< Kronika 1 4 >

1 Yuda ƒe dzidzimevi bubuawoe nye: Perez, Hezron, Karmi, Hur kple Sobal.
ଯିହୁଦାର ସନ୍ତାନଗଣ ପେରସ, ହିଷ୍ରୋଣ, କର୍ମି, ହୂର ଓ ଶୋବଲ୍‍।
2 Sobal ƒe vie nye Reaia, ame si dzi Yahat, ame si dzi Ahumai kple Lahad. Ame siawo va zu Zoratitɔwo ƒe ƒomewo.
ପୁଣି, ଶୋବଲ୍‍ର ସନ୍ତାନ ରାୟା ଯହତ୍‍କୁ ଜାତ କଲା; ପୁଣି, ଯହତ୍‍ ଅହୂମୟ ଓ ଲହଦକୁ ଜାତ କଲା। ଏମାନେ ସରାୟୀୟ ଗୋଷ୍ଠୀ।
3 Etam ƒe dzidzimeviwoe nye: Yezreel, Isma, Idbas kple via nyɔnu Hazelelponi
ଐଟମ୍‍ର ପିତାର ସନ୍ତାନ ଯିଷ୍ରିୟେଲ ଓ ଯିଶ୍ମା ଓ ଯିଦ୍‍ବଶ; ଏମାନଙ୍କ ଭଗିନୀର ନାମ ହତ୍‍ସଲିଲ୍‍-ପୋନୀ ଥିଲା।
4 Penuel dzi Gedor eye Ezer dzi Husa Ezer. Ame siawoe nye Hur ƒe dzidzimeviwo, Hur nye Efrata ƒe ŋgɔgbevi kple Betlehem fofo.
ଆଉ ଗଦୋରର ପିତା ପନୂୟେଲ ଓ ହୂଶଃର ପିତା ଏସର୍‍; ଏମାନେ ବେଥଲିହିମର ପିତା ଇଫ୍ରାଥାର ଜ୍ୟେଷ୍ଠ ପୁତ୍ର ହୂରର ସନ୍ତାନ।
5 Asur, Tekoa fofo, ɖe srɔ̃ eve: Hela kple Naara.
ପୁଣି, ତକୋୟର ପିତା ଅସ୍‍ହୂରର ହିଲା ଓ ନାରା ନାମ୍ନୀ ଦୁଇ ଭାର୍ଯ୍ୟା ଥିଲେ।
6 Naara dzi Ahuzam, Hefer, Temeni kple Haahastari.
ନାରା ତାହାର ଔରସରେ ଅହୁଷମକୁ, ହେଫରକୁ, ତୈମିନିକୁ ଓ ଅହସ୍ତରିକୁ ପ୍ରସବ କଲା। ଏମାନେ ନାରାର ସନ୍ତାନ।
7 Hela ƒe viŋutsuwoe nye: Zeret, Zohar, Etnan kple
ଆଉ ହିଲାର ସନ୍ତାନ ସେରତ୍‍, ୟସ୍‍ହାର ଓ ଇତ୍‍ନନ୍‍।
8 Koz, ame si dzi Anub kple Hazobeba hekpe ɖe Harum ƒe vi ƒe hlɔ̃ ŋu eye eya mee hlɔ̃ si wotsɔ kple Aharlel, Harum ƒe vi, ŋkɔ na la dzɔ tso.
ପୁଣି, ହକ୍କୋସ୍‍ ଆନୂବକୁ, ସୋବେବାକୁ ଓ ହାରୁମ୍‍ର ପୁତ୍ର ଅହହେଲର ଗୋଷ୍ଠୀକୁ ଜାତ କଲା।
9 Yabez xɔ ŋkɔ wu nɔvia bubuawo katã. Dadaa na ŋkɔe be, Yabez si gɔmee nye, “Vevesese” elabena dadaa se veve ŋutɔ le edzidzi me.
ପୁଣି, ଯାବେଷ୍‍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍‍ ରଖିଥିଲା, କାରଣ ସେ କହିଥିଲା, “ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ।”
10 Eyae do gbe ɖa na Israel ƒe Mawu be, “Oo, yram eye nàkpe ɖe ŋunye le nye dɔwɔwɔ me. Meɖe kuku, nɔ kplim le nu sia nu si mawɔ la me eye nàɖem tso nu vɔ̃ kple dzɔgbevɔ̃e ɖe sia ɖe me.” Mawu se eƒe gbedodoɖa.
ମାତ୍ର ଏହି ଯାବେଷ୍‍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, “ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର।” ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।
11 Kelub, Suha nɔviŋutsu, dzi Mehir, ame si dzi Eston.
ଶୂହାର ଭ୍ରାତା କଲୂବ ମହୀରକୁ ଜାତ କଲା, ସେ ଇଷ୍ଟୋନ୍‍ର ପିତା।
12 Eston dzi Bet Rafa, Pasea kple Tehina, ame si dzi Ir Nahas. Ame siawoe nye Reka ƒe ŋutsuwo.
ଇଷ୍ଟୋନ୍‍ ବେଥ୍-ରାଫା ଓ ପାସେହକୁ, ଆଉ ଈରନାହସର ପିତା ତହିନ୍ନକୁ ଜାତ କଲା। ଏମାନେ ରେକାର ଲୋକ।
13 Kenaz dzi Otniel kple Seraya. Otniel dzi Hatat Meonatai.
କନସର ପୁତ୍ର ଅତ୍ନୀୟେଲର ଓ ସରାୟ; ଅତ୍ନୀୟେଲର ପୁତ୍ରମାନେ; ହଥତ୍‍।
14 Meonatai, ame si dzi Ofra. Seraya dzi Yoab, ame si me Ge Harasim, aɖaŋuwɔla siwo nɔ Aɖaŋuwɔlawo ƒe Balime la dzɔ tso.
ମିୟୋନୋଥୟ ଅଫ୍ରାକୁ ଜାତ କଲା; ପୁଣି, ସରାୟ ଗିହରଷୀୟମାନଙ୍କ ପିତା ଯୋୟାବକୁ ଜାତ କଲା; ଏମାନେ ଶିଳ୍ପକାର ଥିଲେ।
15 Kaleb, Yefune ƒe vi, dzi Iru, Ela kple Naam. Kenaz nɔ Ela ƒe viwo dome.
ଆଉ ଯିଫୁନ୍ନିର ପୁତ୍ର କାଲେବଙ୍କର ସନ୍ତାନଗଣ; ଈରୁ, ଏଲା ଓ ନୟମ; ଆଉ ଏଲାର ସନ୍ତାନଗଣ ଓ କନସ।
16 Yehalelel ƒe viwoe nye Zif, Zifa, Tiria kple Asarel.
ଯିହଲିଲେର ପୁତ୍ରଗଣ; ସୀଫ୍‍, ସୀଫା, ତୀରିୟ ଓ ଅସାରେଲ।
17 Ezra dzi Yeter, Mered, Efer kple Yalon. Mered ɖe Bitia, fiavinyɔnu aɖe tso Egipte eye wodzi Miriam, Samai kple Isba, ame si nye Estemoa fofo.
ଆଉ, ଏଜ୍ରାର ପୁତ୍ରଗଣ; ଯେଥର, ମେରଦ୍‍, ଏଫର ଓ ଯାଲୋନ୍‍ (ମେରଦ୍‍ର) ଭାର୍ଯ୍ୟା ମରୀୟମ, ଶମ୍ମୟ ଓ ଇଷ୍ଟିମୋୟର ପିତା ଯିଶ୍‍ବହକୁ ପ୍ରସବ କଲା।
18 Estemoa srɔ̃ nye Yuda nyɔnu aɖe eye wòdzi Yered, Heber kple Yekutiel. Yered nye Gedor fofo, Heber nye Soko fofo eye Yekutiel nye Zanoah fofo.
ଆଉ ତାହାର ଯିହୁଦୀୟା ଭାର୍ଯ୍ୟା, ଗଦୋରର ପିତା ଯେରଦକୁ, ସୋଖୋର ପିତା ହେବରକୁ ଓ ସାନୋହର ପିତା ଯିକୂଥୀୟେଲକୁ ପ୍ରସବ କଲା। ମାତ୍ର ସେମାନେ ଫାରୋର କନ୍ୟା ବିଥିୟାର ସନ୍ତାନ ଥିଲେ, ମେରଦ୍‍ ତାହାକୁ ବିବାହ କରିଥିଲା।
19 Hodia srɔ̃ nye Naham nɔvinyɔnu. Via ɖekae nye Keila, Garmitɔ la fofo; via bubue dzi Estemoa, Maakatitɔ la.
ନହମର ଭଗିନୀ, ହୋଦୀୟର ଭାର୍ଯ୍ୟାର ସନ୍ତାନ ଗର୍ମୀୟ କିୟୀଲାର ପିତା ଓ ମାଖାଥୀୟ ଇଷ୍ଟିମୋୟ।
20 Simɔn dzi Amnon, Rina, Ben Hanan kple Tilɔn. Isi dzi Zohet kple Ben Zohet.
ଆଉ, ଶିମୋନର ସନ୍ତାନ ଅମ୍ନୋନ, ରିଣ୍ଣ, ବିନ୍‍ହାନନ୍‍ ଓ ତୀଲୋନ୍‍। ଆଉ ଈଶୀର ସନ୍ତାନ ସୋହେତ୍‍ ଓ ବିନ୍‍-ସୋହେତ୍‍।
21 Yuda ƒe viŋutsu, Sela ƒe viŋutsuwoe nye Er, ame si dzi Leka, Lada, ame si dzi Maresa kple ame siwo nye avɔlɔ̃lawo nɔ Bet Asbea,
ଯିହୁଦାର ପୁତ୍ର ଶେଲାର ପୁତ୍ରଗଣ; ଲେକାର ପିତା ଏର ଓ ମାରେଶାର ପିତା ଲାଦା, ଆଉ ବେଥ୍-ଅସବେୟର ବଂଶଜାତ କ୍ଷୌମବସ୍ତ୍ର-ପ୍ରସ୍ତୁତକାରୀ ସକଳ ଗୋଷ୍ଠୀ;
22 Yokim, Kozeba, Yoas kple Saraf ŋutsuwo, ame siwo ɖu fia le Moab kple Yasubi Lehem. Ŋkɔ siawo tso nuŋlɔɖi xoxoawo me.
ପୁଣି, ଯୋକୀମ୍‍, କୋଷେବାର ଲୋକମାନେ, ଯୋୟାଶ୍‍, ସାରଫ୍‍ ନାମକ ମୋୟାବର ଶାସନକର୍ତ୍ତା ଓ ଯାଶୂବିଲେହମ୍‍। ଏହା ଲିଖିତ ବିବରଣୀ ଅଟେ।
23 Ame siawo xɔ ŋkɔ le zememe kple agbledede le Nataim kple Gedera me eye wowɔa dɔ na fia la.
ଏମାନେ କୁମ୍ଭକାର, ନତାୟିମ ଓ ଗଦେରାରେ ବାସ କଲେ; ସେମାନେ ସେଠାରେ ରାଜା ସଙ୍ଗେ ତାହାର କାର୍ଯ୍ୟ ସକାଶେ ବାସ କଲେ।
24 Simeon dzi Nemuel, Yamin, Yarib, Zera kple Saul.
ଶିମୀୟୋନର ସନ୍ତାନ ନମୂୟେଲ ଓ ଯାମୀନ୍‍, ଯାରୀବ, ସେରହ, ଶୌଲ;
25 Saul dzi Salum, ame si dzi Mibsam, ame si dzi Misma.
ତାହାର ପୁତ୍ର ଶଲ୍ଲୁମ୍‍, ତାହାର ପୁତ୍ର ମିବ୍‍ସମ୍‍, ତାହାର ପୁତ୍ର ମିଶ୍ମା।
26 Misma ƒe viwo dometɔ ɖekae nye Hamuel, ame si dzi Zakur, ame si dzi Simei.
ପୁଣି, ମିଶ୍ମାର ସନ୍ତାନ ହମୁୟେଲ, ତାହାର ସନ୍ତାନ ସକ୍କୁର, ତାହାର ପୁତ୍ର ଶିମୀୟି।
27 Simei dzi viŋutsu wuiade kple vinyɔnu ade. Nɔviawo dometɔ aɖeke ƒe viwo mesɔ gbɔ alea o eye wo viwo mede esi Yudatɔ geɖewo dzina la nu o.
ଆଉ, ଶିମୀୟିର ଷୋଳ ପୁତ୍ର ଓ ଛଅ କନ୍ୟା ଥିଲେ; ମାତ୍ର ତାହାର ଭ୍ରାତୃଗଣର ଅନେକ ସନ୍ତାନ ନ ଥିଲେ, କିଅବା ସେମାନଙ୍କର ଗୋଷ୍ଠୀ ଯିହୁଦା-ସନ୍ତାନଗଣ ତୁଲ୍ୟ ବୃଦ୍ଧି ପାଇଲେ ନାହିଁ।
28 Wonɔ Beerseba, Molada, Hazar Sual
ଆଉ, ସେମାନେ ବେର୍‍ଶେବାରେ, ମୋଲାଦାରେ, ହତ୍‍ସର-ଶୁୟାଲ୍‍ରେ,
29 Bilha, Ezem, Tolad,
ବିଲ୍‌ହାରେ, ଏତ୍ସମ୍‍ରେ, ତୋଲଦରେ,
30 Betuel, Horma, Ziklag,
ବଥୂୟେଲରେ, ହର୍ମାରେ, ସିକ୍ଲଗ୍‍ରେ,
31 Bet Markabot, Hazar Susim, Bet Biri kple Saaraim. Du siawo nɔ woƒe asi me va se ɖe David ƒe fiaɖuɣi.
ବେଥ୍-ମର୍କାବୋତ୍‍ରେ, ହତ୍‍ସର୍‍-ସୂଷୀମ୍‍ରେ, ବେଥ୍-ବିରୀରେ ଓ ଶାରୟିମ୍‍ରେ ବାସ କଲେ। ଦାଉଦଙ୍କର ରାଜତ୍ୱ ପର୍ଯ୍ୟନ୍ତ ଏସବୁ ନଗର ସେମାନଙ୍କର ଥିଲା।
32 Kɔƒe siwo ƒo xlã wo lae nye Etam, Ain, Rimon, Token kple Asan, kɔƒe atɔ̃
ଆଉ, ଗ୍ରାମସୁଦ୍ଧା ଐଟମ୍‍, ଐନ୍‍, ରିମ୍ମୋନ୍‍, ତୋଖେନ୍‍ ଓ ଆଶନ୍‍, ଏହି ପାଞ୍ଚ ନଗର;
33 kple kɔƒe siwo katã ƒo xlã du siawo va se ɖe Baalat. Esiawoe nye woƒe duwo, eye dzidzimegbalẽ nɔ wo si.
ପୁଣି, ବାଲ୍‍ ପର୍ଯ୍ୟନ୍ତ ଏହି ନଗରର ଚତୁର୍ଦ୍ଦିଗସ୍ଥ ସମସ୍ତ ଗ୍ରାମ ସେମାନଙ୍କର ଥିଲା। ଏହିସବୁ ସେମାନଙ୍କର ନିବାସ ସ୍ଥାନ ଓ ସେମାନଙ୍କ ନିଜର ବଂଶାବଳୀ ଅଛି।
34 Mesobab, Yamlek, Yosa Amazia ƒe viŋutsu,
ଆଉ, ମଶୋବବ୍‍, ଯମ୍ଲେକ ଓ ଅମତ୍‍ସୀୟର ପୁତ୍ର ଯୋଶ
35 Yoel, Yehu, Yosibia ƒe viŋutsu, ame si nye Seraya ƒe vi kple Asiel ƒe vi,
ଓ ଯୋୟେଲ, ପୁଣି, ଅସୀୟେଲର ପ୍ରପୌତ୍ର ସରାୟର ପୌତ୍ର ଯୋଶିବିୟର ପୁତ୍ର ଯେହୂ;
36 Elioenai, Yaakoba, Yehodaya, Asaya, Adiel, Yesimiel, Benaya,
ଇଲୀୟୋଐନୟ, ଯାକୋବା, ଯିଶୋହାୟ, ଅସାୟ, ଅଦୀୟେଲ, ଯିଶୀମିୟେଲ ଓ ବନାୟ;
37 Zira, ame si nye Sifi ƒe vi, ame si nye Alon ƒe vi, ame si nye Yedaia ƒe vi, ame si nye Simri ƒe vi ame si nye Semaya ƒe vi.
ଆଉ, ଶମୟୀୟର ଅତି ବୃଦ୍ଧ ପ୍ରପୌତ୍ର ଶିମ୍ରିର ବୃଦ୍ଧ ପ୍ରପୌତ୍ର ଯିଦାୟର ପ୍ରପୌତ୍ର ଆଲୋନର ପୌତ୍ର ଶିଫିୟିର ପୁତ୍ର ସୀଷଃ;
38 Ŋutsu siwo ƒe ŋkɔ woyɔ va yi la woe nye woƒe ƒomeawo ƒe tatɔwo. Woƒe ƒomewo dzi ɖe edzi fũu
ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ବ୍ୟକ୍ତ ହେଲା, ସେମାନେ ଆପଣା ଆପଣା ଗୋଷ୍ଠୀର ଅଧ୍ୟକ୍ଷ ଥିଲେ ଓ ସେମାନଙ୍କ ପିତୃବଂଶ ଅତିଶୟ ବୃଦ୍ଧି ପାଇଲେ।
39 eye woyi Gedor ƒe gbɔto le balime la ƒe ɣedzeƒe gome le gbeɖuƒe dim na woƒe lãhawo.
ପୁଣି, ସେମାନେ ଆପଣାମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଅନ୍ୱେଷଣ କରିବାକୁ ଗଦୋରର ପ୍ରବେଶ ସ୍ଥାନ, ଅର୍ଥାତ୍‍, ଉପତ୍ୟକାର ପୂର୍ବ ପାର୍ଶ୍ୱ ପର୍ଯ୍ୟନ୍ତ ଗଲେ।
40 Wokpɔ lãnyiƒe damawo, anyigba la keke nyuie, teƒe si ŋutifafa kple ɖoɖoezizi le. Hamitɔ aɖewo nɔ afi ma kpɔ.
ତହିଁରେ ସେମାନେ ପ୍ରଚୁର ଓ ଉତ୍ତମ ଚରାସ୍ଥାନ ପାଇଲେ, ଆଉ ଦେଶ ପ୍ରଶସ୍ତ ଓ ଶାନ୍ତ ଓ ନିର୍ବିରୋଧ ଥିଲା; କାରଣ ହାମବଂଶୀୟ ଲୋକମାନେ ପୂର୍ବରେ ସେହି ସ୍ଥାନରେ ବାସ କରୁଥିଲେ।
41 Ame siwo ƒe ŋkɔ woŋlɔ da ɖi la va le Yuda Fia Hezekia ƒe fiaɖuɣi. Woho aʋa ɖe Hamitɔwo ŋu le woƒe nɔƒewo nenema ke nye Meunitɔ siwo nɔ afi ma eye wotsrɔ̃ wo keŋkeŋ abe ale si wòle dzedzem egbe ene. Wonɔ woƒe nɔƒe elabena lãnyiƒe nɔ afi ma na woƒe lãhawo.
ପୁଣି, ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ଲିଖିତ ହେଲା, ସେମାନେ ଯିହୁଦାର ରାଜା ହିଜକୀୟର ସମୟରେ ଆସି ସେହି ଲୋକମାନଙ୍କ ତମ୍ବୁ ଓ ସେଠାରେ ପ୍ରାପ୍ତ ମିୟନୀୟମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, (ତାହା ଆଜି ପର୍ଯ୍ୟନ୍ତ ସେପରି ଅଛି), ଆଉ ସେମାନଙ୍କ ବଦଳେ ବାସ କଲେ; କାରଣ ସେଠାରେ ସେମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଥିଲା।
42 Le esia wɔwɔ vɔ megbe la, aʋawɔla siawo dometɔ alafa atɔ̃ tso Simeon ƒe ƒome la me yi Seir ƒe to la dzi. Woƒe kplɔlawo nye Pelatia, Nearia, Refaya kple Uziel. Wo katã wonye Isi ƒe viwo.
ଆଉ, ସେମାନଙ୍କର କେତେକ ଲୋକ, ଅର୍ଥାତ୍‍, ଶିମୀୟୋନର ସନ୍ତାନଗଣ ମଧ୍ୟରୁ ପାଞ୍ଚ ଶହ ଜଣ ଈଶୀର ସନ୍ତାନ ପ୍ଲଟୀୟକୁ ଓ ନିୟରୀୟକୁ ଓ ରଫାୟକୁ ଓ ଉଷୀୟେଲକୁ ସେନାପତି କରି ସେୟୀର ପର୍ବତକୁ ଗଲେ।
43 Wowu ame ʋɛe siwo susɔ tso Amalek ƒomea me eye wotsi afi ma va se ɖe egbe.
ପୁଣି, ସେମାନେ ଅମାଲେକୀୟ ପଳାତକ ଅବଶିଷ୍ଟ ଲୋକମାନଙ୍କୁ ଆଘାତ କରି ସେଠାରେ ବାସ କଲେ, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।

< Kronika 1 4 >