< Psalmaro 125 >
1 Kanto de suprenirado. Kiuj fidas la Eternulon, Tiuj estas kiel la monto Cion, Kiu ne ŝanceliĝas, sed restas eterne.
ଆରୋହଣ ଗୀତ। ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।
2 Montoj estas ĉirkaŭ Jerusalem, Kaj la Eternulo ĉirkaŭas Sian popolon, De nun kaj eterne.
ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।
3 Ĉar ne kuŝos la sceptro de malvirteco sur la sorto de la virtuloj; Por ke la virtuloj ne etendu siajn manojn al maljustaĵo.
କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।
4 Bonfaru, ho Eternulo, al tiuj, Kiuj estas bonaj kaj piaj per sia koro;
ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର।
5 Sed tiujn, kiuj dekliniĝas al siaj malrektaj vojoj, La Eternulo pereigos kune kun la malbonaguloj. Paco al Izrael!
ମାତ୍ର ଯେଉଁମାନେ ଆପଣା ଆପଣା ବକ୍ର ପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।