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚରଣ ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ବରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,
14 And Y profitide in the Jurie aboue many of myn eueneldis in my kynrede, and was more aboundauntli a folewere of my fadris tradiciouns.
ଆଉ, ମୋହର ପିତୃ-ପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍‌ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି।
15 But whanne it pleside hym, that departide me fro my modir wombe,
କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,
16 and clepide bi his grace, to schewe his sone in me, that Y schulde preche hym among the hethene, anoon Y drowy me not to fleisch and blood; ne Y cam to Jerusalem to the apostlis,
ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼ ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟଠାରୁ କୌଣସି ପରାମର୍ଶ ନ ନେଇ
17 that weren tofor me, but Y wente in to Arabie, and eftsoones Y turnede ayen in to Damask.
କିଅବା ମୋʼ ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମ ସହରକୁ ନ ଯାଇ ସେହିକ୍ଷଣି ଆରବ ଦେଶକୁ ବାହାରିଗଲି; ପୁନଶ୍ଚ ମୁଁ ଦମ୍ମେଶକ ସହରକୁ ବାହୁଡ଼ି ଆସିଲି।
18 And sith thre yeer aftir Y cam to Jerusalem, to se Petre, and Y dwellide with hym fiftene daies;
ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମ ସହରକୁ ଗଲି ଓ ତାହାଙ୍କ ସହିତ ପନ୍ଦର ଦିନ ରହିଲି।
19 but Y sawy noon othere of the apostlis, but James, oure Lordis brother.
କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ।
20 And these thingis which Y write to you, lo! tofor God Y lie not.
ମୁଁ ଯେଉଁ ସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ବରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ
21 Afterward Y cam in to the coostis of Syrie and Cilicie.
ପରେ ମୁଁ ସିରିୟା ଓ କିଲିକିୟା ଅଞ୍ଚଳକୁ ଗଲି।
22 But Y was vnknowun bi face to the chirchis of Judee, that weren in Crist; and thei hadden oonli an heryng,
ଯିହୂଦିୟା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ଡଳୀ-ସମୂହ ନିକଟରେ ମୁଁ ବ୍ୟକ୍ତିଗତ ଭାବରେ ପରିଚିତ ନ ଥିଲି;
23 that he that pursuede vs sum tyme, prechide now the feith, ayens which he fauyte sum tyme;
ସେମାନେ କେବଳ ଶୁଣୁଥିଲେ, ଏବଂ ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ଏବଂ ଥରେ ଯେଉଁ ବିଶ୍ୱାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ସେ ଏବେ ସୁସମାଚାର ପ୍ରଚାର କରୁଅଛନ୍ତି;
24 and in me thei glorifieden God.
ଆଉ ସେମାନେ ମୋʼ ସକାଶେ ଈଶ୍ବରଙ୍କ ପ୍ରଶଂସା କରୁଥିଲେ।

< Galatians 1 >