< Isaiah 8 >

1 And Jehovah saith unto me, 'Take to thee a great tablet, and write upon it with a graving tool of man, To haste spoil, enjoy prey.'
ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍‍-ବସ୍‍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)”
2 And I cause faithful witnesses to testify to me, Uriah the priest, and Zechariah son of Jeberechiah.
ଆଉ, ମୁଁ ପ୍ରମାଣର ନିମନ୍ତେ ଊରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ଜିଖରୀୟକୁ ଆପଣାର ବିଶ୍ୱସ୍ତ ସାକ୍ଷୀ କରିବି।
3 And I draw near unto the prophetess, and she conceiveth, and beareth a son; and Jehovah saith unto me, 'Call his name Maher-shalal-hash-baz,
ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ।
4 for before the youth doth know to cry, My father, and My mother, one taketh away the wealth of Damascus and the spoil of Samaria, before the king of Asshur.'
କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।”
5 And Jehovah addeth to speak unto me again, saying:
ଏଥିଉତ୍ତାରେ ସଦାପ୍ରଭୁ ମୋତେ ପୁନର୍ବାର କହିଲେ,
6 'Because that this people hath refused The waters of Shiloah that go softly, And is rejoicing with Rezin and the son of Remaliah,
“ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;
7 Therefore, lo, the Lord is bringing up on them, The waters of the river, the mighty and the great, (The king of Asshur, and all his glory, ) And it hath gone up over all its streams, And hath gone on over all its banks.
ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ;
8 And it hath passed on into Judah, It hath overflown and passed over, Unto the neck it cometh, And the stretching out of its wings Hath been the fulness of the breadth of thy land, O Emmanu-El!
ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।”
9 Be friends, O nations, and be broken, And give ear, all ye far off ones of earth, Gird yourselves, and be broken, Gird yourselves, and be broken.
ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟିବନ୍ଧନ କର, ମଧ୍ୟ ଭଗ୍ନ ହେବ।
10 Take counsel, and it is broken, Speak a word, and it doth not stand, Because of Emmanu-El!'
ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।
11 For thus hath Jehovah spoken unto me with strength of hand, and instructeth me against walking in the way of this people, saying,
କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ,
12 'Ye do not say, A confederacy, To all to whom this people saith, A confederacy, And its fear ye do not fear, Nor declare fearful.
ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; “ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।
13 Jehovah of Hosts — Him ye do sanctify, And He [is] your Fear, and He your Dread,
ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ।
14 And He hath been for a sanctuary, And for a stone of stumbling, and for a rock of falling, To the two houses of Israel, For a gin and for a snare to the inhabitants of Jerusalem.
ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ।
15 And many among them have stumbled and fallen, And been broken, and snared, and captured.
ଆଉ, ଅନେକ ଲୋକ ତଦ୍ଦ୍ୱାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ।”
16 Bind up the testimony, Seal the law among My disciples.
ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋʼ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର।
17 And I have waited for Jehovah, Who is hiding His face from the house of Jacob, And I have looked for Him.
ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।
18 Lo, I, and the children whom Jehovah hath given to me, [Are] for signs and for wonders in Israel, From Jehovah of Hosts, who is dwelling in Mount Zion.
ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତ ନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।
19 And when they say unto you, 'Seek unto those having familiar spirits, And unto wizards, who chatter and mutter, Doth not a people seek unto its God? — For the living unto the dead!
ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, “ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି,” ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) “ଲୋକମାନେ କʼଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କʼଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ?”
20 To the law and to the testimony! If not, let them say after this manner, 'That there is no dawn to it.'
ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।
21 — And it hath passed over into it, hardened and hungry, And it hath come to pass, That it is hungry, and hath been wroth, And made light of its king, and of its God, And hath looked upwards.
ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଊର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;
22 And unto the land it looketh attentively, And lo, adversity and darkness! — Dimness, distress, and thick darkness is driven away, But not the dimness for which she is in distress!
ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।

< Isaiah 8 >