< Fiawo 1 15 >

1 Le Yeroboam, Nebat ƒe vi ƒe fiaɖuɖu ƒe ƒe wuienyilia me la, Abiyam zu Yuda fia.
ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ରାଜତ୍ଵର ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜତ୍ୱ କରିବାକୁ ଲାଗିଲେ।
2 Eɖu fia ƒe etɔ̃ le Yerusalem. Dadaa ŋkɔe nye Maaka, Abisalom ƒe vinyɔnu.
ସେ ଯିରୂଶାଲମରେ ତିନି ବର୍ଷ ରାଜତ୍ୱ କଲେ ଓ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
3 Abiyam nye nu vɔ̃ wɔla gã aɖe abe fofoa ene eye eƒe dzi menɔ Yehowa, eƒe Mawu ŋu abe Fia David ene o.
ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା।
4 Togbɔ be Abiyam wɔ nu vɔ̃ hã la, le Fia David ta la, Yehowa mena David ƒe dzidzimeviwo ƒe fiaɖuɖu nu tso o
ତଥାପି ଦାଉଦଙ୍କ ସକାଶୁ ତାଙ୍କ ଉତ୍ତାରେ ତାଙ୍କର ପୁତ୍ରକୁ ସ୍ଥାପନ କରିବା ପାଇଁ ଓ ଯିରୂଶାଲମକୁ ସୁସ୍ଥିର କରିବା ପାଇଁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଯିରୂଶାଲମରେ ତାଙ୍କୁ ଏକ ପ୍ରଦୀପ ଦେଲେ।
5 elabena David ɖo to Yehowa le eƒe agbemeŋkekewo katã me negbe nu si wòwɔ Uria, Hititɔ la ko.
କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ ଓ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ।
6 Aʋawɔwɔ nɔ Israel kple Yuda dome enuenu le Abiyam ƒe fiaɖuɣi.
ଆଉ ଯାରବୀୟାମଙ୍କର ଯାବଜ୍ଜୀବନ ତାଙ୍କର ଓ ରିହବୀୟାମଙ୍କର ମଧ୍ୟରେ ଯୁଦ୍ଧ ଚାଲିଲା।
7 Woŋlɔ Abiyam ƒe ŋutinya mamlɛa ɖe Yuda fiawo ƒe ŋutinyagbalẽ me.
ପୁଣି, ଅବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କି ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ? ଆଉ ଅବୀୟାମ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଥିଲା।
8 Esi Abiyam ku la, woɖii ɖe David ƒe du la me eye via Asa ɖu fia ɖe eteƒe.
ପୁଣି, ଅବୀୟାମଙ୍କ ମୃତ୍ୟୁ ପରେ, ଲୋକମାନେ ତାହାଙ୍କୁ ଦାଉଦ-ନଗରରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାହାଙ୍କ ପଦରେ ରାଜ୍ୟ କଲେ।
9 Asa zu Yuda fia le Yerusalem le Yeroboam ƒe fiaɖuɖu ɖe Israel dzi ƒe ƒe blaevelia me.
ଇସ୍ରାଏଲର ରାଜା ଯାରବୀୟାମଙ୍କର ରାଜତ୍ଵର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।
10 Eɖu fia ƒe blaene-vɔ-ɖekɛ. Mamae nye Maaka, Abisalom ƒe vinyɔnu.
ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜତ୍ୱ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
11 Asa ɖɔ ŋu ɖo hewɔ nu si dza le Yehowa ƒe ŋkume abe ale si tɔgbuia Fia David wɔ ene.
ପୁଣି, ଆସା ଆପଣା ପୂର୍ବପୁରୁଷ ଦାଉଦଙ୍କର ନ୍ୟାୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ।
12 Ewu ŋutsu siwo nye gbolowɔlawo katã eye wòɖe legba siwo katã fofoa wɔ la ɖa.
ଆଉ ସେ ଦେଶରୁ ସଦୋମୀମାନଙ୍କୁ ତଡ଼ିଦେଲେ ଓ ଆପଣା ପିତୃଗଣ ନିର୍ମିତ ଦେବତା ସମସ୍ତ ଦୂର କରିଦେଲେ।
13 Fia Asa ɖe mamaa Maaka ɖa be maganye fianyɔnu o elabena etu aƒeli si nye ŋunyɔnu. Asa lã ati la ƒu anyi, flii, hetɔ dzoe le Kidron bali la me.
ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ଦେଲେ।
14 Togbɔ be megbã nuxeƒe siwo nɔ toawo dzi o hã la, eƒe dzi nɔ Yehowa ŋu le eƒe agbemeŋkekewo katã me.
ମାତ୍ର ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଅନ୍ତଃକରଣ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ସିଦ୍ଧ ଥିଲା।
15 Egbugbɔ klosalo kple sika kple ŋudɔwɔnu siwo ŋu eya kple fofoa kɔ la va Yehowa ƒe gbedoxɔ la me.
ପୁଣି, ସେ ଆପଣା ପିତାଙ୍କର ପ୍ରତିଷ୍ଠିତ, ଆପଣାର ପ୍ରତିଷ୍ଠିତ ରୂପା, ସୁନା ଓ ପାତ୍ରସବୁ ସଦାପ୍ରଭୁଙ୍କ ଗୃହକୁ ଆଣିଲେ।
16 Aʋawɔwɔ nɔ edzi ɖaa le Yuda fia Asa kple Israel fia Baasa dome.
ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କ ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
17 Baasa, Israel fia ho aʋa ɖe Yuda ŋu. Eɖo gli sesẽ ƒo xlã Rama, ale be ame aɖeke mate ŋu age ɖe Yuda fia Asa ƒe nuto me alo ado tso eme o.
ଆଉ ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ।
18 Ale Asa tsɔ klosalo kple sika siwo katã susɔ ɖe Yehowa ƒe gbedoxɔ la ƒe nudzraɖoƒe kple nu xɔasi siwo katã nɔ fiasã la me la na eŋumewo. Ena be woatsɔ wo aɖana Siria fia Ben Hadad, si nye Hezion vi Tabrimon ƒe vi le Damasko eye woagblɔ nɛ bena,
ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ଡାରରୁ, ରାଜଗୃହର ଭଣ୍ଡାରରୁ ଅବଶିଷ୍ଟ ସବୁ ରୂପା ଓ ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଓ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍‍ହଦଦ୍‍ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ,
19 “Na míagbugbɔ míaƒe dedinɔnɔ ƒe nubabla si nɔ fofowò kple fofonye dome la awɔ yeyee. Kpɔ ɖa, xɔ klosalo kple sika sia ale be nàtu nubabla si le wò kple Israel fia, Baasa dome ale be wòadzudzɔ aʋawɔwɔ kplim.”
“ମୋର ଓ ତୁମ୍ଭ ମଧ୍ୟରେ, ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ନିୟମ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନାର ଭେଟି ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ।”
20 Ben Hadad lɔ̃ ɖe Fia Asa ƒe nya la dzi heƒo eƒe aʋakɔ nu ƒu eye wòho aʋa ɖe Israel ƒe duwo ŋu. Egbã Iyɔn, Dan, Abel Bet Maka kple Kineret blibo la hekpe ɖe Naftalinyigba blibo la ŋu.
ଏଥିରେ ବିନ୍‍ହଦଦ୍‍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍‍, ଦାନ୍, ଆବେଲ୍‍-ବେଥ୍-ମାଖା, ସମୁଦାୟ କିନ୍ନେରତ୍‍ ଓ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା।
21 Esi Baasa se be woho aʋa ɖe yeƒe duwo ŋu la, edzudzɔ Rama du la tutu eye wòtrɔ yi Tirza.
ତହୁଁ ବାଶା ଏହି କଥା ଶୁଣି ରାମା ଦୃଢ଼କରଣରୁ କ୍ଷାନ୍ତ ହୋଇ ତିର୍ସାରେ ବାସ କଲେ।
22 Fia Asa ɖe gbeƒã le Yudanyigba blibo la dzi be ŋutsu lãmesesẽtɔ ɖe sia ɖe nava na kpekpeɖeŋu yewoagbã Rama eye yewoalɔ xɔtukpewo kple xɔtutiwo katã adzoe. Fia Asa wɔ xɔtunu siawo ŋu dɔ tsɔ tu Geba du le Benyamin kple Mizpa du la.
ତେବେ ଆସା ରାଜା ସମୁଦାୟ ଯିହୁଦା ନିକଟରେ ଘୋଷଣା କଲେ; କାହାକୁ ହିଁ ଛାଡ଼ିଲେ ନାହିଁ; ତହୁଁ ବାଶା ଯେଉଁ ପ୍ରସ୍ତର ଓ କାଷ୍ଠ ନେଇ ରାମା ନଗର ନିର୍ମାଣ କରିଥିଲେ, ତାହାସବୁ ସେମାନେ ବହି ନେଇଗଲେ। ତହିଁରେ ଆସା ରାଜା ବିନ୍ୟାମୀନ୍‍ର ଗେବା ଓ ମିସ୍ପା ନଗର ଦୃଢ଼ କଲେ।
23 Woŋlɔ Asa ƒe agbemeŋutinya mamlɛa, dukɔ siwo dzi wòɖu, eƒe nuwɔwɔwo kple du siwo wòtso la ɖe Yuda fiawo ƒe ŋutinyagbalẽwo me. Dɔléle va dze eƒe afɔwo dzi le eƒe tsitsime.
ଏହି ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସମସ୍ତ କ୍ରିୟା, ପୁଣି, ଯେ ଯେ ନଗର ସେ ଦୃଢ଼ କରିଥିଲେ, ସେହି ସବୁ କଥା କି ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? ମାତ୍ର ବୃଦ୍ଧାବସ୍ଥାରେ ତାଙ୍କର ପାଦରେ ରୋଗ ହୋଇଥିଲା।
24 Esi wòku la, woɖii ɖe fiawo ɖiƒe le Yerusalem. Via Yehosafat zu Yuda fia ɖe eyome.
ଏଥିଉତ୍ତାରେ ଆସାଙ୍କ ମୃତ୍ୟୁ ପରେ, ସେ ଆପଣା ପିତା ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ, ପୁଣି, ତାଙ୍କର ପୁତ୍ର ଯିହୋଶାଫଟ୍‍ ତାହାଙ୍କ ପଦରେ ରାଜ୍ୟ କଲେ।
25 Le ɣeyiɣi siawo me la, Nadab, Yeroboam ƒe vi zu fia le Israel, le Yuda fia Asa ƒe fiaɖuɖu ƒe ƒe evelia me. Eɖu fia ƒe eve,
ଯିହୁଦାର ଆସା ରାଜାଙ୍କର ରାଜତ୍ଵର ଦ୍ୱିତୀୟ ବର୍ଷରେ ଯାରବୀୟାମଙ୍କର ପୁତ୍ର ନାଦବ୍‍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
26 ke menye fia nyui aɖeke o. Esubɔ legba geɖewo eye wòhe Israel dukɔ la de nu vɔ̃ me abe fofoa ene.
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଆପଣା ପିତାଙ୍କର ପଥରେ ଓ ତାଙ୍କର ପିତା ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ସେହି ପାପରେ ଚାଲିଲେ।
27 Baasa, Ahiya ƒe vi si tso Isaka ƒe to la me ɖo nugbe ɖe eŋu eye wòwui esime wònɔ Israel ƒe aʋakɔ la me eye wòɖe to ɖe Gibeton, si nye Filistitɔwo ƒe du.
ଏଥିଉତ୍ତାରେ ଇଷାଖର ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ପୁଣି, ବାଶା ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍‍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ।
28 Ale Baasa zu Israel fia ɖe Nadab teƒe le Tirza; le Yuda fia, Asa ƒe fiaɖuɖu ƒe ƒe etɔ̃lia me.
ଯିହୁଦାର ଆସା ରାଜାଙ୍କ ରାଜତ୍ଵର ତୃତୀୟ ବର୍ଷରେ ବାଶା ନାଦବ୍‍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
29 Baasa wu Fia Yeroboam ƒe dzidzimeviwo katã enumake, ale ame aɖeke megasusɔ ɖe fiaƒome la me o, abe ale si Yehowa gblɔe da ɖi be ava eme esime wòƒo nu kple Nyagblɔɖila Ahiya tso Silo la ene.
ପୁଣି, ସେ ରାଜା ହେବାକ୍ଷଣେ ଯାରବୀୟାମଙ୍କର ସମୁଦାୟ ବଂଶକୁ ଉଚ୍ଛିନ୍ନ କଲେ; ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହୀୟ ହସ୍ତରେ ଯେଉଁ କଥା କହିଥିଲେ, ତଦନୁସାରେ ବାଶା ଯାରବୀୟାମଙ୍କର ଏକ ପ୍ରାଣୀକୁ ହିଁ ଅବଶିଷ୍ଟ ରଖିଲେ ନାହିଁ, ସମସ୍ତଙ୍କୁ ସଂହାର କଲେ।
30 Esia va eme esi Yeroboam do dɔmedzoe na Yehowa, Israel ƒe Mawu la to eya ŋutɔ ƒe nu vɔ̃ wɔwɔ kple Israelviwo kpɔkplɔ de nu vɔ̃ me la ta.
କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଲେ ଓ ବିରକ୍ତିଜନକ କର୍ମ ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କଲେ।
31 Woŋlɔ nya bubuawo tso Baasa ƒe fiaɖuɖu ŋuti ɖe Israel fiawo ƒe ŋutinyagbalẽ me.
ଏହି ନାଦବ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସକଳ କ୍ରିୟା କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
32 Aʋawɔwɔ nɔ edzi le Yuda fia Asa kple Israel fia Baasa dome le woƒe fiaɖuɣiwo me.
ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କର ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
33 Le Asa, Yuda fia ƒe fiaɖuɖu ƒe ƒe etɔ̃lia me la, Baasa, Ahiya ƒe vi zu Israel fia le Tirza. Eɖu fia ƒe blaeve-vɔ-ene.
ଯିହୁଦାର ଆସା ରାଜାଙ୍କର ରାଜତ୍ଵର ତୃତୀୟ ବର୍ଷରେ ଅହୀୟର ପୁତ୍ର ବାଶା ତିର୍ସାରେ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଚବିଶ ବର୍ଷ ରାଜତ୍ୱ କଲେ।
34 Ewɔ nu vɔ̃ le Yehowa ŋkume, eto Yeroboam ƒe afɔtoƒe eye wòwɔ nu vɔ̃ siwo Yeroboam na Israel wɔ le eƒe fiaɖuɣi.
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଯାରବୀୟାମଙ୍କର ପଥରେ ଓ ଯଦ୍ଦ୍ୱାରା ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ଚାଲିଲେ।

< Fiawo 1 15 >