< Fiawo 2 10 >
1 Azɔ la, viŋutsu blaadre nɔ Ahab ƒe aƒe me le Samaria. Ale Yehu ŋlɔ agbalẽwo ɖo ɖe Samaria na dumegã siwo nɔ Yezreel kple dumemetsitsiwo kple Ahab ƒe viwo dzikpɔlawo. Eŋlɔ ɖe wo me be,
ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ। ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା,
2 “Ne agbalẽ sia ka mia si ko la, zi ale si miaƒe aƒetɔ ƒe viŋutsuwo le mia gbɔ eye tasiaɖamwo kple sɔwo kple du si woɖo gli ƒo xlãe kple aʋawɔnuwo le mia si la,
“ତୁମ୍ଭମାନଙ୍କ ପ୍ରଭୁର ପୁତ୍ରଗଣ ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ପୁଣି ରଥ ଓ ଅଶ୍ୱଗଣ, ମଧ୍ୟ ଏକ ପ୍ରାଚୀର-ବେଷ୍ଟିତ ନଗର ଓ ଅସ୍ତ୍ରଶସ୍ତ୍ର ତୁମ୍ଭମାନଙ୍କର ହସ୍ତଗତ ଅଛି।
3 mitia miaƒe aƒetɔ ƒe viŋutsuwo dometɔ nyuitɔ kple esi dzi mieka ɖo wu la miatsɔe aɖo fofoa ƒe fiazikpui dzi. Ekema miaʋli miaƒe aƒetɔ ƒe aƒe ta.”
ଏହେତୁ ତୁମ୍ଭମାନଙ୍କ ନିକଟରେ ଏହି ପତ୍ର ଉପସ୍ଥିତ ହେବା ମାତ୍ରେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରଗଣ ମଧ୍ୟରୁ ସର୍ବାପେକ୍ଷା ଉତ୍ତମ ଓ ଉପଯୁକ୍ତ ଜଣକୁ ବାଛ ଓ ତାହାକୁ ତାହାର ପିତାର ସିଂହାସନରେ ବସାଅ ଓ ତୁମ୍ଭେମାନେ ଆପଣା ପ୍ରଭୁର ବଂଶ ପକ୍ଷରେ ଯୁଦ୍ଧ କର।”
4 Ke vɔvɔ̃ ɖo ameawo akpa na nu sia wɔwɔ eye wogblɔ be, “Fia eve mete ŋu nɔ te ɖe Yehu nu o, nu ka míawo míate ŋu awɔ?”
ମାତ୍ର ସେମାନେ ଅତିଶୟ ଭୀତ ହୋଇ କହିଲେ, “ଦେଖ, ସେ ଦୁଇ ରାଜା ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ; ତେବେ ଆମ୍ଭେମାନେ କିପରି ଠିଆ ହେବା?”
5 Ale fiasãmenyawo dzi kpɔla, dumegãwo, kplɔlawo kple Ahab ƒe viwo dzi kpɔla ɖo du ɖe Yehu be, “Fia Yehu, wò subɔlawo míenye. Míele klalo be míawɔ nu sia nu si nàɖo na mí. Míeɖo be wò boŋ nànye míaƒe fia ɖe Ahab ƒe viwo teƒe.”
ଏହେତୁ ଗୃହାଧ୍ୟକ୍ଷ ଓ ନଗରାଧ୍ୟକ୍ଷ, ମଧ୍ୟ ପ୍ରାଚୀନମାନେ ଓ ସନ୍ତାନଗଣର ପ୍ରତିପାଳକମାନେ ଯେହୂଙ୍କ ନିକଟକୁ ଏହି କଥା କହି ପଠାଇଲେ, “ଆମ୍ଭେମାନେ ଆପଣଙ୍କର ଦାସ ଓ ଆପଣ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିବେ, ଆମ୍ଭେମାନେ ତାହାସବୁ କରିବୁ; ଆମ୍ଭେମାନେ କୌଣସି ଲୋକକୁ ରାଜା କରିବୁ ନାହିଁ; ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା ଆପଣ କରନ୍ତୁ।”
6 Yehu ɖo eŋu ɖo ɖe wo be, “Ne miele dzinye eye miele nye ɖoɖowo dzi wɔ ge la, ekema mitsɔ miaƒe aƒetɔ Ahab ƒe viŋutsuwo ƒe tawo vɛ nam le Yezreel etsɔ ɣe aleawo ɣi.” Ahab ƒe viŋutsu blaadre siawo nɔ amegãwo ƒe aƒewo me le dua me, afi si wonyi wo le tso woƒe ɖevime ke.
ତହୁଁ ଯେହୂ ଦ୍ୱିତୀୟ ଥର ସେମାନଙ୍କ ନିକଟକୁ ପତ୍ର ଲେଖିଲେ, ଯଥା, “ଯଦି ତୁମ୍ଭେମାନେ ମୋହର ପକ୍ଷ ଓ ଯଦି ତୁମ୍ଭେମାନେ ମୋʼ କଥାରେ ମନୋଯୋଗ କରିବ, ତେବେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରମାନଙ୍କ ମସ୍ତକ ଘେନି ଆସନ୍ତାକାଲି ଏହି ସମୟରେ ଯିଷ୍ରିୟେଲକୁ ମୋʼ ନିକଟକୁ ଆସ।” ସେହି ସତୁରି ଜଣ ରାଜପୁତ୍ର ଆପଣାମାନଙ୍କ ପ୍ରତିପାଳକ ନଗରସ୍ଥ ପ୍ରଧାନ ଲୋକଙ୍କ ସଙ୍ଗରେ ଥିଲେ।
7 Esi woxɔ agbalẽa la, wowu wo ame blaadreawo katã eye wotsɔ woƒe tawo de kusiwo me heyi na Fia Yehu le Yezreel.
ଏଥିଉତ୍ତାରେ ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଟୋକେଇରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ।
8 Dɔla aɖe gblɔ na Yehu be, “Ahab ƒe viwo ƒe tawo va ɖo.” Yehu ɖe gbe be, “Mili kɔ wo ɖe teƒe eve ɖe dua ƒe agbo nu; woanɔ afi ma va se ɖe ŋufɔke.”
ଏଥିରେ ଜଣେ ଦୂତ ଆସି ଯେହୂଙ୍କୁ ଜଣାଇ କହିଲା, “ସେମାନେ ରାଜପୁତ୍ରମାନଙ୍କ ମସ୍ତକ ଆଣିଅଛନ୍ତି।” ତହିଁରେ ସେ କହିଲେ, “ଦ୍ୱାର-ପ୍ରବେଶ ସ୍ଥାନରେ ଦୁଇ ଗଦା କରି ପ୍ରାତଃକାଳ ପର୍ଯ୍ୟନ୍ତ ସେସବୁ ରଖ।”
9 Esi ŋu ke la, Yehu do go. Etsi tsitre ɖe ameawo katã ŋkume hegblɔ be, “Mia tɔ dzɔ. Nyee ɖo nugbe ɖe nye aƒetɔ ŋu eye mewui, ke ame kae wu ame siawo katã?
ଏଥିଉତ୍ତାରେ ପ୍ରାତଃକାଳରେ ଯେହୂ ବାହାରକୁ ଯାଇ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଧାର୍ମିକ ଲୋକ; ଦେଖ, ମୁଁ ଆପଣା ପ୍ରଭୁ ବିରୁଦ୍ଧରେ ଚକ୍ରାନ୍ତ କରି ତାହାକୁ ବଧ କଲି; ମାତ୍ର ଏସମସ୍ତଙ୍କୁ କିଏ ବଧ କଲା?
10 Ekema minyae be, nya ɖeka pɛ hã mado le nya siwo Yehowa gblɔ ɖe Ahab ƒe aƒe ŋu la me o. Yehowa wɔ nu si ŋugbe wòdo to eƒe dɔla Eliya dzi.”
ଏବେ ଜାଣ ଯେ, ସଦାପ୍ରଭୁ ଆହାବ-ବଂଶ ବିଷୟରେ ଯାହା କହିଅଛନ୍ତି, ସଦାପ୍ରଭୁଙ୍କ ସେହି ବାକ୍ୟରୁ କିଛି ହିଁ ତଳେ ପଡ଼ିବ ନାହିଁ; କାରଣ ସଦାପ୍ରଭୁ ଆପଣା ଦାସ ଏଲୀୟଙ୍କ ଦ୍ୱାରା ଯାହା କହିଥିଲେ, ତାହା ସଫଳ କରିଅଛନ୍ତି।”
11 Le esia megbe la, Yehu wu Ahab ƒe ƒometɔ mamlɛ siwo nɔ Yezreel kple eŋume veviwo kple xɔlɔ̃awo kple eƒe nunɔlawo. Mlɔeba la, ame siwo katã nɔ Ahab ŋu kplikplikpli kpɔ la dometɔ aɖeke mesusɔ o.
ତହୁଁ ଯେହୂ ଆହାବଙ୍କର କାହାକୁ ଅବଶିଷ୍ଟ ନ ରଖିବା ପର୍ଯ୍ୟନ୍ତ ଯିଷ୍ରିୟେଲରେ ତାଙ୍କ ବଂଶର ଅବଶିଷ୍ଟ ସମସ୍ତଙ୍କୁ, ଓ ତାଙ୍କ ପ୍ରଧାନ ଲୋକ ସମସ୍ତଙ୍କୁ, ତାଙ୍କ ଆତ୍ମୀୟ ବନ୍ଧୁମାନଙ୍କୁ, ଓ ତାଙ୍କର ଯାଜକମାନଙ୍କୁ ବଧ କଲେ।
12 Azɔ la, Yehu dze mɔ yina Samaria. Esi wòɖo Bet Eked afi si alẽkplɔlawo nɔna la,
ଏଥିଉତ୍ତାରେ ଯେହୂ ଉଠି ପ୍ରସ୍ଥାନ କରି ଶମରୀୟାକୁ ଗଲେ। ପୁଣି ସେ ପଥ ମଧ୍ୟରେ ମେଷପାଳକମାନଙ୍କ ମେଷଲୋମ-ଚ୍ଛେଦନ ଗୃହ ନିକଟରେ ଉପସ୍ଥିତ ହୁଅନ୍ତେ,
13 edo go Yuda fia, Ahazia nɔviŋutsuwo le afi ma eye wòbia wo be, “Ame kawoe mienye?” Woɖo eŋu be, “Fia Ahazia ƒe ƒometɔwo míenye, míeyina Samaria be míakpɔ Fia Ahab kple fiasrɔ̃ Yezebel ƒe viwo ɖa.”
ଯେହୂ ଯିହୁଦାର ରାଜା ଅହସୀୟଙ୍କର ଭ୍ରାତୃଗଣକୁ ଭେଟି ପଚାରିଲେ, “ତୁମ୍ଭେମାନେ କିଏ?” ସେମାନେ ଉତ୍ତର କଲେ, “ଆମ୍ଭେମାନେ ଅହସୀୟଙ୍କର ଭାଇ; ଆଉ ଆମ୍ଭେମାନେ ରାଜାଙ୍କ ସନ୍ତାନମାନଙ୍କର ଓ ରାଣୀଙ୍କ ସନ୍ତାନମାନଙ୍କର ମଙ୍ଗଳବାଦ କରିବାକୁ ଯାଉଅଛୁ।”
14 Fia Yehu ɖe gbe na eƒe amewo be, “Milé wo!” Wolé wo eye wokplɔ wo ame blaeve-vɔ-eneawo katã yi ɖawu le Bet Eked, do aɖe gbɔ.
ଏଥିରେ ଯେହୂ କହିଲେ, “ଏମାନଙ୍କୁ ଜିଅନ୍ତା ଧର।” ତହୁଁ ଲୋକମାନେ ସେମାନଙ୍କୁ ଜୀଅନ୍ତା ଧରି ମେଷଲୋମ ଚ୍ଛେଦନଗୃହର ଗର୍ତ୍ତ ନିକଟରେ ସେହି ବୟାଳିଶ ଜଣଙ୍କୁ ବଧ କଲେ, ସେ ସେମାନଙ୍କର କାହାକୁ ଅବଶିଷ୍ଟ ରଖିଲେ ନାହିଁ।
15 Esi Yehu dzo le amedzrodzeƒea la, edo go Yehonadab, Rekab ƒe vi, ame si gbɔna be yeakpee. Wodo gbe na wo nɔewo eye Yehu biae be, “Èle dzinye abe ale si mele dziwò enea?” Yehonadab ɖo eŋu be, “Ɛ̃.” Yehu gblɔ nɛ be, “Ekema na asim!” Ena asii eye Yehu na wòge ɖe eƒe tasiaɖam me.
ଏଥିଉତ୍ତାରେ ଯେହୂ ସେଠାରୁ ପ୍ରସ୍ଥାନ କରନ୍ତେ, ଆପଣା ସମ୍ମୁଖରେ ଆଗମନକାରୀ ରେଖବର ପୁତ୍ର ଯିହୋନାଦବ୍କୁ ଭେଟିଲେ। ସେ ତାହାକୁ ମଙ୍ଗଳବାଦ କରି ପଚାରିଲେ, “ଯେପରି ତୁମ୍ଭ ପ୍ରତି ମୋʼ ମନ ସରଳ, ସେପରି ତୁମ୍ଭ ମନ କି ମୋʼ ପ୍ରତି ଅଛି?” ଏଥିରେ ଯିହୋନାଦବ୍ ଉତ୍ତର କଲା, “ହଁ, ଅଛି।” “ତାହାହେଲେ ମୋତେ ତୁମ୍ଭ ହସ୍ତ ଦିଅ।” ତହୁଁ ଯିହୋନାଦବ୍ ତାଙ୍କୁ ଆପଣା ହସ୍ତ ଦିଅନ୍ତେ, ଯେହୂ ତାହାକୁ ଆପଣା ନିକଟକୁ ରଥ ଉପରକୁ ନେଲେ।
16 Yehu gblɔ nɛ be, “Azɔ, va míyi eye nàkpɔ ale si mele dɔ wɔm kple dzoe na Yehowa ɖa.” Ale Yehonadab nɔ tasiaɖam la me kplii eye wodzo.
ପୁଣି ଯେହୂ କହିଲେ, “ମୋʼ ସଙ୍ଗେ ଆସ, ସଦାପ୍ରଭୁଙ୍କ ନିମନ୍ତେ ମୋହର ଉଦ୍ଯୋଗ ଦେଖ।” ଏହିରୂପେ ସେମାନେ ତାହାକୁ ତାଙ୍କ ରଥରେ ଚଢ଼ାଇଲେ।
17 Esi woɖo Samaria la, Yehu wu Ahab xɔlɔ̃wo kple ƒometɔ siwo katã susɔ ɖe afi ma abe ale si Yehowa gblɔ to Eliya dzi la ene.
ଏଥିଉତ୍ତାରେ ଯେହୂ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ସଦାପ୍ରଭୁ ଏଲୀୟଙ୍କୁ ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯେହୂ ଆହାବଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଶମରୀୟାସ୍ଥ ତାଙ୍କର ଅବଶିଷ୍ଟ ସମସ୍ତଙ୍କୁ ବଧ କଲେ।
18 Yehu ƒo ƒu ameawo katã nu eye wògblɔ na wo be, “Ahab subɔ Baal vie ko. Yehu asubɔe ŋutɔ.
ପୁଣି ଯେହୂ ସମଗ୍ର ଲୋକଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଆହାବ ବାଲ୍ର ଅଳ୍ପ ସେବା କଲା, ମାତ୍ର ଯେହୂ ତାହାର ବହୁତ ସେବା କରିବ।
19 Azɔ la, miyɔ Baal ƒe Nyagblɔɖilawo, nunɔlawo kple eƒe subɔlawo katã. Mikpɔ egbɔ be, ame sia ame va elabena mele vɔsa gã aɖe wɔ ge na Baal. Ame sia ame si agbe vava la, maganɔ agbe o.” Ke Yehu ɖe wòle ameawo blem ale be yeate ŋu atsrɔ̃ Baal ƒe nunɔlawo.
ଏହେତୁ ଏବେ ବାଲ୍ର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ଓ ତାହାର ପୂଜକ ସମସ୍ତଙ୍କୁ ଓ ତାହାର ଯାଜକ ସମସ୍ତଙ୍କୁ ମୋʼ ନିକଟକୁ ଡାକ; କେହି ଅନୁପସ୍ଥିତ ନ ରହନ୍ତୁ; କାରଣ ବାଲ୍ ଉଦ୍ଦେଶ୍ୟରେ ମୋହର ଏକ ବଡ଼ ଯଜ୍ଞ କରିବାର ଅଛି; ଯେକେହି ଅନୁପସ୍ଥିତ ହେବ, ସେ ବଞ୍ଚିବ ନାହିଁ।” ମାତ୍ର ଯେହୂ ବାଲ୍ର ପୂଜକମାନଙ୍କୁ ବିନାଶ କରିବା ଅଭିପ୍ରାୟରେ ଏହା ଛଳ ଭାବରେ କଲେ।
20 Yehu gblɔ be, “Miƒo ƒu ameawo nu hena bubudede Baal ŋu.” Ale woɖe gbeƒã kpekpe sia.
ଆଉ ଯେହୂ କହିଲେ, “ବାଲ୍ ଉଦ୍ଦେଶ୍ୟରେ ଏକ ପବିତ୍ର ମହାସଭା ନିରୂପଣ କର।” ତହୁଁ ସେମାନେ ତାହା ଘୋଷଣା କଲେ।
21 Yehu gaɖo amewo ɖe Israelnyigba dzi eye Baal nunɔlawo katã va; wo dometɔ ɖeka pɛ gɔ̃ hã megbe vava o. Womimi wo ɖokuiwo ɖe Baal ƒe gbedoxɔ la me woyɔ gbedoxɔ la ƒe afi sia afi kpikpikpi.
ପୁଣି ଯେହୂ ସମଗ୍ର ଇସ୍ରାଏଲ ମଧ୍ୟକୁ ଲୋକ ପଠାଇଲେ; ତହିଁରେ ବାଲ୍ର ପୂଜକ ସମସ୍ତେ ଆସିଲେ, ଯେ ନ ଆସିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ। ଆଉ ଲୋକମାନେ ବାଲ୍ର ମନ୍ଦିରକୁ ଆସନ୍ତେ, ବାଲ୍ର ମନ୍ଦିରର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ପୂର୍ଣ୍ଣ ହେଲା।
22 Yehu gblɔ na ame si kpɔa awu kɔkɔeawo dzi la be, “Kpɔ egbɔ be èhe awu kɔkɔeawo ɖe go na Baal nunɔlawo.” Ale wòhe awuawo ɖe go na wo.
ତେବେ ସେ ବସ୍ତ୍ରାଗାରର ଅଧ୍ୟକ୍ଷଙ୍କୁ କହିଲେ, “ବାଲ୍ର ସମସ୍ତ ପୂଜକଙ୍କ ନିମନ୍ତେ ବସ୍ତ୍ର ବାହାର କରି ଆଣ।” ଏଥିରେ ସେ ବସ୍ତ୍ର ବାହାର କରି ଆଣିଲା।
23 Azɔ la, Yehu kple Yehonadab, Rekab ƒe vi yi Baal ƒe gbedoxɔ la me eye wogblɔ na Baal nunɔlawo be, “Mikpɔ egbɔ be ame siwo subɔa Baal koe le afi sia. Migana ame siwo subɔa Yehowa la dometɔ aɖeke nage ɖe xɔa me o!”
ତହିଁରେ ଯେହୂ ଓ ରେଖବର ପୁତ୍ର ଯିହୋନାଦବ୍ ବାଲ୍ ମନ୍ଦିରକୁ ଗଲେ; ଆଉ ସେ ବାଲ୍ର ପୂଜକମାନଙ୍କୁ କହିଲେ, “ଏଠାରେ ତୁମ୍ଭମାନଙ୍କ ମଧ୍ୟରେ ବାଲ୍ର ପୂଜକମାନଙ୍କ ବ୍ୟତୀତ ସଦାପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ କେହି ଯେପରି ନ ଥାଏ, ଏଥିପାଇଁ ଖୋଜି ଦେଖ।”
24 Esi Baal nunɔlawo de asi akpedavɔwo kple numevɔwo sasa me la, Yehu na eƒe ame blaenyi ɖe to ɖe gbedoxɔ la. Egblɔ na wo be, “Ne mieɖe mɔ ame aɖe si la, miaku ɖe sisila la teƒe.”
ଏଥିଉତ୍ତାରେ ସେମାନେ ବଳିଦାନ ଓ ହୋମ କରିବାକୁ ଭିତରକୁ ଗଲେ। ଯେହୂ ଆପଣାର ଅଶୀ ଜଣକୁ ବାହାରେ ନିଯୁକ୍ତ କରି କହିଥିଲେ, “ମୁଁ ଯେଉଁ ଲୋକମାନଙ୍କୁ ତୁମ୍ଭମାନଙ୍କର ହସ୍ତଗତ କରାଇବି, ସେମାନଙ୍କ ମଧ୍ୟରୁ କେହି ଯେବେ ପଳାଏ, ତେବେ ଯେ ତାହାକୁ ଛାଡ଼ିଦିଏ, ତାହାର ପ୍ରାଣ ସେ ଲୋକର ପ୍ରାଣର ବଦଳ ହେବ।”
25 Esi Yehu wu akpedavɔsa kple numevɔsa la nu la, edo go ɖagblɔ na eƒe ameawo be, “Miyi gbedoxɔ la me eye miawu ameawo katã. Migana wo dometɔ ɖeka pɛ gɔ̃ hã nasi adzo o!” Ale wowu ameawo katã eye wohe woƒe kukuawo yi gota. Yehu ƒe amewo ge ɖe gbedoxɔ emetɔ me.
ଏଥିଉତ୍ତାରେ ଯେହୂ ହୋମବଳି ଉତ୍ସର୍ଗ ଶେଷ କରିବା କ୍ଷଣେ, ସେ ପ୍ରହରୀ ଓ ସେନାପତିମାନଙ୍କୁ କହିଲେ, “ଭିତରକୁ ଯାଅ, ସେମାନଙ୍କୁ ବଧ କର; କାହାକୁ ବାହାରକୁ ଆସିବାକୁ ଦିଅ ନାହିଁ।” ତହୁଁ ସେମାନେ ଖଡ୍ଗଧାରରେ ସେମାନଙ୍କୁ ବଧ କଲେ; ଆଉ ପ୍ରହରୀ ଓ ସେନାପତିମାନେ ସେମାନଙ୍କୁ ବାହାରେ ପକାଇଦେଇ ବାଲ୍ ମନ୍ଦିରର ଗୃହକୁ ଗଲେ।
26 Wohe sɔti si ŋu dɔ wowɔna le Baal subɔsubɔ me la do goe eye wotɔ dzoe.
ପୁଣି ସେମାନେ ବାଲ୍ ମନ୍ଦିରରୁ ସ୍ତମ୍ଭମାନ ବାହାର କରି ଆଣି ପୋଡ଼ି ପକାଇଲେ।
27 Wogblẽ gbedoxɔ la eye wotrɔe wòzu afɔdzixɔ va se ɖe egbe.
ଆଉ ବାଲ୍ର ସ୍ତମ୍ଭ ଭାଙ୍ଗି ପକାଇଲେ ଓ ବାଲ୍ର ମନ୍ଦିର ଭାଙ୍ଗି ପକାଇ ତାକୁ ମଳଗୃହ କଲେ, ତାହା ଆଜି ପର୍ଯ୍ୟନ୍ତ ଅଛି।
28 Ale Yehu ɖe Baal subɔsubɔ ɖa keŋkeŋ le Israelnyigba dzi.
ଏହି ପ୍ରକାରେ ଯେହୂ ଇସ୍ରାଏଲ ମଧ୍ୟରୁ ବାଲ୍କୁ ଉଚ୍ଛିନ୍ନ କଲେ।
29 Ke megbã sikanyivi si nɔ Betel kple Dan ya o. Sikanyivi siawo nye Yeroboam, Nebat ƒe vi ƒe nu vɔ̃ elabena ehe Israel blibo la de nu vɔ̃ me.
ତଥାପି ବେଥେଲ୍ ଓ ଦାନ୍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ୱାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ।
30 Le esia megbe la, Yehowa gblɔ na Yehu be, “Èwɔe nyuie be èwɔ nye ɖoɖowo dzi eye nètsrɔ̃ Ahab ƒe dzidzimeviwo. Le esia ta la, mana wò dzidzimeviwo naɖu fia va se ɖe dzidzime enelia dzi.”
ଏଥିଉତ୍ତାରେ ସଦାପ୍ରଭୁ ଯେହୂଙ୍କୁ କହିଲେ, “ଆମ୍ଭ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ସାଧନ କରି ତୁମ୍ଭେ ଭଲ କରିଅଛ ଓ ଆମ୍ଭ ମନରେ ଯାହା ଯାହା ଥିଲା, ତଦନୁସାରେ ତୁମ୍ଭେ ଆହାବ-ବଂଶ ପ୍ରତି କରିଅଛ, ଏହେତୁ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ତୁମ୍ଭର ସନ୍ତାନମାନେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।”
31 Ke Yehu medze Yehowa, Israel ƒe Mawu la yome kple eƒe dzi blibo o, elabena meɖe asi le Yeroboam ƒe nu vɔ̃ siwo he Israel de nu vɔ̃ me la ŋuti o.
ତଥାପି ଯେହୂ ଆପଣାର ସର୍ବାନ୍ତଃକରଣ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବାକୁ କିଛି ମନୋଯୋଗ କଲେ ନାହିଁ; ଯାରବୀୟାମ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ, ତାଙ୍କର ସେହି ପାପ ସେ ପରିତ୍ୟାଗ କଲେ ନାହିଁ।
32 Le ŋkeke mawo me la, Yehowa ɖiɖi Israel ƒe agbɔsɔsɔ. Hazael ɖu Israelviwo dzi le nuto me blibo la me,
ସେସମୟରେ ସଦାପ୍ରଭୁ ଇସ୍ରାଏଲକୁ ଊଣା କରିବାକୁ ଲାଗିଲେ; ପୁଣି ହସାୟେଲ ଇସ୍ରାଏଲର ସମସ୍ତ ସୀମାରେ ସେମାନଙ୍କୁ ଆଘାତ କଲା;
33 le Yɔdan tɔsisi la ƒe ɣedzeƒe, le Gilead ƒe anyigba la katã dzi (afi si nye Gad, Ruben kple Manase ƒe nutomewo me), tso keke Aroer si le Arnon tɔsisi la to va se ɖe Gilead kple Basan nutowo me.
ଯର୍ଦ୍ଦନଠାରୁ ପୂର୍ବ ଦିଗରେ ସମସ୍ତ ଗିଲୀୟଦ ଦେଶ, ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଗାଦ୍ ଓ ରୁବେନ୍ ଓ ମନଃଶି-ବଂଶୀୟ ଲୋକମାନଙ୍କ ଦେଶ, ଅର୍ଥାତ୍, ଗିଲୀୟଦ ଓ ବାଶନକୁ ଆଘାତ କଲା।
34 Woŋlɔ Yehu ƒe wɔna mamlɛawo ɖe Israel Fiawo ƒe ŋutinyagbalẽ me.
ଯେହୂଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା ଓ ତାଙ୍କର ସମସ୍ତ ପରାକ୍ରମ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
35 Esi Yehu ku la, woɖii ɖe Samaria. Via Yehoahaz ɖu fia ɖe eteƒe.
ପୁଣି ଯେହୂଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ। ତହିଁ ଉତ୍ତାରେ ତାଙ୍କର ପୁତ୍ର ଯିହୋୟାହସ୍ ତାଙ୍କ ପଦରେ ରାଜ୍ୟ କଲେ।
36 Yehu ɖu fia ɖe Israel dzi ƒe blaeve-vɔ-enyi.
ଶମରୀୟାରେ ଇସ୍ରାଏଲ ଉପରେ ଯେହୂଙ୍କର ରାଜ୍ୟ କରିବାର ସମୟ ଅଠାଇଶ ବର୍ଷ ଥିଲା।