< Psalms 38 >

1 `The salm of Dauid, to bythenke on the sabat. Lord, repreue thou not me in thi strong veniaunce; nether chastice thou me in thin ire.
ଦାଉଦଙ୍କର ଗୀତ, ସ୍ମରଣୋପାୟ। ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ।
2 For thin arowis ben fitchid in me; and thou hast confermed thin hond on me.
କାରଣ ତୁମ୍ଭର ତୀରସବୁ ମୋʼ ଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି।
3 Noon helthe is in my fleisch fro the face of thin ire; no pees is to my boonys fro the face of my synnes.
ତୁମ୍ଭ କୋପ ସକାଶୁ ମୋʼ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ।
4 For my wickidnessis ben goon ouer myn heed; as an heuy birthun, tho ben maad heuy on me.
କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।
5 Myn heelid woundis weren rotun, and ben brokun; fro the face of myn vnwisdom.
ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି।
6 I am maad a wretche, and Y am bowid doun til in to the ende; al dai Y entride sorewful.
ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। ମୁଁ ସାରାଦିନ ଶୋକ କରି ବୁଲୁଥାଏ।
7 For my leendis ben fillid with scornyngis; and helthe is not in my fleisch.
କାରଣ ମୋʼ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।
8 I am turmentid, and maad low ful greetli; Y roride for the weilyng of myn herte.
ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।
9 Lord, al my desire is bifor thee; and my weilyng is not hid fro thee.
ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।
10 Myn herte is disturblid in me, my vertu forsook me; and the liyt of myn iyen `forsook me, and it is not with me.
ମୋହର ହୃଦୟ ଧୁକ୍‍ଧୁକ୍‍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋʼ ଠାରୁ ଗଲାଣି।
11 My frendis and my neiyboris neiyiden; and stoden ayens me. And thei that weren bisidis me stoden afer;
ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋʼ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି।
12 and thei diden violence, that souyten my lijf. And thei that souyten yuels to me, spaken vanytees; and thouyten gilis al dai.
ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।
13 But Y as a deef man herde not; and as a doumb man not openynge his mouth.
ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ।
14 And Y am maad as a man not herynge; and not hauynge repreuyngis in his mouth.
ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ।
15 For, Lord, Y hopide in thee; my Lord God, thou schalt here me.
କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୋ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।
16 For Y seide, Lest ony tyme myn enemyes haue ioye on me; and the while my feet ben mouyd, thei spaken grete thingis on me.
କାରଣ ମୁଁ କହିଲି, “କେଜାଣି ମୋହର ଶତ୍ରୁମାନେ ମୋʼ ଉପରେ ଆନନ୍ଦ କରିବେ; ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି।”
17 For Y am redi to betyngis; and my sorewe is euere in my siyt.
ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋʼ ସମ୍ମୁଖରେ ଥାଏ।
18 For Y schal telle my wickidnesse; and Y schal thenke for my synne.
ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି।
19 But myn enemyes lyuen, and ben confermed on me; and thei ben multiplyed, that haten me wickidli.
ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି।
20 Thei that yelden yuels for goodis, backbitiden me; for Y suede goodnesse.
ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।
21 My Lord God, forsake thou not me; go thou not awei fro me.
ହେ ସଦାପ୍ରଭୋ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
22 Lord God of myn helthe; biholde thou in to myn help.
ହେ ପ୍ରଭୋ, ମୋହର ପରିତ୍ରାଣ, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।

< Psalms 38 >