< Psalmaro 67 >

1 Al la ĥorestro. Por kordaj instrumentoj. Psalmo-kanto. Dio nin korfavoru kaj benu; Li aperigu al ni Sian luman vizaĝon. (Sela)
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ। ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। (ସେଲା)
2 Oni ekkonu sur la tero Vian vojon, En ĉiuj popoloj Vian savon.
ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ।
3 Danku Vin popoloj, ho Dio, Danku Vin ĉiuj popoloj.
ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
4 Ĝoju kaj kantu gentoj, Ĉar Vi juĝas popolojn juste, Kaj gentojn sur la tero Vi regas. (Sela)
ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। (ସେଲା)
5 Danku Vin popoloj, ho Dio, Danku Vin ĉiuj popoloj.
ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
6 La tero donis sian frukton; Benos nin Dio, nia Dio.
ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ।
7 Benos nin Dio; Kaj respektu Lin ĉiuj limoj de la tero.
ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ।

< Psalmaro 67 >