< Kronika 2 26 >
1 Yuda blibo la tsɔ Uzia, ame si xɔ ƒe wuiade la ɖo fiae ɖe fofoa, Amazia, teƒe.
ଏଥିଉତ୍ତାରେ ଯିହୁଦାର ଲୋକ ସମସ୍ତେ ଷୋଳ ବର୍ଷ ବୟସ୍କ ଉଷୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କର ପଦରେ ତାଙ୍କୁ ରାଜା କଲେ।
2 Le fofoa Amazia ƒe ku megbe la, egbugbɔ Elat du la tu eye wògbugbɔe xɔ na Yuda.
ରାଜାଙ୍କ ମୃତ୍ୟୁ ପରେ ଉଷୀୟ ଏଲତ୍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
3 Uzia xɔ ƒe wuiade esi wòzu fia eye wòɖu dzi le Yerusalem ƒe blaatɔ̃ vɔ eve. Dadaa ŋkɔe nye Yekolia tso Yerusalem.
ଉଷୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।
4 Azaria nye fia nyui aɖe eye Yehowa kpɔ ŋudzedze le eŋu abe ale si wòkpɔe le fofoa, Amazia, ŋu ene
ପୁଣି, ସେ ଆପଣା ପିତା ଅମତ୍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
5 Le Zekaria ƒe agbenɔɣi la, Uzia dina ɣe sia ɣi be yeadze Mawu ŋu. Zaxarya nye ame si kpɔa ɖeɖefia tɔxɛwo tsoa Mawu gbɔ. Ŋkeke ale si fia la zɔ le Mawu ƒe ɖoɖowo nu ko la, nuwo dze edzi nɛ elabena Mawu yrae.
ଆଉ, ପରମେଶ୍ୱରୀୟ ଦର୍ଶନ ସମ୍ବନ୍ଧରେ ବୁଦ୍ଧିମାନ ଜିଖରୀୟର ସମୟରେ ସେ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣାକୁ ନିବିଷ୍ଟ କଲେ ଓ ସେ ଯେତେ ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ସେତେ ସମୟ ପର୍ଯ୍ୟନ୍ତ ପରମେଶ୍ୱର ତାଙ୍କୁ କୃତକାର୍ଯ୍ୟ ହେବାକୁ ଦେଲେ।
6 Eho aʋa ɖe Filistitɔwo ŋu eye wòɖu Gat kple Yabne kple Asdod dzi eye wòmu woƒe gliwo ƒu anyi. Etso du yeyewo ɖe Asdod nutomewo kple teƒe bubuwo le Filistitɔwo ƒe anyigba dzi.
ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍-ନଗରର ପ୍ରାଚୀର ଓ ଯବ୍ନିର ପ୍ରାଚୀର ଓ ଅସ୍ଦୋଦର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍ଦୋଦ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ
7 Mawu kpe ɖe eŋu, menye le aʋawɔwɔ kple Filistitɔwo ɖeɖe ko me o, ke boŋ le aʋa siwo wòwɔ kple Gur Baal ƒe Arabiatɔwo kple Meunitɔwo hã me.
ଆହୁରି, ପରମେଶ୍ୱର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଓ ଗୁରୁବାଲ୍-ନିବାସୀ ଆରବୀୟମାନଙ୍କ ଓ ମିୟୂନୀୟମାନଙ୍କ ପ୍ରତିକୂଳରେ ତାଙ୍କର ସାହାଯ୍ୟ କଲେ।
8 Amonitɔwo dzɔa nu nɛ ƒe sia ƒe eye eƒe ŋkɔ ɖi hoo yi keke Egipte ke elabena enye fia ŋusẽtɔ aɖe.
ପୁଣି, ଅମ୍ମୋନୀୟମାନେ ଉଷୀୟଙ୍କୁ ଦର୍ଶନୀ ଦେଲେ ଓ ତାଙ୍କର ନାମ ମିସରର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେଲା; କାରଣ ସେ ବେଳକୁ ବେଳ ବଳିଷ୍ଠ ହେଲେ।
9 Etu xɔ tsralawo ɖe Yerusalem le Dzigbegbo kple Balimegbo la nu kple afi si gli la glɔ̃ mɔ le eye wòglã wo.
ଆହୁରି, ଉଷୀୟ ଯିରୂଶାଲମର କୋଣ-ଦ୍ୱାରରେ ଓ ଉପତ୍ୟକା-ଦ୍ୱାରରେ ଓ ପ୍ରାଚୀର-କୋଣରେ ଦୁର୍ଗ ନିର୍ମାଣ କରି ତାହାସବୁ ଦୃଢ କଲେ।
10 Etu mɔwo ɖe Negeb hã eye wòɖe vudo geɖewo elabena lãha geɖewo nɔ esi le balimewo kple gbadzaƒewo. Agbledede doa dzidzɔ nɛ ale agble kple waingble geɖewo nɔ esi, le toawo ŋu kple balime afi si nukuwo nyona le nyuie.
ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ।
11 Ema eƒe aʋakɔ la ɖe aʋalɔglowo me eye wòde amewo wo me abe ale si Yeiel, aʋakɔ la ƒe nuŋlɔla kple eƒe kpeɖeŋutɔ Maaseya, ɖoe da ɖi ene. Aʋafia gã lae nye aʋakplɔla Hananiya.
ଆହୁରି, ଉଷୀୟଙ୍କର ଯୁଦ୍ଧକାରୀ ସୈନ୍ୟସାମନ୍ତ ଥିଲେ, ସେମାନେ ରାଜାଙ୍କର ହନାନୀୟ ନାମକ ଏକ ସେନାପତିର ଅଧୀନରେ ଯିୟୀୟେଲ୍ ଲେଖକର ଓ ମାସେୟ ଶାସନକର୍ତ୍ତାର ଗଣିତ ସଂଖ୍ୟାନୁସାରେ ଦଳ ଦଳ ହୋଇ ଯୁଦ୍ଧ କରିବାକୁ ଯାତ୍ରା କଲେ।
12 Hlɔ̃wo ƒe tatɔwo akpe eve alafa ade nɔ aʋalɔglo siawo nu.
ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକଙ୍କର ସମୁଦାୟ ସଂଖ୍ୟା ଦୁଇ ହଜାର ଛଅ ଶହ ଥିଲା।
13 Aʋawɔla xɔŋkɔ akpe alafa etɔ̃ kple adre kple alafa atɔ̃ nɔ aʋakɔ la me.
ପୁଣି, ସେମାନଙ୍କ ହସ୍ତାଧୀନରେ ତିନି ଲକ୍ଷ ସାତ ହଜାର ପାଞ୍ଚ ଶହ ଶିକ୍ଷିତ ସୈନ୍ୟ ଥିଲେ, ଏମାନେ ଶତ୍ରୁ ବିରୁଦ୍ଧରେ ରାଜାଙ୍କର ସାହାଯ୍ୟ ନିମନ୍ତେ ଅତି ପରାକ୍ରମରେ ଯୁଦ୍ଧ କଲେ।
14 Uzia na akpoxɔnuwo, akplɔwo, gakukuwo, gawuwo, datiwo kple akafomekpewo wo.
ପୁଣି, ଉଷୀୟ ସେହି ସମସ୍ତ ସୈନ୍ୟଦଳ ନିମନ୍ତେ ଢାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟିଣୀ ପଥର ପ୍ରସ୍ତୁତ କଲେ।
15 Ena nunyala aɖe wɔ aʋawɔmɔ aɖewo le Yerusalem, aʋawɔmɔ siawo tea ŋu daa aŋutrɔwo kple kpe gãwo tso xɔ kɔkɔwo kple xɔwo tame. Ale eƒe ŋkɔ de dzi ŋutɔ elabena Yehowa kpe ɖe eŋu nukutɔe va se ɖe esime wòzu fia ŋusẽtɔ gã aɖe.
ଆଉ, ସେ ଯିରୂଶାଲମରେ ଶିଳ୍ପକାରମାନଙ୍କ କଳ୍ପିତ ଯନ୍ତ୍ର ପ୍ରସ୍ତୁତ କରି ତଦ୍ଦ୍ୱାରା ତୀର ଓ ବଡ଼ ବଡ଼ ପଥର ନିକ୍ଷେପ କରିବା ନିମନ୍ତେ ତାହାସବୁ ଦୁର୍ଗସବୁରେ ଓ ପ୍ରାଚୀର-ଚୂଡ଼ାରେ ରଖିଲେ ପୁଣି, ତାଙ୍କର ନାମ ବହୁ ଦୂର ବ୍ୟାପ୍ତ ହେଲା; କାରଣ ସେ ବଳିଷ୍ଠ ହେବା ପର୍ଯ୍ୟନ୍ତ ଆଶ୍ଚର୍ଯ୍ୟ ରୂପେ ସାହାଯ୍ୟ ପ୍ରାପ୍ତ ହେଲେ।
16 Ke esi ŋusẽ ɖo Uzia ŋu vɔ megbe la, dada si nɔ eme la na wòdze anyi. Meɖi anukware na Yehowa, eƒe Mawu la o, ke boŋ ege ɖe Yehowa ƒe gbedoxɔ la me be yeado dzudzɔ le dzudzɔʋeʋĩdovɔsamlekpui la dzi.
ମାତ୍ର ସେ ବଳବାନ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
17 Azaria, nunɔla la kple Yehowa ƒe nunɔla dzideƒotɔ blaenyi, bubu kplɔe ɖo ge ɖe eme.
ତହିଁରେ ଅସରୀୟ ଯାଜକ ଓ ତାହା ସଙ୍ଗେ ସଦାପ୍ରଭୁଙ୍କର ଅଶୀ ଜଣ ପରାକ୍ରାନ୍ତ ଯାଜକ ତାଙ୍କର ପଛେ ପଛେ ଗଲେ;
18 Wotɔ gbee gblɔ be, “Medze be wò, Uzia, nàdo dzudzɔ ʋeʋĩ na Yehowa o. Nunɔlawo ƒe dɔe, Aron ƒe dzidzimeviwo, ame siwo ŋu wokɔ be woado dzudzɔ ʋeʋĩ. Do go le Kɔkɔeƒe la elabena mèwɔ nuteƒe o eye Yehowa Mawu made bubu ŋuwò o.”
ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, “ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ-ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।”
19 Uzia, ame si lé dzudzɔdonu ɖe asi eye wònɔ klalo be yeado dzudzɔ la, do dɔmedzoe vevie. Esi wònɔ dziku dom ɖe nunɔlaawo ŋu, le wo ŋkume, le Yehowa ƒe gbedoxɔ la ƒe dzudzɔʋeʋĩdovɔsamlekpui la ŋgɔ la, kpodɔ dze eƒe ŋgonu zi ɖeka.
ସେତେବେଳେ ଉଷୀୟ କୋପାନ୍ୱିତ ହେଲେ; ପୁଣି ଧୂପ ଜ୍ୱଳାଇବା ନିମନ୍ତେ ତାଙ୍କର ହସ୍ତରେ ଧୂପାଚି ଥିଲା; ପୁଣି ସେ ଯାଜକମାନଙ୍କ ପ୍ରତି କୋପାନ୍ୱିତ ଥାଉ ଥାଉ ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କ ସାକ୍ଷାତରେ ଧୂପବେଦି ନିକଟରେ ତାଙ୍କର କପାଳରେ କୁଷ୍ଠ ପ୍ରକାଶ ପାଇଲା।
20 Esi nunɔlagã Azaria kple nunɔla bubuawo katã nye kɔ kpɔe la, wokpɔ be edze kpodɔ ɖe ŋgonu eya ta wonyae do goe enumake le gbedoxɔ la me. Le nyateƒe me la, eya ŋutɔ hã tsi dzi na dodo elabena Yehowa ƒoe vevie.
ତହିଁରେ ପ୍ରଧାନ ଯାଜକ ଅସରୀୟ ଓ ଅନ୍ୟ ସକଳ ଯାଜକ ତାଙ୍କୁ ଅନାନ୍ତେ, ଦେଖ, ତାଙ୍କର କପାଳରେ କୁଷ୍ଠ ହୋଇଅଛି, ତହୁଁ ସେମାନେ ଶୀଘ୍ର ତାଙ୍କୁ ସେଠାରୁ ତଡ଼ିଦେଲେ; ମଧ୍ୟ ସେ ଆପେ ବାହାରି ଯିବା ପାଇଁ ଚଞ୍ଚଳ ହେଲେ, କାରଣ ସଦାପ୍ରଭୁ ତାଙ୍କୁ ଆଘାତ କରିଥିଲେ।
21 Ale Fia Uzia dze kpodɔ va se ɖe eƒe kugbe. Kpodɔ la nɔ eŋu, woɖee ɖe aga ɖe aƒe aɖe me eye womeɖe mɔ nɛ be wòagava Yehowa ƒe gbedoxɔ me o. Via, Yotam zu fiateƒenɔla le fiasã la me eye wòɖu ame siwo nɔ anyigba la dzi la dzi.
ତହିଁରେ ଉଷୀୟ ରାଜା ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ପୃଥକ ଗୃହରେ ବାସ କଲେ; କାରଣ ସେ ସଦାପ୍ରଭୁଙ୍କ ଗୃହରୁ ଉଚ୍ଛିନ୍ନ ହେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ରାଜଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।
22 Nu bubu siwo dzɔ le Uzia ƒe fiaɖuɣi, tso gɔmedzedzea va se ɖe nuwuwu la, Nyagblɔdila Yesaya, Amoz ƒe vi ŋlɔ wo katã da ɖi.
ଏହି ଉଷୀୟଙ୍କର ଆଦ୍ୟନ୍ତ ଅବଶିଷ୍ଟ ବୃତ୍ତାନ୍ତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ଲେଖିଲେ।
23 Uzia ku eye woɖii ɖe abɔ si me woɖia fiawo ɖo la gbɔ elabena ameawo gblɔ be, “Edze kpodɔ.” Ke via Yotam ɖu fia ɖe eteƒe.
ଏହିରୂପେ ଉଷୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କର ପିତୃଗଣ ସହିତ ରାଜାମାନଙ୍କ କବର କ୍ଷେତ୍ରରେ ତାଙ୍କୁ କବର ଦେଲେ; କାରଣ ସେମାନେ କହିଲେ, “ସେ କୁଷ୍ଠୀ;” ତହୁଁ ତାଙ୍କର ପୁତ୍ର ଯୋଥମ୍ ତାଙ୍କର ପଦରେ ରାଜ୍ୟ କଲେ।