< Jeremia 8 >
1 En tiu tempo, diras la Eternulo, oni elĵetos el iliaj tomboj la ostojn de la reĝoj de Judujo kaj la ostojn de ĝiaj princoj kaj la ostojn de la pastroj kaj la ostojn de la profetoj kaj la ostojn de la loĝantoj de Jerusalem;
ସଦାପ୍ରଭୁ କହନ୍ତି, ସେହି ସମୟରେ ଲୋକମାନେ ଯିହୁଦାର ରାଜାଗଣର ଅସ୍ଥି ଓ ତାହାର ଅଧିପତିଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍ବକ୍ତାଗଣଙ୍କ ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ।
2 kaj oni disĵetos ilin antaŭ la suno kaj antaŭ la luno kaj antaŭ la tuta armeo de la ĉielo, kiujn ili amis, al kiuj ili servis, kiujn ili sekvis, kiujn ili serĉis, kaj al kiuj ili adorkliniĝis; oni ne kolektos ilin kaj ne enterigos ilin, sed ili estos kiel sterko sur la supraĵo de la tero.
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।
3 Kaj preferos la morton ol la vivon ĉiuj restintoj, kiuj restos el tiu malbona gento, kiuj restos en ĉiuj lokoj, sur kiujn Mi dispelis ilin, diras la Eternulo Cebaot.
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁୁ ବାଞ୍ଛନୀୟ ହେବ।
4 Kaj diru al ili: Tiele diras la Eternulo: Ĉu se oni falis, oni ne leviĝas? ĉu se oni devojiĝis, oni ne volas reveni?
ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ ପଡ଼ିଲେ, କʼଣ ଆଉ ଉଠେ ନାହିଁ? ବିପଥରେ ଗଲେ, କʼଣ ଆଉ ଫେରେ ନାହିଁ?
5 Kial do ĉi tiu popolo en Jerusalem defalis per defalo obstina? ili forte sin tenas je la malveraĵo kaj ne volas sin konverti.
ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ।
6 Mi atentis kaj aŭskultis, sed ili parolas nenion ĝustan; neniu pentas sian malbonecon, dirante: Kion mi faris? Ĉiu fordonis sin al sia kurado, kiel ĉevalo, kiu flugrapide kuras en la batalon.
ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ‘ହାୟ ହାୟ, ମୁଁ କʼଣ କରିଅଛି! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ;’ ଯେପରି ଊର୍ଦ୍ଧ୍ୱଶ୍ୱାସରେ ଅଶ୍ୱ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ।
7 Eĉ cikonio sub la ĉielo scias sian tempon, turto, hirundo, kaj gruo observas la tempon, kiam ili devas veni; sed Mia popolo ne scias la leĝon de la Eternulo.
ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, କପୋତ, ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।
8 Kiel vi diras: Ni estas saĝuloj, kaj ni havas antaŭ ni la instruon de la Eternulo? Ĝi fariĝis ja mensogaĵo per la mensoga skribilo de la skribistoj.
ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି।
9 Per honto kovris sin la saĝuloj, konfuziĝis kaj implikiĝis; jen ili forrifuzis la vorton de la Eternulo, kian do saĝecon ili havas?
ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କି ପ୍ରକାର?
10 Tial Mi fordonos iliajn edzinojn al aliuloj, iliajn kampojn al venkintoj; ĉar de malgrandulo ĝis grandulo ili ĉiuj estas profitavidaj, de profeto ĝis pastro ili ĉiuj faras malhonestaĵon.
ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।
11 Kaj la vundojn de la filino de Mia popolo ili kuracas per facilanimigo, dirante, ke ĉio estas en bona stato, kvankam ne estas bona stato.
ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି, ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।
12 Ĉu ili hontas, ke ili faras abomenindaĵon? ili tute ne hontas, ili eĉ ne povoscias ruĝiĝi; tial ili falos inter la falantoj, ili renversiĝos, kiam Mi vizitos ilin, diras la Eternulo.
ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।
13 Mi plene ŝirkolektos ilin, diras la Eternulo; ne restos beroj sur la vinberbranĉo nek figoj sur la figarbo, kaj la folioj forvelkos, kaj Mi donos al ili plenan pereon.
ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ।”
14 Por kio ni sidas? kolektiĝu, kaj ni iru en la fortikigitajn urbojn, kaj ni tie pereu; ĉar la Eternulo, nia Dio, pereigas nin kaj trinkigas al ni akvon maldolĉan pro tio, ke ni pekis antaŭ la Eternulo.
ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀର-ବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।
15 Ni esperis pacon, sed venas nenio bona; ni esperis tempon de resaniĝo, sed jen estas teruro.
ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
16 El la regiono de Dan oni aŭdas spiregadon de iliaj ĉevaloj; de la blekegado de iliaj fortaj ĉevaloj tremas la tuta tero; ili iras, kaj ili formanĝos la teron, kaj tion, kio estas sur ĝi, la urbon kaj ĝiajn loĝantojn.
“ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;
17 Ĉar jen Mi sendos sur vin serpentojn, vipurojn, kiujn oni ne povas sorĉligi, kaj ili pikos vin, diras la Eternulo.
ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ,” ଏହା ସଦାପ୍ରଭୁ କହନ୍ତି।
18 Mia malĝojo estas super ĉiuj malĝojoj, mia koro en mi doloras.
ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ୱନା କରିପାରନ୍ତି! ମୋର ମଧ୍ୟରେ ମୋʼ ହୃଦୟ ମୂର୍ଚ୍ଛିତ।
19 Jen mi aŭdas kriadon de la filino de mia popolo el lando malproksima: Ĉu jam ne ekzistas la Eternulo en Cion? ĉu ĝia Reĝo ne estas en ĝi? Sed kial ili kolerigis min per siaj idoloj, per fremdaj vantaĵoj?
ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; “ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି?” “ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି?”
20 Pasis la rikolto, finiĝis la somero, sed ni ne ricevis helpon.
“ଶସ୍ୟସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ।”
21 La malfeliĉo de mia popolo min afliktas, mi malĝojas, mi sentas teruron.
ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି।
22 Ĉu ne ekzistas balzamo en Gilead? ĉu ne ekzistas tie kuracisto? kial do ne venas resaniĝo al la filino de mia popolo?
ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ?