< Psalmaro 137 >
1 Apud la riveroj de Babel Ni sidis kaj ploris, Rememorante Cionon.
ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ।
2 Sur la salikoj tie Ni pendigis niajn harpojn.
ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ।
3 Ĉar tie niaj kaptintoj postulis de ni kantojn, Kaj niaj mokantoj ĝojon, dirante: Kantu al ni el la kantoj de Cion.
କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି, ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ୱର ଶୁଣିବାକୁ ଇଚ୍ଛା କରି କହିଲେ, “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”
4 Kiel ni kantos sur fremda tero La kanton de la Eternulo?
ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା?
5 Se mi forgesos vin, ho Jerusalem, Tiam forgesiĝu mia dekstra mano;
ହେ ଯିରୂଶାଲମ, ଯଦି ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା ବଜାଇବା କୌଶଳ ପାସୋରି ଯାଉ।
6 Algluiĝu mia lango al mia palato, Se mi vin ne memoros, Se mi ne levos Jerusalemon en la supron de miaj ĝojoj.
ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋʼ ମୁଖର ତାଳୁରେ ଲାଗି ରହୁ।
7 Rememorigu, ho Eternulo, al la filoj de Edom La tagon de Jerusalem, kiam ili diris: Detruu, detruu ĝis ĝia fundamento.
ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”
8 Ho ruinigema filino de Babel! Bone estos al tiu, Kiu repagos al vi por la faro, kiun vi faris al ni.
ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ।
9 Bone estos al tiu, Kiu prenos kaj frakasos viajn infanetojn sur ŝtono.
ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ।